< ମୀଖା 6 >
1 ସଦାପ୍ରଭୁ ଯାହା କହନ୍ତି, ତାହା ତୁମ୍ଭେମାନେ ଏବେ ଶୁଣ; ତୁମ୍ଭେ ଉଠ, ପର୍ବତଗଣର ସମ୍ମୁଖରେ ବିବାଦ କର ଓ ଉପପର୍ବତଗଣ ତୁମ୍ଭର ରବ ଶୁଣନ୍ତୁ।
Oíd lo que dice Yahvé: ¡Levántate, contiende con los montes, y oigan tu voz los collados.
2 ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦ ବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ।
Escuchad, oh montes, la querella de Yahvé, vosotros también, oh, inconmovibles fundamentos de la tierra; porque Yahvé pleitea con su pueblo, y entra en juicio con Israel.
3 “ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କʼଣ କରିଅଛୁ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳାନ୍ତ କରିଅଛୁ? ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦିଅ।
¿Qué te he hecho Yo, oh pueblo mío, y en qué te he agraviado? Respóndeme.
4 ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ।
Pues Yo te saqué del país de Egipto, y te redimí de la casa de la esclavitud, y envié delante de ti a Moisés, a Aarón y a María.
5 ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ କି ମନ୍ତ୍ରଣା କରିଥିଲା ଓ ବିୟୋରର ପୁତ୍ର ବିଲୀୟମ୍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍ଗଲ୍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।”
Pueblo mío, acuérdate de lo que maquinó Balac, rey de Moab, y de la respuesta que le dio Balaam, hijo de Beor, entre Sitim y Gálgala, para que reconozcáis las justicias de Yahvé.
6 “ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବା? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା?
¿Con qué me presentaré ante Yahvé, y me postraré delante del Dios excelso? ¿Me presentaré acaso ante Él con holocaustos, con becerros primales?
7 ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ? ଆମ୍ଭେ ଆପଣା ଆଜ୍ଞାଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା?”
¿Le agradan a Yahvé los miles de carneros, y las miríadas de ríos de aceite? ¿Daré acaso mi primogénito por mi prevaricación, el fruto de mis entrañas por el pecado de mi alma?
8 ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?
Él te hizo conocer, oh hombre, lo que es bueno y lo que te pide Yahvé: practicar la justicia, y amar la misericordia, y andar humildemente en la presencia de tu Dios.
9 ସଦାପ୍ରଭୁ ଏହି ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ। ତୁମ୍ଭେମାନେ ଦଣ୍ଡ ଓ ତନ୍ନିରୂପଣକାରୀଙ୍କୁ ମାନ।
La voz de Yahvé llama a la ciudad —y es sabiduría temer tu Nombre—: Haced caso de la vara, y de aquel que la mandó.
10 ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ଡାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି?
¿Hay todavía tesoros de iniquidad en la casa del impío, y el abominable efa menguado?
11 ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା।
¿Por ventura podré considerarme por justo teniendo balanzas falsas y el saquillo de pesos fraudulentos?
12 ସେହି ସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ୱା ପ୍ରବଞ୍ଚକ।
Los ricos de la (ciudad) se han llenado de violencia, sus habitantes hablan mentiras, y la lengua de su boca es engañosa.
13 ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ; ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ।
Por eso, Yo también te heriré de una llaga muy grave, te devastaré a causa de tus pecados.
14 ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବୋହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ୍ଗକୁ ଦେବା।
Comerás, mas no te hartarás; quedará en ti tu hambre. Pondrás aparte (tus bienes), pero nada salvarás, y lo que salvares, lo entregaré Yo a la espada.
15 ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ।
Sembrarás, mas no segarás; pisarás la aceituna sin ungirte con óleo; y la uva sin beber el vino.
16 କାରଣ ଅମ୍ରିଙ୍କର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।
Observáis lo que os mandó Amrí, y todas las obras de la casa de Acab; y seguís los consejos de ellos, para que Yo te entregue a la desolación y al escarnio a sus habitantes. Así llevaréis el oprobio de mi pueblo.