< ମୀଖା 6 >

1 ସଦାପ୍ରଭୁ ଯାହା କହନ୍ତି, ତାହା ତୁମ୍ଭେମାନେ ଏବେ ଶୁଣ; ତୁମ୍ଭେ ଉଠ, ପର୍ବତଗଣର ସମ୍ମୁଖରେ ବିବାଦ କର ଓ ଉପପର୍ବତଗଣ ତୁମ୍ଭର ରବ ଶୁଣନ୍ତୁ।
Sikiliza asemalo Bwana: “Simama, tetea shauri lako mbele ya milima; vilima na visikie lile unalotaka kusema.
2 ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦ ବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ।
Sikilizeni, ee milima, mashtaka ya Bwana, sikilizeni, enyi misingi ya milele ya dunia. Kwa kuwa Bwana ana shauri dhidi ya watu wake; anatoa mashtaka dhidi ya Israeli.
3 “ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କʼଣ କରିଅଛୁ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳାନ୍ତ କରିଅଛୁ? ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦିଅ।
“Watu wangu, nimewatendea nini? Nimewalemea kwa jinsi gani? Mnijibu.
4 ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ।
Nimewatoa kutoka Misri na kuwakomboa kutoka nchi ya utumwa. Nilimtuma Mose awaongoze, pia Aroni na Miriamu.
5 ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ କି ମନ୍ତ୍ରଣା କରିଥିଲା ଓ ବିୟୋରର ପୁତ୍ର ବିଲୀୟମ୍‍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍‍ଗଲ୍‍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।”
Watu wangu, kumbukeni jinsi Balaki mfalme wa Moabu alivyofanya shauri na kile Balaamu mwana wa Beori alichojibu. Kumbukeni safari yenu kutoka Shitimu mpaka Gilgali, ili mfahamu matendo ya haki ya Bwana.”
6 “ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବା? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା?
Nimjie Bwana na kitu gani na kusujudu mbele za Mungu aliyetukuka? Je, nije mbele zake na sadaka za kuteketezwa, nije na ndama za mwaka mmoja?
7 ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ? ଆମ୍ଭେ ଆପଣା ଆଜ୍ଞାଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା?”
Je, Bwana atafurahishwa na kondoo dume elfu, au mito elfu kumi ya mafuta? Je, nimtoe mzaliwa wangu wa kwanza kwa ajili ya kosa langu, mtoto wangu mwenyewe kwa ajili ya dhambi ya nafsi yangu?
8 ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?
Amekuonyesha yaliyo mema, ee mwanadamu. Bwana anataka nini kwako? Ila kutenda kwa haki na kupenda rehema, na kwenda kwa unyenyekevu na Mungu wako.
9 ସଦାପ୍ରଭୁ ଏହି ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ। ତୁମ୍ଭେମାନେ ଦଣ୍ଡ ଓ ତନ୍ନିରୂପଣକାରୀଙ୍କୁ ମାନ।
Sikiliza! Bwana anauita mji: kulicha jina lako ni hekima: “Tii hiyo fimbo na yeye aliyeiamuru.
10 ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ଡାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି?
Je, bado nisahau, ee nyumba ya uovu, hazina yako uliyopata kwa udanganyifu na vipimo vilivyopunguka, ambavyo vimelaaniwa?
11 ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା।
Je, naweza kuhukumu kuwa mtu mwenye mizani ya udanganyifu hana hatia, aliye na mfuko wa mawe ya kupimia ya uongo?
12 ସେହି ସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ୱା ପ୍ରବଞ୍ଚକ।
Matajiri wake ni wajeuri; watu wake ni waongo na ndimi zao zinazungumza kwa udanganyifu.
13 ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ; ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ।
Kwa hiyo, nimeanza kukuharibu, kuwaangamiza kwa sababu ya dhambi zenu.
14 ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବୋହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ୍ଗକୁ ଦେବା।
Mtakula lakini hamtashiba; matumbo yenu bado yatakuwa matupu. Mtaweka akiba lakini hamtaokoa chochote, kwa sababu mtakachoweka akiba nitatoa kwa upanga.
15 ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ।
Mtapanda lakini hamtavuna; mtakamua zeituni lakini hamtatumia mafuta yake. Mtakamua zabibu lakini hamtakunywa hiyo divai.
16 କାରଣ ଅମ୍ରିଙ୍କର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍‍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।
Mmezishika sheria za Omri na matendo yote ya nyumba ya Ahabu, tena umefuata desturi zao. Kwa hiyo nitakutoa kwa maangamizi na watu wako kuwa dhihaka; mtachukua dharau za mataifa.”

< ମୀଖା 6 >