< ମୀଖା 1 >

1 ଯିହୁଦା ଦେଶୀୟ ଯୋଥମ୍‍, ଆହସ୍‌ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।
Yehova anayankhula ndi Mika wa ku Moreseti pa nthawi ya ulamuliro wa Yotamu, Ahazi ndi Hezekiya, mafumu a ku Yuda. Awa ndi masomphenya amene iye anaona onena za Samariya ndi Yerusalemu.
2 ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ।
Tamverani, inu anthu a mitundu yonse, mvetsera iwe dziko lapansi ndi okhala mʼmenemo, pakuti Ambuye Yehova achitira umboni wokutsutsani, Ambuye akuyankhula ali mʼnyumba yake yopatulika.
3 କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଲାଇ ଆସି ପୃଥିବୀର ଉଚ୍ଚସ୍ଥଳୀସକଳ ଉପରେ ଗମନ କରିବେ।
Taonani! Yehova akubwera kuchokera ku malo ake; Iye akutsika ndipo akuponda pa malo okwera a dziko lapansi.
4 ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।
Mapiri akusungunuka pansi pake, ndipo zigwa zikugawikana ngati phula pa moto, ngati madzi ochokera mʼphiri.
5 କାରଣ ଯାକୁବର ଆଜ୍ଞାଲଙ୍ଘନ ଓ ଇସ୍ରାଏଲ ବଂଶର ପାପ ସକାଶୁ ଏହିସବୁ ହେଉଅଛି। ଯାକୁବର ଆଜ୍ଞାଲଙ୍ଘନ କଅଣ? ତାହା କି ଶମରୀୟା ନୁହେଁ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ ସେହି ସବୁ କି ଯିରୂଶାଲମ ନୁହେଁ?
Zonsezi ndi chifukwa cha cholakwa cha Yakobo, chifukwa cha machimo a nyumba ya Israeli. Kodi cholakwa cha Yakobo nʼchiyani? Kodi si Samariya? Kodi malo achipembedzo a Yuda ndi ati? Kodi si Yerusalemu?
6 ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି ଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା; ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇ ତହିଁର ଭିତ୍ତିମୂଳ ଅନାବୃତ କରିବା।
“Choncho Ine ndidzasandutsa Samariya kukhala bwinja, malo odzalamo mphesa. Miyala yake ndidzayitaya ku chigwa ndipo ndidzafukula maziko ake.
7 ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ଡ ଖଣ୍ଡ କରାଯିବ ଓ ତାହାର ବେତନସକଳ ଅଗ୍ନିରେ ଦଗ୍ଧ ହେବ, ଆଉ ଆମ୍ଭେ ତାହାର ଦେବତାସକଳକୁ ଧ୍ୱଂସ କରିବା; କାରଣ ବେଶ୍ୟାର ବେତନ ଦ୍ୱାରା ସେ ତାହା ସଞ୍ଚୟ କରିଅଛି ଓ ତାହା ପୁନର୍ବାର ବେଶ୍ୟାର ବେତନ ହୋଇଯିବ।
Mafano ake onse ndidzawaphwanyaphwanya; mphatso zake zonse ndidzazitentha ndi moto; ndidzawononga zifanizo zonse za milungu yake. Popeza analandira mphatso zake kuchokera ku malipiro a akazi achiwerewere, mphatsozonso zidzagwiritsidwa ntchito ndi ena ngati malipiro a akazi achiwerewere.”
8 ଏଥିସକାଶୁ ଆମ୍ଭେ ବିଳାପ ଓ ହାହାକାର କରିବା, ଆମ୍ଭେ ଉଲଙ୍ଗ ହୋଇ ଖାଲି ପାଦରେ ବୁଲିବା। ଆମ୍ଭେ ଶୃଗାଳ ପରି ବିଳାପ କରିବା ଓ ଉଷ୍ଟ୍ରପକ୍ଷୀ ପରି ଶୋକ କରିବା।
Chifukwa cha zimenezi ine ndidzalira momvetsa chisoni; ndidzayenda wopanda nsapato ndi wamaliseche. Ndidzafuwula ngati nkhandwe ndi kulira ngati kadzidzi.
9 କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର-ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି।
Pakuti chilonda cha Samariya nʼchosachizika; chafika ku Yuda. Chafika pa chipata chenicheni cha anthu anga, mpaka mu Yerusalemu mwenimwenimo.
10 ଗାଥ୍‍ ନଗରରେ ଏ କଥା ଜଣାଅ ନାହିଁ, ଆଦୌ ରୋଦନ କର ନାହିଁ; ଏବଂ ବେଥ୍-ଲିଅଫ୍ରା ନଗରର ଧୂଳିରେ ନିଜେ ଗଡ଼ି ଅଛୁ।
Musanene zimenezi ku Gati; musalire nʼkomwe. Mugubuduzike mu fumbi ku Beti-Leafura.
11 ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବେଥ୍-ସେଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ବନ ହରଣ କରିବ।
Inu anthu okhala ku Safiro, muzipita ku ukapolo muli amaliseche ndi amanyazi. Iwo amene akukhala ku Zanaani sadzatuluka. Beti-Ezeli akulira mwachisoni; chitetezo chake chakuchokerani.
12 କାରଣ ମାରୋତ୍‍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି।
Anthu amene amakhala ku Maroti akubuwula ndi ululu, akuyembekezera thandizo, chifukwa Yehova wabweretsa tsoka, lafika mpaka pa chipata cha Yerusalemu.
13 ହେ ଲାଖୀଶ୍‍ ନିବାସିନୀ, ତୁମ୍ଭେ ରଥରେ ଦ୍ରୁତଗାମୀ ଅଶ୍ୱ ଯୋଚ; ସେ ସିୟୋନ-କନ୍ୟା ପ୍ରତି ଆଦ୍ୟ ପାପ ସ୍ୱରୂପ ଥିଲା; କାରଣ ଇସ୍ରାଏଲର ଆଜ୍ଞା-ଲଙ୍ଘନସକଳ ତୁମ୍ଭ ମଧ୍ୟରେ ଦେଖାଗଲା।
Inu anthu okhala ku Lakisi mangani akavalo ku magaleta. Inu amene munayamba kuchimwitsa mwana wamkazi wa Ziyoni, pakuti zolakwa za Israeli zinapezeka pakati panu.
14 ଏଥିପାଇଁ ତୁମ୍ଭେ ମୋରେଷତ୍‍ ଗାଥ୍‍କୁ ବିଦାୟକାଳୀନ ଦାନ ଦେବ ଅକଷୀବ୍‍ର ଗୃହସକଳ ଇସ୍ରାଏଲର ରାଜାଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ;
Chifukwa chake perekani mphatso zolawirana ndi a ku Moreseti Gati. Mzinda wa Akizibu udzaonetsa kunama kwa mafumu a Israeli.
15 ଆହୁରି, ହେ ମାରେଶା ଗ୍ରାମର ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ମହାନ ନେତୃତ୍ଵକାରୀଗଣ ଅଦୁଲ୍ଲମ ଗୁମ୍ଫାକୁ ଯିବେ।
Ndidzabweretsa mgonjetsi kudzalimbana ndi inu okhala mu Maresa. Ulemerero wa Israeli udzafika ku Adulamu.
16 ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ଡନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି।
Metani mipala mitu yanu kuonetsa kuti mukulirira ana anu amene mumawakonda; mudzichititse dazi ngati dembo, pakuti anawo adzatengedwa pakati panu kupita ku ukapolo.

< ମୀଖା 1 >