< ମୀଖା 1 >

1 ଯିହୁଦା ଦେଶୀୟ ଯୋଥମ୍‍, ଆହସ୍‌ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।
καὶ ἐγένετο λόγος κυρίου πρὸς Μιχαιαν τὸν τοῦ Μωρασθι ἐν ἡμέραις Ιωαθαμ καὶ Αχαζ καὶ Εζεκιου βασιλέων Ιουδα ὑπὲρ ὧν εἶδεν περὶ Σαμαρείας καὶ περὶ Ιερουσαλημ
2 ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ।
ἀκούσατε λαοί λόγους καὶ προσεχέτω ἡ γῆ καὶ πάντες οἱ ἐν αὐτῇ καὶ ἔσται κύριος ἐν ὑμῖν εἰς μαρτύριον κύριος ἐξ οἴκου ἁγίου αὐτοῦ
3 କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଲାଇ ଆସି ପୃଥିବୀର ଉଚ୍ଚସ୍ଥଳୀସକଳ ଉପରେ ଗମନ କରିବେ।
διότι ἰδοὺ κύριος ἐκπορεύεται ἐκ τοῦ τόπου αὐτοῦ καὶ καταβήσεται καὶ ἐπιβήσεται ἐπὶ τὰ ὕψη τῆς γῆς
4 ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।
καὶ σαλευθήσεται τὰ ὄρη ὑποκάτωθεν αὐτοῦ καὶ αἱ κοιλάδες τακήσονται ὡς κηρὸς ἀπὸ προσώπου πυρὸς καὶ ὡς ὕδωρ καταφερόμενον ἐν καταβάσει
5 କାରଣ ଯାକୁବର ଆଜ୍ଞାଲଙ୍ଘନ ଓ ଇସ୍ରାଏଲ ବଂଶର ପାପ ସକାଶୁ ଏହିସବୁ ହେଉଅଛି। ଯାକୁବର ଆଜ୍ଞାଲଙ୍ଘନ କଅଣ? ତାହା କି ଶମରୀୟା ନୁହେଁ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ ସେହି ସବୁ କି ଯିରୂଶାଲମ ନୁହେଁ?
διὰ ἀσέβειαν Ιακωβ πάντα ταῦτα καὶ διὰ ἁμαρτίαν οἴκου Ισραηλ τίς ἡ ἀσέβεια τοῦ Ιακωβ οὐ Σαμάρεια καὶ τίς ἡ ἁμαρτία οἴκου Ιουδα οὐχὶ Ιερουσαλημ
6 ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି ଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା; ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇ ତହିଁର ଭିତ୍ତିମୂଳ ଅନାବୃତ କରିବା।
καὶ θήσομαι Σαμάρειαν εἰς ὀπωροφυλάκιον ἀγροῦ καὶ εἰς φυτείαν ἀμπελῶνος καὶ κατασπάσω εἰς χάος τοὺς λίθους αὐτῆς καὶ τὰ θεμέλια αὐτῆς ἀποκαλύψω
7 ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ଡ ଖଣ୍ଡ କରାଯିବ ଓ ତାହାର ବେତନସକଳ ଅଗ୍ନିରେ ଦଗ୍ଧ ହେବ, ଆଉ ଆମ୍ଭେ ତାହାର ଦେବତାସକଳକୁ ଧ୍ୱଂସ କରିବା; କାରଣ ବେଶ୍ୟାର ବେତନ ଦ୍ୱାରା ସେ ତାହା ସଞ୍ଚୟ କରିଅଛି ଓ ତାହା ପୁନର୍ବାର ବେଶ୍ୟାର ବେତନ ହୋଇଯିବ।
καὶ πάντα τὰ γλυπτὰ αὐτῆς κατακόψουσιν καὶ πάντα τὰ μισθώματα αὐτῆς ἐμπρήσουσιν ἐν πυρί καὶ πάντα τὰ εἴδωλα αὐτῆς θήσομαι εἰς ἀφανισμόν διότι ἐκ μισθωμάτων πορνείας συνήγαγεν καὶ ἐκ μισθωμάτων πορνείας συνέστρεψεν
8 ଏଥିସକାଶୁ ଆମ୍ଭେ ବିଳାପ ଓ ହାହାକାର କରିବା, ଆମ୍ଭେ ଉଲଙ୍ଗ ହୋଇ ଖାଲି ପାଦରେ ବୁଲିବା। ଆମ୍ଭେ ଶୃଗାଳ ପରି ବିଳାପ କରିବା ଓ ଉଷ୍ଟ୍ରପକ୍ଷୀ ପରି ଶୋକ କରିବା।
ἕνεκεν τούτου κόψεται καὶ θρηνήσει πορεύσεται ἀνυπόδετος καὶ γυμνή ποιήσεται κοπετὸν ὡς δρακόντων καὶ πένθος ὡς θυγατέρων σειρήνων
9 କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର-ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି।
ὅτι κατεκράτησεν ἡ πληγὴ αὐτῆς διότι ἦλθεν ἕως Ιουδα καὶ ἥψατο ἕως πύλης λαοῦ μου ἕως Ιερουσαλημ
10 ଗାଥ୍‍ ନଗରରେ ଏ କଥା ଜଣାଅ ନାହିଁ, ଆଦୌ ରୋଦନ କର ନାହିଁ; ଏବଂ ବେଥ୍-ଲିଅଫ୍ରା ନଗରର ଧୂଳିରେ ନିଜେ ଗଡ଼ି ଅଛୁ।
οἱ ἐν Γεθ μὴ μεγαλύνεσθε οἱ ἐν Ακιμ μὴ ἀνοικοδομεῖτε ἐξ οἴκου κατὰ γέλωτα γῆν καταπάσασθε κατὰ γέλωτα ὑμῶν
11 ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବେଥ୍-ସେଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ବନ ହରଣ କରିବ।
κατοικοῦσα καλῶς τὰς πόλεις αὐτῆς οὐκ ἐξῆλθεν κατοικοῦσα Σεννααν κόψασθαι οἶκον ἐχόμενον αὐτῆς λήμψεται ἐξ ὑμῶν πληγὴν ὀδύνης
12 କାରଣ ମାରୋତ୍‍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି।
τίς ἤρξατο εἰς ἀγαθὰ κατοικούσῃ ὀδύνας ὅτι κατέβη κακὰ παρὰ κυρίου ἐπὶ πύλας Ιερουσαλημ
13 ହେ ଲାଖୀଶ୍‍ ନିବାସିନୀ, ତୁମ୍ଭେ ରଥରେ ଦ୍ରୁତଗାମୀ ଅଶ୍ୱ ଯୋଚ; ସେ ସିୟୋନ-କନ୍ୟା ପ୍ରତି ଆଦ୍ୟ ପାପ ସ୍ୱରୂପ ଥିଲା; କାରଣ ଇସ୍ରାଏଲର ଆଜ୍ଞା-ଲଙ୍ଘନସକଳ ତୁମ୍ଭ ମଧ୍ୟରେ ଦେଖାଗଲା।
ψόφος ἁρμάτων καὶ ἱππευόντων κατοικοῦσα Λαχις ἀρχηγὸς ἁμαρτίας αὐτή ἐστιν τῇ θυγατρὶ Σιων ὅτι ἐν σοὶ εὑρέθησαν ἀσέβειαι τοῦ Ισραηλ
14 ଏଥିପାଇଁ ତୁମ୍ଭେ ମୋରେଷତ୍‍ ଗାଥ୍‍କୁ ବିଦାୟକାଳୀନ ଦାନ ଦେବ ଅକଷୀବ୍‍ର ଗୃହସକଳ ଇସ୍ରାଏଲର ରାଜାଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ;
διὰ τοῦτο δώσεις ἐξαποστελλομένους ἕως κληρονομίας Γεθ οἴκους ματαίους εἰς κενὰ ἐγένετο τοῖς βασιλεῦσιν τοῦ Ισραηλ
15 ଆହୁରି, ହେ ମାରେଶା ଗ୍ରାମର ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ମହାନ ନେତୃତ୍ଵକାରୀଗଣ ଅଦୁଲ୍ଲମ ଗୁମ୍ଫାକୁ ଯିବେ।
ἕως τοὺς κληρονόμους ἀγάγω σοι κατοικοῦσα Λαχις κληρονομία ἕως Οδολλαμ ἥξει ἡ δόξα τῆς θυγατρὸς Ισραηλ
16 ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ଡନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି।
ξύρησαι καὶ κεῖραι ἐπὶ τὰ τέκνα τὰ τρυφερά σου ἐμπλάτυνον τὴν χηρείαν σου ὡς ἀετός ὅτι ᾐχμαλωτεύθησαν ἀπὸ σοῦ

< ମୀଖା 1 >