< ନାହୂମ 2 >
1 ଯେଉଁ ଲୋକ କଚାଡ଼ି ଖଣ୍ଡ ଖଣ୍ଡ କରେ, ସେ ତୁମ୍ଭ (ନୀନିବୀ) ସମ୍ମୁଖରେ ଉପସ୍ଥିତ ହୋଇଅଛି; ଦୁର୍ଗ ରକ୍ଷା କର, ପଥ ନିରୀକ୍ଷଣ କର, ଆପଣା କଟି ଦୃଢ଼ କର, ଆପଣାକୁ ଅତିଶୟ ବଳବାନ କର।
撃破者攻のぼりて汝の前に至る 汝城を守り路を窺ひ腰を強くし汝の力を大に強くせよ
2 କାରଣ ସଦାପ୍ରଭୁ ଇସ୍ରାଏଲର ଗୌରବ ସଦୃଶ୍ୟ ଯାକୁବର ଗୌରବ ପୁନର୍ବାର ଆଣୁଅଛନ୍ତି; ଯେହେତୁ ଶତ୍ରୁମାନେ ସେମାନଙ୍କୁ ଧ୍ୱଂସ କରିଅଛନ୍ତି; ଓ ସେମାନଙ୍କର ଦ୍ରାକ୍ଷାଲତାସବୁ ନଷ୍ଟ କରିଅଛନ୍ତି।
ヱホバはヤコブの榮を舊に復してイスラエルの榮のごとくしたまふ 其は掠奪者これを掠めその葡萄蔓を壞ひたればなり
3 ତାହାର ବୀରଗଣର ଢାଲ ରକ୍ତୀକୃତ, ବିକ୍ରମୀଗଣ ସିନ୍ଦୂର ବର୍ଣ୍ଣ ବସ୍ତ୍ର ପରିହିତ; ତାହାର ଆୟୋଜନ ଦିନରେ ରଥସକଳ ଲୌହରେ ଚକ୍ଚକ୍ ଓ ବର୍ଚ୍ଛାସକଳ ଭୟାନକ ରୂପେ ଚାଳିତ ହୁଅଇ।
その勇士は楯を紅にしその軍兵は紅に身を甲ふ 其行伍を立つる時には戰車の鐵 灼燦て火のごとし 鎗また閃めきふるふ
4 ରାଜଦାଣ୍ଡସକଳରେ ରଥସବୁ ବ୍ୟଗ୍ରରେ ଗମନାଗମନ କରେ, ପ୍ରଶସ୍ତ ଛକମାନରେ ସେହିସବୁର ଧକ୍କା ଏକଆରେକର ଉପରେ ଲାଗେ; ସେସବୁର ଦୃଶ୍ୟ ମଶାଲ ତୁଲ୍ୟ, ସେମାନେ ବିଜୁଳି ପରି ଦୌଡ଼ନ୍ତି।
戰車街衢に狂ひ奔り大路に推あふ 其形状火炬のごとく其疾く馳すること電光の如し
5 ସେ ଆପଣା ପ୍ରତାପାନ୍ୱିତ ଲୋକମାନଙ୍କୁ ସ୍ମରଣ କରେ; ସେମାନେ ଗମନ କରୁ କରୁ ଝୁଣ୍ଟି ପଡ଼ନ୍ତି; ସେମାନେ ତହିଁର ପ୍ରାଚୀର ଆଡ଼କୁ ଦୌଡ଼ାଦୌଡ଼ି କରନ୍ତି ଓ ଅବରୋଧ ଯନ୍ତ୍ର ସ୍ଥାପିତ ହୋଇଅଛି।
彼その將士を憶ひいだす 彼らはその途にて躓き仆れその石垣に奔ゆき大楯を備ふ
6 ନଦୀର ଦ୍ୱାରସବୁ ମୁକ୍ତ ହୋଇଅଛି ଓ ରାଜଗୃହ ମିଳେଇ ଯାଇଅଛି।
河々の門啓け宮消うせん
7 ପୁଣି, ରାଣୀ ବିବସ୍ତ୍ରା ହୋଇଅଛି, ସେ ଦୂରକୁ ନୀତା ହୋଇଅଛି, ତାହାର ଦାସୀଗଣ ବକ୍ଷରେ ହାତ ମାରି କପୋତ ସ୍ୱର ପରି ଶୋକ କରୁଅଛନ୍ତି।
この事定まれり 彼は裸にせられて擄はれゆきその宮女胸を打て鴿のごとくに啼くべし
8 ମାତ୍ର ନୀନିବୀ ପୂର୍ବକାଳଠାରୁ ଜଳବିଶିଷ୍ଟ ଏକ ପୁଷ୍କରିଣୀ ସ୍ୱରୂପା ହୋଇଅଛି; ତଥାପି ସେମାନେ ସମସ୍ତେ ପଳାୟନ କରନ୍ତି; “ଠିଆ ହୁଅ, ଠିଆ ହୁଅ” କହିଲେ ମଧ୍ୟ କେହି ପଛକୁ ଅନାନ୍ତି ନାହିଁ।
ニネベはその建し日より以來水の滿る池に似たりしがその民今は逃奔る 止れ止れと呼ども後を顧みる者なし
9 ତୁମ୍ଭେମାନେ ରୂପା ଲୁଣ୍ଠନ କର, ସୁନା ଲୁଣ୍ଠନ କର, କାରଣ ସବୁ ପ୍ରକାର ମନୋହର ସାମଗ୍ରୀର ଐଶ୍ୱର୍ଯ୍ୟ ସ୍ୱରୂପ ଭଣ୍ଡାରର ସୀମା ନାହିଁ।
白銀を奪へよ 黄金を奪へよ その寳物限なく諸の貴とき噐用夥多し
10 ସେ (ନୀନିବୀ) ଖାଲି ଓ ଶୂନ୍ୟ ଓ ଉଜାଡ଼ ହୋଇଅଛି; ଅନ୍ତଃକରଣ ତରଳି ଯାଉଅଛି ଓ ଆଣ୍ଠୁରେ ଆଣ୍ଠୁ ବାଜୁଅଛି, ସମସ୍ତ କଟିରେ ବେଦନା ଅଛି ଓ ସେହି ସମସ୍ତଙ୍କର ମୁଖ ମଳିନ ହୋଇଅଛି।
滅亡たり 空虚なれり 荒果たり 心は消え膝は慄ひ腰には凡て劇しき痛あり 面はみな色を失ふ
11 ସିଂହମାନଙ୍କର ଗର୍ତ୍ତ, ଯେଉଁ ସ୍ଥାନରେ ସିଂହ ଓ ସିଂହୀ ଓ ସିଂହଶାବକ ଭ୍ରମଣ କଲେ ଓ କେହି ସେମାନଙ୍କୁ ଭୟ ଦେଖାଇଲା ନାହିଁ, ଏପରି ଯୁବା ସିଂହଗଣର ଖାଇବା ସ୍ଥାନ କାହିଁ?
獅子の穴は何處ぞや 少き獅子の物を食ふ處は何處ぞや 雄獅子雌獅子その小獅子とともに彼處に歩むに之を懼れしむる者なし
12 ସିଂହ ଆପଣା ଶାବକଗଣ ନିମନ୍ତେ ଯଥେଷ୍ଟ ପଶୁ ବିଦୀର୍ଣ୍ଣ କରିଅଛି ଓ ଆପଣା ସିଂହୀଗଣ ନିମନ୍ତେ ଅନେକଙ୍କ ଗଳା ଚିପି ମାରିଅଛି, ଆଉ ଆପଣା ଗହ୍ୱର ମୃଗୟାରେ ଓ ଗର୍ତ୍ତ ବିଦୀର୍ଣ୍ଣ ପଶୁରେ ପୂର୍ଣ୍ଣ କରିଅଛି।
雄獅子は小獅子のために物を噛ころし雌獅子の爲に物をくびり殺しその掠獲たる物をもて穴に充しその裂殺しし物をもて住所に滿す
13 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଆମ୍ଭେ ତାହାର ରଥସବୁ ଦଗ୍ଧ କରି ଧୂଆଁରେ ଲୀନ କରିବା ଓ ଖଡ୍ଗ ତୁମ୍ଭର ଯୁବା ସିଂହଗଣକୁ ଗ୍ରାସ କରିବ; ପୁଣି, ଆମ୍ଭେ ପୃଥିବୀରୁ ତୁମ୍ଭର ମୃଗୟା ଉଚ୍ଛିନ୍ନ କରିବା ଓ ତୁମ୍ଭ ଦୂତଗଣର ରବ ଆଉ ଶୁଣାଯିବ ନାହିଁ।
萬軍のヱホバ言たまふ 視よ我なんぢに臨む 我なんぢの戰車を焚て煙となすべし 汝の少き獅子はみな劍の殺す所とならん 我また汝の獲物を地より絶べし 汝の使者の聲かさねて聞ゆること無らん