< ନାହୂମ 3 >

1 ସେହି ରକ୍ତପାତୀ ନଗର ସନ୍ତାପର ପାତ୍ର! ତାହା ମିଥ୍ୟା ଓ ଦୌରାତ୍ମ୍ୟରେ ପରିପୂର୍ଣ୍ଣ, ସେ ଲୁଣ୍ଠନ କରିବା ଛାଡେ ନାହିଁ।
ὦ πόλις αἱμάτων ὅλη ψευδὴς ἀδικίας πλήρης οὐ ψηλαφηθήσεται θήρα
2 କୋରଡ଼ାର ଶବ୍ଦ, ଚକ୍ରସମୂହର ଘର ଘର ଶବ୍ଦ; ନାଚିବା ଅଶ୍ୱଗଣ ଓ କୁଦିବା ରଥ;
φωνὴ μαστίγων καὶ φωνὴ σεισμοῦ τροχῶν καὶ ἵππου διώκοντος καὶ ἅρματος ἀναβράσσοντος
3 ଅଶ୍ୱାରୋହୀ ଆରୋହଣ କରିବାର, ଆଉ ଚକ୍‍ଚକ୍ ଖଡ୍ଗ ଓ ଝଲମଲ ବର୍ଚ୍ଛା; ପୁଣି, ଅପାର ହତ ଲୋକ ଓ ଶବର ଏକ ମହାଢିପି; ଆଉ, ଶବ ସଂଖ୍ୟାର ସୀମା ନାହିଁ; ସେମାନଙ୍କ ଶବ ଉପରେ ଲୋକେ ଝୁଣ୍ଟି ପଡ଼ନ୍ତି;
καὶ ἱππέως ἀναβαίνοντος καὶ στιλβούσης ῥομφαίας καὶ ἐξαστραπτόντων ὅπλων καὶ πλήθους τραυματιῶν καὶ βαρείας πτώσεως καὶ οὐκ ἦν πέρας τοῖς ἔθνεσιν αὐτῆς καὶ ἀσθενήσουσιν ἐν τοῖς σώμασιν αὐτῶν
4 ପରମସୁନ୍ଦରୀ ମାୟାବିନୀ ଯେଉଁ ବେଶ୍ୟା, ସେ ନାନା ଦେଶୀୟମାନଙ୍କୁ ଆପଣା ବେଶ୍ୟାବୃତ୍ତି ଦ୍ୱାରା ଓ ଗୋଷ୍ଠୀଗଣକୁ ଆପଣା ଗୁଣି ବିଦ୍ୟା ଦ୍ୱାରା ବିକ୍ରୟ କରେ, କାରଣ ତାହାର ବେଶ୍ୟା ଆଚରଣ ଅବର୍ଣ୍ଣନୀୟ।
ἀπὸ πλήθους πορνείας πόρνη καλὴ καὶ ἐπιχαρὴς ἡγουμένη φαρμάκων ἡ πωλοῦσα ἔθνη ἐν τῇ πορνείᾳ αὐτῆς καὶ φυλὰς ἐν τοῖς φαρμάκοις αὐτῆς
5 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବସ୍ତ୍ରର ଅଞ୍ଚଳ ଟେକି ତୁମ୍ଭ ମୁଖ ଉପରେ ଥୋଇବା, ଆଉ ଆମ୍ଭେ ଗୋଷ୍ଠୀବର୍ଗକୁ ତୁମ୍ଭର ଉଲଙ୍ଗତା ଓ ରାଜ୍ୟସମୂହକୁ ତୁମ୍ଭର ଲଜ୍ଜା ଦେଖାଇବା।
ἰδοῦ ἐγὼ ἐπὶ σέ λέγει κύριος ὁ θεὸς ὁ παντοκράτωρ καὶ ἀποκαλύψω τὰ ὀπίσω σου ἐπὶ τὸ πρόσωπόν σου καὶ δείξω ἔθνεσιν τὴν αἰσχύνην σου καὶ βασιλείαις τὴν ἀτιμίαν σου
6 ପୁଣି, ଆମ୍ଭେ ତୁମ୍ଭ ଉପରେ ଘୃଣାଜନକ ମଳ ନିକ୍ଷେପ କରିବା ଓ ତୁମ୍ଭକୁ ମର୍ଯ୍ୟାଦାରହିତ କରିବା ଓ ଦୃଶ୍ୟରେ ଉପହାସର ବିଷୟ କରିବା।
καὶ ἐπιρρίψω ἐπὶ σὲ βδελυγμὸν κατὰ τὰς ἀκαθαρσίας σου καὶ θήσομαί σε εἰς παράδειγμα
7 ପୁଣି, ଯେଉଁମାନେ ତୁମ୍ଭ ପ୍ରତି ଅନାଇବେ, ସେମାନେ ସମସ୍ତେ ତୁମ୍ଭ ନିକଟରୁ ପଳାଇବେ, ଆଉ କହିବେ, ନୀନିବୀ ଧ୍ୱଂସ ହୋଇଅଛି; ତାହା ବିଷୟରେ କିଏ ବିଳାପ କରିବ? ଆମ୍ଭେ ତୁମ୍ଭ ପାଇଁ ସାନ୍ତ୍ୱନାକାରୀଗଣ କେଉଁଠାରେ ଖୋଜିବା?
καὶ ἔσται πᾶς ὁ ὁρῶν σε ἀποπηδήσεται ἀπὸ σοῦ καὶ ἐρεῖ Δειλαία Νινευη τίς στενάξει αὐτήν πόθεν ζητήσω παράκλησιν αὐτῇ
8 ଯେଉଁ ନଦୀଗଣ ମଧ୍ୟରେ ଅବସ୍ଥିତା ଓ ଚତୁର୍ଦ୍ଦିଗରେ ଜଳବେଷ୍ଟିତା ଥିଲା; ସମୁଦ୍ର ଯାହାର ଗଡ଼ର ଖାଇ ଓ ପ୍ରାଚୀର ଥିଲା, ଏପରି ନୋ-ଆମୋନଠାରୁ ତୁମ୍ଭେ କି ଶ୍ରେଷ୍ଠ?
ἑτοίμασαι μερίδα ἅρμοσαι χορδήν ἑτοίμασαι μερίδα Αμων ἡ κατοικοῦσα ἐν ποταμοῖς ὕδωρ κύκλῳ αὐτῆς ἧς ἡ ἀρχὴ θάλασσα καὶ ὕδωρ τὰ τείχη αὐτῆς
9 କୂଶ ଓ ମିସର ତାହାର ବଳ ସ୍ୱରୂପ ଥିଲେ ଓ ତାହା ଅସୀମ ଥିଲା; ପୂଟ୍‍ ଓ ଲୂବୀୟମାନେ ତାହାର ସହକାରୀ ଥିଲେ।
καὶ Αἰθιοπία ἡ ἰσχὺς αὐτῆς καὶ Αἴγυπτος καὶ οὐκ ἔστιν πέρας τῆς φυγῆς καὶ Λίβυες ἐγένοντο βοηθοὶ αὐτῆς
10 ତଥାପି ସେ ନିର୍ବାସିତା ହେଲା, ସେ ବନ୍ଦୀତ୍ୱ ସ୍ଥାନକୁ ଗଲା; ତାହାର ଶିଶୁଗଣ ମଧ୍ୟ ସମସ୍ତ ପଥ ମୁଣ୍ଡରେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେଲେ; ଲୋକମାନେ ତାହାର ମାନ୍ୟ ପୁରୁଷମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ଆଉ ତାହାର ବଡ଼ ଲୋକ ସମସ୍ତେ ଶିକୁଳିରେ ବନ୍ଧା ହେଲେ।
καὶ αὐτὴ εἰς μετοικεσίαν πορεύσεται αἰχμάλωτος καὶ τὰ νήπια αὐτῆς ἐδαφιοῦσιν ἐπ’ ἀρχὰς πασῶν τῶν ὁδῶν αὐτῆς καὶ ἐπὶ πάντα τὰ ἔνδοξα αὐτῆς βαλοῦσιν κλήρους καὶ πάντες οἱ μεγιστᾶνες αὐτῆς δεθήσονται χειροπέδαις
11 ତୁମ୍ଭେ ମଧ୍ୟ ମତ୍ତ ହେବ, ତୁମ୍ଭେ ଲୁଚାଯିବ; ଆହୁରି ତୁମ୍ଭେ ଶତ୍ରୁ ସକାଶୁ ଦୃଢ଼ ଗଡ଼ ଅନ୍ୱେଷଣ କରିବ।
καὶ σὺ μεθυσθήσῃ καὶ ἔσῃ ὑπερεωραμένη καὶ σὺ ζητήσεις σεαυτῇ στάσιν ἐξ ἐχθρῶν
12 ତୁମ୍ଭର ଦୁର୍ଗସବୁ ଆଦ୍ୟପକ୍ୱ ଫଳବିଶିଷ୍ଟ ଡିମ୍ବିରି ବୃକ୍ଷମାନର ତୁଲ୍ୟ ହେବେ; ସେହି ସବୁ ହଲା ଗଲେ ଫଳ ଭକ୍ଷକର ମୁଖରେ ପଡ଼ିବ।
πάντα τὰ ὀχυρώματά σου συκαῖ σκοποὺς ἔχουσαι ἐὰν σαλευθῶσιν καὶ πεσοῦνται εἰς στόμα ἔσθοντος
13 ଦେଖ, ତୁମ୍ଭର ମଧ୍ୟସ୍ଥିତ ଲୋକମାନେ ସ୍ତ୍ରୀଲୋକ ପରି ଅଟନ୍ତି; ତୁମ୍ଭ ଦେଶର ନଗରଦ୍ୱାରସକଳ ତୁମ୍ଭ ଶତ୍ରୁଗଣ ପାଇଁ ମେଲା ହୋଇ ରଖାଯାଇଅଛି; ଅଗ୍ନି ତୁମ୍ଭର ଅର୍ଗଳସବୁ ଗ୍ରାସ କରିଅଛି।
ἰδοὺ ὁ λαός σου ὡς γυναῖκες ἐν σοί τοῖς ἐχθροῖς σου ἀνοιγόμεναι ἀνοιχθήσονται πύλαι τῆς γῆς σου καὶ καταφάγεται πῦρ τοὺς μοχλούς σου
14 ଅବରୋଧର ସମୟ ନିମନ୍ତେ ଜଳ କାଢ଼ି ଆଣ, ତୁମ୍ଭର ଦୁର୍ଗସବୁ ଦୃଢ଼ କର; କାଦୁଅକୁ ଯାଇ ମାଟି ଚକଟ, ଇଟା ଭାଟି ଦୃଢ଼ କର।
ὕδωρ περιοχῆς ἐπίσπασαι σεαυτῇ καὶ κατακράτησον τῶν ὀχυρωμάτων σου ἔμβηθι εἰς πηλὸν καὶ συμπατήθητι ἐν ἀχύροις κατακράτησον ὑπὲρ πλίνθον
15 ସେଠାରେ ଅଗ୍ନି ତୁମ୍ଭକୁ ଗ୍ରାସ କରିବ; ଖଡ୍ଗ ତୁମ୍ଭକୁ ଛେଦନ କରିବ, ତାହା ପତଙ୍ଗର ନ୍ୟାୟ ତୁମ୍ଭକୁ ଗ୍ରାସ କରିବ; ତୁମ୍ଭେ ପତଙ୍ଗର ନ୍ୟାୟ ଆପଣାକୁ ବହୁସଂଖ୍ୟକ କର, ପଙ୍ଗପାଳ ପରି ଆପଣାକୁ ବହୁସଂଖ୍ୟକ କର।
ἐκεῖ καταφάγεταί σε πῦρ ἐξολεθρεύσει σε ῥομφαία καταφάγεταί σε ὡς ἀκρίς καὶ βαρυνθήσῃ ὡς βροῦχος
16 ତୁମ୍ଭେ ଆକାଶର ତାରାଗଣ ଅପେକ୍ଷା ଆପଣା ବଣିକଗଣର ସଂଖ୍ୟା ବୃଦ୍ଧି କରିଅଛ; ପତଙ୍ଗ ନଷ୍ଟ କରି ଉଡ଼ିଯାଏ।
ἐπλήθυνας τὰς ἐμπορίας σου ὑπὲρ τὰ ἄστρα τοῦ οὐρανοῦ βροῦχος ὥρμησεν καὶ ἐξεπετάσθη
17 ତୁମ୍ଭର ମୁକୁଟଧାରୀମାନେ ପଙ୍ଗପାଳ ପରି ଓ ତୁମ୍ଭର ପ୍ରଧାନ ସେନାପତିମାନେ ଫଡ଼ିଙ୍ଗର ଦଳ ପରି, ସେ ଫଡ଼ିଙ୍ଗମାନେ ଶୀତ ଦିନରେ ବାଡ଼ରେ ରହନ୍ତି, ମାତ୍ର ସୂର୍ଯ୍ୟ ଉଦୟ ହେଲେ ଉଡ଼ି ପଳାନ୍ତି, ଆଉ ସେମାନେ କେଉଁଠାରେ ଥାʼନ୍ତି, ତାହା ଜଣାଯାଏ ନାହିଁ।
ἐξήλατο ὡς ἀττέλεβος ὁ σύμμικτός σου ὡς ἀκρὶς ἐπιβεβηκυῖα ἐπὶ φραγμὸν ἐν ἡμέραις πάγους ὁ ἥλιος ἀνέτειλεν καὶ ἀφήλατο καὶ οὐκ ἔγνω τὸν τόπον αὐτῆς οὐαὶ αὐτοῖς
18 ହେ ଅଶୂରର ରାଜା, ତୁମ୍ଭର ପଲରକ୍ଷକମାନେ ଘୁମାଉଅଛନ୍ତି; ତୁମ୍ଭର ପ୍ରତାପାନ୍ୱିତ ଲୋକମାନେ ବିଶ୍ରାମ କରୁଅଛନ୍ତି; ତୁମ୍ଭର ଲୋକମାନେ ପର୍ବତଗଣ ଉପରେ ଛିନ୍ନଭିନ୍ନ ହୋଇଅଛନ୍ତି। ଆଉ, ସେମାନଙ୍କୁ ସଂଗ୍ରହ କରିବାକୁ କେହି ନାହିଁ।
ἐνύσταξαν οἱ ποιμένες σου βασιλεὺς Ἀσσύριος ἐκοίμισεν τοὺς δυνάστας σου ἀπῆρεν ὁ λαός σου ἐπὶ τὰ ὄρη καὶ οὐκ ἦν ὁ ἐκδεχόμενος
19 ତୁମ୍ଭ ଆଘାତର ଉପଶମ ନାହିଁ; ତୁମ୍ଭର କ୍ଷତ ବ୍ୟଥାଜନକ; ଯେଉଁମାନେ ତୁମ୍ଭ ବିଷୟକ ସମ୍ବାଦ ଶୁଣନ୍ତି, ସେମାନେ ସମସ୍ତେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; କାରଣ ତୁମ୍ଭର ଦୁଷ୍ଟତା କାହା ଉପରେ ଅବିରତ ବର୍ତ୍ତି ନାହିଁ?
οὐκ ἔστιν ἴασις τῇ συντριβῇ σου ἐφλέγμανεν ἡ πληγή σου πάντες οἱ ἀκούοντες τὴν ἀγγελίαν σου κροτήσουσιν χεῖρας ἐπὶ σέ διότι ἐπὶ τίνα οὐκ ἐπῆλθεν ἡ κακία σου διὰ παντός

< ନାହୂମ 3 >