< ନିହିମୀୟା 10 >

1 ମୋହରାଙ୍କନକାରୀମାନଙ୍କ ନାମ ଏହି, ଯଥା, ହଖଲୀୟର ପୁତ୍ର ନିହିମୀୟା ଶାସନକର୍ତ୍ତା ଓ ସିଦିକୀୟ;
在上面蓋印的,先是哈加里亞的兒子乃赫米雅省長,後為漆德克雅、
2 ସରାୟ, ଅସରୀୟ, ଯିରିମୀୟ;
色辣雅、阿匝黎雅、耶勒米雅、
3 ପଶ୍‍ହୂର, ଅମରୀୟ, ମଲ୍‍କୀୟ;
帕市胡爾、阿瑪黎雅、瑪耳基雅、
4 ହଟୂଶ୍‍, ଶବନୀୟ, ମଲ୍ଲୂକ;
哈突士、舍巴尼雅、瑪路客、
5 ହାରୀମ୍‍, ମରେମୋତ୍‍, ଓବଦୀୟ;
哈陵、默勒摩特、敖巴狄雅、
6 ଦାନିୟେଲ, ଗିନ୍ନଥୋନ, ବାରୂକ;
達尼耳、金乃通、巴魯克、
7 ମଶୁଲ୍ଲମ୍‍, ଅବୀୟ, ମିୟାମୀନ୍‍।
默叔藍、阿彼雅、米雅明、
8 ମାସିୟ, ବିଲ୍‍ଗୟ, ଶମୟୀୟ; ଏମାନେ ଯାଜକ ଥିଲେ।
瑪阿齊雅、彼耳蓋、舍瑪雅:以上都是司祭。
9 ଆଉ, ଲେବୀୟଗଣ, ଯଥା, ଅସନିୟର ପୁତ୍ର ଯେଶୂୟ; ହେନାଦଦର ସନ୍ତାନଗଣ ମଧ୍ୟରୁ ବିନ୍ନୁୟି ଓ କଦ୍‍ମୀୟେଲ।
以下是肋未人:阿匝尼雅的兒子耶叔亞、彼奴依,赫那達得的子孫卡德米耳,
10 ପୁଣି, ସେମାନଙ୍କର ଭ୍ରାତୃଗଣ, ଶବନୀୟ, ହୋଦୀୟ, କଲିଟ, ପଲାୟ, ହାନନ୍‍;
和他們的族人:舍巴尼雅、曷狄雅、刻里達、培拉雅、哈南、
11 ମୀକା, ରହୋବ, ହଶବୀୟ;
米加、勒曷布、哈沙彼雅、
12 ସକ୍କୁର, ଶେରେବୀୟ, ଶବନୀୟ;
匝雇爾、舍勒彼雅、舍巴尼雅、
13 ହୋଦୀୟ, ବାନି, ବନୀନୁ।
曷狄雅、巴尼、貝尼奴。
14 ଲୋକମାନଙ୍କର ପ୍ରଧାନବର୍ଗ, ଯଥା, ପରିୟୋଶ, ପହତ୍‍-ମୋୟାବ, ଏଲମ୍‍; ସତ୍ତୂ, ବାନି;
民眾的首領:帕洛市、帕哈特摩阿布、厄藍、匝突、巴尼、
15 ବୁନ୍ନି, ଅସ୍ଗଦ, ବେବୟ;
步尼、阿次加得、貝拜、
16 ଅଦୋନୀୟ, ବିଗ୍‍ବୟ, ଆଦୀନ;
阿多尼雅、彼革外、阿丁、
17 ଆଟେର, ହିଜକୀୟ, ଅସୂର;
阿特爾、希則克雅、阿組爾、
18 ହୋଦୀୟ, ହଶୂମ, ବେତ୍ସୟ,
曷狄雅、哈雄、貝宰、
19 ହାରୀଫ, ଅନାଥୋତ୍‍, ନୋବୟ;
哈黎布、阿納托特、乃拜、
20 ମଗ୍‍ପୀୟସ୍‍, ମଶୁଲ୍ଲମ୍‍, ହେଷୀର;
瑪革丕阿士、默叔藍、赫齊爾默、
21 ମଶେଷବେଲ୍‍, ସାଦୋକ, ଯଦ୍ଦୁୟ;
舍匝貝耳、匝多克、雅杜亞、
22 ପ୍ଲଟୀୟ, ହାନନ୍‍, ଅନାୟ;
培拉提雅、哈南、阿納雅、
23 ହୋଶେୟ, ହନାନୀୟ, ହଶୂବ;
曷舍雅、哈納尼雅、哈叔布、
24 ହଲୋହେଶ, ପିଲହ, ଶୋବେକ;
哈羅赫士、丕耳哈、芍貝克、
25 ରହୂମ୍‍, ହଶବ୍‍ନା, ମାସେୟ,
勒洪、哈沙貝納、瑪阿色雅、
26 ପୁଣି, ଅହୀୟ, ହାନନ୍‍, ଅନାନ୍‍;
阿希雅、哈南、阿南、
27 ମଲ୍ଲୂକ, ହାରୀମ୍‍, ବାନା।
瑪路客、哈陵、巴阿納。
28 ପୁଣି, ଲୋକମାନଙ୍କର ଅବଶିଷ୍ଟାଂଶ, ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ, ଗାୟକମାନେ, ନଥୀନୀୟମାନେ ଓ ଯେସମସ୍ତ ଲୋକ ନାନା ଦେଶସ୍ଥ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ କରି ପରମେଶ୍ୱରଙ୍କ ବ୍ୟବସ୍ଥାର ପକ୍ଷ ହୋଇଥିଲେ, ସେମାନେ, ସେମାନଙ୍କର ଭାର୍ଯ୍ୟାଗଣ, ସେମାନଙ୍କର ପୁତ୍ରଗଣ ଓ ସେମାନଙ୍କର କନ୍ୟାଗଣ, ପ୍ରତ୍ୟେକ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ;
其餘的民眾、司祭、肋未人、門丁、歌詠者、獻身者,和所有脫離各地人民而來歸奉天主法律的人,連同他們的妻子兒女,及凡有知識能懂事的人,
29 ସେମାନେ ଆପଣାମାନଙ୍କ ଭ୍ରାତୃଗଣ, ଆପଣାମାନଙ୍କ କୁଳୀନଗଣ ପ୍ରତି ଆସକ୍ତ ହୋଇ ପରମେଶ୍ୱରଙ୍କ ଦାସ ମୋଶାଙ୍କ ଦ୍ୱାରା ଦତ୍ତ ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପ୍ରଭୁ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ଶାସନ ଓ ବିଧି ମନୋଯୋଗ-ପୂର୍ବକ ପାଳିବା ପାଇଁ ଶପଥ ଓ ପ୍ରତିଜ୍ଞା କଲେ;
都支持他們為首領的同胞,起咒宣示,必按天主的法律去行,就是遵行天主的僕人梅瑟所頒佈的法律,並遵守履行上主我們的天主的一切命令、規矩和制度;
30 ଆଉ କହିଲେ, “ଆମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କୁ ଆପଣାମାନଙ୍କ କନ୍ୟାଗଣ ଦେବୁ ନାହିଁ, କିଅବା ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣ ଗ୍ରହଣ କରିବୁ ନାହିଁ;”
決不將我們的女兒嫁給外方人民,也不為我們的兒子娶他們的女兒。
31 ଆଉ, ଦେଶସ୍ଥ ଲୋକମାନେ ବିଶ୍ରାମବାରରେ କୌଣସି ପଦାର୍ଥ କି ଖାଦ୍ୟଦ୍ରବ୍ୟ ବିକ୍ରି କରିବାକୁ ଆଣିଲେ, ଆମ୍ଭେମାନେ ବିଶ୍ରାମବାରରେ କି ଅନ୍ୟ କୌଣସି ପବିତ୍ର ଦିନରେ ସେମାନଙ୍କଠାରୁ ତାହା କିଣିବୁ ନାହିଁ; ଆଉ, ସପ୍ତମ ବର୍ଷ ସର୍ବପ୍ରକାର ଋଣ ଆଦାୟ କରିବାର ଛାଡ଼ି ଦେବୁ।
外方人民若是在安息日,運貨物或各種食糧來販賣,我們在安息日或聖日,決不向他們購買什麼;每七年停止耕種,豁免一切債務。
32 ଆହୁରି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବାକାର୍ଯ୍ୟ ନିମନ୍ତେ,
我們又為自己定下規矩,每年要繳納三分之一「協刻耳,」作為我們天主殿中祭祀之用:
33 ଅର୍ଥାତ୍‍, ଦର୍ଶନୀୟ ରୁଟିର ଓ ନିତ୍ୟ ଭକ୍ଷ୍ୟ ନୈବେଦ୍ୟର ଓ ନିତ୍ୟ ହୋମବଳିର, ବିଶ୍ରାମବାରର, ଅମାବାସ୍ୟାର ନିରୂପିତ ପର୍ବାଦିର ଓ ପବିତ୍ର ଦ୍ରବ୍ୟାଦିର ଓ ଇସ୍ରାଏଲର ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର ସମସ୍ତ କାର୍ଯ୍ୟ ନିମନ୍ତେ ପ୍ରତି ବର୍ଷ ଏକ ଏକ ଶେକଲର ତୃତୀୟାଂଶ ଦାନ କରିବା ଭାର ଆପଣାମାନଙ୍କ ଉପରେ ନେବାର ବିଧାନ କଲୁ।
備辦供餅、恆常祭品、全燔祭品,安息日、月朔和慶節應獻的祭品和各種祭物,為以色列贖罪的贖罪祭品,以及我們天主殿內的一切工作費用。
34 ପୁଣି, ବ୍ୟବସ୍ଥାର ଲିଖନାନୁସାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ଜ୍ୱଳାଇବା ସକାଶେ ଆମ୍ଭମାନଙ୍କ ପିତୃବଂଶାନୁସାରେ ବର୍ଷକୁ ବର୍ଷ ନିରୂପିତ ସମୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ କାଷ୍ଠ ଆଣିବା ନିମନ୍ତେ ଆମ୍ଭେମାନେ, ଅର୍ଥାତ୍‍ ଯାଜକମାନେ, ଲେବୀୟମାନେ ଓ ଲୋକମାନେ କାଷ୍ଠଦାନ ବିଷୟରେ ଗୁଲିବାଣ୍ଟ କଲୁ।
我們司祭、肋未人和人民,拈鬮規定,按照家族,每年照一定的時間,我們天主的聖殿獻納木柴,放在上主我們的天主的祭壇上燃燒,如法律上所記載的;
35 ଆହୁରି, ଆମ୍ଭମାନଙ୍କ ଭୂମିର ପ୍ରଥମଜାତ ଶସ୍ୟ ଓ ସର୍ବପ୍ରକାର ବୃକ୍ଷର ପ୍ରଥମଜାତ ଫଳ ବର୍ଷକୁ ବର୍ଷ ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ,
又當把田地的初熟之物,以及各種樹木的初熟鮮果,每年獻於上主聖殿;
36 ମଧ୍ୟ ବ୍ୟବସ୍ଥାର ଲିଖନାନୁସାରେ ଆମ୍ଭମାନଙ୍କ ସନ୍ତାନଗଣର ଓ ପଶୁଗଣର ପ୍ରଥମଜାତ ଓ ଆମ୍ଭମାନଙ୍କ ଗୋପଲ ଓ ମେଷପଲର ପ୍ରଥମଜାତମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ପରିଚର୍ଯ୍ୟାକାରୀ ଯାଜକମାନଙ୍କ ନିକଟକୁ ଆଣିବା ପାଇଁ,
按照法律所載,將我們的兒子和家畜中的首生者,以及我們牛羊中的首生者,獻於我們天主的聖殿,交給我們在天主殿內奉職的司祭;
37 ପୁଣି, ଆମ୍ଭମାନଙ୍କ ଚକଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।
把我們初熟的粗麵餅、祭品、各種樹木的果實、新酒和油,交給司祭,送到我們天主聖殿的廊房裏;將我們田地出產的十分之一,送給肋未人,肋未人應親自在各城鎮,徵收我們勞作的十分之一。
38 ମାତ୍ର ଲେବୀୟମାନେ ଦଶମାଂଶ ଆଦାୟ କରିବା ସମୟରେ ହାରୋଣଙ୍କର ସନ୍ତାନ-ଯାଜକ ଲେବୀୟମାନଙ୍କ ସଙ୍ଗେ ରହିବ; ଆଉ, ଲେବୀୟମାନେ ପରମେଶ୍ୱରଙ୍କ ଗୃହସ୍ଥିତ ଭଣ୍ଡାର-କୋଠରିକୁ ଦଶମାଂଶର ଦଶମାଂଶ ଆଣିବେ।
當肋未人徵收十分之一時,亞郎子孫中的一個司祭,應與肋未人在一起;肋未人應將所得什一中的十分之一,獻於我們的天主聖殿,交入聖殿廊房的寶庫,
39 କାରଣ ପବିତ୍ର ସ୍ଥାନର ପାତ୍ରସବୁ ଓ ପରିଚାରକ ଯାଜକମାନେ, ଆଉ ଦ୍ୱାରପାଳ ଓ ଗାୟକମାନେ ଯେଉଁସବୁ କୋଠରିରେ ଥାʼନ୍ତି, ସେଠାକୁ ଇସ୍ରାଏଲ-ସନ୍ତାନଗଣ ଓ ଲେବୀୟ ସନ୍ତାନଗଣ ଶସ୍ୟର, ଦ୍ରାକ୍ଷାରସର ଓ ତୈଳର ଉତ୍ତୋଳନୀୟ ଉପହାର ଆଣିବେ; ପୁଣି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରିବୁ ନାହିଁ।
因為以色列子民和肋未的子孫,應把所獻的五穀、酒和油,送到廊房內,聖所的器具存在那裏,奉職的司祭,守門者和歌詠者也住在那裏,對們天主的聖殿,再也不敢怠慢。

< ନିହିମୀୟା 10 >