< ନିହିମୀୟା 11 >

1 ପୁଣି, ଲୋକମାନଙ୍କ ଅଧିପତିବର୍ଗ ଯିରୂଶାଲମରେ ବାସ କଲେ; ମଧ୍ୟ ଅବଶିଷ୍ଟ ଲୋକମାନେ ପବିତ୍ର ନଗର ଯିରୂଶାଲମରେ ବାସ କରିବା ନିମନ୍ତେ ପ୍ରତି ଦଶ ଜଣ ମଧ୍ୟରୁ ଏକ ଜଣକୁ ସେସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ୟାନ୍ୟ ନଗରରେ ବାସ କରାଇବା ପାଇଁ ଗୁଲିବାଣ୍ଟ କଲେ।
民の牧伯等はヱルサレムに住りその餘の民もまた籤を掣き十人の中よりして一人宛を聖邑ヱルサレムに來りて住しめその九人を他の邑々に住しめたり
2 ଆଉ, ଯେଉଁମାନେ ଯିରୂଶାଲମରେ ବାସ କରିବାକୁ ସ୍ୱେଚ୍ଛାପୂର୍ବକ ଆପଣାମାନଙ୍କୁ ସମର୍ପଣ କଲେ, ଲୋକମାନେ ସେମାନଙ୍କର ଧନ୍ୟବାଦ କଲେ।
又すべて自ら進でヱルサレムに住んと言ふ人々は民これを祝せり
3 ପ୍ରଦେଶରେ ଏହି ପ୍ରଧାନବର୍ଗ ଯିରୂଶାଲମରେ ବାସ କଲେ; ମାତ୍ର ଯିହୁଦାର ନାନା ନଗରରେ ଲୋକମାନେ, ଅର୍ଥାତ୍‍, ଇସ୍ରାଏଲ, ଯାଜକମାନେ ଓ ଲେବୀୟମାନେ ଓ ନଥୀନୀୟମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ ପ୍ରତ୍ୟେକେ ଆପଣା ଆପଣା ଅଧିକାରରେ ଆପଣା ଆପଣା ନଗରରେ ବାସ କଲେ।
イスラエル祭司レビ人ネテニ人およびソロモンの臣僕たりし者等の子孫すべてユダの邑々にありておのおのその邑々なる自己の所有地に住をれり此州の貴き人々のヱルサレムに住をりし者は左のごとし
4 ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ ଓ ବିନ୍ୟାମୀନ୍‍ର ସନ୍ତାନଗଣ ମଧ୍ୟରୁ କେତେକ ଲୋକ ଯିରୂଶାଲମରେ ବାସ କଲେ। ଯିହୁଦାର ସନ୍ତାନଗଣ ମଧ୍ୟରୁ ଉଷୀୟର ପୁତ୍ର ଅଥାୟ, ସେହି ଉଷୀୟ ଜିଖରୀୟର ପୁତ୍ର, ଜିଖରୀୟ ଅମରୀୟର ପୁତ୍ର, ଅମରୀୟ ଶଫଟୀୟର ପୁତ୍ର, ଶଫଟୀୟ ମହଲଲେଲର ପୁତ୍ର, ମହଲଲେଲ ପେରସ-ସନ୍ତାନଗଣ ମଧ୍ୟରୁ ଜଣେ;
即ちユダの子孫およびベニヤミンの子孫のヱルサレムに住る者は是なりユダの子孫はウジヤの子アタヤ、ウジヤはゼカリヤの子ゼカリヤはアマリヤの子アマリヤはシパテヤの子シパテヤはマハラレルの子是はペレズの子孫なり
5 ଆଉ, ବାରୂକର ପୁତ୍ର ମାସେୟ, ସେହି ବାରୂକ କଲ୍‍ହୋଷିର ପୁତ୍ର, କଲ୍‍ହୋଷି ହସାୟର ପୁତ୍ର, ହସାୟ ଅଦାୟାର ପୁତ୍ର, ଅଦାୟା ଯୋୟାରୀବ୍‍ର ପୁତ୍ର, ଯୋୟାରୀବ୍‍ ଜିଖରୀୟର ପୁତ୍ର, ଜିଖରୀୟ ଶୀଲୋନିର ପୁତ୍ର।
又バルクの子マアセヤといふ者ありバルクはコロホゼの子コロホゼはハザヤの子ハザヤはアダヤの子アダヤはヨヤリブの子ヨヤリプはゼカリヤの子ゼカリヤはシロニ人の子なり
6 ପେରସର ସନ୍ତାନ ସର୍ବସୁଦ୍ଧା ଚାରି ଶହ ଅଠଷଠି ଜଣ ବୀରପୁରୁଷ ଯିରୂଶାଲମରେ ବାସ କଲେ।
ペレズの子孫のヱルサレムに住る者は合せて四百六十八人にして皆勇士なり
7 ବିନ୍ୟାମୀନ୍‍ର ସନ୍ତାନଗଣ, ଯଥା, ମଶୁଲ୍ଲମ୍‍ର ପୁତ୍ର ସଲ୍ଲୁ, ସେହି ମଶୁଲ୍ଲମ୍‍ ଯୋୟେଦ୍‍ର ପୁତ୍ର, ଯୋୟେଦ୍‍ ପଦାୟର ପୁତ୍ର, ପଦାୟ କୋଲାୟାର ପୁତ୍ର, କୋଲାୟା ମାସେୟର ପୁତ୍ର, ମାସେୟ ଇଥୀୟେଲର ପୁତ୍ର, ଇଥୀୟେଲ ଯିଶାୟାହର ପୁତ୍ର।
ベニヤミンの子孫は左のごとしメシユラムの子サル、メシユラムはヨエデの子ヨエデはペダヤの子ペダヤはコラヤの子コラヤはマアセヤの子マアセヤはイテエルの子イテエルはヱサヤの子なり
8 ପୁଣି, ତାହା ଛଡ଼ା ଗବ୍ବୟ, ସଲ୍ଲୟ ଆଦି ନଅ ଶହ ଅଠାଇଶ ଜଣ।
その次はガバイおよびサライなどにして合せて九百二十八人
9 ଆଉ, ସିଖ୍ରିର ପୁତ୍ର ଯୋୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା ଓ ହସନୁୟେର ପୁତ୍ର ଯିହୁଦା ନଗରର ଦ୍ୱିତୀୟ କର୍ତ୍ତା ଥିଲା।
ジクリの子ヨエルかれらの監督たりハツセヌアの子ユダこれに副ふて邑を治む
10 ଯାଜକମାନଙ୍କ ମଧ୍ୟରୁ, ଯଥା, ଯୋୟାରୀବ୍‍ର ପୁତ୍ର ଯିଦୟୀୟ, ଯାଖୀନ୍‍,
祭司はヨヤリブの子ヱダヤ、ヤキン
11 ହିଲ୍‍କୀୟର ପୁତ୍ର ସରାୟ, ସେହି ହିଲ୍‍କୀୟ ମଶୁଲ୍ଲମ୍‍ର ପୁତ୍ର, ମଶୁଲ୍ଲମ୍‍ ସାଦୋକର ପୁତ୍ର, ସାଦୋକ ମରାୟୋତ୍‍ର ପୁତ୍ର, ମରାୟୋତ୍‍ ଅହୀଟୂବ୍‍ର ପୁତ୍ର, ଅହୀଟୂବ୍‍ ପରମେଶ୍ୱରଙ୍କ ଗୃହର ଅଧ୍ୟକ୍ଷ ଥିଲା।
および神の室の宰セラヤ、セラヤはヒルヤキの子ヒルキヤはメシユラムの子メシユラムはザドクの子ザドクはメラヨテの子メラヨテはアヒトブの子なり
12 ଗୃହର କର୍ମକାରୀ ସେମାନଙ୍କ ଭ୍ରାତୃଗଣ ଆଠ ଶହ ବାଇଶ ଜଣ ଥିଲେ; ପୁଣି, ଯିରୋହମର ପୁତ୍ର ଅଦାୟା, ସେହି ଯିରୋହମ ପଲଲୀୟର ପୁତ୍ର, ପଲଲୀୟ ଅମ୍ସିର ପୁତ୍ର, ଅମ୍ସି ଜିଖରୀୟର ପୁତ୍ର, ଜିଖରୀୟ ପଶ୍‍ହୂରର ପୁତ୍ର, ପଶ୍‍ହୂର ମଲ୍‍କୀୟର ପୁତ୍ର,
殿の職事をするその兄弟八百二十二人あり又アダヤといふ者ありアダヤはヱロハムの子ヱロハムはペラリヤの子ペラリヤはアムジの子アムジはゼカリヤの子ゼカリヤはパシホルの子パシホルはマルキヤの子なり
13 ପୁଣି, ଅଦାୟାର ଭ୍ରାତୃଗଣ ଦୁଇ ଶହ ବୟାଳିଶ ଜଣ ପିତୃବଂଶ-ପ୍ରଧାନ ଥିଲେ; ଅସରେଲ୍‍ର ପୁତ୍ର ଅମଶୟ, ସେହି ଅସରେଲ୍‍ ଅହସୟର ପୁତ୍ର, ଅହସୟ ମଶିଲ୍ଲେମୋତ୍‍ର ପୁତ୍ର, ମଶିଲ୍ଲେମୋତ୍‍ ଇମ୍ମେରର ପୁତ୍ର,
アダヤの兄弟たる宗家の長二百四十二人あり又アマシサイといふ者ありアマシサイはアザリエルの子アザリエルはアハザイの子アハザイはメシレモテの子メシレモテはイシメルの子なり
14 ଆଉ, ସେମାନଙ୍କ ଭ୍ରାତୃଗଣ ଏକ ଶହ ଅଠାଇଶ ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହଗ୍‍ଦୋଲୀମ୍‌ର ପୁତ୍ର ସବ୍‍ଦୀୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା।
その兄弟たる勇士百二十八人ありハツゲドリムの子ザブデエル彼らの監督たり
15 ଲେବୀୟମାନଙ୍କ ମଧ୍ୟରୁ, ଯଥା, ହଶୂବ୍‍ର ପୁତ୍ର ଶମୟୀୟ, ସେହି ହଶୂବ୍‍ ଅସ୍ରୀକାମର ପୁତ୍ର, ଅସ୍ରୀକାମ ହଶବୀୟର ପୁତ୍ର, ହଶବୀୟ ବୁନ୍ନିର ପୁତ୍ର;
レビ人はハシユブの子シマヤ、ハシユブはアズリカムの子アズリカムはハシヤビヤの子ハシヤビヤはブンニの子なり
16 ଆହୁରି, ଲେବୀୟ-ପ୍ରଧାନବର୍ଗ ମଧ୍ୟରୁ ଶବ୍ବଥୟ ଓ ଯୋଷାବଦ୍‍ ପରମେଶ୍ୱରଙ୍କ ଗୃହର ବାହାର କାର୍ଯ୍ୟର ଅଧ୍ୟକ୍ଷ ଥିଲେ;
またシヤベタイおよびヨザバデあり是等はレビ人の長にして神の室の外の事を掌どれり
17 ଆଉ, ଆସଫର ବଂଶଜାତ ସବ୍‍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍‍ବୁକୀୟ ଦ୍ୱିତୀୟ ଥିଲା; ପୁଣି, ଯିଦୂଥୂନ୍-ବଂଶଜାତ ଗାଲଲ୍‍ର ପୌତ୍ର ଶମ୍ମୂୟର ପୁତ୍ର ଅବ୍‍ଦ।
またマツタニヤといふ者ありマツタニヤはミカの子ミカはザブデの子ザブデはアサフの子なりマツタニヤは祈祷の時に感謝の詞を唱へはじむる者なり彼の兄弟の中にてバクブキヤといふ者かれに次り又アブダといふ者ありアブダはシヤンマの子シヤンマはガラルの子ガラルはヱドトンの子なり
18 ପବିତ୍ର ନଗରସ୍ଥ ଲେବୀୟମାନେ ସର୍ବସୁଦ୍ଧା ଦୁଇ ଶହ ଚୌରାଶୀ ଜଣ ଥିଲେ।
聖邑にあるレビ人は合せて二百八十四人
19 ଆହୁରି, ଦ୍ୱାରପାଳ ଅକ୍କୂବ, ଟଲ୍‍ମୋନ ଓ ନଗର-ଦ୍ୱାର ସମୂହରେ ପ୍ରହରୀକର୍ମକାରୀ ସେମାନଙ୍କ ଭ୍ରାତୃଗଣ ଏକ ଶହ ବାସ୍ତରି ଜଣ ଥିଲେ।
門を守る者アツクブ、タルモンおよびその兄弟等合せて百七十二人あり皆門々にありて伺守ることをせり
20 ପୁଣି, ଇସ୍ରାଏଲର, ଯାଜକମାନଙ୍କର, ଲେବୀୟମାନଙ୍କ ଅବଶିଷ୍ଟ ଲୋକମାନେ ଯିହୁଦାର ସମସ୍ତ ନଗରରେ ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ରହିଲେ।
その餘のイスラエル人祭司およびレビ人は皆ユダの一切の邑々にありて各々おのれの産業に居り
21 ମନ୍ଦିରରେ ସେବା କରୁଥିବା ଲୋକମାନେ ଓଫଲରେ ବାସ କଲେ; ଆଉ, ସୀହ ଓ ଗିଷ୍ପ ନଥୀନୀୟମାନଙ୍କର ଅଧ୍ୟକ୍ଷ ଥିଲେ।
但しネテニ人はオぺルに居りヂハ及びギシパ、ネタニ人を統ぶ
22 ଆସଫ-ବଂଶୀୟ ଗାୟକମାନଙ୍କ ମଧ୍ୟରୁ ମୀକାର ବୃଦ୍ଧ ପ୍ରପୌତ୍ର, ମତ୍ତନୀୟର ପ୍ରପୌତ୍ର, ହଶବୀୟର ପୌତ୍ର, ବାନିର ପୁତ୍ର ଉଷି ଯିରୂଶାଲମରେ ଲେବୀୟମାନଙ୍କର ଅଧ୍ୟକ୍ଷ ଥିଲା, ସେ ମଧ୍ୟ ପରମେଶ୍ୱରଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ କଲା।
ヱルサレムにをるレビ人の監督はウジといふ者なりウジはバニの子バニはハシヤビヤの子ハシヤビヤはマツタニヤの子マツタニヤはミカの子なり是は謳歌者なるアサフの子孫なりその職務は神の室の事にかかはる
23 କାରଣ ସେମାନଙ୍କ ବିଷୟରେ ରାଜାଙ୍କର ଆଜ୍ଞା ଥିଲା ଓ ପ୍ରତିଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କୁ ନିରୂପିତ ପଡ଼ି ଦିଆଗଲା।
王より命令ありて是らの事を定め謳歌者に日々の定まれる分を與へしむ
24 ଆଉ, ଯିହୁଦାର ପୁତ୍ର ସେରହର ବଂଶଜାତ ମଶେଷବେଲ୍‍ର ପୁତ୍ର ପଥାହୀୟ ଲୋକମାନଙ୍କ ସମସ୍ତ କାର୍ଯ୍ୟ ବିଷୟରେ ରାଜାଙ୍କ ନିକଟରେ ଥିଲା।
ユダの子ゼラの子孫メシザベルの子ぺタヒヤといふ者王の手に属して民に関る一切の事を取あつかへり
25 ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ କେତେକ ନାନା ଗ୍ରାମ ଓ ତହିଁର କ୍ଷେତ୍ରରେ, ଅର୍ଥାତ୍‍, କିରୀୟଥ୍‍-ଅର୍ବ ଓ ତହିଁର ଉପନଗରରେ, ଦୀବୋନ୍ ଓ ତହିଁର ଉପନଗରରେ, ଯିକବ୍‍ସେଲ ଓ ତହିଁର ଗ୍ରାମରେ;
又村荘とその田圃につきてはユダの子孫の者キリアテアルバとその郷里デボンとその郷里およびヱカブジエルとその村荘に住み
26 ଆଉ ଯେଶୂୟରେ, ମୋଲାଦାରେ ଓ ବେଥ୍-ପେଲଟରେ;
ヱシユア、モラダおよびベテぺレテに住み
27 ଆଉ ହତ୍‍ସର-ଶୁୟାଲ୍‍ରେ, ବେର୍‍ଶେବା ଓ ତହିଁର ଉପନଗରରେ;
ハザルシユアルおよびベエルシバとその郷里に住み
28 ଆଉ ସିକ୍ଲଗ୍‍ରେ, ମକୋନା ଓ ତହିଁର ଉପନଗରରେ;
ヂクラグおよびメコナとその郷里に住み
29 ଆଉ ଐନ୍‍-ରିମ୍ମୋଣରେ, ସରାୟରେ ଓ ଯର୍ମୂତରେ;
エンリンモン、ザレア、ヤルムテに住み
30 ସାନୋହ, ଅଦୁଲ୍ଲମ ଓ ତହିଁର ଗ୍ରାମରେ, ଲାଖୀଶ୍‍ ଓ ତହିଁର କ୍ଷେତ୍ରରେ, ଅସେକା ଓ ତହିଁର ଉପନଗରରେ ବାସ କଲେ। ଏହିରୂପେ ସେମାନେ ବେର୍‍ଶେବାଠାରୁ ହିନ୍ନୋମ ଉପତ୍ୟକା ପର୍ଯ୍ୟନ୍ତ ଛାଉଣି କଲେ।
ザノア、アドラムおよび其等の村荘ラキシとその田野およびアゼカとその郷里に住り斯かれらはベエルシバよりヒンノムの谷までに天幕を張り
31 ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟ ଗେବାଠାରୁ ଆଗକୁ, ମିକ୍‍ମସ୍‍ ଓ ଅୟାରେ, ବେଥେଲ୍‍ ଓ ତହିଁର ଉପନଗରରେ;
ベニヤミンの子孫はまたゲバよりしてミクマシ、アヤおよびベテルとその郷里に住み
32 ଅନାଥୋତ୍‍, ନୋବ ଓ ଅନନୀୟାରେ;
アナトテ、ノブ、アナニヤ
33 ହାସୋର, ରାମା, ଗିତ୍ତୟିମରେ;
ハゾル、ラマ、ギツタイム
34 ହାଦୀଦ୍‍, ସବୋୟିମ, ନବଲ୍ଲାଟରେ;
ハデデ、ゼボイム、ネバラテ
35 ଲୋଦ୍‍ ଓ ଓନୋ, ଶିଳ୍ପକାରମାନଙ୍କ ଉପତ୍ୟକାରେ ବାସ କଲେ।
ロド、オノ工匠谷に住り
36 ଆଉ, ଯିହୁଦା ସମ୍ପର୍କୀୟ ନାନା ପାଳିଭୁକ୍ତ କେତେକ ଲେବୀୟ ଲୋକ ବିନ୍ୟାମୀନ୍ ସହିତ ସଂଯୁକ୍ତ ହେଲେ।
レビ人の班列のユダにある者の中ベニヤミンに合せし者もありき

< ନିହିମୀୟା 11 >