< ନିହିମୀୟା 12 >

1 ଯେଉଁ ଯାଜକମାନେ ଓ ଲେବୀୟମାନେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯେଶୂୟ ସଙ୍ଗେ ଆସିଥିଲେ, ସେମାନେ ଏହି, ଯଥା, ସରାୟ, ଯିରିମୀୟ, ଏଜ୍ରା;
ואלה הכהנים והלוים אשר עלו עם זרבבל בן שאלתיאל וישוע שריה ירמיה עזרא׃
2 ଅମରୀୟ, ମଲ୍ଲୂକ, ହଟୂଶ୍‍,
אמריה מלוך חטוש׃
3 ଶଖନୀୟ, ରହୂମ୍‍, ମରେମୋତ୍‍;
שכניה רחם מרמת׃
4 ଇଦ୍ଦୋ, ଗିନ୍ନଥୋୟ, ଅବୀୟ;
עדוא גנתוי אביה׃
5 ମିୟାମୀନ୍‍, ମୋୟଦୀୟ, ବିଲ୍ଗା;
מימין מעדיה בלגה׃
6 ଶମୟୀୟ ଓ ଯୋୟାରୀବ୍‍, ଯିଦୟୀୟ;
שמעיה ויויריב ידעיה׃
7 ସଲ୍ଲ, ଆମୋକ, ହିଲ୍‍କୀୟ, ଯିଦୟୀୟ। ଏମାନେ ଯେଶୂୟଙ୍କ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭ୍ରାତୃଗଣଙ୍କ ମଧ୍ୟରେ ପ୍ରଧାନ ଥିଲେ।
סלו עמוק חלקיה ידעיה אלה ראשי הכהנים ואחיהם בימי ישוע׃
8 ଆଉ ଲେବୀୟମାନେ, ଯଥା, ଯେଶୂୟ, ବିନ୍ନୁୟି, କଦ୍‍ମୀୟେଲ, ଶେରେବୀୟ, ଯିହୁଦା ଓ ମତ୍ତନୀୟ, ଏହି ମତ୍ତନୀୟ ଓ ତାହାର ଭ୍ରାତୃଗଣ ଧନ୍ୟବାଦ-ସେବାର ଅଧ୍ୟକ୍ଷ ଥିଲେ।
והלוים ישוע בנוי קדמיאל שרביה יהודה מתניה על הידות הוא ואחיו׃
9 ମଧ୍ୟ ସେମାନଙ୍କର ଭ୍ରାତା ବକ୍‍ବୁକୀୟ ଓ ଉନ୍ନି ସେମାନଙ୍କ ସମ୍ମୁଖରେ ପ୍ରହରୀକର୍ମ କଲେ।
ובקבקיה וענו אחיהם לנגדם למשמרות׃
10 ପୁଣି, ଯେଶୂୟର ପୁତ୍ର ଯୋୟାକୀମ୍‍, ଯୋୟାକୀମ୍‍ର ପୁତ୍ର ଇଲୀୟାଶୀବ ଓ ଇଲିୟାଶୀବ୍‍ର ପୁତ୍ର ଯୋୟାଦ୍‍,
וישוע הוליד את יויקים ויויקים הוליד את אלישיב ואלישיב את יוידע׃
11 ଯୋୟାଦ୍‍ର ପୁତ୍ର ଯୋନାଥନ ଓ ଯୋନାଥନର ପୁତ୍ର ଯଦ୍ଦୂୟ।
ויוידע הוליד את יונתן ויונתן הוליד את ידוע׃
12 ପୁଣି, ଯୋୟାକୀମ୍‍ର ସମୟରେ ଏହି ଯାଜକମାନେ ପିତୃବଂଶ-ପ୍ରଧାନ ଥିଲେ, ଯଥା, ସରାୟ-ବଂଶର ମରାୟ;
ובימי יויקים היו כהנים ראשי האבות לשריה מריה לירמיה חנניה׃
13 ଯିରିମୀୟ-ବଂଶର ହନାନୀୟ; ଏଜ୍ରା-ବଂଶର ମଶୁଲ୍ଲମ୍‍; ଅମରୀୟ-ବଂଶର ଯିହୋହାନନ୍‍;
לעזרא משלם לאמריה יהוחנן׃
14 ମଲ୍ଲୁକି-ବଂଶର ଯୋନାଥନ, ଶବନୀୟ-ବଂଶର ଯୋଷେଫ;
למלוכי יונתן לשבניה יוסף׃
15 ହାରୀମ-ବଂଶର ଅଦନ୍‍; ମରାୟୋତ୍‍-ବଂଶର ହିଲ୍‍କୟ;
לחרם עדנא למריות חלקי׃
16 ଇଦ୍ଦୋ-ବଂଶର ଜିଖରୀୟ; ଗିନ୍ନଥୋନ-ବଂଶର ମଶୁଲ୍ଲମ୍‍;
לעדיא זכריה לגנתון משלם׃
17 ଅବୀୟ-ବଂଶର ସିଖ୍ରି; ମିନ୍ୟାମୀନ-ବଂଶର, ମୋୟଦୀୟ-ବଂଶର ପିଲ୍‍ଟେୟ;
לאביה זכרי למנימין למועדיה פלטי׃
18 ବିଲ୍ଗା-ବଂଶର ଶମ୍ମୂୟ; ଶମୟୀୟ-ବଂଶର ଯିହୋନାଥନ୍‍;
לבלגה שמוע לשמעיה יהונתן׃
19 ଆଉ, ଯୋୟାରୀବ୍‍-ବଂଶର ମତ୍ତନୟ; ଯିଦୟୀୟ-ବଂଶର ଉଷି;
וליויריב מתני לידעיה עזי׃
20 ସଲ୍ଲୟ-ବଂଶର କଲ୍ଲୟ;
לסלי קלי לעמוק עבר׃
21 ଆମୋକ-ବଂଶର ଏବର; ହିଲ୍‍କୀୟ-ବଂଶର ହଶବୀୟ; ଯିଦୟୀୟ-ବଂଶର ନଥନେଲ।
לחלקיה חשביה לידעיה נתנאל׃
22 ଇଲୀୟାଶୀବ, ଯୋୟାଦ୍‍ ଓ ଯୋହାନନ୍‍ ଓ ଯଦ୍ଦୂୟ ସମୟରେ ଲେବୀୟମାନେ, ମଧ୍ୟ ପାରସିକ ଦାରୀୟାବସର ଅଧିକାର ସମୟରେ ଯାଜକମାନେ ପିତୃବଂଶ-ପ୍ରଧାନ ରୂପେ ବଂଶାବଳୀରେ ଲିଖିତ ହେଲେ।
הלוים בימי אלישיב יוידע ויוחנן וידוע כתובים ראשי אבות והכהנים על מלכות דריוש הפרסי׃
23 ଲେବୀ ବଂଶଜାତ ପିତୃବଂଶ-ପ୍ରଧାନମାନଙ୍କ ନାମ ଇଲୀୟାଶୀବର ପୁତ୍ର ଯୋହାନନ୍‍ର ସମୟ ପର୍ଯ୍ୟନ୍ତ ବଂଶାବଳୀ ପୁସ୍ତକରେ ଲିଖିତ ହେଲା।
בני לוי ראשי האבות כתובים על ספר דברי הימים ועד ימי יוחנן בן אלישיב׃
24 ଲେବୀୟମାନଙ୍କର ପ୍ରଧାନଗଣ; ହଶବୀୟ, ଶେରେବୀୟ ଓ କଦ୍‍ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭ୍ରାତୃଗଣ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ଆଜ୍ଞାନୁସାରେ ଦଳ ଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ।
וראשי הלוים חשביה שרביה וישוע בן קדמיאל ואחיהם לנגדם להלל להודות במצות דויד איש האלהים משמר לעמת משמר׃
25 ମତ୍ତନୀୟ ଓ ବକ୍‍ବୁକୀୟ, ଓବଦୀୟ, ମଶୁଲ୍ଲମ୍‍, ଟଲ୍‍ମୋନ, ଅକ୍କୂବ, ଦ୍ୱାରପାଳ ହୋଇ ଦ୍ୱାର ନିକଟବର୍ତ୍ତୀ ଭଣ୍ଡାର-ଗୃହସକଳର ପ୍ରହରୀକର୍ମ କଲେ।
מתניה ובקבקיה עבדיה משלם טלמון עקוב שמרים שוערים משמר באספי השערים׃
26 ଏମାନେ ଯୋଷାଦକର ପୌତ୍ର ଯେଶୂୟର ପୁତ୍ର ଯୋୟାକୀମ୍‍ ସମୟରେ, ଆଉ ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଏଜ୍ରା ଯାଜକର ସମୟରେ ଥିଲେ।
אלה בימי יויקים בן ישוע בן יוצדק ובימי נחמיה הפחה ועזרא הכהן הסופר׃
27 ଏଥିଉତ୍ତାରେ ଯିରୂଶାଲମର ପ୍ରାଚୀର-ପ୍ରତିଷ୍ଠା ସମୟରେ ଲୋକମାନେ କରତାଳ, ନେବଲ ଓ ବୀଣା ବଜାଇ ଧନ୍ୟବାଦ ଓ ଗାନ ସହିତ ଆନନ୍ଦରେ ପ୍ରତିଷ୍ଠା-ଉତ୍ସବ ପାଳନ କରିବା ପାଇଁ ଲେବୀୟମାନଙ୍କୁ ଯିରୂଶାଲମକୁ ଆଣିବା ନିମନ୍ତେ ସେମାନଙ୍କ ସକଳ ସ୍ଥାନରେ ସେମାନଙ୍କୁ ଅନ୍ୱେଷଣ କଲେ।
ובחנכת חומת ירושלם בקשו את הלוים מכל מקומתם להביאם לירושלם לעשת חנכה ושמחה ובתודות ובשיר מצלתים נבלים ובכנרות׃
28 ଆଉ, ଗାୟକମାନଙ୍କ ସନ୍ତାନଗଣ ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ପଦାଭୂମିରୁ ଓ ନଟୋଫାତୀୟମାନଙ୍କ ନାନା ଗ୍ରାମରୁ;
ויאספו בני המשררים ומן הככר סביבות ירושלם ומן חצרי נטפתי׃
29 ମଧ୍ୟ ବେଥ୍-ଗିଲ୍‍ଗଲରୁ, ଆଉ ଗେବା ଓ ଅସ୍ମାବତ୍‍ କ୍ଷେତ୍ରରୁ ଏକତ୍ରିତ ହେଲେ; କାରଣ ଗାୟକମାନେ ଯିରୂଶାଲମର ଚତୁର୍ଦ୍ଦିଗରେ ଆପଣାମାନଙ୍କ ପାଇଁ ଗ୍ରାମ ବସାଇଥିଲେ।
ומבית הגלגל ומשדות גבע ועזמות כי חצרים בנו להם המשררים סביבות ירושלם׃
30 ପୁଣି, ଯାଜକମାନେ ଓ ଲେବୀୟମାନେ ଆପଣା ଆପଣାକୁ ଶୁଚି କଲେ; ଆଉ, ସେମାନେ ଲୋକମାନଙ୍କୁ ଓ ଦ୍ୱାରସବୁ ଓ ପ୍ରାଚୀର ଶୁଚି କଲେ।
ויטהרו הכהנים והלוים ויטהרו את העם ואת השערים ואת החומה׃
31 ଏଥିଉତ୍ତାରେ ମୁଁ ଯିହୁଦାର ଅଧିପତିମାନଙ୍କୁ ପ୍ରାଚୀର ଉପରକୁ ଆଣିଲି, ଆଉ ଧନ୍ୟବାଦ ଓ ସଂକୀର୍ତ୍ତନ କରିବା ପାଇଁ ଦୁଇ ମହାଦଳ ନିଯୁକ୍ତ କଲି; ତହିଁରେ ଏକ ଦଳ ଦକ୍ଷିଣ ପାର୍ଶ୍ଵରେ ପ୍ରାଚୀର ଉପର ଦେଇ ଖତ-ଦ୍ୱାର ଆଡ଼କୁ ଗଲେ;
ואעלה את שרי יהודה מעל לחומה ואעמידה שתי תודת גדולת ותהלכת לימין מעל לחומה לשער האשפת׃
32 ପୁଣି, ସେମାନଙ୍କ ପଛେ ହୋଶୟିୟ ଓ ଯିହୁଦାର ଅଧିପତିବର୍ଗର ଅର୍ଦ୍ଧେକ,
וילך אחריהם הושעיה וחצי שרי יהודה׃
33 ଆଉ ଅସରୀୟ, ଏଜ୍ରା ଓ ମଶୁଲ୍ଲମ୍‍,
ועזריה עזרא ומשלם׃
34 ଯିହୁଦା ଓ ବିନ୍ୟାମୀନ୍ ଓ ଶମୟୀୟ ଓ ଯିରିମୀୟ
יהודה ובנימן ושמעיה וירמיה׃
35 ଓ କେତେକ ଯାଜକ-ସନ୍ତାନ ତୂରୀ ନେଇ ଗମନ କଲେ; ଆସଫ-ବଂଶଜାତ ସକ୍କୁରର ବୃଦ୍ଧ ପ୍ରପୌତ୍ର, ମୀଖାୟର ପ୍ରପୌତ୍ର, ମତ୍ତନୀୟର ପୌତ୍ର, ଶମୟୀୟର ପୁତ୍ର ଯେ ଯୋନାଥନ, ତାହାର ପୁତ୍ର ଜିଖରୀୟ
ומבני הכהנים בחצצרות זכריה בן יונתן בן שמעיה בן מתניה בן מיכיה בן זכור בן אסף׃
36 ଓ ତାହାର ଭ୍ରାତୃଗଣ ଶମୟୀୟ ଓ ଅସରେଲ୍‍, ମିଲଲୟ, ଗିଲଲୟ, ମାୟୀୟ, ନଥନେଲ ଓ ଯିହୁଦା, ହନାନି, ଏମାନେ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ନିରୂପିତ ନାନା ବାଦ୍ୟଯନ୍ତ୍ର ନେଇ ଗମନ କଲେ; ଏଜ୍ରା ଅଧ୍ୟାପକ ସେମାନଙ୍କ ଆଗେ ଆଗେ ଚାଲିଲେ;
ואחיו שמעיה ועזראל מללי גללי מעי נתנאל ויהודה חנני בכלי שיר דויד איש האלהים ועזרא הסופר לפניהם׃
37 ପୁଣି, ସେମାନେ ନିର୍ଝରଦ୍ୱାର ନିକଟ ହୋଇ ଆପଣାମାନଙ୍କ ସମ୍ମୁଖସ୍ଥ ସଳଖ ପଥରେ ଦାଉଦ-ନଗରର ପାହାଚ ଦ୍ୱାରା ପ୍ରାଚୀରର ଉଠାଣିରେ ଉଠି ଦାଉଦଙ୍କର ଗୃହ ଉପର ଦେଇ ପୂର୍ବ ଆଡ଼େ ଜଳଦ୍ୱାର ପର୍ଯ୍ୟନ୍ତ ଗଲେ।
ועל שער העין ונגדם עלו על מעלות עיר דויד במעלה לחומה מעל לבית דויד ועד שער המים מזרח׃
38 ପୁଣି, ସେମାନଙ୍କର ଅନ୍ୟ ଯେଉଁ ଦଳ ଧନ୍ୟବାଦ ଉତ୍ସର୍ଗ କଲେ, ସେମାନେ ସେମାନଙ୍କୁ ସାକ୍ଷାତ କରିବାକୁ ଗଲେ, ଆଉ ଆମ୍ଭେ ଓ ଲୋକମାନଙ୍କର ଅର୍ଦ୍ଧେକ ସେମାନଙ୍କ ପଛେ ପଛେ ପ୍ରାଚୀର ଉପରେ ତୁନ୍ଦୁରୁ-ଦୁର୍ଗ ଦେଇ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଗଲୁ;
והתודה השנית ההולכת למואל ואני אחריה וחצי העם מעל להחומה מעל למגדל התנורים ועד החומה הרחבה׃
39 ଆଉ, ଇଫ୍ରୟିମ-ଦ୍ୱାର ଓ ପୁରାତନ ଦ୍ୱାର ଓ ମତ୍ସ୍ୟଦ୍ୱାର ଓ ହନନେଲ ଦୁର୍ଗ ଓ ହମିୟ ଦୁର୍ଗ ଦେଇ ମେଷଦ୍ୱାର ପର୍ଯ୍ୟନ୍ତ ଗଲୁ; ଆଉ, ସେମାନେ ପ୍ରହରୀ-ଦ୍ୱାରରେ ଠିଆ ହୋଇ ରହିଲେ।
ומעל לשער אפרים ועל שער הישנה ועל שער הדגים ומגדל חננאל ומגדל המאה ועד שער הצאן ועמדו בשער המטרה׃
40 ଏହିରୂପେ ପରମେଶ୍ୱରଙ୍କ ଗୃହରେ ଧନ୍ୟବାଦ ଉତ୍ସର୍ଗକାରୀ ସେହି ଦୁଇ ଦଳ ଓ ଆମ୍ଭେ, ପୁଣି ଆମ୍ଭ ସଙ୍ଗେ ଅଧ୍ୟକ୍ଷମାନଙ୍କର ଅର୍ଦ୍ଧେକ;
ותעמדנה שתי התודת בבית האלהים ואני וחצי הסגנים עמי׃
41 ଆଉ ଇଲୀୟାକୀମ୍‍, ମାସେୟ, ମିନ୍ୟାମୀନ, ମୀଖାୟ, ଇଲୀୟୋଐନୟ, ଜିଖରୀୟ, ହନାନୀୟ, ତୂରୀବାଦକ, ଏହି ଯାଜକମାନେ;
והכהנים אליקים מעשיה מנימין מיכיה אליועיני זכריה חנניה בחצצרות׃
42 ଆଉ, ମାସେୟ ଓ ଶମୟୀୟ ଓ ଇଲୀୟାସର ଓ ଉଷି ଓ ଯିହୋହାନନ୍‍ ଓ ମଲ୍‍କୀୟ ଓ ଏଲମ୍‍ ଓ ଏସର୍‍, ପୁଣି ଆମ୍ଭେ ସମସ୍ତେ ଠିଆ ହୋଇ ରହିଲୁ। ସେତେବେଳେ ଗାୟକମାନେ ଓ ସେମାନଙ୍କର ଅଧ୍ୟକ୍ଷ ଯିଷ୍ରହିୟ ଉଚ୍ଚସ୍ୱରରେ ଗାନ କଲେ।
ומעשיה ושמעיה ואלעזר ועזי ויהוחנן ומלכיה ועילם ועזר וישמיעו המשררים ויזרחיה הפקיד׃
43 ପୁଣି, ସେହି ଦିନ ଲୋକମାନେ ମହାବଳିଦାନ କରି ଆନନ୍ଦ କଲେ; କାରଣ ପରମେଶ୍ୱର ସେମାନଙ୍କୁ ମହାନନ୍ଦରେ ଆନନ୍ଦିତ କରିଥିଲେ; ଆଉ ସ୍ତ୍ରୀମାନେ, ମଧ୍ୟ ଓ ବାଳକ ବାଳିକାଗଣ ଆନନ୍ଦ କଲେ; ତହିଁରେ ଯିରୂଶାଲମର ଆନନ୍ଦଧ୍ୱନି ଅନେକ ଦୂର ପର୍ଯ୍ୟନ୍ତ ଶୁଣାଗଲା।
ויזבחו ביום ההוא זבחים גדולים וישמחו כי האלהים שמחם שמחה גדולה וגם הנשים והילדים שמחו ותשמע שמחת ירושלם מרחוק׃
44 ପୁଣି, ସେହି ଦିନରେ ଧନ ଓ ଉତ୍ତୋଳନୀୟ ଉପହାର, ପ୍ରଥମଜାତ ଫଳ ଓ ଦଶମାଂଶ, ଯାଜକ ଓ ଲେବୀୟମାନଙ୍କ ନିମନ୍ତେ ନାନା ନଗରର କ୍ଷେତ୍ରାନୁସାରେ ବ୍ୟବସ୍ଥା-ନିରୂପିତ ଅଂଶ ସଂଗ୍ରହ କରିବା ପାଇଁ କୋଠରିସବୁରେ ଲୋକମାନେ ନିଯୁକ୍ତ ହେଲେ; କାରଣ ପରିଚର୍ଯ୍ୟାକାରୀ ଯାଜକ ଓ ଲେବୀୟମାନଙ୍କ ସକାଶୁ ଯିହୁଦା ଆନନ୍ଦିତ ହୋଇଥିଲା।
ויפקדו ביום ההוא אנשים על הנשכות לאוצרות לתרומות לראשית ולמעשרות לכנוס בהם לשדי הערים מנאות התורה לכהנים וללוים כי שמחת יהודה על הכהנים ועל הלוים העמדים׃
45 ପୁଣି, ସେମାନେ ଦାଉଦ ଓ ତାଙ୍କର ପୁତ୍ର ଶଲୋମନଙ୍କର ଆଜ୍ଞାନୁସାରେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବା କଲେ ଓ ଶୁଚି ହେଲେ, ଆଉ ଗାୟକମାନେ ଓ ଦ୍ୱାରପାଳମାନେ ସେହିପରି କଲେ।
וישמרו משמרת אלהיהם ומשמרת הטהרה והמשררים והשערים כמצות דויד שלמה בנו׃
46 କାରଣ ପୂର୍ବକାଳେ ଦାଉଦ ଓ ଆସଫଙ୍କ ସମୟରେ ଗାୟକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦାର୍ଥକ ନାନା ଗୀତ ଥିଲା।
כי בימי דויד ואסף מקדם ראש המשררים ושיר תהלה והדות לאלהים׃
47 ପୁଣି, ଯିରୁବ୍ବାବିଲ୍‍ ଓ ନିହିମୀୟାଙ୍କ ସମୟରେ ସମଗ୍ର ଇସ୍ରାଏଲ ପ୍ରତିଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କର ଓ ଦ୍ୱାରପାଳମାନଙ୍କର ଅଂଶ ଦେଲେ; ଆଉ ଲୋକମାନେ ଲେବୀୟମାନଙ୍କ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ ଓ ଲେବୀୟମାନେ ହାରୋଣ-ସନ୍ତାନଗଣ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ।
וכל ישראל בימי זרבבל ובימי נחמיה נתנים מניות המשררים והשערים דבר יום ביומו ומקדשים ללוים והלוים מקדשים לבני אהרן׃

< ନିହିମୀୟା 12 >