< ନିହିମୀୟା 12 >
1 ଯେଉଁ ଯାଜକମାନେ ଓ ଲେବୀୟମାନେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ଯେଶୂୟ ସଙ୍ଗେ ଆସିଥିଲେ, ସେମାନେ ଏହି, ଯଥା, ସରାୟ, ଯିରିମୀୟ, ଏଜ୍ରା;
Hawa wafuatao walikuwa makuhani na Walawi ambao walirudi na Zerubabeli mwana wa Shealtieli pamoja na Yeshua: Seraya, Yeremia, Ezra,
3 ଶଖନୀୟ, ରହୂମ୍, ମରେମୋତ୍;
Shekania, Rehumu, Meremothi,
5 ମିୟାମୀନ୍, ମୋୟଦୀୟ, ବିଲ୍ଗା;
Miyamini, Moadia, Bilga,
6 ଶମୟୀୟ ଓ ଯୋୟାରୀବ୍, ଯିଦୟୀୟ;
Shemaya, Yoyaribu, Yedaya,
7 ସଲ୍ଲ, ଆମୋକ, ହିଲ୍କୀୟ, ଯିଦୟୀୟ। ଏମାନେ ଯେଶୂୟଙ୍କ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭ୍ରାତୃଗଣଙ୍କ ମଧ୍ୟରେ ପ୍ରଧାନ ଥିଲେ।
Salu, Amoki, Hilkia na Yedaya. Hawa walikuwa viongozi wa makuhani na wenzao wakati wa Yeshua.
8 ଆଉ ଲେବୀୟମାନେ, ଯଥା, ଯେଶୂୟ, ବିନ୍ନୁୟି, କଦ୍ମୀୟେଲ, ଶେରେବୀୟ, ଯିହୁଦା ଓ ମତ୍ତନୀୟ, ଏହି ମତ୍ତନୀୟ ଓ ତାହାର ଭ୍ରାତୃଗଣ ଧନ୍ୟବାଦ-ସେବାର ଅଧ୍ୟକ୍ଷ ଥିଲେ।
Walawi walikuwa Yeshua, Binui, Kadmieli, Sherebia, Yuda, na pia Matania, ambaye pamoja na wenzake, alikuwa kiongozi wa nyimbo za shukrani.
9 ମଧ୍ୟ ସେମାନଙ୍କର ଭ୍ରାତା ବକ୍ବୁକୀୟ ଓ ଉନ୍ନି ସେମାନଙ୍କ ସମ୍ମୁଖରେ ପ୍ରହରୀକର୍ମ କଲେ।
Bakbukia na Uni, wenzao, walisimama mkabala nao wakati wa ibada.
10 ପୁଣି, ଯେଶୂୟର ପୁତ୍ର ଯୋୟାକୀମ୍, ଯୋୟାକୀମ୍ର ପୁତ୍ର ଇଲୀୟାଶୀବ ଓ ଇଲିୟାଶୀବ୍ର ପୁତ୍ର ଯୋୟାଦ୍,
Yeshua alikuwa baba wa Yoyakimu, Yoyakimu alikuwa baba wa Eliashibu, Eliashibu alikuwa baba wa Yoyada,
11 ଯୋୟାଦ୍ର ପୁତ୍ର ଯୋନାଥନ ଓ ଯୋନାଥନର ପୁତ୍ର ଯଦ୍ଦୂୟ।
Yoyada alikuwa baba wa Yonathani, na Yonathani alikuwa baba wa Yadua.
12 ପୁଣି, ଯୋୟାକୀମ୍ର ସମୟରେ ଏହି ଯାଜକମାନେ ପିତୃବଂଶ-ପ୍ରଧାନ ଥିଲେ, ଯଥା, ସରାୟ-ବଂଶର ମରାୟ;
Katika siku za Yoyakimu, kulikuwa na wakuu wa jamaa za kikuhani: wa jamaa ya Seraya, Meraya; wa jamaa ya Yeremia, Hanania;
13 ଯିରିମୀୟ-ବଂଶର ହନାନୀୟ; ଏଜ୍ରା-ବଂଶର ମଶୁଲ୍ଲମ୍; ଅମରୀୟ-ବଂଶର ଯିହୋହାନନ୍;
wa jamaa ya Ezra, Meshulamu; wa jamaa ya Amaria, Yehohanani;
14 ମଲ୍ଲୁକି-ବଂଶର ଯୋନାଥନ, ଶବନୀୟ-ବଂଶର ଯୋଷେଫ;
wa jamaa ya Maluki, Yonathani; wa jamaa ya Shebania, Yosefu;
15 ହାରୀମ-ବଂଶର ଅଦନ୍; ମରାୟୋତ୍-ବଂଶର ହିଲ୍କୟ;
wa jamaa ya Harimu, Adna; wa jamaa ya Meremothi, Helkai;
16 ଇଦ୍ଦୋ-ବଂଶର ଜିଖରୀୟ; ଗିନ୍ନଥୋନ-ବଂଶର ମଶୁଲ୍ଲମ୍;
wa jamaa ya Ido, Zekaria; wa jamaa ya Ginethoni, Meshulamu;
17 ଅବୀୟ-ବଂଶର ସିଖ୍ରି; ମିନ୍ୟାମୀନ-ବଂଶର, ମୋୟଦୀୟ-ବଂଶର ପିଲ୍ଟେୟ;
wa jamaa ya Abiya, Zikri; wa jamaa ya Miniamini na ya Maazia, Piltai;
18 ବିଲ୍ଗା-ବଂଶର ଶମ୍ମୂୟ; ଶମୟୀୟ-ବଂଶର ଯିହୋନାଥନ୍;
wa jamaa ya Bilgai, Shamua; wa jamaa ya Shemaya, Yehonathani;
19 ଆଉ, ଯୋୟାରୀବ୍-ବଂଶର ମତ୍ତନୟ; ଯିଦୟୀୟ-ବଂଶର ଉଷି;
wa jamaa ya Yoyaribu, Matenai; wa jamaa ya Yedaya, Uzi;
wa jamaa ya Salu, Kalai; wa jamaa ya Amoki, Eberi;
21 ଆମୋକ-ବଂଶର ଏବର; ହିଲ୍କୀୟ-ବଂଶର ହଶବୀୟ; ଯିଦୟୀୟ-ବଂଶର ନଥନେଲ।
wa jamaa ya Hilkia, Hashabia; wa jamaa ya Yedaya, Nethaneli.
22 ଇଲୀୟାଶୀବ, ଯୋୟାଦ୍ ଓ ଯୋହାନନ୍ ଓ ଯଦ୍ଦୂୟ ସମୟରେ ଲେବୀୟମାନେ, ମଧ୍ୟ ପାରସିକ ଦାରୀୟାବସର ଅଧିକାର ସମୟରେ ଯାଜକମାନେ ପିତୃବଂଶ-ପ୍ରଧାନ ରୂପେ ବଂଶାବଳୀରେ ଲିଖିତ ହେଲେ।
Wakuu wa jamaa za Walawi katika siku za Eliashibu, Yoyada, Yohanani na Yadua, pia wale jamaa za makuhani, waliandikishwa wakati wa utawala wa Dario, Mwajemi.
23 ଲେବୀ ବଂଶଜାତ ପିତୃବଂଶ-ପ୍ରଧାନମାନଙ୍କ ନାମ ଇଲୀୟାଶୀବର ପୁତ୍ର ଯୋହାନନ୍ର ସମୟ ପର୍ଯ୍ୟନ୍ତ ବଂଶାବଳୀ ପୁସ୍ତକରେ ଲିଖିତ ହେଲା।
Wakuu wa jamaa miongoni mwa wazao wa Lawi hadi wakati wa Yohanani mwana wa Eliashibu waliandikishwa katika kitabu cha kumbukumbu.
24 ଲେବୀୟମାନଙ୍କର ପ୍ରଧାନଗଣ; ହଶବୀୟ, ଶେରେବୀୟ ଓ କଦ୍ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭ୍ରାତୃଗଣ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ଆଜ୍ଞାନୁସାରେ ଦଳ ଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ।
Viongozi wa Walawi walikuwa: Hashabia, Sherebia, Yeshua mwana wa Kadmieli na wenzao, waliosimama mkabala nao kusifu na kushukuru, sehemu moja ikipokezana na nyingine kama ilivyoagizwa na Daudi mtu wa Mungu.
25 ମତ୍ତନୀୟ ଓ ବକ୍ବୁକୀୟ, ଓବଦୀୟ, ମଶୁଲ୍ଲମ୍, ଟଲ୍ମୋନ, ଅକ୍କୂବ, ଦ୍ୱାରପାଳ ହୋଇ ଦ୍ୱାର ନିକଟବର୍ତ୍ତୀ ଭଣ୍ଡାର-ଗୃହସକଳର ପ୍ରହରୀକର୍ମ କଲେ।
Mabawabu waliokuwa wakilinda kwenye malango ya ghala ni: Matania, Bakbukia, Obadia, Meshulamu, Talmoni na Akubu.
26 ଏମାନେ ଯୋଷାଦକର ପୌତ୍ର ଯେଶୂୟର ପୁତ୍ର ଯୋୟାକୀମ୍ ସମୟରେ, ଆଉ ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଏଜ୍ରା ଯାଜକର ସମୟରେ ଥିଲେ।
Walihudumu siku za Yoyakimu mwana wa Yeshua, mwana wa Yosadaki, na katika siku za mtawala Nehemia, na za Ezra kuhani na mwandishi.
27 ଏଥିଉତ୍ତାରେ ଯିରୂଶାଲମର ପ୍ରାଚୀର-ପ୍ରତିଷ୍ଠା ସମୟରେ ଲୋକମାନେ କରତାଳ, ନେବଲ ଓ ବୀଣା ବଜାଇ ଧନ୍ୟବାଦ ଓ ଗାନ ସହିତ ଆନନ୍ଦରେ ପ୍ରତିଷ୍ଠା-ଉତ୍ସବ ପାଳନ କରିବା ପାଇଁ ଲେବୀୟମାନଙ୍କୁ ଯିରୂଶାଲମକୁ ଆଣିବା ନିମନ୍ତେ ସେମାନଙ୍କ ସକଳ ସ୍ଥାନରେ ସେମାନଙ୍କୁ ଅନ୍ୱେଷଣ କଲେ।
Wakati wa kuwekwa wakfu ukuta wa Yerusalemu, Walawi walitafutwa kule walikokuwa wakiishi, nao wakaletwa Yerusalemu kuadhimisha kwa shangwe huko kuweka wakfu kwa nyimbo za shukrani na kwa uimbaji wakitumia matoazi, vinubi na zeze.
28 ଆଉ, ଗାୟକମାନଙ୍କ ସନ୍ତାନଗଣ ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ପଦାଭୂମିରୁ ଓ ନଟୋଫାତୀୟମାନଙ୍କ ନାନା ଗ୍ରାମରୁ;
Pia waimbaji walikusanywa pamoja kutoka maeneo yaliyozunguka Yerusalemu, kutoka vijiji vya Wanetofathi,
29 ମଧ୍ୟ ବେଥ୍-ଗିଲ୍ଗଲରୁ, ଆଉ ଗେବା ଓ ଅସ୍ମାବତ୍ କ୍ଷେତ୍ରରୁ ଏକତ୍ରିତ ହେଲେ; କାରଣ ଗାୟକମାନେ ଯିରୂଶାଲମର ଚତୁର୍ଦ୍ଦିଗରେ ଆପଣାମାନଙ୍କ ପାଇଁ ଗ୍ରାମ ବସାଇଥିଲେ।
kutoka Beth-Gilgali, na kutoka eneo la Geba na Azmawethi, kwa kuwa waimbaji walikuwa wamejijengea vijiji kuzunguka Yerusalemu.
30 ପୁଣି, ଯାଜକମାନେ ଓ ଲେବୀୟମାନେ ଆପଣା ଆପଣାକୁ ଶୁଚି କଲେ; ଆଉ, ସେମାନେ ଲୋକମାନଙ୍କୁ ଓ ଦ୍ୱାରସବୁ ଓ ପ୍ରାଚୀର ଶୁଚି କଲେ।
Wakati makuhani na Walawi walipokuwa wamekwisha kujitakasa kwa kufuatana na desturi, waliwatakasa watu, malango na ukuta.
31 ଏଥିଉତ୍ତାରେ ମୁଁ ଯିହୁଦାର ଅଧିପତିମାନଙ୍କୁ ପ୍ରାଚୀର ଉପରକୁ ଆଣିଲି, ଆଉ ଧନ୍ୟବାଦ ଓ ସଂକୀର୍ତ୍ତନ କରିବା ପାଇଁ ଦୁଇ ମହାଦଳ ନିଯୁକ୍ତ କଲି; ତହିଁରେ ଏକ ଦଳ ଦକ୍ଷିଣ ପାର୍ଶ୍ଵରେ ପ୍ରାଚୀର ଉପର ଦେଇ ଖତ-ଦ୍ୱାର ଆଡ଼କୁ ଗଲେ;
Niliwaagiza viongozi wa Yuda wapande juu ya ukuta. Pia niliagiza makundi mawili makubwa ya waimbaji waimbe nyimbo za kumshukuru Mungu. Kundi moja lilipanda juu ya ukuta upande wa kuume, kuelekea Lango la Samadi.
32 ପୁଣି, ସେମାନଙ୍କ ପଛେ ହୋଶୟିୟ ଓ ଯିହୁଦାର ଅଧିପତିବର୍ଗର ଅର୍ଦ୍ଧେକ,
Hoshaya na nusu ya viongozi wa Yuda wakawafuata,
33 ଆଉ ଅସରୀୟ, ଏଜ୍ରା ଓ ମଶୁଲ୍ଲମ୍,
pamoja na Azaria, Ezra, Meshulamu,
34 ଯିହୁଦା ଓ ବିନ୍ୟାମୀନ୍ ଓ ଶମୟୀୟ ଓ ଯିରିମୀୟ
Yuda, Benyamini, Shemaya, Yeremia,
35 ଓ କେତେକ ଯାଜକ-ସନ୍ତାନ ତୂରୀ ନେଇ ଗମନ କଲେ; ଆସଫ-ବଂଶଜାତ ସକ୍କୁରର ବୃଦ୍ଧ ପ୍ରପୌତ୍ର, ମୀଖାୟର ପ୍ରପୌତ୍ର, ମତ୍ତନୀୟର ପୌତ୍ର, ଶମୟୀୟର ପୁତ୍ର ଯେ ଯୋନାଥନ, ତାହାର ପୁତ୍ର ଜିଖରୀୟ
pamoja na baadhi ya makuhani wenye tarumbeta, na pia walikuwa na Zekaria mwana wa Yonathani, mwana wa Shemaya, mwana wa Matania, mwana wa Mikaya, mwana wa Zakuri, mwana wa Asafu,
36 ଓ ତାହାର ଭ୍ରାତୃଗଣ ଶମୟୀୟ ଓ ଅସରେଲ୍, ମିଲଲୟ, ଗିଲଲୟ, ମାୟୀୟ, ନଥନେଲ ଓ ଯିହୁଦା, ହନାନି, ଏମାନେ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ନିରୂପିତ ନାନା ବାଦ୍ୟଯନ୍ତ୍ର ନେଇ ଗମନ କଲେ; ଏଜ୍ରା ଅଧ୍ୟାପକ ସେମାନଙ୍କ ଆଗେ ଆଗେ ଚାଲିଲେ;
pamoja na wenzake, Shemaya, Azareli, Milalai, Gilalai, Maai, Nethaneli, Yuda na Hanani, wakiwa na vyombo vya uimbaji, kama ilivyoagizwa na Daudi mtu wa Mungu. Mwandishi Ezra aliongoza maandamano.
37 ପୁଣି, ସେମାନେ ନିର୍ଝରଦ୍ୱାର ନିକଟ ହୋଇ ଆପଣାମାନଙ୍କ ସମ୍ମୁଖସ୍ଥ ସଳଖ ପଥରେ ଦାଉଦ-ନଗରର ପାହାଚ ଦ୍ୱାରା ପ୍ରାଚୀରର ଉଠାଣିରେ ଉଠି ଦାଉଦଙ୍କର ଗୃହ ଉପର ଦେଇ ପୂର୍ବ ଆଡ଼େ ଜଳଦ୍ୱାର ପର୍ଯ୍ୟନ୍ତ ଗଲେ।
Kwenye Lango la Chemchemi waliendelea moja kwa moja mpaka kwenye ngazi za Mji wa Daudi, kwenye mwinuko wa ukuta, na kupitia juu ya nyumba ya Daudi mpaka kwenye Lango la Maji upande wa mashariki.
38 ପୁଣି, ସେମାନଙ୍କର ଅନ୍ୟ ଯେଉଁ ଦଳ ଧନ୍ୟବାଦ ଉତ୍ସର୍ଗ କଲେ, ସେମାନେ ସେମାନଙ୍କୁ ସାକ୍ଷାତ କରିବାକୁ ଗଲେ, ଆଉ ଆମ୍ଭେ ଓ ଲୋକମାନଙ୍କର ଅର୍ଦ୍ଧେକ ସେମାନଙ୍କ ପଛେ ପଛେ ପ୍ରାଚୀର ଉପରେ ତୁନ୍ଦୁରୁ-ଦୁର୍ଗ ଦେଇ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଗଲୁ;
Kundi la pili la waimbaji lilielekea upande wa kushoto. Niliwafuata juu ya ukuta, pamoja na nusu ya watu kupitia Mnara wa Tanuru mpaka kwenye Ukuta Mpana,
39 ଆଉ, ଇଫ୍ରୟିମ-ଦ୍ୱାର ଓ ପୁରାତନ ଦ୍ୱାର ଓ ମତ୍ସ୍ୟଦ୍ୱାର ଓ ହନନେଲ ଦୁର୍ଗ ଓ ହମିୟ ଦୁର୍ଗ ଦେଇ ମେଷଦ୍ୱାର ପର୍ଯ୍ୟନ୍ତ ଗଲୁ; ଆଉ, ସେମାନେ ପ୍ରହରୀ-ଦ୍ୱାରରେ ଠିଆ ହୋଇ ରହିଲେ।
juu ya Lango la Efraimu, Lango la Yeshana, Lango la Samaki, Mnara wa Hananeli, na Mnara wa Mia, mpaka kwenye Lango la Kondoo. Walipofika kwenye Lango la Ulinzi wakasimama.
40 ଏହିରୂପେ ପରମେଶ୍ୱରଙ୍କ ଗୃହରେ ଧନ୍ୟବାଦ ଉତ୍ସର୍ଗକାରୀ ସେହି ଦୁଇ ଦଳ ଓ ଆମ୍ଭେ, ପୁଣି ଆମ୍ଭ ସଙ୍ଗେ ଅଧ୍ୟକ୍ଷମାନଙ୍କର ଅର୍ଦ୍ଧେକ;
Kisha yale makundi mawili ya waimbaji yaliyoshukuru yakachukua nafasi zao katika nyumba ya Mungu. Nami pia nikafanya hivyo, pamoja na nusu ya maafisa,
41 ଆଉ ଇଲୀୟାକୀମ୍, ମାସେୟ, ମିନ୍ୟାମୀନ, ମୀଖାୟ, ଇଲୀୟୋଐନୟ, ଜିଖରୀୟ, ହନାନୀୟ, ତୂରୀବାଦକ, ଏହି ଯାଜକମାନେ;
na makuhani wafuatao: Eliakimu, Maaseya, Miniamini, Mikaya, Elioenai, Zekaria na Hanania wakiwa na tarumbeta zao,
42 ଆଉ, ମାସେୟ ଓ ଶମୟୀୟ ଓ ଇଲୀୟାସର ଓ ଉଷି ଓ ଯିହୋହାନନ୍ ଓ ମଲ୍କୀୟ ଓ ଏଲମ୍ ଓ ଏସର୍, ପୁଣି ଆମ୍ଭେ ସମସ୍ତେ ଠିଆ ହୋଇ ରହିଲୁ। ସେତେବେଳେ ଗାୟକମାନେ ଓ ସେମାନଙ୍କର ଅଧ୍ୟକ୍ଷ ଯିଷ୍ରହିୟ ଉଚ୍ଚସ୍ୱରରେ ଗାନ କଲେ।
na pia Maaseya, Shemaya, Eleazari, Uzi, Yehohanani, Malkiya, Elamu na Ezeri. Makundi haya yaliimba chini ya uongozi wa Yezrahia.
43 ପୁଣି, ସେହି ଦିନ ଲୋକମାନେ ମହାବଳିଦାନ କରି ଆନନ୍ଦ କଲେ; କାରଣ ପରମେଶ୍ୱର ସେମାନଙ୍କୁ ମହାନନ୍ଦରେ ଆନନ୍ଦିତ କରିଥିଲେ; ଆଉ ସ୍ତ୍ରୀମାନେ, ମଧ୍ୟ ଓ ବାଳକ ବାଳିକାଗଣ ଆନନ୍ଦ କଲେ; ତହିଁରେ ଯିରୂଶାଲମର ଆନନ୍ଦଧ୍ୱନି ଅନେକ ଦୂର ପର୍ଯ୍ୟନ୍ତ ଶୁଣାଗଲା।
Siku hiyo watu walitoa dhabihu nyingi, wakishangilia kwa sababu Mungu aliwapa furaha kuu. Wanawake na watoto walishangilia pia. Sauti ya kushangilia huko Yerusalemu iliweza kusikika mbali sana.
44 ପୁଣି, ସେହି ଦିନରେ ଧନ ଓ ଉତ୍ତୋଳନୀୟ ଉପହାର, ପ୍ରଥମଜାତ ଫଳ ଓ ଦଶମାଂଶ, ଯାଜକ ଓ ଲେବୀୟମାନଙ୍କ ନିମନ୍ତେ ନାନା ନଗରର କ୍ଷେତ୍ରାନୁସାରେ ବ୍ୟବସ୍ଥା-ନିରୂପିତ ଅଂଶ ସଂଗ୍ରହ କରିବା ପାଇଁ କୋଠରିସବୁରେ ଲୋକମାନେ ନିଯୁକ୍ତ ହେଲେ; କାରଣ ପରିଚର୍ଯ୍ୟାକାରୀ ଯାଜକ ଓ ଲେବୀୟମାନଙ୍କ ସକାଶୁ ଯିହୁଦା ଆନନ୍ଦିତ ହୋଇଥିଲା।
Wakati huo watu walichaguliwa kuwa wasimamizi wa vyumba vya ghala kwa ajili ya matoleo, malimbuko na zaka. Kutoka kwenye yale mashamba yaliyozunguka miji walipaswa walete kwenye ghala mafungu kama sheria ilivyoamuru kwa ajili ya makuhani na Walawi, kwa kuwa Yuda alifurahishwa na huduma ya makuhani na Walawi.
45 ପୁଣି, ସେମାନେ ଦାଉଦ ଓ ତାଙ୍କର ପୁତ୍ର ଶଲୋମନଙ୍କର ଆଜ୍ଞାନୁସାରେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବା କଲେ ଓ ଶୁଚି ହେଲେ, ଆଉ ଗାୟକମାନେ ଓ ଦ୍ୱାରପାଳମାନେ ସେହିପରି କଲେ।
Walifanya ibada ya Mungu wao na ibada ya utakaso, nao waimbaji na walinzi wa lango wakafanya hivyo pia, kufuatana na amri za Daudi na Solomoni mwanawe.
46 କାରଣ ପୂର୍ବକାଳେ ଦାଉଦ ଓ ଆସଫଙ୍କ ସମୟରେ ଗାୟକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦାର୍ଥକ ନାନା ଗୀତ ଥିଲା।
Muda mrefu uliopita, katika siku za Daudi na Asafu, walikuwepo viongozi wa waimbaji na wa nyimbo za sifa na za kumshukuru Mungu.
47 ପୁଣି, ଯିରୁବ୍ବାବିଲ୍ ଓ ନିହିମୀୟାଙ୍କ ସମୟରେ ସମଗ୍ର ଇସ୍ରାଏଲ ପ୍ରତିଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କର ଓ ଦ୍ୱାରପାଳମାନଙ୍କର ଅଂଶ ଦେଲେ; ଆଉ ଲୋକମାନେ ଲେବୀୟମାନଙ୍କ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ ଓ ଲେବୀୟମାନେ ହାରୋଣ-ସନ୍ତାନଗଣ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ।
Kwa hiyo katika siku za Zerubabeli na za Nehemia, Israeli wote walitoa mafungu kila siku kwa ajili ya waimbaji na mabawabu. Pia walitenga fungu kwa ajili ya Walawi wengine, nao Walawi walitenga fungu kwa ajili ya wazao wa Aroni.