< ନିହିମୀୟା 2 >

1 ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର କୋଡ଼ିଏତମ ବର୍ଷରେ ନୀସନ୍‍ ମାସରେ ଏପରି ଘଟିଲା ଯେ, ରାଜାଙ୍କ ସମ୍ମୁଖରେ ଦ୍ରାକ୍ଷାରସ ଥିବା ବେଳେ ମୁଁ ସେହି ଦ୍ରାକ୍ଷାରସ ନେଇ ରାଜାଙ୍କୁ ଦେଲି। ଏଥିପୂର୍ବେ ମୁଁ ତାଙ୍କ ସାକ୍ଷାତରେ କେବେ ଦୁଃଖିତ ହୋଇ ନ ଥିଲି।
וַיְהִ֣י ׀ בְּחֹ֣דֶשׁ נִיסָ֗ן שְׁנַ֥ת עֶשְׂרִ֛ים לְאַרְתַּחְשַׁ֥סְתְּא הַמֶּ֖לֶךְ יַ֣יִן לְפָנָ֑יו וָאֶשָּׂ֤א אֶת־הַיַּ֙יִן֙ וָאֶתְּנָ֣ה לַמֶּ֔לֶךְ וְלֹא־הָיִ֥יתִי רַ֖ע לְפָנָֽיו׃
2 ଏଥିରେ ରାଜା ମୋତେ ପଚାରିଲେ, “ତୁମ୍ଭେ ତ ପୀଡ଼ିତ ହୋଇ ନାହଁ, କାହିଁକି ତୁମ୍ଭର ମୁଖ ବିବର୍ଣ୍ଣ ହୋଇଅଛି? ଏହା ମନର ଦୁଃଖ ବିନୁ ଆଉ କିଛି ନୁହେଁ।” ତହିଁରେ ମୁଁ ଅତିଶୟ ଭୀତ ହେଲି।
וַיֹּאמֶר֩ לִ֨י הַמֶּ֜לֶךְ מַדּ֣וּעַ ׀ פָּנֶ֣יךָ רָעִ֗ים וְאַתָּה֙ אֵֽינְךָ֣ חוֹלֶ֔ה אֵ֣ין זֶ֔ה כִּי־אִ֖ם רֹ֣עַֽ לֵ֑ב וָאִירָ֖א הַרְבֵּ֥ה מְאֹֽד׃
3 ପୁଣି, ମୁଁ ରାଜାଙ୍କୁ କହିଲି, “ମହାରାଜ ଚିରଜୀବୀ ହେଉନ୍ତୁ; ଯେଉଁ ନଗର ମୋହର ପୂର୍ବପୁରୁଷଗଣର କବର ସ୍ଥାନ, ତାହା ଯେତେବେଳେ ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ସେତେବେଳେ କାହିଁକି ମୋହର ମୁଖ ବିବର୍ଣ୍ଣ ନୋହିବ?”
וָאֹמַ֣ר לַמֶּ֔לֶךְ הַמֶּ֖לֶךְ לְעוֹלָ֣ם יִחְיֶ֑ה מַדּ֜וּעַ לֹא־יֵרְע֣וּ פָנַ֗י אֲשֶׁ֨ר הָעִ֜יר בֵּית־קִבְר֤וֹת אֲבֹתַי֙ חֲרֵבָ֔ה וּשְׁעָרֶ֖יהָ אֻכְּל֥וּ בָאֵֽשׁ׃ ס
4 ଏଥିରେ ରାଜା ମୋତେ କହିଲେ, “ତେବେ ତୁମ୍ଭେ କି ବିଷୟରେ ନିବେଦନ କରୁଅଛ?” ତହୁଁ ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି।
וַיֹּ֤אמֶר לִי֙ הַמֶּ֔לֶךְ עַל־מַה־זֶּ֖ה אַתָּ֣ה מְבַקֵּ֑שׁ וָֽאֶתְפַּלֵּ֔ל אֶל־אֱלֹהֵ֖י הַשָּׁמָֽיִם׃
5 ପୁଣି, ମୁଁ ରାଜାଙ୍କୁ କହିଲି, “ଯେବେ ମହାରାଜଙ୍କର ସନ୍ତୋଷ ହୁଏ ଓ ଆପଣଙ୍କ ଦାସ ଯେବେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ଯିହୁଦା ଦେଶକୁ, ମୋହର ପିତୃଲୋକଙ୍କ କବର-ନଗରକୁ ମୋତେ ପଠାଇବା ପାଇଁ ଆଜ୍ଞା କରନ୍ତୁ, ତହିଁରେ ମୁଁ ତାହା ନିର୍ମାଣ କରିବି।”
וָאֹמַ֣ר לַמֶּ֔לֶךְ אִם־עַל־הַמֶּ֣לֶךְ ט֔וֹב וְאִם־יִיטַ֥ב עַבְדְּךָ֖ לְפָנֶ֑יךָ אֲשֶׁ֧ר תִּשְׁלָחֵ֣נִי אֶל־יְהוּדָ֗ה אֶל־עִ֛יר קִבְר֥וֹת אֲבֹתַ֖י וְאֶבְנֶֽנָּה׃
6 ତହୁଁ ରାଜା ମୋତେ ପଚାରିଲେ, “(ମଧ୍ୟ ରାଣୀ ତାଙ୍କ ପାଖରେ ବସିଥିଲେ, ) ତୁମ୍ଭ ଯାତ୍ରା କେତେ ଦିନ ଲାଗିବ? ଓ ତୁମ୍ଭେ କେବେ ଫେରି ଆସିବ?” ଏହିରୂପେ ମୁଁ ତାଙ୍କ ନିକଟରେ ସମୟ ନିରୂପଣ କଲା ପରେ ରାଜା ମୋତେ ପଠାଇବା ପାଇଁ ସନ୍ତୁଷ୍ଟ ହେଲେ।
וַיֹּאמֶר֩ לִ֨י הַמֶּ֜לֶךְ וְהַשֵּׁגַ֣ל ׀ יוֹשֶׁ֣בֶת אֶצְל֗וֹ עַד־מָתַ֛י יִהְיֶ֥ה מַֽהֲלָכֲךָ֖ וּמָתַ֣י תָּשׁ֑וּב וַיִּיטַ֤ב לִפְנֵֽי־הַמֶּ֙לֶךְ֙ וַיִּשְׁלָחֵ֔נִי וָֽאֶתְּנָ֥ה ל֖וֹ זְמָֽן׃
7 ଆହୁରି, ମୁଁ ରାଜାଙ୍କୁ କହିଲି, “ଯେବେ ମହାରାଜଙ୍କର ସନ୍ତୋଷ ହୁଏ, ତେବେ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷମାନେ ଯେପରି ଯିହୁଦା ଦେଶରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯାତ୍ରା କରିବା ପାଇଁ ମୋତେ ଛାଡ଼ି ଦିଅନ୍ତି, ଏଥିପାଇଁ ସେମାନଙ୍କ ନିକଟକୁ ମୋତେ ପତ୍ର ଦିଆଯାଉ;
וָאוֹמַר֮ לַמֶּלֶךְ֒ אִם־עַל־הַמֶּ֣לֶךְ ט֔וֹב אִגְּרוֹת֙ יִתְּנוּ־לִ֔י עַֽל־פַּחֲו֖וֹת עֵ֣בֶר הַנָּהָ֑ר אֲשֶׁר֙ יַעֲבִיר֔וּנִי עַ֥ד אֲשֶׁר־אָב֖וֹא אֶל־יְהוּדָֽה׃
8 ଆଉ, ମନ୍ଦିର-ସମ୍ପର୍କୀୟ ଦୁର୍ଗଦ୍ୱାର ଓ ନଗର-ପ୍ରାଚୀର ଓ ମୋହର ପ୍ରବେଶ ଗୃହ ନିମନ୍ତେ କଡ଼ି କରିବା ପାଇଁ ମୋତେ କାଷ୍ଠ ଦେବାକୁ ମହାରାଜଙ୍କ ବନରକ୍ଷକ ଆସଫ ନିକଟକୁ ଏକ ପତ୍ର ଦିଆଯାଉ।” ତହିଁରେ ମୋʼ ପ୍ରତି ମୋର ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ରାଜା ତାହା ମୋତେ ଦେଲେ।
וְאִגֶּ֡רֶת אֶל־אָסָף֩ שֹׁמֵ֨ר הַפַּרְדֵּ֜ס אֲשֶׁ֣ר לַמֶּ֗לֶךְ אֲשֶׁ֣ר יִתֶּן־לִ֣י עֵצִ֡ים לְ֠קָרוֹת אֶת־שַׁעֲרֵ֨י הַבִּירָ֤ה אֲשֶׁר־לַבַּ֙יִת֙ וּלְחוֹמַ֣ת הָעִ֔יר וְלַבַּ֖יִת אֲשֶׁר־אָב֣וֹא אֵלָ֑יו וַיִּתֶּן־לִ֣י הַמֶּ֔לֶךְ כְּיַד־אֱלֹהַ֖י הַטּוֹבָ֥ה עָלָֽי׃
9 ଏହାପରେ ମୁଁ ନଦୀ ସେପାରିର ଦେଶାଧ୍ୟକ୍ଷମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ରାଜାଙ୍କ ପତ୍ର ଦେଲି। ଆହୁରି, ରାଜା ମୋʼ ସଙ୍ଗେ ସେନାପତି ଓ ଅଶ୍ୱାରୋହୀମାନଙ୍କୁ ପଠାଇଥିଲେ।
וָֽאָב֗וֹא אֶֽל־פַּֽחֲווֹת֙ עֵ֣בֶר הַנָּהָ֔ר וָאֶתְּנָ֣ה לָהֶ֔ם אֵ֖ת אִגְּר֣וֹת הַמֶּ֑לֶךְ וַיִּשְׁלַ֤ח עִמִּי֙ הַמֶּ֔לֶךְ שָׂ֥רֵי חַ֖יִל וּפָרָשִֽׁים׃ פ
10 ମାତ୍ର ଇସ୍ରାଏଲ-ସନ୍ତାନଗଣର ମଙ୍ଗଳ ଚେଷ୍ଟା କରିବା ପାଇଁ ଜଣେ ଲୋକ ଆସିଅଛି ବୋଲି ଶୁଣି ହୋରୋଣୀୟ ସନ୍‍ବଲ୍ଲଟ୍‍ ଓ ଅମ୍ମୋନୀୟ ଦାସ ଟୋବୀୟ ଅତିଶୟ ଅସନ୍ତୁଷ୍ଟ ହେଲେ।
וַיִּשְׁמַ֞ע סַנְבַלַּ֣ט הַחֹרֹנִ֗י וְטֽוֹבִיָּה֙ הָעֶ֣בֶד הָֽעַמֹּנִ֔י וַיֵּ֥רַע לָהֶ֖ם רָעָ֣ה גְדֹלָ֑ה אֲשֶׁר־בָּ֥א אָדָ֔ם לְבַקֵּ֥שׁ טוֹבָ֖ה לִבְנֵ֥י יִשְׂרָאֵֽל׃
11 ଏହିରୂପେ ମୁଁ ଯିରୂଶାଲମରେ ଉପସ୍ଥିତ ହୋଇ ସେଠାରେ ତିନି ଦିନ ରହିଲି।
וָאָב֖וֹא אֶל־יְרוּשָׁלִָ֑ם וָאֱהִי־שָׁ֖ם יָמִ֥ים שְׁלֹשָֽׁה׃
12 ତହୁଁ ରାତ୍ରିରେ ମୁଁ ଓ ମୋʼ ସଙ୍ଗେ କେତେକ ଲୋକ ଉଠିଲୁ; ପୁଣି, ମୋର ପରମେଶ୍ୱର ଯିରୂଶାଲମ ନିମନ୍ତେ ଯାହା କରିବାକୁ ମୋର ମନରେ ପ୍ରବୃତ୍ତି ଦେଇଥିଲେ, ତାହା ମୁଁ କାହାକୁ ଜଣାଇଲି ନାହିଁ; ଆଉ ମୁଁ ଯେଉଁ ପଶୁ ଉପରେ ଚଢ଼ିଥିଲି, ତାହା ଛଡ଼ା ଅନ୍ୟ ପଶୁ ମୋʼ ସଙ୍ଗରେ ନ ଥିଲା।
וָאָק֣וּם ׀ לַ֗יְלָה אֲנִי֮ וַאֲנָשִׁ֣ים ׀ מְעַט֮ עִמִּי֒ וְלֹא־הִגַּ֣דְתִּי לְאָדָ֔ם מָ֗ה אֱלֹהַי֙ נֹתֵ֣ן אֶל־לִבִּ֔י לַעֲשׂ֖וֹת לִירוּשָׁלִָ֑ם וּבְהֵמָה֙ אֵ֣ין עִמִּ֔י כִּ֚י אִם־הַבְּהֵמָ֔ה אֲשֶׁ֥ר אֲנִ֖י רֹכֵ֥ב בָּֽהּ׃
13 ପୁଣି, ମୁଁ ରାତ୍ରିରେ ବାହାରି ଉପତ୍ୟକା-ଦ୍ୱାର ଦେଇ ନାଗକୂପ ଓ ଖତ-ଦ୍ୱାର ପର୍ଯ୍ୟନ୍ତ ଗଲି ଓ ଯିରୂଶାଲମର ଭଗ୍ନ ପ୍ରାଚୀର ଓ ତହିଁର ଅଗ୍ନିରେ ଦଗ୍ଧ ହୋଇଥିବା ଦ୍ୱାରସବୁ ଦେଖିଲି।
וָאֵצְאָ֨ה בְשַֽׁעַר־הַגַּ֜יא לַ֗יְלָה וְאֶל־פְּנֵי֙ עֵ֣ין הַתַּנִּ֔ין וְאֶל־שַׁ֖עַר הָאַשְׁפֹּ֑ת וָאֱהִ֨י שֹׂבֵ֜ר בְּחוֹמֹ֤ת יְרוּשָׁלִַ֙ם֙ אֲשֶׁר־הֵ֣ם ׀ פְּרוּצִ֔ים וּשְׁעָרֶ֖יהָ אֻכְּל֥וּ בָאֵֽשׁ׃
14 ତହୁଁ ମୁଁ ନିର୍ଝରଦ୍ୱାର ଓ ରାଜାଙ୍କର ପୁଷ୍କରିଣୀ ପର୍ଯ୍ୟନ୍ତ ଗଲି; ମାତ୍ର ସେଠାରେ ମୋର ବାହନ ପଶୁର ଯିବାର ସ୍ଥାନ ନ ଥିଲା।
וָאֶֽעֱבֹר֙ אֶל־שַׁ֣עַר הָעַ֔יִן וְאֶל־בְּרֵכַ֖ת הַמֶּ֑לֶךְ וְאֵין־מָק֥וֹם לַבְּהֵמָ֖ה לַעֲבֹ֥ר תַּחְתָּֽי׃
15 ତେବେ ମୁଁ ରାତ୍ରିକାଳେ ନଦୀ ନିକଟ ଦେଇ ଊର୍ଦ୍ଧ୍ୱକୁ ଗମନ କରି ପ୍ରାଚୀର ଦେଖିଲି; ତହୁଁ ମୁଁ ବୁଲି ଉପତ୍ୟକା-ଦ୍ୱାର ଦେଇ ପ୍ରବେଶ କରି ଫେରି ଆସିଲି।
וָאֱהִ֨י עֹלֶ֤ה בַנַּ֙חַל֙ לַ֔יְלָה וָאֱהִ֥י שֹׂבֵ֖ר בַּחוֹמָ֑ה וָאָשׁ֗וּב וָאָב֛וֹא בְּשַׁ֥עַר הַגַּ֖יְא וָאָשֽׁוּב׃
16 ମାତ୍ର ମୁଁ କେଉଁଆଡ଼େ ଗଲି ଓ କଅଣ କଲି, ଏହା ଅଧ୍ୟକ୍ଷମାନେ ଜାଣିଲେ ନାହିଁ; ଆଉ, ସେପର୍ଯ୍ୟନ୍ତ ମୁଁ ଯିହୁଦୀୟମାନଙ୍କୁ କି ଯାଜକମାନଙ୍କୁ କି କୁଳୀନମାନଙ୍କୁ କି ଅଧ୍ୟକ୍ଷମାନଙ୍କୁ କି ଅନ୍ୟ କର୍ମଚାରୀମାନଙ୍କୁ ତାହା ଜଣାଇ ନ ଥିଲି।
וְהַסְּגָנִ֗ים לֹ֤א יָדְעוּ֙ אָ֣נָה הָלַ֔כְתִּי וּמָ֖ה אֲנִ֣י עֹשֶׂ֑ה וְלַיְּהוּדִ֨ים וְלַכֹּהֲנִ֜ים וְלַחֹרִ֣ים וְלַסְּגָנִ֗ים וּלְיֶ֙תֶר֙ עֹשֵׂ֣ה הַמְּלָאכָ֔ה עַד־כֵּ֖ן לֹ֥א הִגַּֽדְתִּי׃
17 ଏହାପରେ ମୁଁ ସେମାନଙ୍କୁ କହିଲି, “ଆମ୍ଭେମାନେ କି ପ୍ରକାର ମନ୍ଦ ଅବସ୍ଥାରେ ଅଛୁ, ଯିରୂଶାଲମ କିପରି ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ଏହା ତୁମ୍ଭେମାନେ ଦେଖୁଅଛ; ଆସ, ଆମ୍ଭେମାନେ ଯେପରି ଆଉ ନିନ୍ଦାର ପାତ୍ର ନୋହିବା, ଏଥିପାଇଁ ଯିରୂଶାଲମର ପ୍ରାଚୀର ନିର୍ମାଣ କରୁ।”
וָאוֹמַ֣ר אֲלֵהֶ֗ם אַתֶּ֤ם רֹאִים֙ הָרָעָה֙ אֲשֶׁ֣ר אֲנַ֣חְנוּ בָ֔הּ אֲשֶׁ֤ר יְרוּשָׁלִַ֙ם֙ חֲרֵבָ֔ה וּשְׁעָרֶ֖יהָ נִצְּת֣וּ בָאֵ֑שׁ לְכ֗וּ וְנִבְנֶה֙ אֶת־חוֹמַ֣ת יְרוּשָׁלִַ֔ם וְלֹא־נִהְיֶ֥ה ע֖וֹד חֶרְפָּֽה׃
18 ତହୁଁ ମୋʼ ପ୍ରତି ମୋର ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତ ବିଷୟ, ମଧ୍ୟ ମୋʼ ପ୍ରତି ଉକ୍ତ ରାଜାଙ୍କ କଥା ବିଷୟ ମୁଁ ସେମାନଙ୍କୁ ଜଣାଇଲି। ତହିଁରେ ସେମାନେ କହିଲେ, “ଆସ, ଆମ୍ଭେମାନେ ଉଠି ନିର୍ମାଣ କରିବା।” ଏହିରୂପେ ସେମାନେ ସେହି ଉତ୍ତମ କାର୍ଯ୍ୟ ନିମନ୍ତେ ଆପଣାମାନଙ୍କ ହସ୍ତ ସବଳ କଲେ।
וָאַגִּ֨יד לָהֶ֜ם אֶת־יַ֣ד אֱלֹהַ֗י אֲשֶׁר־הִיא֙ טוֹבָ֣ה עָלַ֔י וְאַף־דִּבְרֵ֥י הַמֶּ֖לֶךְ אֲשֶׁ֣ר אָֽמַר־לִ֑י וַיֹּֽאמְרוּ֙ נָק֣וּם וּבָנִ֔ינוּ וַיְחַזְּק֥וּ יְדֵיהֶ֖ם לַטּוֹבָֽה׃ פ
19 ମାତ୍ର ହୋରୋଣୀୟ ସନ୍‍ବଲ୍ଲଟ୍‍ ଓ ଅମ୍ମୋନୀୟ ଦାସ ଟୋବୀୟ ଓ ଆରବୀୟ ଗେଶମ୍‍ ଏହା ଶୁଣି ଆମ୍ଭମାନଙ୍କୁ ପରିହାସ ଓ ତୁଚ୍ଛ କରି କହିଲେ, “ତୁମ୍ଭେମାନେ ଏ କି କାର୍ଯ୍ୟ କରୁଅଛ? ତୁମ୍ଭେମାନେ କି ରାଜଦ୍ରୋହ କରିବ?”
וַיִּשְׁמַע֩ סַנְבַלַּ֨ט הַחֹרֹנִ֜י וְטֹבִיָּ֣ה ׀ הָעֶ֣בֶד הָֽעַמּוֹנִ֗י וְגֶ֙שֶׁם֙ הָֽעַרְבִ֔י וַיַּלְעִ֣גוּ לָ֔נוּ וַיִּבְז֖וּ עָלֵ֑ינוּ וַיֹּאמְר֗וּ מָֽה־הַדָּבָ֤ר הַזֶּה֙ אֲשֶׁ֣ר אַתֶּ֣ם עֹשִׂ֔ים הַעַ֥ל הַמֶּ֖לֶךְ אַתֶּ֥ם מֹרְדִֽים׃
20 ତେବେ ମୁଁ ଉତ୍ତର କରି ସେମାନଙ୍କୁ କହିଲି, “ଯେ ସ୍ୱର୍ଗସ୍ଥ ପରମେଶ୍ୱର, ସେ ଆମ୍ଭମାନଙ୍କ କାର୍ଯ୍ୟ ସିଦ୍ଧ କରିବେ; ଆମ୍ଭେମାନେ ତାହାଙ୍କର ଦାସ ଏଥିପାଇଁ ଉଠି ନିର୍ମାଣ କରିବୁ; ମାତ୍ର ଯିରୂଶାଲମରେ ତୁମ୍ଭମାନଙ୍କର କୌଣସି ଅଂଶ କି ଅଧିକାର କି ସ୍ମୃତିଚିହ୍ନ ନାହିଁ।”
וָאָשִׁ֨יב אוֹתָ֜ם דָּבָ֗ר וָאוֹמַ֤ר לָהֶם֙ אֱלֹהֵ֣י הַשָּׁמַ֔יִם ה֚וּא יַצְלִ֣יחַֽ לָ֔נוּ וַאֲנַ֥חְנוּ עֲבָדָ֖יו נָק֣וּם וּבָנִ֑ינוּ וְלָכֶ֗ם אֵֽין־חֵ֧לֶק וּצְדָקָ֛ה וְזִכָּר֖וֹן בִּירוּשָׁלִָֽם׃

< ନିହିମୀୟା 2 >