< ନିହିମୀୟା 3 >
1 ଏହାପରେ ଇଲୀୟାଶୀବ ମହାଯାଜକ ଓ ତାହାର ଯାଜକ ଭାଇମାନେ ଉଠି ମେଷଦ୍ୱାର ଗଢ଼ିଲେ; ସେମାନେ ତାହା ପବିତ୍ର କରି ତହିଁର କବାଟସବୁ ସ୍ଥାପନ କଲେ; ହମ୍ମେୟା ଦୁର୍ଗ ଓ ହନନେଲ ଦୁର୍ଗ ପର୍ଯ୍ୟନ୍ତ ସେମାନେ ପବିତ୍ର କଲେ।
И встал Елияшив, великий священник, и братья его священники и построили Овечьи ворота: они освятили их и вставили двери их, и от башни Меа освятили их до башни Хананела.
2 ତାହାଙ୍କ ନିକଟରେ ଯିରୀହୋର ଲୋକମାନେ ଗଢ଼ିଲେ, ଓ ସେମାନଙ୍କ ନିକଟରେ ଇମ୍ରିର ପୁତ୍ର ସକ୍କୁର ଗଢ଼ିଲା।
И подле него строили Иерихонцы, а подле них строил Закхур, сын Имрия.
3 ଆଉ, ହସନାୟାର ସନ୍ତାନଗଣ ମତ୍ସ୍ୟଦ୍ୱାର ଗଢ଼ିଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ ଓ ତହିଁର କବାଟ ଓ କିଳିଣୀ ଓ ଅର୍ଗଳସବୁ ଲଗାଇଲେ।
Ворота Рыбные строили уроженцы Сенаи: они покрыли их, и вставили двери их, замки их и засовы их.
4 ପୁଣି, ସେମାନଙ୍କ ନିକଟରେ ହକ୍କୋସ୍ର ପୌତ୍ର ଊରୀୟର ପୁତ୍ର ମରେମୋତ୍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ମଶେଷବେଲ୍ର ପୌତ୍ର ବେରିଖୀୟର ପୁତ୍ର ମଶୁଲ୍ଲମ୍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ବାନାର ପୁତ୍ର ସାଦୋକ ମରାମତି କଲା।
Подле них чинил стену Меремоф, сын Урии, сын Гаккоца; подле них чинил Мешуллам, сын Берехии, сын Мешизабела; подле них чинил Садок, сын Бааны;
5 ପୁଣି, ସେମାନଙ୍କ ନିକଟରେ ତକୋୟ ନଗରର ଲୋକମାନେ ମରାମତି କଲେ; ମାତ୍ର ସେମାନଙ୍କର ଦଳପତିମାନେ ଆପଣାମାନଙ୍କ ନେତାଙ୍କ କର୍ମ କରିବାକୁ ରାଜି ହେଲେ ନାହିଁ।
подле них чинили Фекойцы; впрочем знатнейшие из них не наклонили шеи своей поработать для Господа своего.
6 ଆଉ, ପାସେହର ପୁତ୍ର ଯିହୋୟାଦା ଓ ବଷୋଦିୟାର ପୁତ୍ର ମଶୁଲ୍ଲମ୍ ପୁରାତନ ଦ୍ୱାରର ମରାମତି କଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ, ଆଉ ତହିଁର କବାଟ, ହୁଡ଼ୁକା ଓ ଅର୍ଗଳସବୁ ଲଗାଇଲେ।
Старые ворота чинили Иоиада, сын Пасеаха, и Мешуллам, сын Бесодии: они покрыли их и вставили двери их, и замки их и засовы их.
7 ପୁଣି, ସେମାନଙ୍କ ନିକଟରେ ଗିବୀୟୋନୀୟ ମଲାଟୀୟ ଓ ମେରୋଣୋଥୀୟ ଯାଦୋନ ଲୋକମାନେ ମରାମତି କଲେ, ସେମାନେ ଗିବୀୟୋନ୍ ଓ ମିସ୍ପା ନଗରର ମୁଖ୍ୟ ଥିଲେ, ନଦୀ ସେପାରିସ୍ଥ ମିସ୍ପା ଦେଶାଧ୍ୟକ୍ଷର ସ୍ଥାନ ଥିଲା।
Подле них чинил Мелатия Гаваонитянин, и Иадон из Меронофа, с жителями Гаваона и Мицфы, подвластными заречному областеначальнику.
8 ତାହା ନିକଟରେ ସ୍ୱର୍ଣ୍ଣକାରମାନେ, ହର୍ହୟର ପୁତ୍ର ଉଷୀୟେଲ ମରାମତି କଲେ। ଆଉ, ତାହା ନିକଟରେ ଗନ୍ଧବଣିକମାନଙ୍କ ମଧ୍ୟରୁ ହନାନୀୟ ମରାମତି କଲା, ପୁଣି ସେମାନେ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଯିରୂଶାଲମ ଦୃଢ଼ କଲେ।
Подле него чинил Уззиил, сын Харгаии, серебряник, а подле него чинил Ханания, сын Гараккахима. И восстановили Иерусалим до стены широкой.
9 ସେମାନଙ୍କ ନିକଟରେ ଯିରୂଶାଲମସ୍ଥ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହୂରର ପୁତ୍ର ରଫାୟ ମରାମତି କଲା।
Подле них чинил Рефаия, сын Хура, начальник полуокруга Иерусалимского.
10 ଆଉ, ସେମାନଙ୍କ ନିକଟରେ ହରୁମଫର ପୁତ୍ର ଯିଦାୟ ଆପଣା ଗୃହ ସମ୍ମୁଖରେ ମରାମତି କଲା। ତାହା ନିକଟରେ ହଶ୍ବନୀୟର ପୁତ୍ର ହଟୂଶ୍ ମରାମତି କଲା।
Подле них и против дома своего чинил Иедаия, сын Харумафа, а подле него чинил Хаттуш, сын Хашавнии.
11 ହାରୀମ୍ର ପୁତ୍ର ମଲ୍କୀୟ ଓ ପହତ୍-ମୋୟାବର ପୁତ୍ର ହଶୂବ ଅନ୍ୟ ଏକ ଅଂଶ ଓ ତୁନ୍ଦୁରୁ-ଦୁର୍ଗର ମରାମତି କଲେ।
На втором участке чинил Малхия, сын Харима, и Хашшув, сын Пахаф-Моава; они же чинили и башню Печную.
12 ତାହା ନିକଟରେ ଯିରୂଶାଲମ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହଲୋହେଶର ପୁତ୍ର ଶଲ୍ଲୁମ୍ ଓ ତାହାର କନ୍ୟାମାନେ ମରାମତି କଲେ।
Подле них чинил Шаллум, сын Галлохеша, начальник полуокруга Иерусалимского, он и дочери его.
13 ହାନୂନ୍ ଓ ସାନୋହ ନିବାସୀମାନେ ଉପତ୍ୟକା ଦ୍ୱାରର ମରାମତି କଲେ; ସେମାନେ ତାହା ଗଢ଼ିଲେ ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲେ, ଆଉ ଖତ-ଦ୍ୱାର ପର୍ଯ୍ୟନ୍ତ ପ୍ରାଚୀରର ଏକ ହଜାର ହାତ ଦୃଢ଼ କଲେ।
Ворота Долины чинил Ханун и жители Заноаха: они построили их, и вставили двери их, замки их и засовы их, и еще чинили они тысячу локтей стены до ворот Навозных.
14 ପୁଣି, ବେଥ୍-ହକ୍କେରମ୍ ପ୍ରଦେଶର ଅଧ୍ୟକ୍ଷ ରେଖବର ପୁତ୍ର ମଲ୍କୀୟ ଖତ ଦ୍ୱାରର ମରାମତି କଲା; ସେ ତାହା ଗଢ଼ିଲା ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲା।
А ворота Навозные чинил Малхия, сын Рехава, начальник Бефкаремского округа: он построил их и вставил двери их, замки их и засовы их.
15 ପୁଣି, ମିସ୍ପା ପ୍ରଦେଶର ଅଧ୍ୟକ୍ଷ କଲ୍ହୋଷିର ପୁତ୍ର ଶଲ୍ଲୁନ୍ ନିର୍ଝର ଦ୍ୱାରର ମରାମତି କଲା; ସେ ତାହା ଗଢ଼ି ଆଚ୍ଛାଦନ କଲା ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲା, ପୁଣି ଦାଉଦ-ନଗରରୁ ତଳକୁ ଯିବା ପାହାଚ ପର୍ଯ୍ୟନ୍ତ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଶେଲା ପୁଷ୍କରିଣୀ-ପ୍ରାଚୀର (ମରାମତି କଲା)।
Ворота Источника чинил Шаллум, сын Колхозея, начальник округа Мицфы: он построил их, и покрыл их, и вставил двери их, замки их и засовы их, - он же чинил стену у водоема Селах против царского сада и до ступеней, спускающихся из города Давидова.
16 ତାହା ନିକଟରେ ବେଥ୍-ସୁର ଜିଲ୍ଲାର ଅର୍ଦ୍ଧଭାଗର ଅଧ୍ୟକ୍ଷ ଅସ୍ବୂକର ପୁତ୍ର ନିହିମୀୟା ଦାଉଦଙ୍କର କବର ସମ୍ମୁଖ ପର୍ଯ୍ୟନ୍ତ ଓ ନିର୍ମିତ ପୁଷ୍କରିଣୀ ପର୍ଯ୍ୟନ୍ତ ଓ ବୀରମାନଙ୍କ ଗୃହ ପର୍ଯ୍ୟନ୍ତ ମରାମତି କଲା।
За ним чинил Неемия, сын Азбука, начальник полуокруга Бефцурского, до гробниц Давидовых и до выкопанного пруда и до дома храбрых.
17 ତାହା ନିକଟରେ ଲେବୀୟମାନେ, ଅର୍ଥାତ୍, ବାନିର ପୁତ୍ର ରହୂମ୍ ମରାମତି କଲା। ତାହା ନିକଟରେ କିୟୀଲା ଜିଲ୍ଲାର ଅର୍ଦ୍ଧଭାଗର ଅଧ୍ୟକ୍ଷ ହଶବୀୟ ଆପଣା ପ୍ରଦେଶ ପକ୍ଷରେ ମରାମତି କଲା।
За ним чинили левиты: Рехум, сын Вания; подле него чинил Хашавия, начальник полуокруга Кеильского, за свой округ.
18 ତାହା ନିକଟରେ ସେମାନଙ୍କ ଭ୍ରାତୃଗଣ, ଅର୍ଥାତ୍, କିୟୀଲା ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହେନାଦଦର ପୁତ୍ର ବବୟ ମରାମତି କଲା।
За ним чинили братья их: Баввай, сын Хенадада, начальник Кеильского полуокруга.
19 ତାହା ନିକଟରେ ମିସ୍ପାର ଅଧ୍ୟକ୍ଷ ଯେଶୂୟର ପୁତ୍ର ଏସର୍ ପ୍ରାଚୀରର ବାଙ୍କ ନିକଟସ୍ଥ ଅସ୍ତ୍ରାଗାରର ଉଠାଣି ପଥ ସମ୍ମୁଖରେ ଅନ୍ୟ ଏକ ଅଂଶର ମରାମତି କଲା।
А подле него чинил Езер, сын Иисуса, начальник Мицфы, на втором участке, напротив входа к оружейне на углу.
20 ତାହା ନିକଟରେ ସବ୍ବୟର ପୁତ୍ର ବାରୂକ ଯତ୍ନ କରି ପ୍ରାଚୀରର ବାଙ୍କଠାରୁ ଇଲୀୟାଶୀବ ମହାଯାଜକର ଗୃହଦ୍ୱାର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।
За ним ревностно чинил Варух, сын Забвая, на втором участке, от угла до дверей дома Елияшива, великого священника.
21 ତତ୍ପରେ ହକ୍କୋସ୍ର ପୌତ୍ର ଊରୀୟର ପୁତ୍ର ମରେମୋତ୍ ଇଲିୟାଶୀବ୍ର ଗୃହ ଦ୍ୱାରଠାରୁ ଇଲୀୟାଶୀବର ଗୃହପ୍ରାନ୍ତ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।
За ним чинил Меремоф, сын Урии, сын Гаккоца, на втором участке, от дверей дома Елияшивова до конца дома Елияшивова.
22 ପୁଣି, ପ୍ରାନ୍ତରବାସୀ ଯାଜକମାନେ ମରାମତି କଲେ।
За ним чинили священники из окрестностей.
23 ସେମାନଙ୍କ ଉତ୍ତାରେ ବିନ୍ୟାମୀନ୍ ଓ ହଶୂବ ଆପଣାମାନଙ୍କ ଗୃହ ସମ୍ମୁଖରେ ମରାମତି କଲେ। ସେମାନଙ୍କ ଉତ୍ତାରେ ଅନନୀୟର ପୌତ୍ର ମାସେୟର ପୁତ୍ର ଅସରୀୟ ଆପଣା ଗୃହ ନିକଟରେ ମରାମତି କଲା।
За ними чинил Вениамин и Хашшув, против дома своего; за ними чинил Азария, сын Маасеи, сын Анании, возле дома своего.
24 ହେନାଦଦ୍ର ପୁତ୍ର ବିନ୍ନୁୟି ଅସରୀୟର ଗୃହଠାରୁ ପ୍ରାଚୀରର ବାଙ୍କ ଓ କୋଣ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।
За ним чинил Биннуй, сын Хенадада, на втором участке, от дома Азарии до угла и поворота.
25 ଉଷୟର ପୁତ୍ର ପାଲାଲ୍ ପ୍ରାଚୀରର ବାଙ୍କ ସମ୍ମୁଖରେ ପ୍ରହରୀଶାଳାର ନିକଟସ୍ଥ ଉଚ୍ଚତର ରାଜଗୃହ ସମୀପରେ ବାହାର ଦୁର୍ଗ ପାଖରେ ମରାମତି କଲା। ତାହାଙ୍କ ପରେ ପରିୟୋଶର ପୁତ୍ର ପଦାୟ ମରାମତି କଲା।
За ним Фалал, сын Узая, напротив угла и башни, выступающей от верхнего дома царского, которая у двора темничного. За ним Федаия, сын Пароша.
26 ଏହି ସମୟରେ ଓଫଲରେ ବାସ କରୁଥିବା ନଥୀନୀୟମାନେ ଜଳଦ୍ୱାରର ପୂର୍ବ ଦିଗର ସମ୍ମୁଖ ପର୍ଯ୍ୟନ୍ତ ଓ ବାହାର ଦୁର୍ଗ ପର୍ଯ୍ୟନ୍ତ ମରାମତି କଲେ।
Нефинеи же, которые жили в Офеле, починили напротив Водяных ворот к востоку и до выступающей башни.
27 ତାହା ପରେ ତକୋୟୀୟମାନେ ବାହାରସ୍ଥ ବଡ଼ ଦୁର୍ଗ ସମ୍ମୁଖରୁ ଓଫଲର ପ୍ରାଚୀର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲେ।
За ними чинили Фекойцы, на втором участке, от места напротив большой выступающей башни до стены Офела.
28 ଯାଜକମାନେ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ଅଶ୍ୱଦ୍ୱାରର ଉପର ଭାଗର ମରାମତି କଲେ।
Далее ворот Конских чинили священники, каждый против своего дома.
29 ସେମାନଙ୍କ ପରେ ଇମ୍ମେରର ପୁତ୍ର ସାଦୋକ ଆପଣା ଗୃହ ସମ୍ମୁଖରେ ମରାମତି କଲା। ପୁଣି, ତାହା ପରେ ପୂର୍ବ-ଦ୍ୱାରପାଳ ଶଖନୀୟର ପୁତ୍ର ଶମୟୀୟ ମରାମତି କଲା।
За ними чинил Садок, сын Иммера, против своего дома, а за ним чинил Шемаия, сын Шехании, сторож восточных ворот.
30 ତାହା ପରେ ଶେଲିମୀୟର ପୁତ୍ର ହନାନୀୟ ଓ ସାଲଫର ଷଷ୍ଠ ପୁତ୍ର ହାନୂନ୍ ଅନ୍ୟ ଏକ ଅଂଶର ମରାମତି କଲେ। ତାହା ପରେ ବେରିଖୀୟର ପୁତ୍ର ମଶୁଲ୍ଲମ୍ ଆପଣା କୋଠରି ସମ୍ମୁଖରେ ମରାମତି କଲା।
За ним чинил Ханания, сын Шелемии, и Ханун, шестой сын Цалафа, на втором участке. За ним чинил Мешуллам, сын Берехии, против комнаты своей.
31 ତାହା ପରେ ମଲ୍କୀୟ ନାମକ ଜଣେ ସ୍ୱର୍ଣ୍ଣକାର ହମିପ୍କଦ୍ ଦ୍ୱାରର ସମ୍ମୁଖସ୍ଥ ନଥୀନୀୟମାନଙ୍କର ଓ ବଣିକମାନଙ୍କର ଗୃହ ପର୍ଯ୍ୟନ୍ତ, ଆଉ କୋଣର ଉଠାଣି ପର୍ଯ୍ୟନ୍ତ ମରାମତି କଲା।
За ним чинил Малхия, сын Гацорфия, до дома нефинеев и торговцев, против ворот Гаммифкад и до угольного жилья.
32 ପୁଣି, କୋଣର ଉଠାଣି ଓ ମେଷଦ୍ୱାର ମଧ୍ୟରେ ସ୍ୱର୍ଣ୍ଣକାର ଓ ବଣିକମାନେ ମରାମତି କଲେ।
А между угольным жильем до ворот Овечьих чинили серебряники и торговцы.