< ନିହିମୀୟା 4 >

1 ମାତ୍ର ଆମ୍ଭେମାନେ ପ୍ରାଚୀର ଗଢ଼ୁଅଛୁ ବୋଲି ଶୁଣି ସନ୍‍ବଲ୍ଲଟ୍‍ କୁପିତ ଓ ଅତିଶୟ ବିରକ୍ତ ହୋଇ ଯିହୁଦୀୟମାନଙ୍କୁ ପରିହାସ କଲା।
But when Sanballat heard that we were building the wall, he was angry, and was very indignant, and mocked the Jews.
2 ଆଉ, ସେ ଆପଣା ଭ୍ରାତୃଗଣ ଓ ଶମରୀୟା ସୈନ୍ୟଦଳ ସାକ୍ଷାତରେ ଏହି କଥା କହିଲା, “ଏହି ଦୁର୍ବଳ ଯିହୁଦୀୟମାନେ କଅଣ କରୁଅଛନ୍ତି? ସେମାନେ କʼଣ ଗଡ଼ବନ୍ଦି କରି ରହିବେ? ସେମାନେ କʼଣ ବଳିଦାନ କରିବେ? ସେମାନେ କʼଣ ଦିନକରେ ସମାପ୍ତ କରିବେ? ସେମାନେ କʼଣ କାନ୍ଥଡ଼ାର ଢିପିରୁ ଦଗ୍ଧ ପ୍ରସ୍ତର କାଢ଼ି ସଜୀବ କରିବେ?”
He spoke before his brothers and the army of Samaria, and said, “What are these feeble Jews doing? Will they fortify themselves? Will they sacrifice? Will they finish in a day? Will they revive the stones out of the heaps of rubbish, since they are burned?”
3 ଏହି ସମୟରେ ଅମ୍ମୋନୀୟ ଟୋବୀୟ ତାହା ପାଖରେ ଥିଲା, ଆଉ ସେ କହିଲା, “ମଧ୍ୟ ସେମାନେ ଯାହା ଗଢ଼ୁଅଛନ୍ତି, ବିଲୁଆ ଚଢ଼ିଗଲେ ସେ ସେମାନଙ୍କ ପଥର ପାଚେରୀ ଭାଙ୍ଗି ପକାଇବ।”
Now Tobiah the Ammonite was by him, and he said, “What they are building, if a fox climbed up it, he would break down their stone wall.”
4 ହେ ଆମ୍ଭମାନଙ୍କ ପରମେଶ୍ୱର, ଶ୍ରବଣ କର; କାରଣ ଆମ୍ଭେମାନେ ତୁଚ୍ଛୀକୃତ ହେଉଅଛୁ; ସେମାନଙ୍କ ପରିହାସ ସେମାନଙ୍କ ନିଜ ମସ୍ତକରେ ବର୍ତ୍ତାଅ ଓ ସେମାନଙ୍କୁ ବିଦେଶରେ ବନ୍ଦୀ କରି ଲୁଟିତ ହେବାକୁ ସମର୍ପଣ କର;
“Hear, our God, for we are despised. Turn back their reproach on their own head. Give them up for a plunder in a land of captivity.
5 ଆଉ ସେମାନଙ୍କ ଅଧର୍ମ ଆଚ୍ଛାଦନ କର ନାହିଁ ଓ ତୁମ୍ଭ ସମ୍ମୁଖରୁ ସେମାନଙ୍କ ପାପ ମାର୍ଜିତ ନ ହେଉ; କାରଣ ନିର୍ମାଣକାରୀମାନଙ୍କ ସାକ୍ଷାତରେ ସେମାନେ ତୁମ୍ଭକୁ ବିରକ୍ତ କରିଅଛନ୍ତି।
Don’t cover their iniquity. Don’t let their sin be blotted out from before you; for they have insulted the builders.”
6 ଏହିରୂପେ ଆମ୍ଭେମାନେ ପ୍ରାଚୀର ଗଢ଼ିଲୁ ଓ ତହିଁର ଉଚ୍ଚତାର ଅର୍ଦ୍ଧ ପର୍ଯ୍ୟନ୍ତ ସମୁଦାୟ ପ୍ରାଚୀର ଏକତ୍ର ସଂଯୁକ୍ତ କରାଗଲା; ଯେଣୁ କର୍ମ କରିବାକୁ ଲୋକମାନଙ୍କର ମନ ଥିଲା।
So we built the wall; and all the wall was joined together to half its height, for the people had a mind to work.
7 ମାତ୍ର ଯିରୂଶାଲମ ପ୍ରାଚୀରର ମରାମତି କାର୍ଯ୍ୟ ଅଗ୍ରସର ହେଉଅଛି ଓ ଭଗ୍ନସ୍ଥାନସବୁ ବନ୍ଦ ହେବାକୁ ଲାଗୁଅଛି, ଏହା ଶୁଣି ସନ୍‍ବଲ୍ଲଟ୍‍ ଓ ଟୋବୀୟ, ପୁଣି ଆରବୀୟମାନେ ଓ ଅମ୍ମୋନୀୟମାନେ ଓ ଅସ୍ଦୋଦୀୟମାନେ ଅତିଶୟ କ୍ରୁଦ୍ଧ ହେଲେ।
But when Sanballat, Tobiah, the Arabians, the Ammonites, and the Ashdodites heard that the repairing of the walls of Jerusalem went forward, and that the breaches began to be filled, they were very angry;
8 ପୁଣି, ସେସମସ୍ତେ ଯିରୂଶାଲମକୁ ଯାଇ ତହିଁ ବିରୁଦ୍ଧରେ ଯୁଦ୍ଧ କରିବାକୁ ଓ ତହିଁ ମଧ୍ୟରେ ଗଣ୍ଡଗୋଳ କରିବାକୁ ଏକତ୍ର ଚକ୍ରାନ୍ତ କଲେ।
and they all conspired together to come and fight against Jerusalem, and to cause confusion among us.
9 ମାତ୍ର ଆମ୍ଭେମାନେ ସେମାନଙ୍କ ସକାଶୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲୁ ଓ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ପ୍ରହରୀ ରଖିଲୁ।
But we made our prayer to our God, and set a watch against them day and night because of them.
10 ସେତେବେଳେ ଯିହୁଦା କହିଲା, “ଭାରବାହକମାନଙ୍କର ବଳ କ୍ଷୀଣ ହୋଇଅଛି, ଆଉ ଅନେକ ଭଙ୍ଗା କାନ୍ଥ ଅଛି; ଏଣୁ ଆମ୍ଭେମାନେ ପ୍ରାଚୀର ଗଢ଼ି ପାରୁ ନାହୁଁ।”
Judah said, “The strength of the bearers of burdens is fading and there is much rubble, so that we are not able to build the wall.”
11 ପୁଣି, ଆମ୍ଭମାନଙ୍କ ବିପକ୍ଷମାନେ କହିଲେ, “ଆମ୍ଭେମାନେ ସେମାନଙ୍କ ମଧ୍ୟରେ ଉପସ୍ଥିତ ହୋଇ ସେମାନଙ୍କୁ ବଧ ଓ ସେମାନଙ୍କ କାର୍ଯ୍ୟ ବନ୍ଦ କରିବା ପର୍ଯ୍ୟନ୍ତ ସେମାନେ ଜାଣିବେ ନାହିଁ ଅବା ଦେଖିବେ ନାହିଁ।”
Our adversaries said, “They will not know or see, until we come in among them and kill them, and cause the work to cease.”
12 ଆଉ, ସେମାନଙ୍କ ନିକଟବାସୀ ଯିହୁଦୀୟମାନେ ସବୁ ସ୍ଥାନରୁ ଆସି ଆମ୍ଭମାନଙ୍କୁ ଦଶ ଥର କହିଲେ, “ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ନିକଟକୁ ଫେରି ଆସିବାକୁ ହେବ।”
When the Jews who lived by them came, they said to us ten times from all places, “Wherever you turn, they will attack us.”
13 ଏହେତୁ ମୁଁ ପ୍ରାଚୀର ପଛଆଡ଼େ ନୀଚସ୍ଥ ମେଲା ସ୍ଥାନରେ ଲୋକମାନଙ୍କୁ ସେମାନଙ୍କ ପରିବାର ଅନୁସାରେ ସେମାନଙ୍କ ଖଡ୍ଗ ଓ ବର୍ଚ୍ଛା ଓ ଧନୁ ସହିତ ନିଯୁକ୍ତ କଲି।
Therefore I set guards in the lowest parts of the space behind the wall, in the open places. I set the people by family groups with their swords, their spears, and their bows.
14 ତହୁଁ ମୁଁ ଦୃଷ୍ଟିପାତ କଲି ଓ ଉଠି କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲି; “ତୁମ୍ଭେମାନେ ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; ପ୍ରଭୁଙ୍କୁ ସ୍ମରଣ କର, ସେ ମହାନ ଓ ଭୟଙ୍କର ଅଟନ୍ତି, ଆଉ ତୁମ୍ଭେମାନେ ଆପଣା ଆପଣା ଭ୍ରାତୃଗଣ, ପୁତ୍ର ଓ କନ୍ୟାଗଣ, ଆପଣା ଆପଣା ଭାର୍ଯ୍ୟାଗଣ ଓ ଗୃହ ନିମନ୍ତେ ଯୁଦ୍ଧ କର।”
I looked, and rose up, and said to the nobles, to the rulers, and to the rest of the people, “Don’t be afraid of them! Remember the Lord, who is great and awesome, and fight for your brothers, your sons, your daughters, your wives, and your houses.”
15 ପରେ ଆମ୍ଭମାନଙ୍କ ଶତ୍ରୁଗଣର ମନ୍ତ୍ରଣା ଆମ୍ଭମାନଙ୍କୁ ଜଣାଯାଇଅଛି ଓ ପରମେଶ୍ୱର ତାହା ବିଫଳ କରିଅଛନ୍ତି, ଏହା ସେମାନେ ଶୁଣନ୍ତେ, ଆମ୍ଭେମାନେ ପ୍ରତ୍ୟେକେ ପ୍ରାଚୀରରେ ଆପଣା ଆପଣା କାର୍ଯ୍ୟକୁ ଫେରିଗଲୁ।
When our enemies heard that it was known to us, and God had brought their counsel to nothing, all of us returned to the wall, everyone to his work.
16 ଆଉ, ସେହି ଦିନଠାରୁ ଆମ୍ଭ ଦାସଗଣର ଅର୍ଦ୍ଧେକ କର୍ମ କଲେ ଓ ସେମାନଙ୍କର ଅର୍ଦ୍ଧେକ ବର୍ଚ୍ଛା, ଢାଲ, ଧନୁ, ଓ ସାଞ୍ଜୁଆ ଧରି ରହିଲେ; ପୁଣି, ଅଧ୍ୟକ୍ଷମାନେ ଯିହୁଦାର ସମଗ୍ର ଗୋଷ୍ଠୀର ପଛରେ ରହିଲେ।
From that time forth, half of my servants did the work, and half of them held the spears, the shields, the bows, and the coats of mail; and the rulers were behind all the house of Judah.
17 ଯେଉଁମାନେ ପ୍ରାଚୀର ଗଢ଼ିଲେ ଓ ଯେଉଁମାନେ ଭାର ବହିଲେ, ସେମାନେ ଆପେ ଆପେ ଭାର ଉଠାଇଲେ, ପ୍ରତି ଜଣ ଏକ ହସ୍ତରେ କର୍ମ କଲେ ଓ ଅନ୍ୟ ହସ୍ତରେ ଅସ୍ତ୍ର ଧରିଲେ;
Those who built the wall, and those who bore burdens loaded themselves; everyone with one of his hands did the work, and with the other held his weapon.
18 ଆଉ, ନିର୍ମାଣକାରୀମାନଙ୍କର ପ୍ରତ୍ୟେକେ ଆପଣା ଆପଣା କଟିଦେଶରେ ଖଡ୍ଗ ବାନ୍ଧି ସେହିପରି କାର୍ଯ୍ୟ କଲେ। ପୁଣି, ତୂରୀ ବଜାଇବା ଲୋକ ଆମ୍ଭ ନିକଟରେ ରହିଲା।
Among the builders, everyone wore his sword at his side, and so built. He who sounded the shofar was by me.
19 ଏହାପରେ ଆମ୍ଭେ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲୁ, “କାର୍ଯ୍ୟ ଭାରୀ ଓ ବିସ୍ତୀର୍ଣ୍ଣ, ପୁଣି ଆମ୍ଭେମାନେ ପ୍ରାଚୀର ଉପରେ ପୃଥକ ହୋଇ ଏକଆରେକଠାରୁ ଦୂରରେ ଅଛୁ;
I said to the nobles, and to the rulers and to the rest of the people, “The work is great and widely spread out, and we are separated on the wall, far from one another.
20 ଏହେତୁ ଯେକୌଣସି ସ୍ଥାନରେ ତୂରୀର ଶବ୍ଦ ଶୁଣିବ, ସେସ୍ଥାନରୁ ଆମ୍ଭମାନଙ୍କ ନିକଟକୁ ଆସିବ; ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।”
Wherever you hear the sound of the shofar, rally there to us. Our God will fight for us.”
21 ଏହିରୂପେ ଆମ୍ଭେମାନେ ସେହି କାର୍ଯ୍ୟରେ ପରିଶ୍ରମ କଲୁ, ପୁଣି ପ୍ରତ୍ୟୁଷ ସମୟଠାରୁ ତାରା ଦେଖାଯିବା ପର୍ଯ୍ୟନ୍ତ ସେମାନଙ୍କର ଅର୍ଦ୍ଧେକ ଲୋକ ବର୍ଚ୍ଛା ଧରିଲେ।
So we did the work. Half of the people held the spears from the rising of the morning until the stars appeared.
22 ସେହି ସମୟରେ ଆମ୍ଭେ ଲୋକମାନଙ୍କୁ ଆହୁରି କହିଲୁ, “ପ୍ରତ୍ୟେକ ଲୋକ ରାତ୍ରିକାଳରେ ଆପଣା ଆପଣା ଦାସ ସହିତ ଯିରୂଶାଲମ ଭିତରେ ରହନ୍ତୁ, ତହିଁରେ ସେମାନେ ରାତ୍ରିରେ ଆମ୍ଭମାନଙ୍କର ପ୍ରହରୀ ହୋଇ ପାରିବେ ଓ ଦିବସରେ କର୍ମ କରି ପାରିବେ।”
Likewise at the same time I said to the people, “Let everyone with his servant lodge within Jerusalem, that in the night they may be a guard to us, and may labor in the day.”
23 ଏହିରୂପେ ଆମ୍ଭେ କି ଆମ୍ଭ ଭାଇମାନେ କି ଆମ୍ଭ ଦାସମାନେ କିଅବା ଆମ୍ଭ ପଶ୍ଚାଦ୍‍ବର୍ତ୍ତୀ ପ୍ରହରୀମାନେ କେହି ଆପଣା ଦେହରୁ ବସ୍ତ୍ର କାଢ଼ିଲୁ ନାହିଁ, ପ୍ରତି ଜଣ ଆପଣା ଆପଣା ଅସ୍ତ୍ରଶସ୍ତ୍ର ସହିତ ଜଳ ନିକଟକୁ ଗଲୁ।
So neither I, nor my brothers, nor my servants, nor the men of the guard who followed me took off our clothes. Everyone took his weapon to the water.

< ନିହିମୀୟା 4 >