< ନିହିମୀୟା 4 >

1 ମାତ୍ର ଆମ୍ଭେମାନେ ପ୍ରାଚୀର ଗଢ଼ୁଅଛୁ ବୋଲି ଶୁଣି ସନ୍‍ବଲ୍ଲଟ୍‍ କୁପିତ ଓ ଅତିଶୟ ବିରକ୍ତ ହୋଇ ଯିହୁଦୀୟମାନଙ୍କୁ ପରିହାସ କଲା।
Da Sanballat ya ji cewa muna sāke ginin katangar, sai ya husata, ya haukace ƙwarai. Ya yi wa Yahudawa dariya,
2 ଆଉ, ସେ ଆପଣା ଭ୍ରାତୃଗଣ ଓ ଶମରୀୟା ସୈନ୍ୟଦଳ ସାକ୍ଷାତରେ ଏହି କଥା କହିଲା, “ଏହି ଦୁର୍ବଳ ଯିହୁଦୀୟମାନେ କଅଣ କରୁଅଛନ୍ତି? ସେମାନେ କʼଣ ଗଡ଼ବନ୍ଦି କରି ରହିବେ? ସେମାନେ କʼଣ ବଳିଦାନ କରିବେ? ସେମାନେ କʼଣ ଦିନକରେ ସମାପ୍ତ କରିବେ? ସେମାନେ କʼଣ କାନ୍ଥଡ଼ାର ଢିପିରୁ ଦଗ୍ଧ ପ୍ରସ୍ତର କାଢ଼ି ସଜୀବ କରିବେ?”
a gaban abokansa da kuma sojojin Samariya ya ce, “Me waɗancan Yahudawan nan marasa ƙarfi suke yi? Za su maido da katangarsu ne? Za su miƙa hadayu ne? Za su gama a rana ɗaya? Za su iya samun duwatsun gini daga tsibin matattun duwatsu?”
3 ଏହି ସମୟରେ ଅମ୍ମୋନୀୟ ଟୋବୀୟ ତାହା ପାଖରେ ଥିଲା, ଆଉ ସେ କହିଲା, “ମଧ୍ୟ ସେମାନେ ଯାହା ଗଢ଼ୁଅଛନ୍ତି, ବିଲୁଆ ଚଢ଼ିଗଲେ ସେ ସେମାନଙ୍କ ପଥର ପାଚେରୀ ଭାଙ୍ଗି ପକାଇବ।”
Tobiya wakilin mutanen Ammon wanda yake a gefensa ya ce, “Abin nan da suke gini, ko dila ma ya hau, zai rushe shi!”
4 ହେ ଆମ୍ଭମାନଙ୍କ ପରମେଶ୍ୱର, ଶ୍ରବଣ କର; କାରଣ ଆମ୍ଭେମାନେ ତୁଚ୍ଛୀକୃତ ହେଉଅଛୁ; ସେମାନଙ୍କ ପରିହାସ ସେମାନଙ୍କ ନିଜ ମସ୍ତକରେ ବର୍ତ୍ତାଅ ଓ ସେମାନଙ୍କୁ ବିଦେଶରେ ବନ୍ଦୀ କରି ଲୁଟିତ ହେବାକୁ ସମର୍ପଣ କର;
Ka ji mu, ya Allahnmu, gama an rena mu. Bari zagin da suke yi mana yă koma kansu. Ka sa a kwashe su a kai su bauta a wata ƙasa.
5 ଆଉ ସେମାନଙ୍କ ଅଧର୍ମ ଆଚ୍ଛାଦନ କର ନାହିଁ ଓ ତୁମ୍ଭ ସମ୍ମୁଖରୁ ସେମାନଙ୍କ ପାପ ମାର୍ଜିତ ନ ହେଉ; କାରଣ ନିର୍ମାଣକାରୀମାନଙ୍କ ସାକ୍ଷାତରେ ସେମାନେ ତୁମ୍ଭକୁ ବିରକ୍ତ କରିଅଛନ୍ତି।
Kada ka rufe laifinsu, kada kuwa ka gafarta musu, gama sun ci mutuncinmu, mu da muke gini.
6 ଏହିରୂପେ ଆମ୍ଭେମାନେ ପ୍ରାଚୀର ଗଢ଼ିଲୁ ଓ ତହିଁର ଉଚ୍ଚତାର ଅର୍ଦ୍ଧ ପର୍ଯ୍ୟନ୍ତ ସମୁଦାୟ ପ୍ରାଚୀର ଏକତ୍ର ସଂଯୁକ୍ତ କରାଗଲା; ଯେଣୁ କର୍ମ କରିବାକୁ ଲୋକମାନଙ୍କର ମନ ଥିଲା।
Sai muka sāke ginin katangar sai da duka ta kai rabin tsayinta, gama mutane sun yi aiki da dukan ƙarfinsu.
7 ମାତ୍ର ଯିରୂଶାଲମ ପ୍ରାଚୀରର ମରାମତି କାର୍ଯ୍ୟ ଅଗ୍ରସର ହେଉଅଛି ଓ ଭଗ୍ନସ୍ଥାନସବୁ ବନ୍ଦ ହେବାକୁ ଲାଗୁଅଛି, ଏହା ଶୁଣି ସନ୍‍ବଲ୍ଲଟ୍‍ ଓ ଟୋବୀୟ, ପୁଣି ଆରବୀୟମାନେ ଓ ଅମ୍ମୋନୀୟମାନେ ଓ ଅସ୍ଦୋଦୀୟମାନେ ଅତିଶୟ କ୍ରୁଦ୍ଧ ହେଲେ।
Amma da Sanballat, da Tobiya, da Larabawa, da Ammonawa, da kuma mutanen Ashdod suka ji cewa gyare-gyaren katangar Urushalima yana cin gaba, ana kuma tattoshe wuraren da suka tsattsaga, sai suka husata ƙwarai.
8 ପୁଣି, ସେସମସ୍ତେ ଯିରୂଶାଲମକୁ ଯାଇ ତହିଁ ବିରୁଦ୍ଧରେ ଯୁଦ୍ଧ କରିବାକୁ ଓ ତହିଁ ମଧ୍ୟରେ ଗଣ୍ଡଗୋଳ କରିବାକୁ ଏକତ୍ର ଚକ୍ରାନ୍ତ କଲେ।
Dukansu suka ƙulla su zo, su yi yaƙi da Urushalima, su tā da hankali a cikinta.
9 ମାତ୍ର ଆମ୍ଭେମାନେ ସେମାନଙ୍କ ସକାଶୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲୁ ଓ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ପ୍ରହରୀ ରଖିଲୁ।
Amma muka yi addu’a ga Allahnmu muka kuma sa masu tsaro da rana da kuma dare don mu magance wannan barazana.
10 ସେତେବେଳେ ଯିହୁଦା କହିଲା, “ଭାରବାହକମାନଙ୍କର ବଳ କ୍ଷୀଣ ହୋଇଅଛି, ଆଉ ଅନେକ ଭଙ୍ଗା କାନ୍ଥ ଅଛି; ଏଣୁ ଆମ୍ଭେମାନେ ପ୍ରାଚୀର ଗଢ଼ି ପାରୁ ନାହୁଁ।”
Ana cikin haka, mutane a Yahuda suka ce, “Ƙarfin ma’aikata yana kāsawa, akwai kuma sauran tarkace da yawa da ba za mu iya sāke gina katangar ba.”
11 ପୁଣି, ଆମ୍ଭମାନଙ୍କ ବିପକ୍ଷମାନେ କହିଲେ, “ଆମ୍ଭେମାନେ ସେମାନଙ୍କ ମଧ୍ୟରେ ଉପସ୍ଥିତ ହୋଇ ସେମାନଙ୍କୁ ବଧ ଓ ସେମାନଙ୍କ କାର୍ଯ୍ୟ ବନ୍ଦ କରିବା ପର୍ଯ୍ୟନ୍ତ ସେମାନେ ଜାଣିବେ ନାହିଁ ଅବା ଦେଖିବେ ନାହିଁ।”
Abokan gābanmu sun ce, “Ba za su sani ba, ba kuwa za su gan mu ba, sai dai kawai su gan mu a cikinsu, za mu karkashe su, mu tsai da aikin.”
12 ଆଉ, ସେମାନଙ୍କ ନିକଟବାସୀ ଯିହୁଦୀୟମାନେ ସବୁ ସ୍ଥାନରୁ ଆସି ଆମ୍ଭମାନଙ୍କୁ ଦଶ ଥର କହିଲେ, “ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ନିକଟକୁ ଫେରି ଆସିବାକୁ ହେବ।”
Sau da yawa Yahudawan da suke da zama kusa da abokan gābanmu sun yi ta zuwa suna yin mana magana, suna cewa “Ko’ina muka juya, za su fāɗa mana.”
13 ଏହେତୁ ମୁଁ ପ୍ରାଚୀର ପଛଆଡ଼େ ନୀଚସ୍ଥ ମେଲା ସ୍ଥାନରେ ଲୋକମାନଙ୍କୁ ସେମାନଙ୍କ ପରିବାର ଅନୁସାରେ ସେମାନଙ୍କ ଖଡ୍ଗ ଓ ବର୍ଚ୍ଛା ଓ ଧନୁ ସହିତ ନିଯୁକ୍ତ କଲି।
Saboda haka na sa jama’a su ja ɗamara bisa ga iyalinsu a bayan katanga, a wuraren da ba a gina ba. Suna riƙe da takuba, da māsu, da bakkuna.
14 ତହୁଁ ମୁଁ ଦୃଷ୍ଟିପାତ କଲି ଓ ଉଠି କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲି; “ତୁମ୍ଭେମାନେ ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; ପ୍ରଭୁଙ୍କୁ ସ୍ମରଣ କର, ସେ ମହାନ ଓ ଭୟଙ୍କର ଅଟନ୍ତି, ଆଉ ତୁମ୍ଭେମାନେ ଆପଣା ଆପଣା ଭ୍ରାତୃଗଣ, ପୁତ୍ର ଓ କନ୍ୟାଗଣ, ଆପଣା ଆପଣା ଭାର୍ଯ୍ୟାଗଣ ଓ ଗୃହ ନିମନ୍ତେ ଯୁଦ୍ଧ କର।”
Bayan na dudduba abubuwa, sai na miƙe tsaye na ce wa manyan gari da shugabanni da kuma sauran jama’a, “Kada ku ji tsoronsu. Ku tuna da Ubangiji, wanda yake mai girma da banrazana, ku yi yaƙi don’yan’uwanku, da’ya’yanku maza da mata, da matanku da kuma gidajenku.”
15 ପରେ ଆମ୍ଭମାନଙ୍କ ଶତ୍ରୁଗଣର ମନ୍ତ୍ରଣା ଆମ୍ଭମାନଙ୍କୁ ଜଣାଯାଇଅଛି ଓ ପରମେଶ୍ୱର ତାହା ବିଫଳ କରିଅଛନ୍ତି, ଏହା ସେମାନେ ଶୁଣନ୍ତେ, ଆମ୍ଭେମାନେ ପ୍ରତ୍ୟେକେ ପ୍ରାଚୀରରେ ଆପଣା ଆପଣା କାର୍ଯ୍ୟକୁ ଫେରିଗଲୁ।
Da abokan gābanmu suka ji muna sane da shirinsu, Allah kuma ya wargaje shirin nan, sai duk muka dawo ga katangar, kowa ya kama aikinsa.
16 ଆଉ, ସେହି ଦିନଠାରୁ ଆମ୍ଭ ଦାସଗଣର ଅର୍ଦ୍ଧେକ କର୍ମ କଲେ ଓ ସେମାନଙ୍କର ଅର୍ଦ୍ଧେକ ବର୍ଚ୍ଛା, ଢାଲ, ଧନୁ, ଓ ସାଞ୍ଜୁଆ ଧରି ରହିଲେ; ପୁଣି, ଅଧ୍ୟକ୍ଷମାନେ ଯିହୁଦାର ସମଗ୍ର ଗୋଷ୍ଠୀର ପଛରେ ରହିଲେ।
Daga wannan rana zuwa gaba, rabin mutane suka yi aiki, yayinda sauran rabin suka kintsa da māsu, da garkuwa, da bakkuna da makamai. Shugabanni suka goyi bayan dukan mutanen Yahuda
17 ଯେଉଁମାନେ ପ୍ରାଚୀର ଗଢ଼ିଲେ ଓ ଯେଉଁମାନେ ଭାର ବହିଲେ, ସେମାନେ ଆପେ ଆପେ ଭାର ଉଠାଇଲେ, ପ୍ରତି ଜଣ ଏକ ହସ୍ତରେ କର୍ମ କଲେ ଓ ଅନ୍ୟ ହସ୍ତରେ ଅସ୍ତ୍ର ଧରିଲେ;
waɗanda suke ginin katanga. Waɗanda suke ɗaukan kaya suka yi aikinsu da hannu ɗaya, suna kuma riƙe da makami a ɗaya hannun,
18 ଆଉ, ନିର୍ମାଣକାରୀମାନଙ୍କର ପ୍ରତ୍ୟେକେ ଆପଣା ଆପଣା କଟିଦେଶରେ ଖଡ୍ଗ ବାନ୍ଧି ସେହିପରି କାର୍ଯ୍ୟ କଲେ। ପୁଣି, ତୂରୀ ବଜାଇବା ଲୋକ ଆମ୍ଭ ନିକଟରେ ରହିଲା।
kuma kowane mai gini ya ɗaura takobinsa a gefe yayinda yake aiki. Amma mutum mai busa ƙaho ya kasance tare da ni.
19 ଏହାପରେ ଆମ୍ଭେ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲୁ, “କାର୍ଯ୍ୟ ଭାରୀ ଓ ବିସ୍ତୀର୍ଣ୍ଣ, ପୁଣି ଆମ୍ଭେମାନେ ପ୍ରାଚୀର ଉପରେ ପୃଥକ ହୋଇ ଏକଆରେକଠାରୁ ଦୂରରେ ଅଛୁ;
Sai na ce wa manyan gari, da shugabanni, da sauran jama’a, “Aikin nan babba ne kuma mai yawa, ga shi muna a rarrabe nesa da juna a katangar.
20 ଏହେତୁ ଯେକୌଣସି ସ୍ଥାନରେ ତୂରୀର ଶବ୍ଦ ଶୁଣିବ, ସେସ୍ଥାନରୁ ଆମ୍ଭମାନଙ୍କ ନିକଟକୁ ଆସିବ; ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।”
Duk inda kuka ji an busa ƙaho, sai ku taru a wurin. Allahnmu zai yi yaƙi dominmu!”
21 ଏହିରୂପେ ଆମ୍ଭେମାନେ ସେହି କାର୍ଯ୍ୟରେ ପରିଶ୍ରମ କଲୁ, ପୁଣି ପ୍ରତ୍ୟୁଷ ସମୟଠାରୁ ତାରା ଦେଖାଯିବା ପର୍ଯ୍ୟନ୍ତ ସେମାନଙ୍କର ଅର୍ଦ୍ଧେକ ଲୋକ ବର୍ଚ୍ଛା ଧରିଲେ।
Saboda haka muka ci gaba da aiki, rabin mutane suna riƙe da māsu, daga wayewar gari har zuwa fitowar taurari.
22 ସେହି ସମୟରେ ଆମ୍ଭେ ଲୋକମାନଙ୍କୁ ଆହୁରି କହିଲୁ, “ପ୍ରତ୍ୟେକ ଲୋକ ରାତ୍ରିକାଳରେ ଆପଣା ଆପଣା ଦାସ ସହିତ ଯିରୂଶାଲମ ଭିତରେ ରହନ୍ତୁ, ତହିଁରେ ସେମାନେ ରାତ୍ରିରେ ଆମ୍ଭମାନଙ୍କର ପ୍ରହରୀ ହୋଇ ପାରିବେ ଓ ଦିବସରେ କର୍ମ କରି ପାରିବେ।”
A wannan lokaci na kuma ce wa mutane, “A sa kowane mutum da mataimakinsa su zauna a Urushalima da dare, domin a yi tsaro da dare, da safe kuma a kama aiki.”
23 ଏହିରୂପେ ଆମ୍ଭେ କି ଆମ୍ଭ ଭାଇମାନେ କି ଆମ୍ଭ ଦାସମାନେ କିଅବା ଆମ୍ଭ ପଶ୍ଚାଦ୍‍ବର୍ତ୍ତୀ ପ୍ରହରୀମାନେ କେହି ଆପଣା ଦେହରୁ ବସ୍ତ୍ର କାଢ଼ିଲୁ ନାହିଁ, ପ୍ରତି ଜଣ ଆପଣା ଆପଣା ଅସ୍ତ୍ରଶସ୍ତ୍ର ସହିତ ଜଳ ନିକଟକୁ ଗଲୁ।
Saboda haka ni, da’yan’uwana, da bayina, da matsaran da suke tare da ni, ba wanda ya tuɓe tufafinsa; kowa ya rataye makaminsa, ko ya je shan ruwa ma.

< ନିହିମୀୟା 4 >