< ନିହିମୀୟା 5 >

1 ଏଥିଉତ୍ତାରେ ଯିହୁଦୀୟ ଭାଇମାନଙ୍କ ବିରୁଦ୍ଧରେ ଲୋକମାନଙ୍କର ଓ ସେମାନଙ୍କ ଭାର୍ଯ୍ୟାଗଣ ସ୍ୱର ଉତ୍ତୋଳନ କଲେ।
那時,在人民和他們的婦女中,發生了喊冤的大聲音,控告自己的猶太同胞。
2 କାରଣ କେହି କେହି କହିଲେ, “ଆମ୍ଭେମାନେ, ଆମ୍ଭମାନଙ୍କ ପୁତ୍ର ଓ କନ୍ୟାଗଣ ସମେତ ଅନେକ ଲୋକ ଅଟୁ; ତେଣୁ ଆମ୍ଭେମାନେ ଶସ୍ୟ ନେଇ ତାହା ଖାଇ ବଞ୍ଚିବା।”
有人喊說:「我們應以我們的兒女作質,換取食糧,吃飯生活。」
3 ମଧ୍ୟ ଆଉ କେହି କେହି କହିଲେ, “ଆମ୍ଭେମାନେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଓ ଗୃହ ବନ୍ଧକ ରଖିଅଛୁ, ଯେପରି ଦୁର୍ଭିକ୍ଷ ସମୟରେ ଆମ୍ଭମାନଙ୍କୁ ଶସ୍ୟ ମିଳୁ।”
另有人喊說:「我們必須典當我們的田地、葡萄園和房屋,為在飢荒之中獲得食糧。」
4 ଆହୁରି, କେତେକ କହିଲେ, “ଆମ୍ଭେମାନେ ରାଜ-କର ପୈଠ କରିବା ନିମନ୍ତେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରା ଋଣ କରିଅଛୁ।
還有人喊說:「我們應抵押我們的田地和葡萄園,去借錢給王納稅。
5 ମାତ୍ର ଆମ୍ଭମାନଙ୍କ ଶରୀର ଆମ୍ଭମାନଙ୍କ ଭ୍ରାତୃଗଣର ଶରୀର ସମାନ, ଆମ୍ଭମାନଙ୍କ ସନ୍ତାନଗଣ ସେମାନଙ୍କ ସନ୍ତାନଗଣର ସମାନ; ତଥାପି ଦେଖ, ଆମ୍ଭେମାନେ ଆପଣା ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିଅଛୁ, ପୁଣି ଆମ୍ଭମାନଙ୍କ କନ୍ୟାଗଣ ମଧ୍ୟରୁ କେହି କେହି ଦାସୀ ହୋଇ ସାରିଲେଣି; ଆମ୍ଭମାନଙ୍କର ଆଉ କିଛି ଆୟତ୍ତ ନାହିଁ; କାରଣ ଅନ୍ୟ ଲୋକମାନେ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଅଧିକାର କରିଅଛନ୍ତି।”
然而我們的肉體與我們同胞的肉體一樣,我們的孩子與他們的孩子也相同,但我們必須叫我們的兒女去作奴婢,且有些女兒已做了奴婢;我們現下一無所能,因為我們的田地和葡萄園,已屬於別人了。」
6 ସେତେବେଳେ ମୁଁ ସେମାନଙ୍କର କ୍ରନ୍ଦନ ଓ ଏହି କଥାସବୁ ଶୁଣି ଅତ୍ୟନ୍ତ କ୍ରୁଦ୍ଧ ହେଲି।
我一聽了他們的哀訴和這樣的話,很是悲憤。
7 ପୁଣି, ମୁଁ ଆପଣା ମନରେ ବିବେଚନା କଲି, ପୁଣି କୁଳୀନମାନଙ୍କର ଓ ଅଧ୍ୟକ୍ଷମାନଙ୍କର ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇଠାରୁ ସୁଧ ନେଉଅଛ।” ତହୁଁ ମୁଁ ସେମାନଙ୍କ ବିରୁଦ୍ଧରେ ଅଭିଯୋଗ କଲି।
我考慮之後,遂譴責那些權貴和長官,向他們說:「你們每人竟向告自己的同胞索取重利。」為譴責他們,我召集了大會,
8 ଆଉ, ମୁଁ ସେମାନଙ୍କୁ କହିଲି, “ଆମ୍ଭମାନଙ୍କର ଯିହୁଦୀୟ ଭାଇମାନେ ଅନ୍ୟ ଦେଶୀୟମାନଙ୍କ ନିକଟରେ ବିକା ଯାଇଥିଲେ, ଆମ୍ଭେମାନେ ସେମାନଙ୍କୁ ଆପଣା ସାମର୍ଥ୍ୟରେ ମୁକ୍ତ କରିଅଛୁ, ଏବେ ତୁମ୍ଭେମାନେ କʼଣ ଆପଣା ଭାଇମାନଙ୍କୁ ବିକ୍ରି କରିବ? ଓ ସେମାନେ କʼଣ ଆମ୍ଭମାନଙ୍କ ନିକଟରେ ବିକାଯିବେ?” ଏଥିରେ ସେମାନେ ନୀରବ ହେଲେ, କିଛି ଉତ୍ତର ଦେଇ ପାରିଲେ ନାହିଁ।
向他們說:「我們已費盡力量,贖回來了那些被賣給異民作奴隸的猶太同胞,難道你們又要賣你們的同胞,叫我們贖回來嗎﹖」他們不出聲,也不知如何回答。
9 ଆହୁରି, ମୁଁ କହିଲି, “ତୁମ୍ଭେମାନେ ଯେଉଁ କାର୍ଯ୍ୟ କରୁଅଛ, ତାହା ଭଲ ନୁହେଁ, ଆମ୍ଭମାନଙ୍କ ଶତ୍ରୁ ଅନ୍ୟଦେଶୀୟମାନଙ୍କର ତିରସ୍କାରକୁ ରୋକିବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ଭୟରେ ଆଚରଣ କରିବା କʼଣ ତୁମ୍ଭମାନଙ୍କର ଉଚିତ ନୁହେଁ?
我接著說:「你們作的這事實在不對! 為避免異民—我們仇敵的辱罵,你們豈不應懷著敬畏我們天主的心行事嗎﹖
10 ମଧ୍ୟ ମୁଁ, ମୋʼ ଭାଇମାନେ ଓ ମୋହର ଦାସମାନେ ସୁଧରେ ସେମାନଙ୍କୁ ମୁଦ୍ରା ଓ ଶସ୍ୟ ଋଣ ଦେଉଅଛୁ। ମାତ୍ର ଆମ୍ଭେମାନେ ଏହି ଋଣ ଉପରେ ସୁଧ ନେବା ବନ୍ଦ କରିବା ଉଚିତ।
我和我的兄弟以及我的僕人,也都借給了他們銀錢和食糧。好罷! 我們都免除他們這債務罷!
11 ତୁମ୍ଭେମାନେ ସେମାନଙ୍କର ଶସ୍ୟକ୍ଷେତ୍ର, ସେମାନଙ୍କର ଦ୍ରାକ୍ଷାକ୍ଷେତ୍ର, ସେମାନଙ୍କର ଜୀତକ୍ଷେତ୍ର ଓ ସେମାନଙ୍କର ଗୃହ, ମଧ୍ୟ ସେମାନଙ୍କଠାରୁ ମୁଦ୍ରା ଓ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଶତକଡ଼ା ଯେଉଁ ସୁଧ ତୁମ୍ଭେମାନେ ନେଇଅଛ, ତାହା ଆଜି ସେମାନଙ୍କୁ ଫେରାଇ ଦିଅ।”
今天就應當歸還他們的田地、葡萄園、橄欖園和房屋,並歸還由借給他們的銀錢、食糧、酒、油所獲得的重利。」
12 ତହିଁରେ ସେମାନେ କହିଲେ, “ଆମ୍ଭେମାନେ ଯାହା ନେଇଥିଲୁ ତାହା ଫେରାଇ ଦେବୁ ଓ ସେମାନଙ୍କୁ କିଛି ମାଗିବୁ ନାହିଁ; ଆପଣ ଯେପରି କହୁଅଛନ୍ତି, ଆମ୍ଭେମାନେ ସେପରି କରିବୁ।” ତହୁଁ ମୁଁ ଯାଜକମାନଙ୍କୁ ଡାକି ଏହି ପ୍ରତିଜ୍ଞାନୁସାରେ ସେମାନେ ଯେପରି କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଶପଥ କରାଇଲି।
他們答說:「我們都歸還給他們,不向他們索求什麼;你怎麼說;我們就怎麼行。」接著我叫了司祭來,另那些人起誓,按這話去行。
13 ମଧ୍ୟ ମୁଁ ଆପଣା ଅଣ୍ଟି ଝାଡ଼ି ଦେଇ କହିଲି, “ଯେକେହି ଏହି ପ୍ରତିଜ୍ଞା ପ୍ରତିପାଳନ କରିବ ନାହିଁ, ପରମେଶ୍ୱର ତାହାର ଗୃହ ଓ ପରିଶ୍ରମର ଫଳରୁ ତାହାକୁ ଏହିପରି ଝାଡ଼ି ଦେଉନ୍ତୁ; ସେ ଏହିରୂପେ ଝଡ଼ା ଯାଉ ଓ ଶୂନ୍ୟ ହେଉ।” ତହିଁରେ ସମସ୍ତ ସମାଜ କହିଲେ “ଆମେନ୍‍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ। ଏଥିଉତ୍ତାରେ ଲୋକମାନେ ଏହି ପ୍ରତିଜ୍ଞାନୁସାରେ କର୍ମ କଲେ।
我又拂拭衣襟說道:「願天主把一切不守這諾言的人,由他的房舍和他的財產中如此拂拭下去,直到將他拂拭淨盡。」全會眾都答說:「阿們。」同時又稱頌了上主。人民都履行了諾言。
14 ଆହୁରି, ମୁଁ ଯିହୁଦା ଦେଶରେ ସେମାନଙ୍କର ଅଧ୍ୟକ୍ଷ ପଦରେ ନିଯୁକ୍ତ ଥିବା ସମୟଠାରୁ, ଅର୍ଥାତ୍‍, ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର କୋଡ଼ିଏ ବର୍ଷଠାରୁ ବତିଶ ବର୍ଷ ପର୍ଯ୍ୟନ୍ତ ବାର ବର୍ଷ, ମୁଁ ଓ ମୋʼ ଭ୍ରାତୃଗଣ ଦେଶାଧ୍ୟକ୍ଷର ଖାଦ୍ୟ ଭୋଗ କଲୁ ନାହିଁ।
此外,自從我被任命為猶大省長之日起,即自阿塔薛西斯王二十年至三十二年,十二年之久,我和我的兄弟從未食過省長的俸祿。
15 ମାତ୍ର ମୋହର ପୂର୍ବବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା, ଆଉ ସେମାନେ ଚାଳିଶ ଶେକଲ ରୂପା ଛଡ଼ା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ; କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ ଅତ୍ୟାଚାର କଲେ; ମାତ୍ର ପରମେଶ୍ୱରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ।
但是,在我以先的前任省長,苛待民眾,每天由民眾取四十「協刻耳」銀子,作為俸祿,並且他們的臣僕還壓迫民眾;而我因敬畏天主,並未如此行事。
16 ଆହୁରି, ମୁଁ ଏହି ପ୍ରାଚୀର-କର୍ମରେ ଲାଗି ରହିଲି ଓ ଆମ୍ଭେମାନେ କୌଣସି ଭୂମି କିଣିଲୁ ନାହିଁ; ପୁଣି, ମୋହର ଦାସ ସମସ୍ତେ ସେଠାରେ କାର୍ଯ୍ୟରେ ଏକତ୍ରିତ ହେଲେ।
雖然我也從事修建城垣的工程,但並未購置過田產;我的僕人也都聚集在那裏工作。
17 ତଥାପି ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କ ନିକଟକୁ ଆଗତ ଲୋକମାନଙ୍କ ଛଡ଼ା ଯିହୁଦୀ ଓ ଅଧ୍ୟକ୍ଷ ଏକ ଶହ ପଚାଶ ଲୋକ ମୋʼ ଭୋଜନାସନରେ ବସିଲେ।
有一百五十個猶太人和官員,在我那裏吃飯,還有從我們四周異民中,來到我們這裏的人。
18 ସେସମୟରେ ପ୍ରତିଦିନ ଏକ ବଳଦ ଓ ଛଅଗୋଟି ବଛା ମେଷ ପ୍ରସ୍ତୁତ କରାଗଲା; ମଧ୍ୟ ମୋʼ ପାଇଁ କେତେକ ପକ୍ଷୀ ପ୍ରସ୍ତୁତ କରାଗଲା ଓ ଦଶ ଦିନରେ ଥରେ ସର୍ବପ୍ରକାର ଦ୍ରାକ୍ଷାରସ ଆୟୋଜନ କରାଗଲା; ତଥାପି ମୁଁ ଏସବୁ ଲାଗି ଦେଶାଧ୍ୟକ୍ଷର ଖାଦ୍ୟ ଚାହିଁଲି ନାହିଁ, କାରଣ ଏହି ଲୋକଙ୍କ ଉପରେ ଦାସତ୍ୱର ଭାର ଭୟଙ୍କର ହୋଇଥିଲା।
每一天應備辦一頭牛,六隻肥羊和各種飛禽,這些都由我負擔;每天又要備置大量的酒;雖然如此,我仍未索求省長的俸祿,服役的事已為這民眾夠重的了。
19 ହେ ମୋହର ପରମେଶ୍ୱର, ମୁଁ ଏହି ଲୋକମାନଙ୍କ ନିମନ୍ତେ ଯେଉଁ ଯେଉଁ କାର୍ଯ୍ୟ କରିଅଛି, ମୋʼ ପକ୍ଷରେ ମଙ୍ଗଳ ନିମନ୍ତେ ତାହାସବୁ ସ୍ମରଣ କର।
我的天主! 請記念我! 記念我為這民眾所行的一切,使我蒙福。

< ନିହିମୀୟା 5 >