< ନିହିମୀୟା 6 >
1 ଏଥିଉତ୍ତାରେ ମୁଁ ପ୍ରାଚୀର ଗଢ଼ିଅଛି ଓ ତହିଁ ମଧ୍ୟରେ ଆଉ ଭଗ୍ନ ସ୍ଥାନ ନାହିଁ, ଏହି ସମ୍ବାଦ ସନ୍ବଲ୍ଲଟ୍ ଓ ଟୋବୀୟ ଓ ଆରବୀୟ ଗେଶମ୍ ଓ ଆମ୍ଭମାନଙ୍କ ଅନ୍ୟାନ୍ୟ ଶତ୍ରୁମାନେ ଜାଣିଲେ; ଏହି ସମୟରେ ମୁଁ ନଗର-ଦ୍ୱାରସବୁରେ କବାଟ ଝୁଲାଇ ନ ଥିଲି।
Бысть же егда услыша Санаваллат и Товиа и Гисам Аравийский и прочии врази наши, яко создах стену, и не остася в них скважня: и аз даже до времене онаго дверий не поставих во вратех:
2 ସେତେବେଳେ ସନ୍ବଲ୍ଲଟ୍ ଓ ଗେଶମ୍ ମୋʼ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ଏକତ୍ରିତ ହେଉ।” ମାତ୍ର ସେମାନେ ମୋହର ଅନିଷ୍ଟ କରିବାକୁ ବିଚାର କରିଥିଲେ।
и посла Санаваллат и Гисам ко мне, глаголюща: прииди, и соберемся вкупе в весех на поли Оно (глаголемем). Тии же помышляста мне сотворити злое.
3 ଏଥିରେ ମୁଁ ସେମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲି, “ମୁଁ ଏକ ମହତ୍ କର୍ମ କରୁଅଛି, ଏଥିପାଇଁ ଓହ୍ଲାଇ ଆସି ନ ପାରେ; ତୁମ୍ଭମାନଙ୍କ ନିକଟକୁ ଓହ୍ଲାଇ ଯାଇ କାହିଁକି କାର୍ଯ୍ୟ ବନ୍ଦ କରିବି?”
И послах к нима послов, глаголя: дело велико аз творю и не могу снити, да не престанет дело: егда же совершу е, взыду к вама.
4 ଏହି ପ୍ରକାରେ ସେମାନେ ଚାରି ଥର ମୋʼ ନିକଟକୁ ଲୋକ ପଠାଇଲେ; ମାତ୍ର ମୁଁ ସେମାନଙ୍କୁ ସେହି ପ୍ରକାର ଉତ୍ତର ଦେଲି।
И посласта ко мне, якоже глагол сей, четырижды, и послах к нима по сим.
5 ଏହାପରେ ସନ୍ବଲ୍ଲଟ୍ ଆପଣା ଦାସ ହାତରେ ଖଣ୍ଡେ ଖୋଲା ଚିଠି ଦେଇ ପଞ୍ଚମ ଥର ସେହି ପ୍ରକାରେ ମୋʼ ନିକଟକୁ ପଠାଇଲା।
И присла ко мне Санаваллат пятое отрока своего, и послание отверсто в руку его, и бе написано в нем:
6 ତହିଁରେ ଏହା ଲେଖାଥିଲା, “ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି, ମଧ୍ୟ ଗେଶମ୍ ଏହା କହୁଅଛି ଯେ, ତୁମ୍ଭେ ଓ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଚାର କରୁଅଛ; ତହିଁ ନିମନ୍ତେ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ; ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ।
во языцех услышано есть, и Гисам рече, яко ты и Иудее мыслите отступити, сего ради ты созидаеши стену, и ты да будеши им в царя:
7 ଆହୁରି, ଯିହୁଦାରେ ଏକ ରାଜା ଅଛନ୍ତି ବୋଲି ଆପଣା ବିଷୟ ଯିରୂଶାଲମରେ ଘୋଷଣା କରିବା ପାଇଁ ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କୁ ନିଯୁକ୍ତ କରିଅଛ; ଏହି ଜନରବ ରାଜାଙ୍କ ନିକଟରେ ଉପସ୍ଥିତ ହେବ। ଏହେତୁ ଏବେ ଆସ, ଆମ୍ଭେମାନେ ଏକତ୍ର ମନ୍ତ୍ରଣା କରୁ।”
и к сим пророки поставил еси себе, да будеши во Иерусалиме царем над Иудою: и ныне возвестятся царю словеса сия: и сего ради ныне прииди, да сотворима совет вкупе.
8 ତହୁଁ ମୁଁ ତାହା ନିକଟକୁ କହି ପଠାଇଲି, “ତୁମ୍ଭେ ଯାହା କହୁଅଛ, ସେପରି କୌଣସି କାର୍ଯ୍ୟ କରାଯାଉ ନାହିଁ; ତୁମ୍ଭେ କେବଳ ଆପଣା ମନରୁ ତାହାସବୁ କଳ୍ପନା କରୁଅଛ।
И послах к нему, глаголя: не сотворися по словесем сим, якоже ты глаголеши, зане от сердца твоего ты лжеши в сих:
9 ଏହି କର୍ମରେ ସେମାନଙ୍କର ହସ୍ତ ଦୁର୍ବଳ ହେଲେ ତାହା ସମାପ୍ତ ନୋହିବ ବୋଲି” ସେସମସ୍ତେ ଆମ୍ଭମାନଙ୍କୁ ଭୀତ କରିବାକୁ ଇଚ୍ଛା କଲେ; ଏଣୁ ହେ ପରମେଶ୍ୱର, ମୋହର ହସ୍ତ ସବଳ କର।
яко вси страшат нас, глаголюще: ослабеют руцы их от дела сего, и не сотворится: и ныне укрепих руки моя.
10 ଏହାପରେ ମହେଟବେଲର ପୌତ୍ର ଦଲୟିୟର ପୁତ୍ର ଯେଉଁ ଶମୟୀୟ ଗୃହରେ ରୁଦ୍ଧ ଥିଲା, ମୁଁ ତାହା ଗୃହକୁ ଗଲି, ତହୁଁ ସେ କହିଲା, “ଆମ୍ଭେମାନେ ପରମେଶ୍ୱରଙ୍କ ଗୃହରେ, ମନ୍ଦିର ମଧ୍ୟରେ ଏକତ୍ରିତ ହେଉ ଓ ମନ୍ଦିରର ଦ୍ୱାରସବୁ ବନ୍ଦ କରୁ; କାରଣ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ; ରାତ୍ରିରେ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ।”
И аз внидох в дом Семеа сына Далаиева, сына Метавеилева, и той заключен, и рече: да соберемся в дом Божий посреде его и заключим двери его, яко приходят нощию, да убиют тя.
11 ତହିଁରେ ମୁଁ କହିଲି, “ମୋʼ ପରି ଲୋକ କʼଣ ପଳାଇବ? ମୋʼ ପରି ହୋଇ ପ୍ରାଣ ବଞ୍ଚାଇବା ପାଇଁ ଯେ ମନ୍ଦିର ଭିତରକୁ ଯିବ, ଏପରି କିଏ ଅଛି? ମୁଁ ଭିତରକୁ ଯିବି ନାହିଁ।”
И рекох: кто есть муж, яков аз, и убежит? Или кто яко аз, иже внидет в дом, и жив будет? Не вниду.
12 ମାତ୍ର ମୁଁ ଚିହ୍ନିଲି, ଆଉ ଦେଖ, ପରମେଶ୍ୱର ତାହାକୁ ପଠାଇ ନ ଥିଲେ; ତଥାପି ସେ ମୋʼ ବିରୁଦ୍ଧରେ ଏହି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା; ଆଉ, ଟୋବୀୟ ଓ ସନ୍ବଲ୍ଲଟ୍ ତାହାକୁ ବେତନ ଦେଇଥିଲେ।
И уразумех, и се, Бог не посла его: яко пророчествова слово на мя.
13 ମୁଁ ଯେପରି ଭୀତ ହେବି ଓ ସେହି କର୍ମ କରି ପାପ କରିବି, ପୁଣି ସେମାନେ ଯେପରି ମୋତେ ତିରସ୍କାର କରିବା ପାଇଁ ମୋହର ଦୁର୍ନାମର କାରଣ ପାଇବେ, ଏହି ଅଭିପ୍ରାୟରେ ତାହାକୁ ବେତନ ଦିଆଯାଇଥିଲା।
И Товиа и Санаваллат наяста на мя народ, да устрашуся, и сотворю тако, и согрешу, и да буду им во имя зло, яко да поносят ми.
14 ହେ ମୋହର ପରମେଶ୍ୱର, ଟୋବୀୟ ଓ ସନ୍ବଲ୍ଲଟ୍ର ଏହିସବୁ କର୍ମାନୁସାରେ ସେମାନଙ୍କୁ, ଆଉ ମୋତେ ଭୟଗ୍ରସ୍ତ କରିବାକୁ ଇଚ୍ଛା କଲେ ଯେ ନୋୟଦୀୟା ଭବିଷ୍ୟଦ୍ବକ୍ତ୍ରୀ ଓ ଅନ୍ୟାନ୍ୟ ଭବିଷ୍ୟଦ୍ବକ୍ତା, ସେମାନଙ୍କୁ ସ୍ମରଣ କର।
Помяни, Боже, Товию и Санаваллата по делом их сим, и Ноадиа пророка и прочих пророк, иже страшаху мя.
15 ତହୁଁ ବାବନ ଦିନ ମଧ୍ୟରେ ଇଲୂଲ ମାସର ପଚିଶତମ ଦିନରେ ପ୍ରାଚୀର ସମାପ୍ତ ହେଲା।
И совершися стена в двадесять пятый месяца Елула в пятьдесят и два дни.
16 ପୁଣି, ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଏହା ଶୁଣନ୍ତେ, ଏପରି ହେଲା ଯେ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଭୀତ ହେଲେ ଓ ଆପଣାମାନଙ୍କ ଦୃଷ୍ଟିରେ ନିତାନ୍ତ ଲଜ୍ଜିତ ହେଲେ, କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହେଲା, ଏହା ସେମାନେ ବୁଝିଲେ।
И бысть егда услышаша вси врази наши, и убояшася вси языцы, иже окрест нас, и нападе страх велик пред очи их, и познаша, яко от Господа Бога нашего совершено бысть дело сие.
17 ଆହୁରି, ସେସମୟରେ ଯିହୁଦାର କୁଳୀନମାନେ ଟୋବୀୟ ନିକଟକୁ ଅନେକ ପତ୍ର ପଠାଇଲେ ଓ ଟୋବୀୟର ନାନା ପତ୍ର ସେମାନଙ୍କ ନିକଟକୁ ଆସିଲା।
И во дни оны от многих державных Иудиных послания прихождаху к Товии, и Товиина (послания) прихождаху к ним.
18 କାରଣ, ସେ ଆରହର ପୁତ୍ର ଶଖନୀୟର ଜୁଆଁଇ ହେବାରୁ ଓ ତାହାର ପୁତ୍ର ଯିହୋହାନନ୍ ବେରିଖୀୟର ପୁତ୍ର ମଶୁଲ୍ଲମ୍ର କନ୍ୟାକୁ ବିବାହ କରିଥିବାରୁ ଯିହୁଦା ମଧ୍ୟରେ ଅନେକେ ତାହା ପକ୍ଷରେ ଶପଥ କରିଥିଲେ।
Мнози бо во Иудеи кляшася ему, яко зять бе Сехении сына Ираева: и Ионафан сын его поя дщерь Месулама сына Варахиина в жену.
19 ଆହୁରି, ସେମାନେ ତାହାର ଉତ୍ତମ କର୍ମର କଥା ମୋତେ କହିଲେ ଓ ମୋʼ କଥାସବୁ ତାହାକୁ ଜଣାଇଲେ। ଆଉ, ମୋତେ ଭୟଗ୍ରସ୍ତ କରିବା ପାଇଁ ଟୋବୀୟ ନାନା ପତ୍ର ପଠାଇଲା।
И словеса его быша глаголющии ко мне, и словеса моя быша износящии ему. И послание посла Товиа, да устрашит мене.