< ନିହିମୀୟା 7 >
1 ପ୍ରାଚୀର ନିର୍ମିତ ହୁଅନ୍ତେ, ମୁଁ କବାଟସବୁ ଝୁଲାଇଲି, ପୁଣି ଦ୍ୱାରପାଳ ଓ ଗାୟକ ଓ ଲେବୀୟମାନେ ନିଯୁକ୍ତ ହେଲେ।
Und es geschah, als die Mauer gebaut war, da setzte ich die Türflügel ein; und die Torhüter und die Sänger und die Leviten wurden bestellt.
2 ତହୁଁ ମୁଁ ଆପଣା ଭ୍ରାତା ହନାନିକୁ ଓ ଦୁର୍ଗର ଶାସନକର୍ତ୍ତା ହନାନୀୟକୁ ଯିରୂଶାଲମ ଉପରେ ନିଯୁକ୍ତ କଲି; କାରଣ ହନାନୀୟ ବିଶ୍ୱସ୍ତ ଲୋକ ଥିଲା ଓ ସେ ଅନେକଙ୍କ ଅପେକ୍ଷା ପରମେଶ୍ୱରଙ୍କୁ ଭୟ କରୁଥିଲା।
Und ich beorderte über Jerusalem meinen Bruder Hanani und Hananja, den Obersten der Burg; denn er war ein sehr treuer Mann und gottesfürchtig vor vielen.
3 ଆଉ, ମୁଁ ସେମାନଙ୍କୁ କହିଲି, “ସୂର୍ଯ୍ୟ ପ୍ରଚଣ୍ଡ ନୋହିବା ପର୍ଯ୍ୟନ୍ତ ଯିରୂଶାଲମର ଦ୍ୱାରସବୁ ଫିଟା ନ ଯାଉ; ଲୋକମାନେ ପ୍ରହରୀକର୍ମରେ ଠିଆ ହେବା ବେଳେ ଦ୍ୱାରସବୁ ବନ୍ଦ କରନ୍ତୁ, ଆଉ ତୁମ୍ଭେମାନେ ତହିଁରେ ଅର୍ଗଳ ଦିଅ; ପୁଣି, ତୁମ୍ଭେମାନେ ଯିରୂଶାଲମ ନିବାସୀମାନଙ୍କୁ ପ୍ରହରୀ କରି ନିଯୁକ୍ତ କର, ସେମାନେ ପ୍ରତ୍ୟେକେ ଆପଣା ଆପଣା ପହରାରେ ଓ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ରହନ୍ତୁ।”
Und ich sprach zu ihnen: Die Tore Jerusalems sollen nicht eher geöffnet werden, als bis die Sonne heiß scheint; und während sie [die Wachen] noch dastehen, soll man die Türflügel zumachen, und verschließet sie. Und ihr sollt Wachen aus den Bewohnern Jerusalems aufstellen, den einen auf seine Wache und den anderen vor sein Haus.
4 ନଗର ପ୍ରଶସ୍ତ ଓ ବୃହତ ଥିଲା; ମାତ୍ର ତହିଁ ମଧ୍ୟରେ ଅଳ୍ପ ଲୋକ ଥିଲେ ଓ ଗୃହସବୁ ନିର୍ମିତ ହୋଇ ନ ଥିଲା।
Die Stadt aber war geräumig [Eig. weit nach allen Seiten hin] und groß, und das Volk darin spärlich, und keine Häuser waren gebaut.
5 ଏଉତ୍ତାରେ ବଂଶାବଳୀ କ୍ରମେ ଗଣିତ ହେବା ପାଇଁ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମୋହର ପରମେଶ୍ୱର ମୋʼ ମନରେ ପ୍ରବୃତ୍ତି ଦେଲେ। ଆଉ, ଯେଉଁମାନେ ପ୍ରଥମେ ଆସିଥିଲେ, ମୁଁ ସେମାନଙ୍କର ବଂଶାବଳୀ-ପୁସ୍ତକ ପାଇଲି, ତହିଁରେ ଏହା ଲେଖା ଥିବାର ଦେଖିଲି, ଯଥା,
Und mein Gott gab mir ins Herz, die Edlen und die Vorsteher und das Volk zu versammeln, um sie nach den Geschlechtern zu verzeichnen. Und ich fand das Geschlechtsverzeichnis derer, die zuerst heraufgezogen waren, und fand darin geschrieben:
6 ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ, ବାବିଲର ରାଜା ନବୂଖଦ୍ନିତ୍ସର ଏମାନଙ୍କୁ ନେଇଯାଇଥିଲା;
Dies [Vergl. Esra 2] sind die Kinder der Landschaft Juda, welche aus der Gefangenschaft der Weggeführten, die Nebukadnezar, der König von Babel, weggeführt hatte, hinaufzogen, und die nach Jerusalem und Juda zurückkehrten, ein jeder in seine Stadt,
7 ଏମାନେ ଯିରୁବ୍ବାବିଲ୍, ଯେଶୂୟ, ନିହିମୀୟା, ଅସରୀୟ, ରୟମା, ନହମାନି, ମର୍ଦ୍ଦଖୟ, ବିଲ୍ଶନ୍, ମିସ୍ପର, ବିଗ୍ବୟ, ନହୂମ, ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷଗଣର ସଂଖ୍ୟା ଏହି, ଯଥା,
welche kamen mit Serubbabel, Jeschua, Nehemia, Asarja, Raamja, Nachamani, Mordokai, Bilschan, Mispereth, Bigwai, Nechum, Baana. Zahl der Männer des Volkes Israel:
8 ପରିୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ।
Die Söhne Parhosch, 2172;
9 ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ।
die Söhne Schephatjas, 372;
10 ଆରହର ସନ୍ତାନ ଛଅ ଶହ ବାବନ ଜଣ।
die Söhne Arachs, 652;
11 ଯେଶୂୟ ଓ ଯୋୟାବର ସନ୍ତାନଗଣ ମଧ୍ୟରୁ ପହତ୍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ଅଠର ଜଣ।
die Söhne Pachath-Moabs, von den Söhnen Jeschuas und Joabs, 2818;
12 ଏଲମ୍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।
die Söhne Elams, 1254;
13 ସତ୍ତୂର ସନ୍ତାନ ଆଠ ଶହ ପଞ୍ଚଚାଳିଶ ଜଣ।
die Söhne Sattus, 845;
14 ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ।
die Söhne Sakkais, 760;
15 ବିନ୍ନୁୟିର ସନ୍ତାନ ଛଅ ଶହ ଅଠଚାଳିଶ ଜଣ।
die Söhne Binnuis, 648;
16 ବେବୟର ସନ୍ତାନ ଛଅ ଶହ ଅଠାଇଶ ଜଣ।
die Söhne Bebais, 628;
17 ଅସ୍ଗଦର ସନ୍ତାନ ଦୁଇ ହଜାର ତିନି ଶହ ବାଇଶ ଜଣ।
die Söhne Asgads, 2322;
18 ଅଦୋନୀକାମର ସନ୍ତାନ ଛଅ ଶହ ସତଷଠି ଜଣ।
die Söhne Adonikams, 667;
19 ବିଗ୍ବୟର ସନ୍ତାନ ଦୁଇ ହଜାର ସତଷଠି ଜଣ।
die Söhne Bigwais, 2067;
20 ଆଦୀନର ସନ୍ତାନ ଛଅ ଶହ ପଞ୍ଚାବନ ଜଣ।
die Söhne Adins, 655;
21 ହିଜକୀୟର ବଂଶଜାତ ଆଟେରର ସନ୍ତାନ ଅଠାନବେ ଜଣ।
die Söhne Aters, von Hiskia, 98;
22 ହଶୂମର ସନ୍ତାନ ତିନି ଶହ ଅଠାଇଶ ଜଣ।
die Söhne Haschums, 328;
23 ବେତ୍ସୟର ସନ୍ତାନ ତିନି ଶହ ଚବିଶ ଜଣ।
die Söhne Bezais, 324;
24 ହାରୀଫର ସନ୍ତାନ ଏକ ଶହ ବାର ଜଣ।
die Söhne Hariphs, 112;
25 ଗିବୀୟୋନ୍ର ସନ୍ତାନ ପଞ୍ଚାନବେ ଜଣ।
die Söhne Gibeons, 95;
26 ବେଥଲିହିମ ଓ ନଟୋଫାର ଲୋକ ଏକ ଶହ ଅଠାଅଶୀ ଜଣ।
die Männer von Bethlehem und Netopha, 188;
27 ଅନାଥୋତ୍ର ଲୋକ ଏକ ଶହ ଅଠାଇଶ ଜଣ।
die Männer von Anathoth, 128;
28 ବେଥ୍-ଅସ୍ମାବତର ଲୋକ ବୟାଳିଶ ଜଣ।
die Männer von Beth-Asmaweth, 42;
29 କିରୀୟଥ୍-ଯିୟାରୀମ୍ର, କଫୀରାର ଓ ବେରୋତର ଲୋକ ସାତ ଶହ ତେୟାଳିଶ ଜଣ।
die Männer von Kirjath-Jearim, Kephira und Beeroth, 743;
30 ରାମା ଓ ଗେବାର ଲୋକ ଛଅ ଶହ ଏକୋଇଶ ଜଣ।
die Männer von Rama und Geba, 621;
31 ମିକ୍ମସର ଲୋକ ଏକ ଶହ ବାଇଶ ଜଣ।
die Männer von Mikmas, 122;
32 ବେଥେଲ୍ ଓ ଅୟର ଲୋକ ଏକ ଶହ ତେଇଶ ଜଣ।
die Männer von Bethel und Ai, 123;
33 ଅନ୍ୟ ନବୋର ଲୋକ ବାବନ ଜଣ।
die Männer von dem anderen Nebo, [Wahrsch. ist zu lesen: von Nebo] 52;
34 ଅନ୍ୟ ଏଲମ୍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।
die Söhne des anderen [S. v 12] Elam, 1254;
35 ହାରୀମ୍ର ସନ୍ତାନ ତିନି ଶହ କୋଡ଼ିଏ ଜଣ।
die Söhne Harims, 320;
36 ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ।
die Söhne Jerechos, 345;
37 ଲୋଦ୍, ହାଦୀଦ୍ ଓ ଓନୋର ସନ୍ତାନ ସାତ ଶହ ଏକୋଇଶ ଜଣ।
die Söhne Lods, Hadids und Onos, 721;
38 ସନାୟାର ସନ୍ତାନ ତିନି ହଜାର ନଅ ଶହ ତିରିଶ ଜଣ।
die Söhne Senaas, 3930.
39 ଯାଜକମାନଙ୍କର ସଂଖ୍ୟା; ଯେଶୂୟ ବଂଶୀୟ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ।
Die Priester: die Söhne Jedajas, vom Hause Jeschuas, 973;
40 ଇମ୍ମେରର ସନ୍ତାନ ଏକ ହଜାର ବାବନ ଜଣ।
die Söhne Immers, 1052;
41 ପଶ୍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ।
die Söhne Paschchurs, 1247;
42 ହାରୀମ୍ର ସନ୍ତାନ ଏକ ହଜାର ସତର ଜଣ।
die Söhne Harims, 1017.
43 ଲେବୀୟମାନଙ୍କର ସଂଖ୍ୟା; ହେଦବାର ସନ୍ତାନ, ଯେଶୂୟର ସନ୍ତାନ, କଦ୍ମୀୟେଲର ସନ୍ତାନ ଚଉସ୍ତରି ଜଣ।
Die Leviten: die Söhne Jeschuas und Kadmiels, von den Söhnen Hodwas, [Nach and. L.: Hodawjas] 74. -
44 ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠଚାଳିଶ ଜଣ।
Die Sänger: die Söhne Asaphs, 148. -
45 ଦ୍ୱାରପାଳମାନଙ୍କ ସଂଖ୍ୟା; ଶଲ୍ଲୁମ୍ର ସନ୍ତାନ, ଆଟେରର ସନ୍ତାନ, ଟଲ୍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ ଏକ ଶହ ଅଠତିରିଶି ଜଣ।
Die Torhüter: die Söhne Schallums, die Söhne Aters, die Söhne Talmons, die Söhne Akkubs, die Söhne Hatitas, die Söhne Schobais, 138.
46 ନଥୀନୀୟମାନଙ୍କ ସଂଖ୍ୟା; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ;
Die Nethinim: die Söhne Zichas, die Söhne Hasuphas, die Söhne Tabbaoths,
47 କେରୋସର ସନ୍ତାନଗଣ, ସୀୟର ସନ୍ତାନଗଣ, ପାଦୋନର ସନ୍ତାନଗଣ;
die Söhne Keros, die Söhne Sias, die Söhne Padons,
48 ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଶଲ୍ମୟର ସନ୍ତାନଗଣ;
die Söhne Lebanas, die Söhne Hagabas, die Söhne Salmais,
49 ହାନନ୍ର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ, ଗହରର ସନ୍ତାନଗଣ;
die Söhne Hanans, die Söhne Giddels, die Söhne Gachars,
50 ରାୟାର ସନ୍ତାନଗଣ, ରତ୍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ;
die Söhne Reajas, die Söhne Rezins, die Söhne Nekodas,
51 ଗସମର ସନ୍ତାନଗଣ, ଉଷର ସନ୍ତାନଗଣ, ପାସେହର ସନ୍ତାନଗଣ;
die Söhne Gassams, die Söhne Ussas, die Söhne Paseachs,
52 ବେଷୟର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫିଷୀମର ସନ୍ତାନଗଣ;
die Söhne Besais, die Söhne der Meunim, [d. h. der Meuniter; [Maoniter]] die Söhne der Nephisim, [Nach and. L.: Nephusim]
53 ବକ୍ବୁକର ସନ୍ତାନଗଣ, ହକୂଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ;
die Söhne Bakbuks, die Söhne Hakuphas, die Söhne Harchurs,
54 ବସ୍ଲୂତର ସନ୍ତାନଗଣ, ମହୀଦାର ସନ୍ତାନଗଣ, ହର୍ଶାର ସନ୍ତାନଗଣ;
die Söhne Bazluths, [Nach and. L.: Bazliths] die Söhne Mechidas, die Söhne Harschas,
55 ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ;
die Söhne Barkos, die Söhne Siseras, die Söhne Tamachs,
56 ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ।
die Söhne Neziachs, die Söhne Hatiphas.
57 ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା; ସୋଟୟର ସନ୍ତାନଗଣ, ସୋଫେରତର ସନ୍ତାନଗଣ, ପରିଦାର ସନ୍ତାନଗଣ;
Die Söhne der Knechte Salomos: die Söhne Sotais, die Söhne Sophereths, die Söhne Peridas,
58 ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ;
die Söhne Jaalas, die Söhne Darkons, die Söhne Giddels,
59 ଶଫଟୀୟର ସନ୍ତାନଗଣ, ହଟୀଲାର ସନ୍ତାନଗଣ, ପୋଖେରତ୍-ହତ୍ସବାୟିମର ସନ୍ତାନଗଣ, ଆମୋନ୍ର ସନ୍ତାନଗଣ।
die Söhne Schephatjas, die Söhne Hattils, die Söhne Pokereths-Hazzebaim, die Söhne Amons.
60 ସମୁଦାୟ ନଥୀନୀୟ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା ତିନି ଶହ ବୟାନବେ ଜଣ।
Alle Nethinim und Söhne der Knechte Salomos: 392.
61 ପୁଣି, ତେଲ୍-ମେଲହ, ତେଲ୍-ହର୍ଶା, କଋବ୍, ଅଦ୍ଦୋନ୍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ; ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,
Und diese sind es, die aus Tel-Melach, Tel-Harscha, Kerub, Addon und Immer hinaufzogen; aber sie konnten ihr Vaterhaus und ihre Abkunft [Eig. ihren Samen] nicht angeben, ob sie aus Israel wären:
62 ଦଲୟିୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବୟାଳିଶ ଜଣ।
die Söhne Delajas, die Söhne Tobijas, die Söhne Nekodas, 642.
63 ଯାଜକମାନଙ୍କ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା।
Und von den Priestern: die Söhne Habajas, die Söhne Hakkoz, die Söhne Barsillais, der ein Weib von den Töchtern Barsillais, des Gileaditers, genommen hatte und nach ihrem Namen genannt wurde.
64 ଏମାନେ ବଂଶାବଳୀ କ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ସେମାନେ ଅଶୁଚି ଗଣିତ ହୋଇ ଯାଜକ ପଦରୁ ବିଚ୍ୟୁତ ହେଲେ।
Diese suchten ihr Geschlechtsregisterverzeichnis, aber es wurde nicht gefunden; und sie wurden von dem Priestertum als unrein ausgeschlossen.
65 ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍ ଓ ତୁମ୍ମୀମ୍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଯାଜକ ଭାଗର (ପବିତ୍ର) ଖାଦ୍ୟ ଖାଇବ ନାହିଁ।
Und der Tirsatha [S. die Anm. zu Esra 2,63] sprach zu ihnen, daß sie von dem Hochheiligen nicht essen dürften, bis ein Priester für die Urim und die Thummim aufstände.
66 ଆଉ, ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ।
Die ganze Versammlung insgesamt war 42360,
67 ଏହାଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ; ଆହୁରି, ସେମାନଙ୍କର ଦୁଇ ଶହ ପଞ୍ଚଚାଳିଶ ଜଣ ଗାୟକ ଗାୟିକା ଥିଲେ।
außer ihren Knechten und ihren Mägden; dieser waren 7337. Und sie hatten 245 Sänger und Sängerinnen.
68 ସେମାନଙ୍କର ସାତ ଶହ ଛତିଶ ଅଶ୍ୱ; ଦୁଇ ଶହ ପଞ୍ଚଚାଳିଶ ଖଚର;
Ihrer Rosse waren 736, ihrer Maultiere 245,
69 ଚାରି ଶହ ପଞ୍ଚତିରିଶ ଓଟ; ଛଅ ହଜାର ସାତ ଶହ କୋଡ଼ିଏ ଗଧ ଥିଲେ।
der Kamele 435, der Esel 6720.
70 ପୁଣି, ପିତୃବଂଶୀୟ ମୁଖ୍ୟମାନଙ୍କ ମଧ୍ୟରୁ କେହି କେହି ସେହି କାମ ନିମନ୍ତେ ଦାନ କଲେ। ଶାସନକର୍ତ୍ତା ଭଣ୍ଡାରରେ ଡାରିକ୍ ନାମକ ଏକ ହଜାର ସ୍ୱର୍ଣ୍ଣମୁଦ୍ରା, ପଚାଶ କୁଣ୍ଡ, ପାଞ୍ଚ ଶହ ତିରିଶ ଯାଜକୀୟ ବସ୍ତ୍ର ଦେଲା।
Und ein Teil der Häupter der Väter gab zum Werke. Der Tirsatha gab für den Schatz: an Gold 1000 Dariken, [S. die Anm. zu 1. Chron. 29,7] 50 Sprengschalen, 530 Priesterleibröcke.
71 ଆଉ, ପିତୃବଂଶୀୟ କେତେକ ମୁଖ୍ୟ ଲୋକ ନିଜ ଭଣ୍ଡାରରୁ ଡାରିକ୍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ଦୁଇ ଶହ ପାଉଣ୍ଡ ରୂପା କାମ ପାଇଁ ଦେଲେ।
Und einige von den Häuptern der Väter gaben für den Schatz des Werkes: an Gold 20000 Dariken, und an Silber 2200 Minen.
72 ଅନ୍ୟ ଲୋକ ସମସ୍ତେ ଡାରିକ୍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ପାଉଣ୍ଡ ରୂପା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ।
Und was das übrige Volk gab, war an Gold 20000 Dariken, und an Silber 2000 Minen, und 67 Priesterleibröcke.
73 ଏହାପରେ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ ଓ ଗାୟକମାନେ, ଆଉ କେତେକ ଲୋକମାନେ ଓ ନଥୀନୀୟମାନେ (ମନ୍ଦିରର ସେବକମାନେ) ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ। ଆଉ ସପ୍ତମ ମାସ ବେଳକୁ ଇସ୍ରାଏଲ-ସନ୍ତାନଗଣ ଆପଣା ନଗରରେ ଥିଲେ।
Und die Priester und die Leviten und die Torhüter und die Sänger und die aus dem Volke und die Nethinim und ganz Israel wohnten in ihren Städten.