< ନିହିମୀୟା 7 >

1 ପ୍ରାଚୀର ନିର୍ମିତ ହୁଅନ୍ତେ, ମୁଁ କବାଟସବୁ ଝୁଲାଇଲି, ପୁଣି ଦ୍ୱାରପାଳ ଓ ଗାୟକ ଓ ଲେବୀୟମାନେ ନିଯୁକ୍ତ ହେଲେ।
Bayan an sāke gina katangar na kuma sa ƙofofi a wurarensu, sai aka naɗa masu tsaro, da mawaƙa, da Lawiyawa.
2 ତହୁଁ ମୁଁ ଆପଣା ଭ୍ରାତା ହନାନିକୁ ଓ ଦୁର୍ଗର ଶାସନକର୍ତ୍ତା ହନାନୀୟକୁ ଯିରୂଶାଲମ ଉପରେ ନିଯୁକ୍ତ କଲି; କାରଣ ହନାନୀୟ ବିଶ୍ୱସ୍ତ ଲୋକ ଥିଲା ଓ ସେ ଅନେକଙ୍କ ଅପେକ୍ଷା ପରମେଶ୍ୱରଙ୍କୁ ଭୟ କରୁଥିଲା।
Na sa ɗan’uwana Hanani tare da Hananiya shugaban fada aikin riƙon Urushalima, domin shi Hananiya mutum mai mutunci ne, mai tsoron Allah fiye da yawancin mutane.
3 ଆଉ, ମୁଁ ସେମାନଙ୍କୁ କହିଲି, “ସୂର୍ଯ୍ୟ ପ୍ରଚଣ୍ଡ ନୋହିବା ପର୍ଯ୍ୟନ୍ତ ଯିରୂଶାଲମର ଦ୍ୱାରସବୁ ଫିଟା ନ ଯାଉ; ଲୋକମାନେ ପ୍ରହରୀକର୍ମରେ ଠିଆ ହେବା ବେଳେ ଦ୍ୱାରସବୁ ବନ୍ଦ କରନ୍ତୁ, ଆଉ ତୁମ୍ଭେମାନେ ତହିଁରେ ଅର୍ଗଳ ଦିଅ; ପୁଣି, ତୁମ୍ଭେମାନେ ଯିରୂଶାଲମ ନିବାସୀମାନଙ୍କୁ ପ୍ରହରୀ କରି ନିଯୁକ୍ତ କର, ସେମାନେ ପ୍ରତ୍ୟେକେ ଆପଣା ଆପଣା ପହରାରେ ଓ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ରହନ୍ତୁ।”
Na ce musu, “Kada a buɗe ƙofofin Urushalima da sassafe sai rana ta fito sosai. Yayinda matsaran ƙofofi suna aiki, a kulle ƙofofin a sa musu sakata kafin matsaran su tashi, wajen fāɗuwar rana. Ku kuma naɗa mazaunan Urushalima a matsayin masu tsaro, waɗansunsu a wuraren aiki, waɗansun kuma kusa da gidajensu.”
4 ନଗର ପ୍ରଶସ୍ତ ଓ ବୃହତ ଥିଲା; ମାତ୍ର ତହିଁ ମଧ୍ୟରେ ଅଳ୍ପ ଲୋକ ଥିଲେ ଓ ଗୃହସବୁ ନିର୍ମିତ ହୋଇ ନ ଥିଲା।
Birnin Urushalima kuwa tana da fāɗi da girma, amma mutanen da suke zama a cikinta kaɗan ne, ba a kuma gina gidaje da yawa ba tukuna.
5 ଏଉତ୍ତାରେ ବଂଶାବଳୀ କ୍ରମେ ଗଣିତ ହେବା ପାଇଁ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମୋହର ପରମେଶ୍ୱର ମୋʼ ମନରେ ପ୍ରବୃତ୍ତି ଦେଲେ। ଆଉ, ଯେଉଁମାନେ ପ୍ରଥମେ ଆସିଥିଲେ, ମୁଁ ସେମାନଙ୍କର ବଂଶାବଳୀ-ପୁସ୍ତକ ପାଇଲି, ତହିଁରେ ଏହା ଲେଖା ଥିବାର ଦେଖିଲି, ଯଥା,
Sai Allahna ya sa a zuciyata in tara manyan gari, shugabanni da talakawa don a rubuta su bisa ga iyalansu. Na sami littafin asali na waɗanda suka fara dawowa. Ga abin da na tarar an rubuta a ciki.
6 ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ, ବାବିଲର ରାଜା ନବୂଖଦ୍‍ନିତ୍ସର ଏମାନଙ୍କୁ ନେଇଯାଇଥିଲା;
Waɗannan su ne mutanen yankin da suka dawo daga zaman bautar da Nebukadnezzar sarkin Babilon ya kame (sun dawo Urushalima da Yahuda, kowanne zuwa garinsa.
7 ଏମାନେ ଯିରୁବ୍ବାବିଲ୍‍, ଯେଶୂୟ, ନିହିମୀୟା, ଅସରୀୟ, ରୟମା, ନହମାନି, ମର୍ଦ୍ଦଖୟ, ବିଲ୍‍ଶନ୍‍, ମିସ୍ପର, ବିଗ୍‍ବୟ, ନହୂମ, ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷଗଣର ସଂଖ୍ୟା ଏହି, ଯଥା,
Sun dawo tare da Zerubbabel, da Yeshuwa, da Nehemiya, da Azariya, da Ra’amiya, da Nahamani, da Mordekai, da Bilshan, da Misfar, da Bigwai, da Nehum da kuma Ba’ana). Ga jerin mutanen Isra’ila.
8 ପରିୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ।
Zuriyar Farosh mutum 2,172
9 ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ।
ta Shefatiya 372
10 ଆରହର ସନ୍ତାନ ଛଅ ଶହ ବାବନ ଜଣ।
ta Ara 652
11 ଯେଶୂୟ ଓ ଯୋୟାବର ସନ୍ତାନଗଣ ମଧ୍ୟରୁ ପହତ୍‍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ଅଠର ଜଣ।
ta Fahat-Mowab (ta wurin Yeshuwa da Yowab) 2,818
12 ଏଲମ୍‍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।
ta Elam 1,254
13 ସତ୍ତୂର ସନ୍ତାନ ଆଠ ଶହ ପଞ୍ଚଚାଳିଶ ଜଣ।
ta Zattu 845
14 ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ।
ta Zakkai 760
15 ବିନ୍ନୁୟିର ସନ୍ତାନ ଛଅ ଶହ ଅଠଚାଳିଶ ଜଣ।
ta Binnuyi 648
16 ବେବୟର ସନ୍ତାନ ଛଅ ଶହ ଅଠାଇଶ ଜଣ।
ta Bebai 628
17 ଅସ୍ଗଦର ସନ୍ତାନ ଦୁଇ ହଜାର ତିନି ଶହ ବାଇଶ ଜଣ।
ta Azgad 2,322
18 ଅଦୋନୀକାମର ସନ୍ତାନ ଛଅ ଶହ ସତଷଠି ଜଣ।
ta Adonikam 667
19 ବିଗ୍‍ବୟର ସନ୍ତାନ ଦୁଇ ହଜାର ସତଷଠି ଜଣ।
ta Bigwai 2,067
20 ଆଦୀନର ସନ୍ତାନ ଛଅ ଶହ ପଞ୍ଚାବନ ଜଣ।
ta Adin 655
21 ହିଜକୀୟର ବଂଶଜାତ ଆଟେରର ସନ୍ତାନ ଅଠାନବେ ଜଣ।
ta Ater (ta wurin Hezekiya) 98
22 ହଶୂମର ସନ୍ତାନ ତିନି ଶହ ଅଠାଇଶ ଜଣ।
ta Hashum 328
23 ବେତ୍ସୟର ସନ୍ତାନ ତିନି ଶହ ଚବିଶ ଜଣ।
ta Bezai 324
24 ହାରୀଫର ସନ୍ତାନ ଏକ ଶହ ବାର ଜଣ।
ta Harif 112
25 ଗିବୀୟୋନ୍‍ର ସନ୍ତାନ ପଞ୍ଚାନବେ ଜଣ।
ta Gibeyon 95.
26 ବେଥଲିହିମ ଓ ନଟୋଫାର ଲୋକ ଏକ ଶହ ଅଠାଅଶୀ ଜଣ।
Mutanen Betlehem da na Netofa 188
27 ଅନାଥୋତ୍‍ର ଲୋକ ଏକ ଶହ ଅଠାଇଶ ଜଣ।
na Anatot 128
28 ବେଥ୍-ଅସ୍ମାବତର ଲୋକ ବୟାଳିଶ ଜଣ।
na Bet-Azmawet 42
29 କିରୀୟଥ୍‍-ଯିୟାରୀମ୍‍ର, କଫୀରାର ଓ ବେରୋତର ଲୋକ ସାତ ଶହ ତେୟାଳିଶ ଜଣ।
na Kiriyat Yeyarim, Kefira da na Beyerot 743
30 ରାମା ଓ ଗେବାର ଲୋକ ଛଅ ଶହ ଏକୋଇଶ ଜଣ।
na Rama da na Geba 621
31 ମିକ୍‍ମସର ଲୋକ ଏକ ଶହ ବାଇଶ ଜଣ।
na Mikmash 122
32 ବେଥେଲ୍‍ ଓ ଅୟର ଲୋକ ଏକ ଶହ ତେଇଶ ଜଣ।
na Betel da na Ai 123
33 ଅନ୍ୟ ନବୋର ଲୋକ ବାବନ ଜଣ।
na ɗayan Nebo 52
34 ଅନ୍ୟ ଏଲମ୍‍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।
na ɗayan Elam 1,254
35 ହାରୀମ୍‍‍ର ସନ୍ତାନ ତିନି ଶହ କୋଡ଼ିଏ ଜଣ।
na Harim 2 320
36 ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ।
na Yeriko 345
37 ଲୋଦ୍‍, ହାଦୀଦ୍‍ ଓ ଓନୋର ସନ୍ତାନ ସାତ ଶହ ଏକୋଇଶ ଜଣ।
na Lod, da na Hadid, da na Ono 721
38 ସନାୟାର ସନ୍ତାନ ତିନି ହଜାର ନଅ ଶହ ତିରିଶ ଜଣ।
na Sena’a 3,930.
39 ଯାଜକମାନଙ୍କର ସଂଖ୍ୟା; ଯେଶୂୟ ବଂଶୀୟ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ।
Ga zuriyar Firistoci. Zuriyar Yedahiya (ta wurin iyalin Yeshuwa) 973
40 ଇମ୍ମେରର ସନ୍ତାନ ଏକ ହଜାର ବାବନ ଜଣ।
ta Immer 1,052
41 ପଶ୍‍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ।
ta Fashhur 1,247
42 ହାରୀମ୍‍‍ର ସନ୍ତାନ ଏକ ହଜାର ସତର ଜଣ।
ta Harim 1,017.
43 ଲେବୀୟମାନଙ୍କର ସଂଖ୍ୟା; ହେଦବାର ସନ୍ତାନ, ଯେଶୂୟର ସନ୍ତାନ, କଦ୍‍ମୀୟେଲର ସନ୍ତାନ ଚଉସ୍ତରି ଜଣ।
Ga zuriyar Lawiyawa. Zuriyar Yeshuwa da Kadmiyel (ta wurin Hodeba) 74.
44 ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠଚାଳିଶ ଜଣ।
Mawaƙa. Zuriyar Asaf mutum 148.
45 ଦ୍ୱାରପାଳମାନଙ୍କ ସଂଖ୍ୟା; ଶଲ୍ଲୁମ୍‍ର ସନ୍ତାନ, ଆଟେରର ସନ୍ତାନ, ଟଲ୍‍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ ଏକ ଶହ ଅଠତିରିଶି ଜଣ।
Ga zuriyar Matsaran Ƙofofi. Zuriyar Shallum, Ater, Talmon, Akkub, Hatita da Shobai 138.
46 ନଥୀନୀୟମାନଙ୍କ ସଂଖ୍ୟା; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ;
Ma’aikatan haikali. Zuriyar Ziha, Hasufa, Tabbawot,
47 କେରୋସର ସନ୍ତାନଗଣ, ସୀୟର ସନ୍ତାନଗଣ, ପାଦୋନର ସନ୍ତାନଗଣ;
da ta Keros, da ta Siya, da ta Fadon,
48 ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଶଲ୍‍ମୟର ସନ୍ତାନଗଣ;
da ta Lebana, da ta Hagaba, da ta Shalmai,
49 ହାନନ୍‍ର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ, ଗହରର ସନ୍ତାନଗଣ;
da ta Hanan, da ta Giddel, da ta Gahar,
50 ରାୟାର ସନ୍ତାନଗଣ, ରତ୍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ;
da ta Reyahiya, da ta Rezin, da ta Nekoda,
51 ଗସମର ସନ୍ତାନଗଣ, ଉଷର ସନ୍ତାନଗଣ, ପାସେହର ସନ୍ତାନଗଣ;
da ta Gazzam, da ta Uzza, da ta Faseya,
52 ବେଷୟର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫିଷୀମର ସନ୍ତାନଗଣ;
da ta Besai, da ta Meyunawa, da ta Nefussiyawa,
53 ବକ୍‍ବୁକର ସନ୍ତାନଗଣ, ହକୂଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ;
da ta Bakbuk, da ta Hakufa, da ta Harhur,
54 ବସ୍‍ଲୂତର ସନ୍ତାନଗଣ, ମହୀଦାର ସନ୍ତାନଗଣ, ହର୍ଶାର ସନ୍ତାନଗଣ;
da ta Bazlit, da ta Mehida, da ta Harsha,
55 ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ;
da ta Barkos, da ta Sisera, da ta Tema,
56 ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ।
da ta Neziya, da kuma ta Hatifa.
57 ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା; ସୋଟୟର ସନ୍ତାନଗଣ, ସୋଫେରତର ସନ୍ତାନଗଣ, ପରିଦାର ସନ୍ତାନଗଣ;
Ga zuriyar bayin Solomon. Zuriyar Sotai, da ta Soferet, da ta Ferida,
58 ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ;
da ta Ya’ala, da ta Darkon, da ta Giddel,
59 ଶଫଟୀୟର ସନ୍ତାନଗଣ, ହଟୀଲାର ସନ୍ତାନଗଣ, ପୋଖେରତ୍‍-ହତ୍‍ସବାୟିମର ସନ୍ତାନଗଣ, ଆମୋନ୍‍ର ସନ୍ତାନଗଣ।
Shefatiya, Hattil, Fokeret-Hazzebayim, da Amon.
60 ସମୁଦାୟ ନଥୀନୀୟ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା ତିନି ଶହ ବୟାନବେ ଜଣ।
Zuriyar ma’aikatan haikali da ta bayin Solomon su 392.
61 ପୁଣି, ତେଲ୍‍-ମେଲହ, ତେଲ୍‍-ହର୍ଶା, କଋବ୍‍, ଅଦ୍ଦୋନ୍‍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ; ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,
Waɗansu sun hauro daga garuruwan Tel-Mela, Tel-Harsha, Kerub, Addon da Immer, amma ba su iya nuna cewa iyalansu su zuriyar Isra’ila ce ba,
62 ଦଲୟିୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବୟାଳିଶ ଜଣ।
zuriyar Delahiya, Tobiya, da Nekoda 642.
63 ଯାଜକମାନଙ୍କ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍‍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା।
Na wajen firistoci kuwa su ne, Zuriyar Hobahiya, da ta Hakkoz, da ta Barzillai (wani mutumin da ya auri’yar Barzillai mutumin Gileyad, aka kuma kira shi da wannan suna).
64 ଏମାନେ ବଂଶାବଳୀ କ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ସେମାନେ ଅଶୁଚି ଗଣିତ ହୋଇ ଯାଜକ ପଦରୁ ବିଚ୍ୟୁତ ହେଲେ।
Waɗannan ne aka nemi sunayensu a cikin tarihin asalin iyalai, amma ba a same su a ciki ba, saboda haka aka hana su shiga cikin firistoci, sun zama kamar marasa tsarki.
65 ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍‍ ଓ ତୁମ୍ମୀମ୍‍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଯାଜକ ଭାଗର (ପବିତ୍ର) ଖାଦ୍ୟ ଖାଇବ ନାହିଁ।
Sai gwamna ya umarce su kada su ci wani abinci mafi tsarki, sai akwai firist da zai nemi nufin Ubangiji ta wurin Urim da Tummim.
66 ଆଉ, ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ।
Yawan jama’ar duka ya kai mutum 42,360,
67 ଏହାଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ; ଆହୁରି, ସେମାନଙ୍କର ଦୁଇ ଶହ ପଞ୍ଚଚାଳିଶ ଜଣ ଗାୟକ ଗାୟିକା ଥିଲେ।
ban da bayinsu maza da mata 7,337. Suna kuma da mawaƙa maza da mata 245.
68 ସେମାନଙ୍କର ସାତ ଶହ ଛତିଶ ଅଶ୍ୱ; ଦୁଇ ଶହ ପଞ୍ଚଚାଳିଶ ଖଚର;
Akwai dawakai 736, alfadarai 245
69 ଚାରି ଶହ ପଞ୍ଚତିରିଶ ଓଟ; ଛଅ ହଜାର ସାତ ଶହ କୋଡ଼ିଏ ଗଧ ଥିଲେ।
raƙuma 435, da kuma jakuna 6,720.
70 ପୁଣି, ପିତୃବଂଶୀୟ ମୁଖ୍ୟମାନଙ୍କ ମଧ୍ୟରୁ କେହି କେହି ସେହି କାମ ନିମନ୍ତେ ଦାନ କଲେ। ଶାସନକର୍ତ୍ତା ଭଣ୍ଡାରରେ ଡାରିକ୍‍ ନାମକ ଏକ ହଜାର ସ୍ୱର୍ଣ୍ଣମୁଦ୍ରା, ପଚାଶ କୁଣ୍ଡ, ପାଞ୍ଚ ଶହ ତିରିଶ ଯାଜକୀୟ ବସ୍ତ୍ର ଦେଲା।
Waɗansu shugabannin iyalai suka ba da kyautai domin taimakon aiki. Gwamna ya ba da darik 1,000 na zinariya, kwanoni 50, da riguna 530 don firistoci.
71 ଆଉ, ପିତୃବଂଶୀୟ କେତେକ ମୁଖ୍ୟ ଲୋକ ନିଜ ଭଣ୍ଡାରରୁ ଡାରିକ୍‍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ଦୁଇ ଶହ ପାଉଣ୍ଡ ରୂପା କାମ ପାଇଁ ଦେଲେ।
Waɗansu shugabannin iyalai sun ba da darik 20,000 na zinariya da mina 2,200 na azurfa don aiki.
72 ଅନ୍ୟ ଲୋକ ସମସ୍ତେ ଡାରିକ୍‍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ପାଉଣ୍ଡ ରୂପା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ।
Jimillar da sauran mutane suka bayar ta kai darik 20,000 na zinariya, minas 2,000 na azurfa, da riguna sittin da bakwai don firistoci.
73 ଏହାପରେ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ ଓ ଗାୟକମାନେ, ଆଉ କେତେକ ଲୋକମାନେ ଓ ନଥୀନୀୟମାନେ (ମନ୍ଦିରର ସେବକମାନେ) ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ। ଆଉ ସପ୍ତମ ମାସ ବେଳକୁ ଇସ୍ରାଏଲ-ସନ୍ତାନଗଣ ଆପଣା ନଗରରେ ଥିଲେ।
Firistoci, da Lawiyawa, da matsaran ƙofofi, da mawaƙa, da ma’aikatan haikali tare da waɗansu mutane da kuma sauran mutanen Isra’ila, suka zauna a garuruwansu. Da wata na bakwai ya zo, Isra’ilawa kuwa sun riga sun zauna a garuruwansu,

< ନିହିମୀୟା 7 >