< ନିହିମୀୟା 8 >

1 ପୁଣି, ସମସ୍ତ ଲୋକ ଏକ ଉଦ୍ଦେଶ୍ୟରେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ ଏକତ୍ରିତ ହେଲେ; ଆଉ, ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା-ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଅଧ୍ୟାପକକୁ କହିଲେ।
And all the people gathered themselves together as one man into the street that was before the water gate; and they spoke unto Ezra the scribe to bring the book of the law of Moses, which the LORD had commanded to Israel.
2 ତହିଁରେ ସପ୍ତମ ମାସର ପ୍ରଥମ ଦିନରେ, ଏଜ୍ରା ଯାଜକ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ଶୁଣି ବୁଝି ପାରନ୍ତି, ସେ ସମସ୍ତ ସମାଜ ସାକ୍ଷାତକୁ ସେହି ବ୍ୟବସ୍ଥା-ପୁସ୍ତକ ଆଣିଲେ।
And Ezra the priest brought the law before the congregation both of men and women, and all that could hear with understanding, upon the first day of the seventh month.
3 ତହୁଁ ସେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ, ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେ ସମସ୍ତଙ୍କ ସାକ୍ଷାତରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ପୁସ୍ତକରୁ ପାଠ କଲେ; ଆଉ, ସମସ୍ତ ଲୋକଙ୍କର କର୍ଣ୍ଣ ସେହି ବ୍ୟବସ୍ଥା-ପୁସ୍ତକ ପ୍ରତି ନିବିଷ୍ଟ ରହିଲା।
And he read therein before the street that was before the water gate from the morning until midday, before the men and the women, and those that could understand; and the ears of all the people were attentive unto the book of the law.
4 ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠର ମଞ୍ଚ ଉପରେ ଠିଆ ହେଲେ; ଆଉ, ଦକ୍ଷିଣ ପାର୍ଶ୍ୱରେ ତାହା ନିକଟରେ ମତ୍ତଥୀୟ, ଶେମା, ଅନାୟ, ଊରୀୟ, ହିଲ୍‍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ, ମୀଶାୟେଲ, ମଲ୍‍କୀୟ, ହଶୂମ, ହଶ୍‍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍‍ ଠିଆ ହେଲେ।
And Ezra the scribe stood upon a pulpit of wood, which they had made for the purpose; and beside him stood Mattithiah, and Shema, and Anaiah, and Urijah, and Hilkiah, and Maaseiah, on his right hand; and on his left hand, Pedaiah, and Mishael, and Malchiah, and Hashum, and Hashbadana, Zechariah, and Meshullam.
5 ଏଉତ୍ତାରେ ଏଜ୍ରା ସମସ୍ତ ଲୋକଙ୍କ ଦୃଷ୍ଟିରେ ସେହି ପୁସ୍ତକ ଫିଟାଇଲେ; କାରଣ ସେ ସମସ୍ତ ଲୋକଙ୍କ ଊର୍ଦ୍ଧ୍ୱରେ ଠିଆ ହୋଇଥିଲେ; ପୁଣି, ସେ ପୁସ୍ତକ ଫିଟାନ୍ତେ, ସମସ୍ତ ଲୋକ ଠିଆ ହେଲେ।
And Ezra opened the book in the sight of all the people; (for he was above all the people; ) and when he opened it, all the people stood up:
6 ତହୁଁ ଏଜ୍ରା ମହାନ ପରମେଶ୍ୱର ସଦାପ୍ରଭୁଙ୍କର ଧନ୍ୟବାଦ କଲେ। ପୁଣି, ସମସ୍ତ ଲୋକ ଆପଣା ଆପଣା ହସ୍ତ ଉଠାଇ ଆମେନ୍‍, ଆମେନ୍‍ ବୋଲି ଉତ୍ତର କଲେ; ଆଉ, ସେମାନେ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ।
And Ezra blessed the LORD, the great God. And all the people answered, Amen, Amen, with lifting up their hands: and they bowed their heads, and worshipped the LORD with their faces to the ground.
7 ଆହୁରି, ଯେଶୂୟ ଓ ବାନି ଓ ଶେରେବୀୟ, ଯାମୀନ୍‍, ଅକ୍କୂବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ, ଅସରୀୟ, ଯୋଷାବଦ୍‍, ହାନନ୍‍, ପଲାୟ ଓ ଲେବୀୟମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇଦେଲେ; ଆଉ, ଲୋକମାନେ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ।
Also Jeshua, and Bani, and Sherebiah, Jamin, Akkub, Shabbethai, Hodijah, Maaseiah, Kelita, Azariah, Jozabad, Hanan, Pelaiah, and the Levites, caused the people to understand the law: and the people stood in their place.
8 ପୁଣି, ସେମାନେ ସ୍ପଷ୍ଟରୂପେ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ସେମାନେ ତହିଁର ଭାବ ବୁଝାଇଦେଲେ, ତହୁଁ ଲୋକମାନେ ପଠନ ବୁଝି ପାରିଲେ।
So they read in the book in the law of God distinctly, and gave the sense, and caused them to understand the reading.
9 ପୁଣି, ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଓ ଯାଜକ ଏଜ୍ରା ଓ ଲୋକମାନଙ୍କର ଶିକ୍ଷକ ଲେବୀୟମାନେ ସମସ୍ତ ଲୋକଙ୍କୁ କହିଲେ, “ଆଜି ଦିନ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ; ଶୋକ ନ କର କି ରୋଦନ ନ କର।” କାରଣ ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ସମସ୍ତ ଲୋକ ରୋଦନ କଲେ।
And Nehemiah, which is the Tirshatha, and Ezra the priest the scribe, and the Levites that taught the people, said unto all the people, This day is holy unto the LORD your God; mourn not, nor weep. For all the people wept, when they heard the words of the law.
10 ଆଉ, ନିହିମୀୟା ସେମାନଙ୍କୁ କହିଲା, “ଆପଣା ଆପଣା ପଥରେ ଯାଅ, ଚିକଣ ଦ୍ରବ୍ୟ ଭୋଜନ କର ଓ ମିଠା ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ କିଛି ଅଂଶ ପଠାଅ; କାରଣ ଆଜିର ଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ।”
Then he said unto them, Go your way, eat the fat, and drink the sweet, and send portions unto them for whom nothing is prepared: for this day is holy unto our LORD: neither be all of you sorry; for the joy of the LORD is your strength.
11 ଏହିରୂପେ ଲେବୀୟମାନେ ସମସ୍ତ ଲୋକଙ୍କୁ ତୁନି କରାଇ କହିଲେ, “ନୀରବ ହୁଅ, ଆଜି ପବିତ୍ର ଦିନ! ତୁମ୍ଭେମାନେ ଦୁଃଖିତ ନ ହୁଅ।”
So the Levites stilled all the people, saying, Hold your peace, for the day is holy; neither be all of you grieved.
12 ଏଉତ୍ତାରେ ଲୋକମାନେ ଆପଣାମାନଙ୍କ ନିକଟରେ ପ୍ରକାଶିତ ବାକ୍ୟସବୁ ବୁଝିବାରୁ ସେମାନେ ସମସ୍ତେ ଭୋଜନପାନ କରିବାକୁ ଓ କିଛି ଅଂଶ ପଠାଇବାକୁ ଓ ଅତିଶୟ ଆନନ୍ଦ କରିବାକୁ ଆପଣା ଆପଣା ପଥରେ ଗମନ କଲେ।
And all the people went their way to eat, and to drink, and to send portions, and to make great delight, because they had understood the words that were declared unto them.
13 ପୁଣି, ଦ୍ୱିତୀୟ ଦିନ ସମଗ୍ର ଲୋକଙ୍କର ପିତୃବଂଶୀୟ ପ୍ରଧାନବର୍ଗ, ଯାଜକମାନେ ଓ ଲେବୀୟମାନେ ବ୍ୟବସ୍ଥାର ବାକ୍ୟ ବିବେଚନା କରିବା ନିମନ୍ତେ ଅଧ୍ୟାପକ ଏଜ୍ରା ନିକଟରେ ଏକତ୍ରିତ ହେଲେ।
And on the second day were gathered together the chief of the fathers of all the people, the priests, and the Levites, unto Ezra the scribe, even to understand the words of the law.
14 ସେମାନେ ମୋଶାଙ୍କ ଦ୍ୱାରା ଦତ୍ତ ସଦାପ୍ରଭୁଙ୍କର ଏହି ଆଜ୍ଞା ବ୍ୟବସ୍ଥାରେ ଲେଖା ଥିବାର ଦେଖିଲେ ଯେ, ସପ୍ତମ ମାସର ପର୍ବ ସମୟରେ ଇସ୍ରାଏଲ-ସନ୍ତାନଗଣ ପତ୍ରକୁଟୀରରେ କିପରି ବାସ କରିବେ;
And they found written in the law which the LORD had commanded by Moses, that the children of Israel should dwell in booths in the feast of the seventh month:
15 ପୁଣି, ସେମାନେ ଆପଣାମାନଙ୍କ ସମସ୍ତ ନଗରରେ ଓ ଯିରୂଶାଲମରେ ଏହି କଥା ଘୋଷଣା ଓ ପ୍ରଚାର କରିବେ, ଯଥା, “ତୁମ୍ଭେମାନେ ଲିଖନାନୁସାରେ ପତ୍ରକୁଟୀର ନିର୍ମାଣ କରିବା ପାଇଁ ପର୍ବତକୁ ଯାଇ ଜୀତଶାଖା ଓ ବନ୍ୟ ଜୀତଶାଖା ଓ ମେହେନ୍ଦି ଶାଖା ଓ ଖର୍ଜ୍ଜୁର ଶାଖା ଓ ଗହଳିଆ ବୃକ୍ଷର ଶାଖା ଆଣ।”
And that they should publish and proclaim in all their cities, and in Jerusalem, saying, Go forth unto the mount, and fetch olive branches, and pine branches, and myrtle branches, and palm branches, and branches of thick trees, to make booths, as it is written.
16 ତହିଁରେ ଲୋକମାନେ ବାହାରକୁ ଯାଇ ତାହାସବୁ ଆଣି ଆପଣା ପାଇଁ ପତ୍ରକୁଟୀର ନିର୍ମାଣ କଲେ, ପ୍ରତ୍ୟେକେ ଆପଣା ଆପଣା ଗୃହର ଛାତ ଉପରେ ଓ ପ୍ରାଙ୍ଗଣରେ ଓ ପରମେଶ୍ୱରଙ୍କ ଗୃହର ସକଳ ପ୍ରାଙ୍ଗଣରେ ଓ ଜଳଦ୍ୱାରର ଛକରେ ଓ ଇଫ୍ରୟିମ-ଦ୍ୱାରର ଛକରେ ନିର୍ମାଣ କଲେ।
So the people went forth, and brought them, and made themselves booths, every one upon the roof of his house, and in their courts, and in the courts of the house of God, and in the street of the water gate, and in the street of the gate of Ephraim.
17 ପୁଣି, ବନ୍ଦୀତ୍ୱରୁ ଫେରି ଆସିଥିବା ଲୋକଙ୍କର ସମସ୍ତ ସମାଜ ପତ୍ରକୁଟୀର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ; ନୂନର ପୁତ୍ର ଯେଶୂୟର ସମୟଠାରୁ ସେହି ଦିନ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ସେପରି ଆନନ୍ଦ କରି ନ ଥିଲେ। ଏଣୁ ଅତି ବଡ଼ ଆନନ୍ଦ ହେଲା।
And all the congregation of them that were come again out of the captivity made booths, and sat under the booths: for since the days of Jeshua the son of Nun unto that day had not the children of Israel done so. And there was very great gladness.
18 ଆହୁରି, ଏଜ୍ରା ପ୍ରଥମ ଦିନଠାରୁ ଶେଷ ଦିନ ପର୍ଯ୍ୟନ୍ତ ପ୍ରତିଦିନ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ। ପୁଣି, ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ପର୍ବ ପାଳନ କଲେ; ଆଉ, ବ୍ୟବସ୍ଥାନୁସାରେ ଅଷ୍ଟମ ଦିନ ମହାସଭା ହେଲା।
Also day by day, from the first day unto the last day, he read in the book of the law of God. And they kept the feast seven days; and on the eighth day was a solemn assembly, according unto the manner.

< ନିହିମୀୟା 8 >