< ନିହିମୀୟା 9 >

1 ସେହି ମାସର ଚବିଶତମ ଦିନରେ ଇସ୍ରାଏଲ-ସନ୍ତାନଗଣ ଏକତ୍ରିତ ହୋଇ ଉପବାସ କରି, ଅଖା ପିନ୍ଧି ଓ ଆପଣା ଆପଣା ମସ୍ତକ ଉପରେ ମାଟି ଦେଲେ।
On the twenty-fourth day of this same month, the Israelites met together, fasting and wearing sackcloth, with dust on their heads.
2 ଆଉ, ଇସ୍ରାଏଲ ବଂଶ ବିଦେଶୀୟ ସମସ୍ତଙ୍କଠାରୁ ଆପଣାମାନଙ୍କୁ ପୃଥକ କଲେ, ପୁଣି ଠିଆ ହୋଇ ଆପଣା ଆପଣା ପାପ ଓ ଆପଣା ଆପଣା ପୂର୍ବପୁରୁଷଗଣଙ୍କ ଅପରାଧ ସ୍ୱୀକାର କଲେ।
Those of Israelite ancestry separated themselves from the foreigners, and stood to confess their sins and those of their forefathers.
3 ପୁଣି, ସେମାନେ ସ୍ୱ ସ୍ୱ ସ୍ଥାନରେ ଠିଆ ହୋଇ ଦିନର ଚତୁର୍ଥାଂଶ ପର୍ଯ୍ୟନ୍ତ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ଅନ୍ୟ ଚତୁର୍ଥାଂଶ ପର୍ଯ୍ୟନ୍ତ ସେମାନେ ପାପ ସ୍ୱୀକାର କରି ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରଣାମ କଲେ।
They spent three hours standing there reading the Book of the Law of the Lord their God, and another three hours confessing their sins and worshiping the Lord their God.
4 ଆଉ, ଲେବୀୟମାନେ, ଯେଶୂୟ ଓ ବାନି, କଦ୍‍ମୀୟେଲ, ଶବନୀୟ, ବୁନ୍ନି, ଶେରେବୀୟ, ବାନି ଓ କନାନି ପାବଚ୍ଛରେ ଠିଆ ହୋଇ ସଦାପ୍ରଭୁ ପରମେଶ୍ୱରଙ୍କୁ ଉଚ୍ଚସ୍ୱରରେ ଡାକିଲେ।
The Levites stood on the stage and called out loudly to the Lord their God. (Their names were Jeshua, Bani, Kadmiel, Shebaniah, Bunni, Sherebiah, Bani, and Chenani.)
5 ଯେଶୂୟ ଓ କଦ୍‍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଓ ଲେବୀୟମାନେ କହିଲେ, “ଉଠ, ଅନାଦିକାଳରୁ ଅନନ୍ତକାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ।
Then the Levites announced: “Stand up and praise the Lord your God who lives eternally: ‘May who you are and your glory be blessed, and may you be lifted up above all blessing and praise.’” (The names of the Levites were Jeshua, Kadmiel, Bani, Hashabneiah, Sherebiah, Hodiah, Shebaniah, and Pethahiah.)
6 କେବଳ ତୁମ୍ଭେ ହିଁ ସଦାପ୍ରଭୁ ଅଟ; ତୁମ୍ଭେ ସ୍ୱର୍ଗ, ସ୍ୱର୍ଗର ସ୍ୱର୍ଗ ଓ ତହିଁର ସମଗ୍ର ବାହିନୀ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ବସ୍ତୁ ନିର୍ମାଣ କରିଅଛ ଓ ତୁମ୍ଭେ ସେସବୁର ସ୍ଥିତି କରୁଅଛ ଓ ସ୍ୱର୍ଗୀୟ-ବାହିନୀ ତୁମ୍ଭକୁ ପ୍ରଣାମ କରନ୍ତି।
They prayed, “Only you are the Lord. It was you who made the sky, the heavens with all their stars, the land and everything on it, the seas and everything in them. You give life to all of them, and all the heavenly beings worship you.
7 ତୁମ୍ଭେ ହିଁ ସଦାପ୍ରଭୁ ପରମେଶ୍ୱର ଅଟ, ତୁମ୍ଭେ ଅବ୍ରାମଙ୍କୁ ମନୋନୀତ କଲ ଓ କଲ୍‍ଦୀୟମାନଙ୍କ ଊର ଦେଶରୁ ତାହାକୁ ବାହାର କରି ଆଣି ଅବ୍ରହାମ ନାମ ଦେଲ;
You are the Lord, the God who chose Abram, who led him out of Ur of the Chaldeans and named him Abraham.
8 ତୁମ୍ଭେ ଆପଣା ସାକ୍ଷାତରେ ତାହାର ଅନ୍ତଃକରଣ ବିଶ୍ୱସ୍ତ ଦେଖିଲ, ପୁଣି କିଣାନୀୟ, ହିତ୍ତୀୟ, ଇମୋରୀୟ ଓ ପରିଷୀୟ ଓ ଯିବୂଷୀୟ ଓ ଗିର୍ଗାଶୀୟ ଲୋକମାନଙ୍କ ଦେଶ ଦେବାକୁ, ଅର୍ଥାତ୍‍, ତାହାର ବଂଶକୁ ଦେବା ପାଇଁ ତାହା ସଙ୍ଗେ ନିୟମ କଲ, ପୁଣି ଆପଣା ବାକ୍ୟ ସଫଳ କରିଅଛ; କାରଣ ତୁମ୍ଭେ ଧର୍ମମୟ।
You knew he would be faithful to you, and made an agreement with him to give him and his descendants the land of the Canaanites, Hittites, Amorites, Perizzites, Jebusites, and Girgashites. You kept your promise, because you do what is right.
9 ଏଥିଉତ୍ତାରେ ତୁମ୍ଭେ ମିସର ଦେଶରେ ଆମ୍ଭ ପୂର୍ବପୁରୁଷଗଣର କ୍ଳେଶ ଦେଖିଲ ଓ ସୂଫ ସାଗର ନିକଟରେ ସେମାନଙ୍କର କ୍ରନ୍ଦନ ଶୁଣିଲ;
You saw how much our forefathers were suffering in Egypt. You heard their cries for help at the Red Sea.
10 ପୁଣି, ଫାରୋ ଓ ତାହାର ସମସ୍ତ ଦାସ ଓ ତାହାର ଦେଶସ୍ଥ ସମୁଦାୟ ଲୋକଙ୍କ ପ୍ରତି ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ପ୍ରକାଶ କଲ; କାରଣ ମିସରୀୟମାନେ ସେମାନଙ୍କ ବିରୁଦ୍ଧରେ ଗର୍ବାଚରଣ କରିବାର ତୁମ୍ଭେ ଜାଣିଲ; ଏଣୁ ତୁମ୍ଭେ ଆଜି ପର୍ଯ୍ୟନ୍ତ ଆପଣା ନାମ ପ୍ରସିଦ୍ଧ କରିଅଛ।
You performed miraculous signs and wonders against Pharaoh, all his officials, and all his people of his land, for you recognized how arrogantly they treated our forefathers. You created a wonderful reputation for yourself that people still recognize to this day.
11 ପୁଣି, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସମୁଦ୍ରକୁ ବିଭାଗ କଲ, ତହୁଁ ସେମାନେ ଶୁଷ୍କ ଭୂମି ଦେଇ ଯିବା ପରି ସମୁଦ୍ର ମଧ୍ୟରେ ଗମନ କଲେ; ମାତ୍ର ଗଭୀର ଜଳରେ ପ୍ରସ୍ତର ତୁଲ୍ୟ ତୁମ୍ଭେ ସେମାନଙ୍କ ପଛେ ଗୋଡ଼ାଇବା ଲୋକମାନଙ୍କୁ ଅଗାଧ ସମୁଦ୍ରରେ ନିକ୍ଷେପ କଲ।
You split the sea apart in front of them so that they could walk through it on dry ground. But you threw their pursuers into the depths of the sea, like stones thrown into raging waters.
12 ଆହୁରି, ତୁମ୍ଭେ ଦିବସରେ ମେଘସ୍ତମ୍ଭ ଦ୍ୱାରା ଓ ରାତ୍ରିରେ ସେମାନଙ୍କ ଗନ୍ତବ୍ୟ ପଥରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭ ଦ୍ୱାରା ସେମାନଙ୍କୁ ଗମନ କରାଇଲ।
You led them with a column of cloud during the day, and a column of fire at night, showing them the way which they should go.
13 ମଧ୍ୟ ତୁମ୍ଭେ ସୀନୟ ପର୍ବତକୁ ଓହ୍ଲାଇ ଆସି ସ୍ୱର୍ଗରୁ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କଲ ଓ ସେମାନଙ୍କୁ ଯଥାର୍ଥ ଶାସନ ଓ ସତ୍ୟ ବ୍ୟବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ;
You descended on Mount Sinai. You spoke to them from heaven. You gave them right ways to live, true laws, and good regulations and commandments.
14 ଆଉ, ସେମାନଙ୍କୁ ଆପଣାର ପବିତ୍ର ବିଶ୍ରାମ ଦିନ ଜ୍ଞାତ କରାଇଲ ଓ ଆପଣା ଦାସ ମୋଶାଙ୍କ ହସ୍ତରେ ସେମାନଙ୍କୁ ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ଆଦେଶ କଲ;
You explained your holy Sabbath to them. You gave them commandments and regulations and laws through your servant Moses.
15 ପୁଣି, ସେମାନଙ୍କ କ୍ଷୁଧା ନିବାରଣାର୍ଥେ ସେମାନଙ୍କୁ ସ୍ୱର୍ଗରୁ ଭକ୍ଷ୍ୟ ଦେଲ ଓ ସେମାନଙ୍କ ତୃଷା ନିବାରଣାର୍ଥେ ଶୈଳରୁ ଜଳ ନିର୍ଗତ କଲେ, ଆଉ ତୁମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ହସ୍ତ ଉଠାଇ ଥିଲ, ସେହି ଦେଶ ଅଧିକାରାର୍ଥେ ତହିଁ ମଧ୍ୟରେ ପ୍ରବେଶ କରିବାକୁ ଆଜ୍ଞା କଲେ।
When they were hungry you gave them bread from heaven, and when they were thirsty you brought water out of the rock for them. You told them to go and take ownership of the land which you had sworn to give them.
16 ମାତ୍ର ସେମାନେ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଗର୍ବାଚରଣ କଲେ ଓ ଆପଣା ଆପଣାକୁ କଠିନ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ,
But they and our forefathers acted arrogantly and became stubborn, and didn't pay attention to your commands.
17 ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।
They refused to listen to you, and forgot about all the miracles you did for them. They became obstinate and decided to choose themselves a leader to take them back to slavery in Egypt. But you are a forgiving God, gracious and merciful, slow to get angry, and full of trustworthy love. You did not give up on them,
18 ହଁ, ଏପରିକି ସେମାନେ ଛାଞ୍ଚରେ ଢଳା ଏକ ଗୋବତ୍ସ ନିର୍ମାଣ କରି କହିଲେ, ‘ଯେଉଁ ଦେବତା ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି,’ ଏହା କହି ପ୍ରଭୁଙ୍କୁ ମହା ଅପମାନ କଲେ;
even when they made themselves a metal calf and said, ‘This is your god who led you out of Egypt,’ and committed terrible blasphemies.
19 ସେତେବେଳେ ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ପ୍ରାନ୍ତରରେ ପରିତ୍ୟାଗ କଲ ନାହିଁ; ପଥ କଢ଼ାଇବା ନିମନ୍ତେ ଦିବସରେ ମେଘସ୍ତମ୍ଭ, କିଅବା ସେମାନଙ୍କୁ ଆଲୁଅ ଓ ଗନ୍ତବ୍ୟ ପଥ ଦେଖାଇବା ନିମନ୍ତେ ରାତ୍ରିରେ ଅଗ୍ନିସ୍ତମ୍ଭ ସେମାନଙ୍କ ଆଗରୁ ପ୍ରସ୍ଥାନ କଲା ନାହିଁ।
But you because you are so merciful didn't abandon them in the desert. The column of cloud didn't stop guiding them during the day, and the column of fire continued to light their way at night.
20 ଆହୁରି, ତୁମ୍ଭେ ସେମାନଙ୍କୁ ଶିକ୍ଷା ଦେବା ପାଇଁ ଆପଣାର ମଙ୍ଗଳମୟ ଆତ୍ମା ପ୍ରଦାନ କଲ ଓ ସେମାନଙ୍କ ମୁଖରୁ ଆପଣା ମାନ୍ନା ଅଟକାଇଲ ନାହିଁ ଓ ସେମାନଙ୍କ ତୃଷା ନିବାରଣାର୍ଥେ ସେମାନଙ୍କୁ ଜଳ ଦେଲ।
You gave your good Spirit to teach them. You did not stop feeding them with your manna, and you gave them water when they were thirsty.
21 ତୁମ୍ଭେ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେମାନଙ୍କୁ ପ୍ରତିପାଳନ କଲ, ସେମାନଙ୍କର କିଛି ଅଭାବ ହେଲା ନାହିଁ; ସେମାନଙ୍କ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ସେମାନଙ୍କ ପାଦ ଫୁଲିଲା ନାହିଁ।
You took care of them for forty years in the desert. Their clothes didn't wear out, they didn't want for anything. Their feet didn't even swell up!
22 ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ ଦେଶ, ଅର୍ଥାତ୍‍, ହିଷ୍‍ବୋନ ରାଜାର ଦେଶ ଓ ବାଶନର ଓଗ୍‍ ରାଜାର ଦେଶ ଅଧିକାର କଲେ।
You gave them kingdoms and nations; you assigned their borders. They took control of the land of Sihon, king of Heshbon, and of Og, king of Bashan.
23 ଆହୁରି, ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଆକାଶର ନକ୍ଷତ୍ରଗଣ ତୁଲ୍ୟ ବହୁସଂଖ୍ୟକ କଲ ଓ ଯେଉଁ ଦେଶ ସେମାନେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସେମାନଙ୍କ ପିତୃଗଣକୁ କହିଥିଲ, ସେହି ଦେଶକୁ ସେମାନଙ୍କୁ ଆଣିଲ।
You made their descendants as countless as the stars of heaven, and led them to the land you had promised their fathers they would enter and possess.
24 ଏହିରୂପେ ସେହି ସନ୍ତାନଗଣ ଦେଶରେ ପ୍ରବେଶ କରି ଅଧିକାର କଲେ, ଆଉ ତୁମ୍ଭେ ସେମାନଙ୍କ ସମ୍ମୁଖରେ ସେହି ଦେଶବାସୀ କିଣାନୀୟମାନଙ୍କୁ ପରାସ୍ତ କଲ ଓ ସେମାନେ ଯେପରି ଆପଣା ଇଚ୍ଛାମତ ବ୍ୟବହାର କରିବେ, ଏଥିପାଇଁ ସେମାନଙ୍କୁ ଓ ସେମାନଙ୍କ ରାଜାଗଣକୁ ଓ ଦେଶସ୍ଥ ନାନା ଗୋଷ୍ଠୀକୁ ସେମାନଙ୍କ ହସ୍ତରେ ସମର୍ପଣ କଲ।
Their descendants went in and took over the land. Right in front of them you conquered the Canaanites who lived there, handing over their kings and people so they could do with them whatever they wanted.
25 ତହିଁରେ ସେମାନେ ପ୍ରାଚୀର-ବେଷ୍ଟିତ ନଗରସକଳ ଓ ଉର୍ବରା ଭୂମି ନେଲେ, ସର୍ବପ୍ରକାର ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ, ଖୋଦିତ କୂପ, ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ଓ ପ୍ରଚୁର ଫଳବୃକ୍ଷ ଅଧିକାର କଲେ; ତହୁଁ ସେମାନେ ଭୋଜନ କରି ତୃପ୍ତ ଓ ପୁଷ୍ଟ ହେଲେ ଓ ତୁମ୍ଭର ମହାମଙ୍ଗଳଦାନରେ ଆନନ୍ଦ କଲେ।
They captured fortified cities and fertile land. They took over houses full of valuable things, water cisterns, vineyards, olive groves, and many fruit trees. They ate until they were full, and grew fat. They were so happy at how good you were to them.
26 ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।
But they completely rebelled against you. They tossed your Law over their shoulders. They killed your prophets who warned them to try and bring them back to you, and they committed terrible blasphemies.
27 ଏହେତୁ ତୁମ୍ଭେ ସେମାନଙ୍କୁ ବିପକ୍ଷଗଣ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ କ୍ଳେଶ ଦେଲେ; ମାତ୍ର କ୍ଳେଶ ସମୟରେ ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଆପଣାର ବହୁବିଧ ଦୟାନୁସାରେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।
So you handed them over to their enemies who treated them badly. In their suffering they cried out to you for help. But you heard their cries from heaven, and because you're so merciful you sent them leaders to save them from their enemies.
28 ମାତ୍ର ସେମାନେ ବିଶ୍ରାମ ପାଇଲା ଉତ୍ତାରେ ପୁନର୍ବାର ତୁମ୍ଭ ଦୃଷ୍ଟିରେ କୁକର୍ମ କଲେ; ଏହେତୁ ତୁମ୍ଭେ ସେମାନଙ୍କୁ ଶତ୍ରୁଗଣ ହସ୍ତରେ ସମର୍ପଣ କଲ, ସେମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ, ତଥାପି ଯେତେବେଳେ ସେମାନେ ଫେରି ତୁମ୍ଭ ନିକଟରେ କ୍ରନ୍ଦନ କଲେ, ସେତେବେଳେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଅନେକ ଥର ତୁମ୍ଭେ ଆପଣା ଦୟାନୁସାରେ ସେମାନଙ୍କୁ ଉଦ୍ଧାର କଲ।
However, as soon as they had peace, they went back to doing evil in your sight. So once more you handed them over to their enemies, who dominated them. They came back to you, and they cried out to you again. But you heard from heaven once more, and you saved them time and again because you are so merciful.
29 ପୁଣି, ସେମାନଙ୍କୁ ପୁନର୍ବାର ଆପଣା ବ୍ୟବସ୍ଥାରୂପ ମାର୍ଗକୁ ଆଣିବା ନିମନ୍ତେ ସେମାନଙ୍କ ଚେତାବନୀ ଦେଲ; ତଥାପି ସେମାନେ ଗର୍ବାଚରଣ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଯାହା ପାଳନ କଲେ ମନୁଷ୍ୟ ବଞ୍ଚିବ, ତୁମ୍ଭର ସେହି ଶାସନ ବିରୁଦ୍ଧରେ ପାପ କଲେ, ପୁଣି ମନଯୋଗ କଲେ ନାହିଁ ଓ ଆପଣା ଆପଣା ମନ କଠିନ କଲେ ଓ ଶୁଣିବାକୁ ଅସମ୍ମତ ହେଲେ।
You warned them to come back to your Law, but they were arrogant. They ignored your commands, and sinned against your rules, which, as you previously said, ‘If people obey they will live by them.’ They obstinately turned their backs on you and refused to listen.
30 ତଥାପି ବହୁ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ ଓ ଆପଣା ଆତ୍ମା ଦ୍ୱାରା ଆପଣା ଭବିଷ୍ୟଦ୍‍ବକ୍ତାଗଣ ଦେଇ ସେମାନଙ୍କୁ ଚେତାବନୀ ଦେଲ; ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ସମ୍ମତ ହେଲେ ନାହିଁ; ଏହେତୁ ତୁମ୍ଭେ ସେମାନଙ୍କୁ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ହସ୍ତରେ ସମର୍ପଣ କଲ।
You were patient with them for many years. You warned them by your Spirit through your prophets, but they didn't listen, so you handed them over to the other nations.
31 ତଥାପି ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ନିଃଶେଷ କଲ ନାହିଁ, ଅବା ସେମାନଙ୍କୁ ପରିତ୍ୟାଗ କଲ ନାହିଁ; କାରଣ ତୁମ୍ଭେ କୃପାମୟ ଓ ଦୟାଳୁ ପରମେଶ୍ୱର ଅଟ।
But because of your wonderful mercy you did not finish with them, and you did not abandon them, for you are a gracious and merciful God.
32 ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍‍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।
So now, our God, the great and powerful and awesome God who keeps his agreement of trustworthy love, please don't see as unimportant all the hardships that have happened to us, and to our kings and leaders, our priests and prophets, our forefather and all your people, from the time of the Assyrian kings of Assyria up till now.
33 ତଥାପି ଆମ୍ଭମାନଙ୍କ ପ୍ରତି ଯାହା ଯାହା ଘଟିଅଛି, ସେସବୁରେ ତୁମ୍ଭେ ଧର୍ମମୟ ଅଟ; କାରଣ ତୁମ୍ଭେ ସତ୍ୟରେ ବ୍ୟବହାର କରିଅଛ, ମାତ୍ର ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।
But you have done what is right regarding everything that has happened to us. You have always acted faithfully, while we have done so much evil.
34 ପୁଣି, ଆମ୍ଭମାନଙ୍କ ରାଜାଗଣ, ଆମ୍ଭମାନଙ୍କ ଅଧିପତିଗଣ, ଆମ୍ଭମାନଙ୍କ ଯାଜକଗଣ ଅବା ଆମ୍ଭମାନଙ୍କ ପିତୃଗଣ ତୁମ୍ଭ ବ୍ୟବସ୍ଥା ପାଳନ କରି ନାହାନ୍ତି, କିଅବା ତୁମ୍ଭେ ଆପଣାର ଯେଉଁ ଆଜ୍ଞା ଓ ସାକ୍ଷ୍ୟ ଦ୍ୱାରା ସେମାନଙ୍କୁ ଚେତାବନୀ ଦେଲ, ତହିଁରେ କର୍ଣ୍ଣପାତ କରି ନାହାନ୍ତି।
Our kings, our leaders, our priests, and our forefathers did not follow your Law, and they ignored your commands and regulations you ordered them to keep.
35 ଯେଣୁ ସେମାନେ ଆପଣାମାନଙ୍କ ରାଜ୍ୟରେ, ସେମାନଙ୍କୁ ତୁମ୍ଭର ପ୍ରଦତ୍ତ ମହାମଙ୍ଗଳରେ ଓ ସେମାନଙ୍କ ସମ୍ମୁଖରେ ତୁମ୍ଭର ସମର୍ପିତ ପ୍ରଶସ୍ତ ଓ ଉର୍ବର ଦେଶରେ ତୁମ୍ଭର ସେବା କରି ନାହାନ୍ତି, କିଅବା ଆପଣା ଆପଣା ଦୁଷ୍କର୍ମରୁ ଫେରି ନାହାନ୍ତି।
But they, even during the time they had their own kingdom, with so many blessings you had given them in the wide and fertile land you had provided for them, even then they refused to serve you and would not turn from their evil ways.
36 ଦେଖ, ଆଜି ଆମ୍ଭେମାନେ ଦାସ ହୋଇଅଛୁ! ପୁଣି ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶର ଫଳ ଓ ଉତ୍ତମ ଦ୍ରବ୍ୟ ଭୋଗ କରିବାକୁ ଦେଇଥିଲ, ଦେଖ, ସେହି ଦେଶରେ ଆମ୍ଭେମାନେ ଦାସ ହୋଇଅଛୁ।
Look at us now, slaves in the land you gave our forefathers to enjoy its fruit and all its good things. Look at us slaves here!
37 ଆଉ, ଆମ୍ଭମାନଙ୍କ ପାପ ହେତୁରୁ ତୁମ୍ଭେ ଯେଉଁ ରାଜାଗଣକୁ ଆମ୍ଭମାନଙ୍କ ଉପରେ ସ୍ଥାପନ କରିଅଛ, ସେମାନେ ସେହି ଦେଶର ପ୍ରଚୁର ଫଳ ଉତ୍ପନ୍ନ କରି ଭୋଗ କରୁଅଛନ୍ତି; ମଧ୍ୟ ଆମ୍ଭମାନଙ୍କ ଶରୀର ଉପରେ ଓ ଆମ୍ଭମାନଙ୍କ ପଶୁଗଣ ଉପରେ ସେମାନଙ୍କର ସ୍ୱେଚ୍ଛାମତ କ୍ଷମତା ଅଛି, ଆଉ ଆମ୍ଭେମାନେ ମହାକ୍ଳେଶରେ ଅଛୁ।”
The rich harvests of this land go to the kings you have placed over us because of our sins. They rule over our bodies and our cattle, doing whatever they want. We are suffering so much!”
38 ଏସବୁ ଘଟିଲେ ହେଁ ଆମ୍ଭେମାନେ ଏକ ନିଶ୍ଚିତ ନିୟମ କରି ତାହା ଲେଖୁଅଛୁ; ଆଉ, ଆମ୍ଭମାନଙ୍କ ଅଧିପତିମାନେ, ଆମ୍ଭମାନଙ୍କ ଲେବୀୟମାନେ ଓ ଆମ୍ଭମାନଙ୍କ ଯାଜକମାନେ ତାହା ମୋହରାଙ୍କିତ କରୁଅଛନ୍ତି।
In response the people declared, “Considering all this, we are making a solemn agreement, putting it in writing. It is sealed by our leaders, Levites, and priests.”

< ନିହିମୀୟା 9 >