< ନିହିମୀୟା 9 >
1 ସେହି ମାସର ଚବିଶତମ ଦିନରେ ଇସ୍ରାଏଲ-ସନ୍ତାନଗଣ ଏକତ୍ରିତ ହୋଇ ଉପବାସ କରି, ଅଖା ପିନ୍ଧି ଓ ଆପଣା ଆପଣା ମସ୍ତକ ଉପରେ ମାଟି ଦେଲେ।
ED al ventiquattresimo giorno dell'istesso mese, i figliuoli d'Israele si adunarono con digiuno, e con sacchi, e con terra [sparsa] sopra loro.
2 ଆଉ, ଇସ୍ରାଏଲ ବଂଶ ବିଦେଶୀୟ ସମସ୍ତଙ୍କଠାରୁ ଆପଣାମାନଙ୍କୁ ପୃଥକ କଲେ, ପୁଣି ଠିଆ ହୋଇ ଆପଣା ଆପଣା ପାପ ଓ ଆପଣା ଆପଣା ପୂର୍ବପୁରୁଷଗଣଙ୍କ ଅପରାଧ ସ୍ୱୀକାର କଲେ।
E la progenie d'Israele si separò da tutti gli stranieri, e si presentarono, e fecero confessione de' lor peccati, e dell'iniquità de' lor padri.
3 ପୁଣି, ସେମାନେ ସ୍ୱ ସ୍ୱ ସ୍ଥାନରେ ଠିଆ ହୋଇ ଦିନର ଚତୁର୍ଥାଂଶ ପର୍ଯ୍ୟନ୍ତ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ଅନ୍ୟ ଚତୁର୍ଥାଂଶ ପର୍ଯ୍ୟନ୍ତ ସେମାନେ ପାପ ସ୍ୱୀକାର କରି ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରଣାମ କଲେ।
Ed essendosi rizzati in piè nel luogo stesso ove ciascuno si ritrovava, si lesse nel libro della Legge del Signore Iddio loro, una quarta parte del giorno; ed un'[altra] quarta parte fecero confessione, e adorarono il Signore Iddio loro.
4 ଆଉ, ଲେବୀୟମାନେ, ଯେଶୂୟ ଓ ବାନି, କଦ୍ମୀୟେଲ, ଶବନୀୟ, ବୁନ୍ନି, ଶେରେବୀୟ, ବାନି ଓ କନାନି ପାବଚ୍ଛରେ ଠିଆ ହୋଇ ସଦାପ୍ରଭୁ ପରମେଶ୍ୱରଙ୍କୁ ଉଚ୍ଚସ୍ୱରରେ ଡାକିଲେ।
E Iesua, Bani, Cadmiel, Sebania, Bunni, Serebia, Bani, e Chenani, si levarono in piè sopra il palco de' Leviti, e gridarono ad alta voce al Signore Iddio loro.
5 ଯେଶୂୟ ଓ କଦ୍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଓ ଲେବୀୟମାନେ କହିଲେ, “ଉଠ, ଅନାଦିକାଳରୁ ଅନନ୍ତକାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ।
E i Leviti Iesua, Cadmiel, Bani, Hasabneia, Serebia, Hodia, Sebania, e Petahia, dissero: Levatevi, benedite il Signore Iddio vostro da un secolo all'altro; e benedicasi, [o Dio], il Nome tuo glorioso, ed esaltato sopra ogni benedizione e laude.
6 କେବଳ ତୁମ୍ଭେ ହିଁ ସଦାପ୍ରଭୁ ଅଟ; ତୁମ୍ଭେ ସ୍ୱର୍ଗ, ସ୍ୱର୍ଗର ସ୍ୱର୍ଗ ଓ ତହିଁର ସମଗ୍ର ବାହିନୀ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ବସ୍ତୁ ନିର୍ମାଣ କରିଅଛ ଓ ତୁମ୍ଭେ ସେସବୁର ସ୍ଥିତି କରୁଅଛ ଓ ସ୍ୱର୍ଗୀୟ-ବାହିନୀ ତୁମ୍ଭକୁ ପ୍ରଣାମ କରନ୍ତି।
Tu solo sei il Signore; tu hai fatti i cieli, i cieli de' cieli, e tutto il loro esercito; la terra, e tutto quello che [è] sopra essa; i mari, e tutto quello che [è] in essi; e tu vivifichi tutte queste cose, e l'esercito del cielo ti adora.
7 ତୁମ୍ଭେ ହିଁ ସଦାପ୍ରଭୁ ପରମେଶ୍ୱର ଅଟ, ତୁମ୍ଭେ ଅବ୍ରାମଙ୍କୁ ମନୋନୀତ କଲ ଓ କଲ୍ଦୀୟମାନଙ୍କ ଊର ଦେଶରୁ ତାହାକୁ ବାହାର କରି ଆଣି ଅବ୍ରହାମ ନାମ ଦେଲ;
Tu sei il Signore Iddio, ch'eleggesti Abramo, e lo traesti fuori di Ur de' Caldei, e gli ponesti nome Abrahamo.
8 ତୁମ୍ଭେ ଆପଣା ସାକ୍ଷାତରେ ତାହାର ଅନ୍ତଃକରଣ ବିଶ୍ୱସ୍ତ ଦେଖିଲ, ପୁଣି କିଣାନୀୟ, ହିତ୍ତୀୟ, ଇମୋରୀୟ ଓ ପରିଷୀୟ ଓ ଯିବୂଷୀୟ ଓ ଗିର୍ଗାଶୀୟ ଲୋକମାନଙ୍କ ଦେଶ ଦେବାକୁ, ଅର୍ଥାତ୍, ତାହାର ବଂଶକୁ ଦେବା ପାଇଁ ତାହା ସଙ୍ଗେ ନିୟମ କଲ, ପୁଣି ଆପଣା ବାକ୍ୟ ସଫଳ କରିଅଛ; କାରଣ ତୁମ୍ଭେ ଧର୍ମମୟ।
E trovasti il cuor suo fedele davanti a te, e facesti patto con lui, [promettendogli] di dare alla sua progenie il paese de' Cananei, degli Hittei, degli Amorrei, de' Ferizzei, de' Gebusei, e de' Ghirgasei; e tu hai messe ad effetto le tue parole; perciocchè tu [sei] giusto.
9 ଏଥିଉତ୍ତାରେ ତୁମ୍ଭେ ମିସର ଦେଶରେ ଆମ୍ଭ ପୂର୍ବପୁରୁଷଗଣର କ୍ଳେଶ ଦେଖିଲ ଓ ସୂଫ ସାଗର ନିକଟରେ ସେମାନଙ୍କର କ୍ରନ୍ଦନ ଶୁଣିଲ;
E riguardasti all'afflizione de' nostri padri in Egitto, ed esaudisti il lor grido al mar rosso.
10 ପୁଣି, ଫାରୋ ଓ ତାହାର ସମସ୍ତ ଦାସ ଓ ତାହାର ଦେଶସ୍ଥ ସମୁଦାୟ ଲୋକଙ୍କ ପ୍ରତି ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ପ୍ରକାଶ କଲ; କାରଣ ମିସରୀୟମାନେ ସେମାନଙ୍କ ବିରୁଦ୍ଧରେ ଗର୍ବାଚରଣ କରିବାର ତୁମ୍ଭେ ଜାଣିଲ; ଏଣୁ ତୁମ୍ଭେ ଆଜି ପର୍ଯ୍ୟନ୍ତ ଆପଣା ନାମ ପ୍ରସିଦ୍ଧ କରିଅଛ।
E facesti miracoli e prodigi sopra Faraone, e sopra i suoi servitori, e sopra tutto il popolo del suo paese; perciocchè tu conoscesti ch'erano superbamente proceduti contro a loro; e ti acquistasti un tal Nome quale [è] al dì d'oggi.
11 ପୁଣି, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସମୁଦ୍ରକୁ ବିଭାଗ କଲ, ତହୁଁ ସେମାନେ ଶୁଷ୍କ ଭୂମି ଦେଇ ଯିବା ପରି ସମୁଦ୍ର ମଧ୍ୟରେ ଗମନ କଲେ; ମାତ୍ର ଗଭୀର ଜଳରେ ପ୍ରସ୍ତର ତୁଲ୍ୟ ତୁମ୍ଭେ ସେମାନଙ୍କ ପଛେ ଗୋଡ଼ାଇବା ଲୋକମାନଙ୍କୁ ଅଗାଧ ସମୁଦ୍ରରେ ନିକ୍ଷେପ କଲ।
E fendesti il mare davanti a loro, talchè passarono per mezzo il mare per l'asciutto; e gittasti a fondo coloro che li perseguitavano, come una pietra in acque forti.
12 ଆହୁରି, ତୁମ୍ଭେ ଦିବସରେ ମେଘସ୍ତମ୍ଭ ଦ୍ୱାରା ଓ ରାତ୍ରିରେ ସେମାନଙ୍କ ଗନ୍ତବ୍ୟ ପଥରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭ ଦ୍ୱାରା ସେମାନଙ୍କୁ ଗମନ କରାଇଲ।
E li conducesti di giorno con una colonna di nuvola, e di notte con una colonna di fuoco, per illuminarli nella via per la quale aveano da camminare.
13 ମଧ୍ୟ ତୁମ୍ଭେ ସୀନୟ ପର୍ବତକୁ ଓହ୍ଲାଇ ଆସି ସ୍ୱର୍ଗରୁ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କଲ ଓ ସେମାନଙ୍କୁ ଯଥାର୍ଥ ଶାସନ ଓ ସତ୍ୟ ବ୍ୟବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ;
E scendesti in sul monte di Sinai, e parlasti con loro dal cielo, e desti loro ordinazioni diritte, e leggi veraci, statuti, e comandamenti buoni.
14 ଆଉ, ସେମାନଙ୍କୁ ଆପଣାର ପବିତ୍ର ବିଶ୍ରାମ ଦିନ ଜ୍ଞାତ କରାଇଲ ଓ ଆପଣା ଦାସ ମୋଶାଙ୍କ ହସ୍ତରେ ସେମାନଙ୍କୁ ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ଆଦେଶ କଲ;
Ed insegnasti loro il tuo santo sabato, e desti loro comandamenti, statuti, e leggi per Mosè, tuo servitore.
15 ପୁଣି, ସେମାନଙ୍କ କ୍ଷୁଧା ନିବାରଣାର୍ଥେ ସେମାନଙ୍କୁ ସ୍ୱର୍ଗରୁ ଭକ୍ଷ୍ୟ ଦେଲ ଓ ସେମାନଙ୍କ ତୃଷା ନିବାରଣାର୍ଥେ ଶୈଳରୁ ଜଳ ନିର୍ଗତ କଲେ, ଆଉ ତୁମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ହସ୍ତ ଉଠାଇ ଥିଲ, ସେହି ଦେଶ ଅଧିକାରାର୍ଥେ ତହିଁ ମଧ୍ୟରେ ପ୍ରବେଶ କରିବାକୁ ଆଜ୍ଞା କଲେ।
E desti loro dal cielo del pane per la fame loro, e facesti loro salire dell'acqua dalla rupe per la lor sete; e dicesti loro ch'entrassero per possedere il paese, del quale tu avevi alzata la mano che tu il daresti loro.
16 ମାତ୍ର ସେମାନେ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଗର୍ବାଚରଣ କଲେ ଓ ଆପଣା ଆପଣାକୁ କଠିନ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ,
Ma essi e i padri nostri procedettero superbamente, e indurarono il lor collo, e non ubbidirono a' tuoi comandamenti;
17 ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।
e ricusarono di ubbidire, e non si ricordarono delle tue maraviglie, che tu avevi operate inverso loro; e indurarono il lor collo; e nella lor ribellione si vollero costituire un capo per ritornare alla lor servitù. Ma tu [che sei] l'Iddio de' perdoni, pietoso, misericordioso, lento all'ira, e di gran benignità, non li abbandonasti.
18 ହଁ, ଏପରିକି ସେମାନେ ଛାଞ୍ଚରେ ଢଳା ଏକ ଗୋବତ୍ସ ନିର୍ମାଣ କରି କହିଲେ, ‘ଯେଉଁ ଦେବତା ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି,’ ଏହା କହି ପ୍ରଭୁଙ୍କୁ ମହା ଅପମାନ କଲେ;
Eziandio, quando essi si fecero un vitello di getto, e dissero: Questo [è] l'Iddio tuo che ti ha tratto fuor di Egitto; e [ti] fecero di gran dispetti,
19 ସେତେବେଳେ ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ପ୍ରାନ୍ତରରେ ପରିତ୍ୟାଗ କଲ ନାହିଁ; ପଥ କଢ଼ାଇବା ନିମନ୍ତେ ଦିବସରେ ମେଘସ୍ତମ୍ଭ, କିଅବା ସେମାନଙ୍କୁ ଆଲୁଅ ଓ ଗନ୍ତବ୍ୟ ପଥ ଦେଖାଇବା ନିମନ୍ତେ ରାତ୍ରିରେ ଅଗ୍ନିସ୍ତମ୍ଭ ସେମାନଙ୍କ ଆଗରୁ ପ୍ରସ୍ଥାନ କଲା ନାହିଁ।
tu pure, per le tue gran misericordie, non li abbandonasti nel deserto; la colonna della nuvola non si dipartì d'in su loro di giorno, per condurli per lo cammino; nè la colonna del fuoco di notte, per alluminarli nella via, per la quale aveano da camminare.
20 ଆହୁରି, ତୁମ୍ଭେ ସେମାନଙ୍କୁ ଶିକ୍ଷା ଦେବା ପାଇଁ ଆପଣାର ମଙ୍ଗଳମୟ ଆତ୍ମା ପ୍ରଦାନ କଲ ଓ ସେମାନଙ୍କ ମୁଖରୁ ଆପଣା ମାନ୍ନା ଅଟକାଇଲ ନାହିଁ ଓ ସେମାନଙ୍କ ତୃଷା ନିବାରଣାର୍ଥେ ସେମାନଙ୍କୁ ଜଳ ଦେଲ।
E desti loro il tuo buono Spirito, per dar loro intelletto; e non ritraesti la tua manna dalla lor bocca, e desti loro dell'acqua per la lor sete.
21 ତୁମ୍ଭେ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେମାନଙ୍କୁ ପ୍ରତିପାଳନ କଲ, ସେମାନଙ୍କର କିଛି ଅଭାବ ହେଲା ନାହିଁ; ସେମାନଙ୍କ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ସେମାନଙ୍କ ପାଦ ଫୁଲିଲା ନାହିଁ।
E li sostentasti quarant'anni nel deserto, e non mancò loro nulla; i lor vestimenti non si logorarono, e i lor piedi non si calterirono.
22 ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ ଦେଶ, ଅର୍ଥାତ୍, ହିଷ୍ବୋନ ରାଜାର ଦେଶ ଓ ବାଶନର ଓଗ୍ ରାଜାର ଦେଶ ଅଧିକାର କଲେ।
E desti loro regni e popoli; e li dividesti per contrade; ed essi possedettero il paese di Sihon, cioè, il paese del re di Hesbon, e il paese di Og, re di Basan.
23 ଆହୁରି, ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଆକାଶର ନକ୍ଷତ୍ରଗଣ ତୁଲ୍ୟ ବହୁସଂଖ୍ୟକ କଲ ଓ ଯେଉଁ ଦେଶ ସେମାନେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସେମାନଙ୍କ ପିତୃଗଣକୁ କହିଥିଲ, ସେହି ଦେଶକୁ ସେମାନଙ୍କୁ ଆଣିଲ।
E moltiplicasti i lor figliuoli, come le stelle del cielo, e li introducesti nel paese, del quale tu avevi detto a' lor padri, ch'essi [vi] entrerebbero, per posseder[lo].
24 ଏହିରୂପେ ସେହି ସନ୍ତାନଗଣ ଦେଶରେ ପ୍ରବେଶ କରି ଅଧିକାର କଲେ, ଆଉ ତୁମ୍ଭେ ସେମାନଙ୍କ ସମ୍ମୁଖରେ ସେହି ଦେଶବାସୀ କିଣାନୀୟମାନଙ୍କୁ ପରାସ୍ତ କଲ ଓ ସେମାନେ ଯେପରି ଆପଣା ଇଚ୍ଛାମତ ବ୍ୟବହାର କରିବେ, ଏଥିପାଇଁ ସେମାନଙ୍କୁ ଓ ସେମାନଙ୍କ ରାଜାଗଣକୁ ଓ ଦେଶସ୍ଥ ନାନା ଗୋଷ୍ଠୀକୁ ସେମାନଙ୍କ ହସ୍ତରେ ସମର୍ପଣ କଲ।
E così i [lor] figliuoli vi entrarono, e possedettero quel paese; e tu abbassasti davanti a loro i Cananei, abitanti del paese, e li desti nelle lor mani, insieme con i re loro, e co' popoli del paese, per far di loro a lor volontà.
25 ତହିଁରେ ସେମାନେ ପ୍ରାଚୀର-ବେଷ୍ଟିତ ନଗରସକଳ ଓ ଉର୍ବରା ଭୂମି ନେଲେ, ସର୍ବପ୍ରକାର ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ, ଖୋଦିତ କୂପ, ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ଓ ପ୍ରଚୁର ଫଳବୃକ୍ଷ ଅଧିକାର କଲେ; ତହୁଁ ସେମାନେ ଭୋଜନ କରି ତୃପ୍ତ ଓ ପୁଷ୍ଟ ହେଲେ ଓ ତୁମ୍ଭର ମହାମଙ୍ଗଳଦାନରେ ଆନନ୍ଦ କଲେ।
Talchè presero delle città forti, ed un paese grasso; e possedettero case piene d'ogni bene, pozzi cavati, vigne, uliveti, ed alberi fruttiferi, in abbondanza; e mangiarono, e si saziarono, e s'ingrassarono, e vissero in delizie per li tuoi gran beni.
26 ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।
Ma essi [ti] provocarono ad ira, e si ribellarono contro a te, e gittarono la tua Legge dietro alle spalle, e uccisero i tuoi profeti che protestavano loro, per convertirli a te; e ti fecero di gran dispetti.
27 ଏହେତୁ ତୁମ୍ଭେ ସେମାନଙ୍କୁ ବିପକ୍ଷଗଣ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ କ୍ଳେଶ ଦେଲେ; ମାତ୍ର କ୍ଳେଶ ସମୟରେ ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଆପଣାର ବହୁବିଧ ଦୟାନୁସାରେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।
Laonde tu li desti nelle mani de' lor nemici, i quali li afflissero; ma al tempo della loro afflizione, avendo essi gridato a te, tu [li] esaudisti dal cielo; e, secondo le tue gran misericordie, desti loro de' liberatori, i quali li liberarono di mano de' lor nemici.
28 ମାତ୍ର ସେମାନେ ବିଶ୍ରାମ ପାଇଲା ଉତ୍ତାରେ ପୁନର୍ବାର ତୁମ୍ଭ ଦୃଷ୍ଟିରେ କୁକର୍ମ କଲେ; ଏହେତୁ ତୁମ୍ଭେ ସେମାନଙ୍କୁ ଶତ୍ରୁଗଣ ହସ୍ତରେ ସମର୍ପଣ କଲ, ସେମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ, ତଥାପି ଯେତେବେଳେ ସେମାନେ ଫେରି ତୁମ୍ଭ ନିକଟରେ କ୍ରନ୍ଦନ କଲେ, ସେତେବେଳେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଅନେକ ଥର ତୁମ୍ଭେ ଆପଣା ଦୟାନୁସାରେ ସେମାନଙ୍କୁ ଉଦ୍ଧାର କଲ।
Ma quando aveano riposo, tornavano a far male nel tuo cospetto; laonde tu li abbandonavi nelle mani de' lor nemici, i quali si rendevano lor padroni; poi, quando tornavano a gridare a te, tu [li] esaudivi dal cielo; e così, secondo le tue misericordie, tu li hai più volte salvati.
29 ପୁଣି, ସେମାନଙ୍କୁ ପୁନର୍ବାର ଆପଣା ବ୍ୟବସ୍ଥାରୂପ ମାର୍ଗକୁ ଆଣିବା ନିମନ୍ତେ ସେମାନଙ୍କ ଚେତାବନୀ ଦେଲ; ତଥାପି ସେମାନେ ଗର୍ବାଚରଣ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଯାହା ପାଳନ କଲେ ମନୁଷ୍ୟ ବଞ୍ଚିବ, ତୁମ୍ଭର ସେହି ଶାସନ ବିରୁଦ୍ଧରେ ପାପ କଲେ, ପୁଣି ମନଯୋଗ କଲେ ନାହିଁ ଓ ଆପଣା ଆପଣା ମନ କଠିନ କଲେ ଓ ଶୁଣିବାକୁ ଅସମ୍ମତ ହେଲେ।
Ed hai loro protestato, per convertirli alla tua Legge; ma essi sono superbamente proceduti, e non hanno ubbidito a' tuoi comandamenti, ed hanno peccato contro alle tue leggi, per le quali, chi le metterà ad effetto viverà; e sono stati restii a porger la spalla, ed hanno indurato il lor collo, e non hanno ubbidito.
30 ତଥାପି ବହୁ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ ଓ ଆପଣା ଆତ୍ମା ଦ୍ୱାରା ଆପଣା ଭବିଷ୍ୟଦ୍ବକ୍ତାଗଣ ଦେଇ ସେମାନଙ୍କୁ ଚେତାବନୀ ଦେଲ; ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ସମ୍ମତ ହେଲେ ନାହିଁ; ଏହେତୁ ତୁମ୍ଭେ ସେମାନଙ୍କୁ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ହସ୍ତରେ ସମର୍ପଣ କଲ।
E benchè tu indugiassi inverso loro per molti anni, e protestassi loro per lo tuo Spirito, per lo ministerio de' tuoi profeti, non però porsero gli orecchi; laonde tu li desti nelle mani de' popoli de' paesi.
31 ତଥାପି ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ନିଃଶେଷ କଲ ନାହିଁ, ଅବା ସେମାନଙ୍କୁ ପରିତ୍ୟାଗ କଲ ନାହିଁ; କାରଣ ତୁମ୍ଭେ କୃପାମୟ ଓ ଦୟାଳୁ ପରମେଶ୍ୱର ଅଟ।
E pure, per le tue gran misericordie, tu non ne hai fatta una final distruzione, e non li hai abbandonati; perciocchè, tu [sei] un Dio pietoso e misericordioso.
32 ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।
Ora dunque, o Dio nostro, Dio grande, forte e tremendo, che osservi il patto e la benignità, non sia reputato piccolo appo te tutto il travaglio che è avvenuto a noi, a' nostri re, a' nostri principi, a' nostri sacerdoti, a' nostri profeti, a' nostri padri, e a tutto il tuo popolo, dal tempo dei re degli Assiri, fino ad oggi.
33 ତଥାପି ଆମ୍ଭମାନଙ୍କ ପ୍ରତି ଯାହା ଯାହା ଘଟିଅଛି, ସେସବୁରେ ତୁମ୍ଭେ ଧର୍ମମୟ ଅଟ; କାରଣ ତୁମ୍ଭେ ସତ୍ୟରେ ବ୍ୟବହାର କରିଅଛ, ମାତ୍ର ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।
Ora tu [sei] giusto in tutto quello che ci è avvenuto; perciocchè tu hai operato fedelmente; ma noi siamo proceduti empiamente.
34 ପୁଣି, ଆମ୍ଭମାନଙ୍କ ରାଜାଗଣ, ଆମ୍ଭମାନଙ୍କ ଅଧିପତିଗଣ, ଆମ୍ଭମାନଙ୍କ ଯାଜକଗଣ ଅବା ଆମ୍ଭମାନଙ୍କ ପିତୃଗଣ ତୁମ୍ଭ ବ୍ୟବସ୍ଥା ପାଳନ କରି ନାହାନ୍ତି, କିଅବା ତୁମ୍ଭେ ଆପଣାର ଯେଉଁ ଆଜ୍ଞା ଓ ସାକ୍ଷ୍ୟ ଦ୍ୱାରା ସେମାନଙ୍କୁ ଚେତାବନୀ ଦେଲ, ତହିଁରେ କର୍ଣ୍ଣପାତ କରି ନାହାନ୍ତି।
Nè i nostri re, nè i nostri principi, nè i nostri sacerdoti, nè i nostri padri, non hanno messa in opera la tua Legge, e non hanno atteso a' tuoi comandamenti, nè alle tue testimonianze, con le quali tu hai loro protestato.
35 ଯେଣୁ ସେମାନେ ଆପଣାମାନଙ୍କ ରାଜ୍ୟରେ, ସେମାନଙ୍କୁ ତୁମ୍ଭର ପ୍ରଦତ୍ତ ମହାମଙ୍ଗଳରେ ଓ ସେମାନଙ୍କ ସମ୍ମୁଖରେ ତୁମ୍ଭର ସମର୍ପିତ ପ୍ରଶସ୍ତ ଓ ଉର୍ବର ଦେଶରେ ତୁମ୍ଭର ସେବା କରି ନାହାନ୍ତି, କିଅବା ଆପଣା ଆପଣା ଦୁଷ୍କର୍ମରୁ ଫେରି ନାହାନ୍ତି।
E non ti hanno servito nel lor regno, e ne' gran beni, che tu avevi loro dati, nè in quell'ampio e grasso paese, che tu avevi messo in lor potere; e non si son convertiti dalle loro opere malvage.
36 ଦେଖ, ଆଜି ଆମ୍ଭେମାନେ ଦାସ ହୋଇଅଛୁ! ପୁଣି ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶର ଫଳ ଓ ଉତ୍ତମ ଦ୍ରବ୍ୟ ଭୋଗ କରିବାକୁ ଦେଇଥିଲ, ଦେଖ, ସେହି ଦେଶରେ ଆମ୍ଭେମାନେ ଦାସ ହୋଇଅଛୁ।
Ecco, oggi noi [siamo] servi; ecco, siamo servi nel paese che tu desti a' nostri padri, per mangiarne i frutti ed i beni.
37 ଆଉ, ଆମ୍ଭମାନଙ୍କ ପାପ ହେତୁରୁ ତୁମ୍ଭେ ଯେଉଁ ରାଜାଗଣକୁ ଆମ୍ଭମାନଙ୍କ ଉପରେ ସ୍ଥାପନ କରିଅଛ, ସେମାନେ ସେହି ଦେଶର ପ୍ରଚୁର ଫଳ ଉତ୍ପନ୍ନ କରି ଭୋଗ କରୁଅଛନ୍ତି; ମଧ୍ୟ ଆମ୍ଭମାନଙ୍କ ଶରୀର ଉପରେ ଓ ଆମ୍ଭମାନଙ୍କ ପଶୁଗଣ ଉପରେ ସେମାନଙ୍କର ସ୍ୱେଚ୍ଛାମତ କ୍ଷମତା ଅଛି, ଆଉ ଆମ୍ଭେମାନେ ମହାକ୍ଳେଶରେ ଅଛୁ।”
Ed esso produce in abbondanza per li re che tu hai costituiti sopra noi, per li nostri peccati, e i quali signoreggiano sopra i nostri corpi, e sopra le nostre bestie, a lor volontà; onde noi [siamo] in gran distretta.
38 ଏସବୁ ଘଟିଲେ ହେଁ ଆମ୍ଭେମାନେ ଏକ ନିଶ୍ଚିତ ନିୟମ କରି ତାହା ଲେଖୁଅଛୁ; ଆଉ, ଆମ୍ଭମାନଙ୍କ ଅଧିପତିମାନେ, ଆମ୍ଭମାନଙ୍କ ଲେବୀୟମାନେ ଓ ଆମ୍ଭମାନଙ୍କ ଯାଜକମାନେ ତାହା ମୋହରାଙ୍କିତ କରୁଅଛନ୍ତି।
PER tutto ciò adunque noi facciamo un patto stabile, e [lo] scriviamo; e i nostri capi, e i nostri Leviti, e i nostri sacerdoti hanno cura di suggellarlo.