< ନିହିମୀୟା 1 >

1 ହଖଲୀୟର ପୁତ୍ର ନିହିମୀୟାଙ୍କର ବାକ୍ୟ। କୋଡ଼ିଏତମ ବର୍ଷର କିଶ୍ଲେବ୍‍ ମାସରେ ମୁଁ ଶୂଶନ୍‍ ରାଜଧାନୀରେ ଥିଲି।
As palavras de Nehemias, filho de Hacalias. E sucedeu no mês de chisleu, no ano vigésimo, estando eu em Susan, a fortaleza,
2 ତହିଁରେ ହନାନି ନାମରେ ମୋହର ଭ୍ରାତୃଗଣ ମଧ୍ୟରୁ ଏକ ଜଣ ଓ ଯିହୁଦାରୁ କେତେକ ଲୋକ ଆସିଲେ; ତହୁଁ ମୁଁ ସେମାନଙ୍କୁ ବନ୍ଦୀତ୍ୱରୁ ରକ୍ଷାପ୍ରାପ୍ତ ଅବଶିଷ୍ଟ ଯିହୁଦୀୟମାନଙ୍କ ବିଷୟରେ ଓ ଯିରୂଶାଲମ ବିଷୟରେ ପଚାରିଲି।
Que veio Hanani, um de meus irmãos, ele e alguns de Judá; e perguntei-lhes pelos judeus que escaparam, e que restaram do cativeiro, e acerca de Jerusalém.
3 ସେତେବେଳେ ସେମାନେ ମୋତେ କହିଲେ, “ବନ୍ଦୀତ୍ୱରୁ ରକ୍ଷାପ୍ରାପ୍ତ ସେହି ପ୍ରଦେଶର ଅବଶିଷ୍ଟ ଲୋକେ ମହାଦୁଃଖ ଓ ଅପମାନରେ ଅଛନ୍ତି; କାରଣ ଯିରୂଶାଲମର ପ୍ରାଚୀର ଭଗ୍ନ ହୋଇ ରହିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି।”
E disseram-me: Os restantes, que restaram do cativeiro, lá na província estão em grande miséria e desprezo: e o muro de Jerusalém fendido, e as suas portas queimadas a fogo.
4 ତହୁଁ ମୁଁ ଏହି କଥା ଶୁଣିବାମାତ୍ରେ, ବସି ରୋଦନ କଲି ଓ କେତେକ ଦିନ ପର୍ଯ୍ୟନ୍ତ ବିଳାପ କଲି; ପୁଣି, ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଛାମୁରେ ଉପବାସ ଓ ପ୍ରାର୍ଥନା କରି କହିଲି,
E sucedeu que, ouvindo eu estas palavras, assentei-me e chorei, e lamentei por alguns dias: e estive jejuando e orando perante o Deus dos céus.
5 “ହେ ସଦାପ୍ରଭୋ, ସ୍ୱର୍ଗସ୍ଥ ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭେ ମହାନ ଓ ଭୟଙ୍କର ପରମେଶ୍ୱର ଅଟ, ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ସବୁ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ;
E disse: Ah Senhor, Deus dos céus, Deus grande e terrível! que guarda o concerto e a benignidade para com aqueles que o amam e guardam os seus mandamentos;
6 ମୁଁ ତୁମ୍ଭ ବିରୁଦ୍ଧରେ ଆମ୍ଭମାନଙ୍କ କୃତ ଇସ୍ରାଏଲ-ସନ୍ତାନଗଣର ପାପ ସ୍ୱୀକାର କରି ତୁମ୍ଭ ଦାସ ଇସ୍ରାଏଲର ସନ୍ତାନଗଣ ପକ୍ଷରେ ଦିବାରାତ୍ର ଏହି ସମୟରେ ତୁମ୍ଭ ଛାମୁରେ ଯେଉଁ ପ୍ରାର୍ଥନା କରୁଅଛି, ଆପଣା ଦାସର ସେହି ପ୍ରାର୍ଥନା ଶୁଣିବା ପାଇଁ ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ଓ ତୁମ୍ଭର ଚକ୍ଷୁ ମୁକ୍ତ ହେଉ; ମୁଁ ଓ ମୋହର ପିତୃବଂଶ ହିଁ ପାପ କରିଅଛୁ।
Estejam pois atentos os teus ouvidos, e os teus olhos abertos, para ouvires a oração do teu servo, que eu hoje oro perante ti, de dia e de noite, pelos filhos de Israel, teus servos: e faço confissão pelos pecados dos filhos de Israel, que pecamos contra ti; também eu e a casa de meu pai pecamos.
7 ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ଅତିଶୟ ଦୁଷ୍କର୍ମ କରିଅଛୁ ଓ ତୁମ୍ଭେ ଆପଣା ଦାସ ମୋଶାଙ୍କୁ ଯେଉଁ ଆଜ୍ଞା ଓ ବିଧି ଓ ଶାସନ ଆଦେଶ କରିଥିଲ, ତାହାସବୁ ଆମ୍ଭେମାନେ ପାଳନ କରି ନାହୁଁ।
De todo nos corrompemos contra ti, e não guardamos os mandamentos, nem os estatutos, nem os juízos, que ordenaste a Moisés teu servo.
8 ତୁମ୍ଭେ ଆପଣା ଦାସ ମୋଶାଙ୍କୁ ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ସତ୍ୟ-ଲଙ୍ଘନ କଲେ, ଆମ୍ଭେ ତୁମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା;
Lembra-te pois da palavra que ordenaste a Moisés, teu servo, dizendo: Vós transgredireis, e eu vos espalharei entre os povos.
9 ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।’
E vós vos convertereis a mim, e guardareis os meus mandamentos, e os fareis: então, ainda que os vossos rejeitados estiverem no cabo do céu, de lá os ajuntarei e os trarei ao lugar que tenho escolhido para ali fazer habitar o meu nome.
10 ଏମାନେ ତୁମ୍ଭର ଦାସ ଓ ତୁମ୍ଭର ଲୋକ, ତୁମ୍ଭେ ଏମାନଙ୍କୁ ଆପଣାର ମହାପରାକ୍ରମ ଓ ଆପଣାର ବଳବାନ ହସ୍ତ ଦ୍ୱାରା ମୁକ୍ତ କରିଅଛ।
Ainda são teus servos e o teu povo que resgataste com a tua grande força e com a tua forte mão.
11 ହେ ପ୍ରଭୋ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।
Ah, Senhor, estejam pois atentos os teus ouvidos à oração do teu servo, e à oração dos teus servos que desejam temer o teu nome; e faze prosperar hoje o teu servo, e dá-lhe graça perante este homem. Então era eu copeiro do rei.

< ନିହିମୀୟା 1 >