< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Rəbb Musaya belə dedi:
2 “ତୁମ୍ଭେ ରୂପାର ଦୁଇ ତୂରୀ ନିର୍ମାଣ କର; ତୁମ୍ଭେ ପିଟାକର୍ମରେ ତାହା ନିର୍ମାଣ କରିବ; ଆଉ ତୁମ୍ଭେ ମଣ୍ଡଳୀକୁ ଆହ୍ୱାନ କରିବା ସମୟରେ ଓ ଛାଉଣିସମୂହ ପ୍ରସ୍ଥାନ କରିବା ସମୟରେ ତାହା ବ୍ୟବହାର କରିବ।
«Özünə yastılanmış gümüşdən iki kərənay düzəlt. Bunları icmanı çağırmaq və düşərgədəkilərin köçməsi üçün işlət.
3 ପୁଣି, ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ଡଳୀ ସମାଗମ-ତମ୍ବୁ ଦ୍ୱାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ।
İki kərənay birdən çalınarsa, bütün icma sənin yanına, Hüzur çadırının girişinə toplansın.
4 ଆଉ ଯଦି ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍‍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ।
Əgər tək biri çalınarsa, rəhbərlər, İsrailin tayfa başçıları sənin yanına toplansınlar.
5 ପୁଣି, ତୁମ୍ଭେମାନେ ରଣତୂରୀ ବଜାନ୍ତେ, ପୂର୍ବଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ।
Yüksək səslə çalınanda şərqi düşərgədəkilər yola düşsünlər.
6 ପୁଣି, ତୁମ୍ଭେମାନେ ଦ୍ୱିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ।
Yenə də yüksək səslə çalınanda cənubi düşərgədəkilər yola düşsünlər. Onları yola salmaq üçün yüksək səslə çalınsın.
7 ସମାଜକୁ ଏକତ୍ର କରିବା ସମୟରେ ତୁମ୍ଭେମାନେ ତୂରୀ ବଜାଇବ, ମାତ୍ର ରଣତୂରୀ ବଜାଇବ ନାହିଁ।
Camaatı toplamaq lazım olanda çalın, amma yüksək səslə çalmayın.
8 ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି, ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।
Kərənayları Harun oğulları olan kahinlər çalsınlar. Bu, nəsildən-nəslə sizin üçün əbədi qayda olsun.
9 ଆଉ ଯେଉଁ ସମୟରେ ତୁମ୍ଭେମାନେ ଆପଣା ଦେଶରେ କ୍ଳେଶଦାୟୀ ବିପକ୍ଷଗଣର ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବ, ସେହି ସମୟରେ ତୁମ୍ଭେମାନେ ଏହି ତୂରୀରେ ରଣବାଦ୍ୟ ବଜାଇବ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭେମାନେ ସ୍ମରଣ କରାଯିବ ଓ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ରକ୍ଷା ପାଇବ।
Sizi torpağınızda sıxışdıran düşmənə qarşı döyüşə çıxanda kərənayları yüksək səslə çalın ki, Allahınız Rəbbin yadına düşüb düşmənlərinizdən xilas olasınız.
10 ଆହୁରି ତୁମ୍ଭମାନଙ୍କ ଆନନ୍ଦ ଦିନରେ, ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
Şad gününüzdə, bayramlarınızda və Təzə Ay mərasimində yandırma qurbanlarınızı və ünsiyyət qurbanınızı verərkən kərənay çalın; Allahınızın qarşısında bu sizin üçün bir xatirə olsun. Allahınız Rəbb Mənəm».
11 ଆଉ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର କୋଡ଼ିଏ ଦିନରେ ସେହି ମେଘ ସାକ୍ଷ୍ୟରୂପ ଆବାସ ଉପରୁ ନିଆଗଲା।
İkinci ilin ikinci ayında, ayın iyirminci günündə Şəhadət məskəninin üzərindən bulud çəkildi.
12 ତହିଁରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି, ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା।
İsrail övladları köçlərinə görə Sina səhrasından yola düşdülər. Bulud Paran səhrasında dayandı.
13 ଆଉ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରଥମ ଥର ଯାତ୍ରା କଲେ।
İlk dəfə olaraq Musa vasitəsilə Rəbbin əmrinə görə yola düşdülər.
14 ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା।
Öncə Yəhuda ordu dəstələri öz bayraqları altında yola düşdülər. Bu orduya Amminadav oğlu Naxşon rəhbərlik edirdi.
15 ଆଉ ସୂୟାରର ପୁତ୍ର ନଥନେଲ, ଇଷାଖର-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
İssakar qəbiləsinin ordusuna Suar oğlu Netanel rəhbərlik edirdi.
16 ଆଉ ହେଲୋନର ପୁତ୍ର ଇଲୀୟାବ୍‍, ସବୂଲୂନ-ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
Zevulun qəbiləsinin ordusuna isə Xelon oğlu Eliav rəhbərlik edirdi.
17 ଏଉତ୍ତାରେ ଆବାସ ଭଙ୍ଗାଯାʼନ୍ତେ, ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ସେହି ଆବାସ ବୋହି ଅଗ୍ରସର ହେଲେ।
Məskən söküləndə məskəni daşıyan Gerşon övladları və Merari övladları yola düşdülər.
18 ତହୁଁ ରୁବେନ୍‍-ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା।
Ruven ordu dəstələri öz bayraqları altında yola düşdülər. Onlara Şedeur oğlu Elisur rəhbərlik edirdi.
19 ଆଉ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
Şimeon qəbiləsinin ordusuna Surişadday oğlu Şelumiel rəhbərlik edirdi.
20 ଆଉ ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍ ଗାଦ୍‍-ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
Qad qəbiləsinin ordusuna Deuel oğlu Elyasaf rəhbərlik edirdi.
21 ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବୋହି ଅଗ୍ରସର ହେଲେ; ପୁଣି, ସେମାନେ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ।
Müqəddəs əşyaları daşıyan Qohatlılar yola düşdülər; onlar gələnədək o birilər məskəni qurardılar.
22 ଆଉ ଇଫ୍ରୟିମ-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟ ଉପରେ ଥିଲା।
Efrayim ordu dəstələri öz bayraqları altında yola düşdülər. Onlara Ammihud oğlu Elişama rəhbərlik edirdi.
23 ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
Menaşşe qəbiləsinin ordusuna Pedahsur oğlu Qamliel rəhbərlik edirdi.
24 ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍‍ ବିନ୍ୟାମୀନ୍-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
Binyamin qəbiləsinin ordusuna isə Gidoni oğlu Avidan rəhbərlik edirdi.
25 ତହୁଁ ସମସ୍ତ ଛାଉଣିର ପଶ୍ଚାତ୍‍ ଦାନ୍-ସନ୍ତାନଗଣଙ୍କର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା।
Ən axırda isə Dan ordu dəstələri öz bayraqları altında yola düşdülər. Bu orduya Ammişadday oğlu Axiezer rəhbərlik edirdi.
26 ଆଉ ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
Aşer qəbiləsinin ordusuna Okran oğlu Pagiel,
27 ପୁଣି, ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
Naftali qəbiləsinin ordusuna Enan oğlu Axira rəhbərlik edirdi.
28 ଏହିରୂପେ ଇସ୍ରାଏଲ-ସନ୍ତାନଗଣଙ୍କର ଯାତ୍ରା ସେମାନଙ୍କ ସୈନ୍ୟାନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ।
İsrail ordu dəstələri bu nizamla yola düşərdilər.
29 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ମିଦୀୟନୀୟ ରୁୟେଲର ପୁତ୍ର ହୋବବ୍‍କୁ କହିଲେ, “ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ କହିଅଛନ୍ତି, ‘ଆମ୍ଭେ ତାହା ତୁମ୍ଭମାନଙ୍କୁ ଦେବା,’ ସେହି ସ୍ଥାନକୁ ଆମ୍ଭେମାନେ ଯାତ୍ରା କରୁଅଛୁ; ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆସ, ତହିଁରେ ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା; କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ କଥା କହିଅଛନ୍ତି।”
Musa qayınatası Midyanlı Reuel oğlu Xovava dedi: «Rəbbin “sizə verəcəyəm” dediyi yerə yola düşürük, bizimlə gəl, biz sənə yaxşılıq edərik. Çünki Rəbb İsrailə yaxşılıq edəcəyinə söz verib».
30 ତହୁଁ ସେ କହିଲା, “ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି।”
Xovav ona dedi: «Gedə bilmərəm. Mən öz torpağıma və qohum-əqrəbamın yanına gedəcəyəm».
31 ତେବେ ମୋଶା କହିଲେ, “ବିନୟ କରୁଅଛି, ତୁମ୍ଭେ, ଆମ୍ଭମାନଙ୍କୁ ଛାଡ଼ି ଯାଅ ନାହିଁ; କାରଣ ପ୍ରାନ୍ତର ମଧ୍ୟରେ କିପ୍ରକାରେ ଆମ୍ଭମାନଙ୍କର ଛାଉଣି ସ୍ଥାପନ କରିବାକୁ ହେବ, ତାହା ତୁମ୍ଭେ ଜାଣ, ଏହେତୁ ତୁମ୍ଭେ ଆମ୍ଭମାନଙ୍କ ଚକ୍ଷୁର ବଦଳେ ହେବ।
Musa dedi: «Xahiş edirəm, bizi tərk etmə, çünki səhrada düşərgə salacağımız yerləri sən bilirsən. Bizə bələdçilik et.
32 ଆଉ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ ଗଲେ ଏହା ହେବ, ନିଶ୍ଚୟ ଏହା ହେବ ଯେ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ମଙ୍ଗଳ କରିବେ, ତାହା ଆମ୍ଭେମାନେ ତୁମ୍ଭ ପ୍ରତି କରିବୁ।”
Bizimlə getsən, Rəbbin bizə edəcəyi yaxşılığı biz də sənə edərik».
33 ଏଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ-ସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।
İsrail övladları Rəbbin dağından ayrılıb üç gün yol getdilər. Rəbbin Əhd sandığı da üç gün onların önündə getdi ki, dincələcəkləri yeri onlara göstərsin.
34 ପୁଣି, ସେମାନେ ଛାଉଣିରୁ ଯାତ୍ରା କରିବା ସମୟରେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା।
Düşərgə saldıqları yerdən yola düşdükləri vaxt Rəbbin buludu gündüz onların üzərində idi.
35 ପୁଣି, ସିନ୍ଦୁକ ଅଗ୍ରସର ହେବା ସମୟରେ ମୋଶା କହନ୍ତି, “ସଦାପ୍ରଭୋ, ଉଠ, ପୁଣି, ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।”
Sandıq yola düşəndə Musa deyirdi: «Ya Rəbb qalx! Qoy düşmənlərin dağılsın, Sənə nifrət edənlər Sənin hüzurundan qaçsın».
36 ଆଉ ତାହା ବିଶ୍ରାମ କରିବା ସମୟରେ ସେ କହନ୍ତି, “ସଦାପ୍ରଭୋ, ତୁମ୍ଭେ ଇସ୍ରାଏଲର ଅୟୁତ ଅୟୁତ ସହସ୍ର ପ୍ରତି ଫେର।”
Sandıq dayananda belə deyirdi: «Ya Rəbb, İsrail tayfalarının on minlərinin yanına qayıt».

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10 >