< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10 >
1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Još reèe Gospod Mojsiju govoreæi:
2 “ତୁମ୍ଭେ ରୂପାର ଦୁଇ ତୂରୀ ନିର୍ମାଣ କର; ତୁମ୍ଭେ ପିଟାକର୍ମରେ ତାହା ନିର୍ମାଣ କରିବ; ଆଉ ତୁମ୍ଭେ ମଣ୍ଡଳୀକୁ ଆହ୍ୱାନ କରିବା ସମୟରେ ଓ ଛାଉଣିସମୂହ ପ୍ରସ୍ଥାନ କରିବା ସମୟରେ ତାହା ବ୍ୟବହାର କରିବ।
Naèini sebi dvije trube od srebra, kovane da budu; njima æeš sazivati zbor i zapovijedati da polazi vojska.
3 ପୁଣି, ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ଡଳୀ ସମାଗମ-ତମ୍ବୁ ଦ୍ୱାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ।
Kad obje zatrube, tada neka se skuplja k tebi sav zbor na vrata šatora od sastanka.
4 ଆଉ ଯଦି ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ।
A kad jedna zatrubi, tada neka se skupljaju k tebi knezovi, glavari od tisuæa Izrailjevijeh.
5 ପୁଣି, ତୁମ୍ଭେମାନେ ରଣତୂରୀ ବଜାନ୍ତେ, ପୂର୍ବଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ।
A kad zatrubite potresajuæi, tada neka se kreæe oko koji leži prema istoku.
6 ପୁଣି, ତୁମ୍ଭେମାନେ ଦ୍ୱିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ।
A kad zatrubite drugi put potresajuæi, onda neka se kreæe oko koji je prema jugu; potresajuæi neka se trubi kad treba da poðu.
7 ସମାଜକୁ ଏକତ୍ର କରିବା ସମୟରେ ତୁମ୍ଭେମାନେ ତୂରୀ ବଜାଇବ, ମାତ୍ର ରଣତୂରୀ ବଜାଇବ ନାହିଁ।
A kad sazivate zbor, trubite, ali ne potresajuæi.
8 ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି, ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।
A neka trube u trube sinovi Aronovi sveštenici; to da vam je uredba vjeèna od koljena do koljena.
9 ଆଉ ଯେଉଁ ସମୟରେ ତୁମ୍ଭେମାନେ ଆପଣା ଦେଶରେ କ୍ଳେଶଦାୟୀ ବିପକ୍ଷଗଣର ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବ, ସେହି ସମୟରେ ତୁମ୍ଭେମାନେ ଏହି ତୂରୀରେ ରଣବାଦ୍ୟ ବଜାଇବ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭେମାନେ ସ୍ମରଣ କରାଯିବ ଓ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ରକ୍ଷା ପାଇବ।
I kad poðete na vojsku u zemlji svojoj na neprijatelja koji udari na vas, trubite u trube potresajuæi; i Gospod Bog vaš opomenuæe vas se, i saèuvaæete se od neprijatelja svojih.
10 ଆହୁରି ତୁମ୍ଭମାନଙ୍କ ଆନନ୍ଦ ଦିନରେ, ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
Tako i u dan veselja svojega i na praznike svoje i poèetke mjeseca svojih trubite u trube prinoseæi žrtve svoje paljenice i žrtve svoje zahvalne, i biæe vam spomen pred Bogom vašim. Ja sam Gospod Bog vaš.
11 ଆଉ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର କୋଡ଼ିଏ ଦିନରେ ସେହି ମେଘ ସାକ୍ଷ୍ୟରୂପ ଆବାସ ଉପରୁ ନିଆଗଲା।
I u dvadeseti dan drugoga mjeseca druge godine podiže se oblak iznad šatora od svjedoèanstva.
12 ତହିଁରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି, ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା।
I poðoše sinovi Izrailjevi svojim redom iz pustinje Sinajske, i ustavi se oblak u pustinji Faranskoj.
13 ଆଉ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରଥମ ଥର ଯାତ୍ରା କଲେ।
Tako poðoše prvi put, kao što Gospod zapovjedi preko Mojsija.
14 ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା।
I poðe naprijed zastava vojske sinova Judinijeh u èetama svojim; i nad vojskom njihovom bješe Nason sin Aminadavov;
15 ଆଉ ସୂୟାରର ପୁତ୍ର ନଥନେଲ, ଇଷାଖର-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
A nad vojskom plemena sinova Isaharovijeh Natanailo sin Sogarov;
16 ଆଉ ହେଲୋନର ପୁତ୍ର ଇଲୀୟାବ୍, ସବୂଲୂନ-ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
A nad vojskom plemena sinova Zavulonovijeh Elijav sin Helonov.
17 ଏଉତ୍ତାରେ ଆବାସ ଭଙ୍ଗାଯାʼନ୍ତେ, ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ସେହି ଆବାସ ବୋହି ଅଗ୍ରସର ହେଲେ।
I složiše šator, pa poðoše sinovi Girsonovi i sinovi Merarijevi noseæi šator.
18 ତହୁଁ ରୁବେନ୍-ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା।
Potom poðe zastava vojske sinova Ruvimovijeh u èetama svojim, a nad njihovom vojskom bješe Elisur sin Sedijurov,
19 ଆଉ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
A nad vojskom plemena sinova Simeunovijeh Salamilo sin Surisadajev,
20 ଆଉ ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ ଗାଦ୍-ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
A nad vojskom plemena sinova Gadovijeh Elisaf sin Raguilov.
21 ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବୋହି ଅଗ୍ରସର ହେଲେ; ପୁଣି, ସେମାନେ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ।
I poðoše sinovi Katovi noseæi svetinju, da bi oni podigli šator dokle ovi doðu.
22 ଆଉ ଇଫ୍ରୟିମ-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟ ଉପରେ ଥିଲା।
Potom poðe zastava vojske sinova Jefremovijeh u èetama svojim, a nad vojskom njihovom bješe Elisama sin Emijudov,
23 ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
A nad vojskom plemena sinova Manasijinih Gamalilo sin Fadasurov,
24 ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ୍-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
A nad vojskom plemena sinova Venijaminovih Avidan sin Gadeonijev.
25 ତହୁଁ ସମସ୍ତ ଛାଉଣିର ପଶ୍ଚାତ୍ ଦାନ୍-ସନ୍ତାନଗଣଙ୍କର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା।
Najposlije poðe zastava vojske sinova Danovijeh u èetama svojim, zadnja vojska, i nad vojskom njihovom bješe Ahijezer sin Amisadajev,
26 ଆଉ ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
A nad vojskom plemena sinova Asirovijeh Fagailo sin Ehranov,
27 ପୁଣି, ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
A nad vojskom plemena sinova Neftalimovijeh Ahirej sin Enanov.
28 ଏହିରୂପେ ଇସ୍ରାଏଲ-ସନ୍ତାନଗଣଙ୍କର ଯାତ୍ରା ସେମାନଙ୍କ ସୈନ୍ୟାନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ।
Tijem redom poðoše sinovi Izrailjevi u èetama svojim, i tako iðahu.
29 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ମିଦୀୟନୀୟ ରୁୟେଲର ପୁତ୍ର ହୋବବ୍କୁ କହିଲେ, “ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ କହିଅଛନ୍ତି, ‘ଆମ୍ଭେ ତାହା ତୁମ୍ଭମାନଙ୍କୁ ଦେବା,’ ସେହି ସ୍ଥାନକୁ ଆମ୍ଭେମାନେ ଯାତ୍ରା କରୁଅଛୁ; ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆସ, ତହିଁରେ ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା; କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ କଥା କହିଅଛନ୍ତି।”
A Mojsije reèe Jovavu sinu Raguilovu Madijaninu, tastu svojemu: idemo na mjesto za koje reèe Gospod: vama æu ga dati. Hajde s nama, i dobro æemo ti uèiniti, jer je Gospod obeæao Izrailju mnogo dobra.
30 ତହୁଁ ସେ କହିଲା, “ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି।”
A on mu reèe: neæu iæi, nego idem u svoju zemlju i u rod svoj.
31 ତେବେ ମୋଶା କହିଲେ, “ବିନୟ କରୁଅଛି, ତୁମ୍ଭେ, ଆମ୍ଭମାନଙ୍କୁ ଛାଡ଼ି ଯାଅ ନାହିଁ; କାରଣ ପ୍ରାନ୍ତର ମଧ୍ୟରେ କିପ୍ରକାରେ ଆମ୍ଭମାନଙ୍କର ଛାଉଣି ସ୍ଥାପନ କରିବାକୁ ହେବ, ତାହା ତୁମ୍ଭେ ଜାଣ, ଏହେତୁ ତୁମ୍ଭେ ଆମ୍ଭମାନଙ୍କ ଚକ୍ଷୁର ବଦଳେ ହେବ।
A Mojsije reèe: nemoj nas ostaviti, jer znaš mjesta u pustinji gdje bismo mogli stajati, pa nam budi voð.
32 ଆଉ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ ଗଲେ ଏହା ହେବ, ନିଶ୍ଚୟ ଏହା ହେବ ଯେ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ମଙ୍ଗଳ କରିବେ, ତାହା ଆମ୍ଭେମାନେ ତୁମ୍ଭ ପ୍ରତି କରିବୁ।”
I ako poðeš s nama, kad doðe dobro koje æe nam uèiniti Gospod, uèiniæemo ti dobro.
33 ଏଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ-ସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।
I tako poðoše od gore Gospodnje, i iðahu tri dana, i kovèeg zavjeta Gospodnjega iðaše pred njima tri dana tražeæi mjesto gdje bi poèinuli.
34 ପୁଣି, ସେମାନେ ଛାଉଣିରୁ ଯାତ୍ରା କରିବା ସମୟରେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା।
I oblak Gospodnji bješe nad njima svaki dan kad polažahu s mjesta, gdje bijahu u okolu.
35 ପୁଣି, ସିନ୍ଦୁକ ଅଗ୍ରସର ହେବା ସମୟରେ ମୋଶା କହନ୍ତି, “ସଦାପ୍ରଭୋ, ଉଠ, ପୁଣି, ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।”
I kad polažaše kovèeg, govoraše Mojsije: ustani Gospode, i neka se razaspu neprijatelji tvoji, i neka bježe ispred tebe koji mrze na te.
36 ଆଉ ତାହା ବିଶ୍ରାମ କରିବା ସମୟରେ ସେ କହନ୍ତି, “ସଦାପ୍ରଭୋ, ତୁମ୍ଭେ ଇସ୍ରାଏଲର ଅୟୁତ ଅୟୁତ ସହସ୍ର ପ୍ରତି ଫେର।”
A kad se ustavljaše, govoraše: uvrati se, Gospode, k mnoštvu tisuæa Izrailjevijeh.