< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11 >

1 ଏଥିଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି, ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତଭାଗ ଗ୍ରାସ କଲା।
Anthu atadandaula kwa Yehova chifukwa cha mavuto awo, Yehovayo anamva ndipo anakwiya kwambiri. Kenaka moto wa Yehova unayaka pakati pawo ndi kutentha zigawo zina za kunja kwa msasa.
2 ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟରେ କ୍ରନ୍ଦନ କଲେ; ତହୁଁ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେହି ଅଗ୍ନି ଲିଭିଗଲା।
Anthuwo analira kwa Mose ndipo Moseyo atapemphera kwa Yehova, motowo unazima.
3 ତେଣୁ ସେହି ସ୍ଥାନର ନାମ ତବୀୟେରା ହେଲା, କାରଣ ସଦାପ୍ରଭୁଙ୍କ ଅଗ୍ନି ସେମାନଙ୍କ ମଧ୍ୟରେ ଦହନ କଲା।
Motero malowo anawatcha Tabera, chifukwa moto wa Yehova unayaka pakati pawo.
4 ଏଥିଉତ୍ତାରେ ସେମାନଙ୍କ ମଧ୍ୟବର୍ତ୍ତୀ ମିଶ୍ରିତ ଲୋକମାନଙ୍କର ଜନତା ଲୋଭାକ୍ରାନ୍ତ ହେବାକୁ ଲାଗିଲେ; ପୁଣି, ଇସ୍ରାଏଲ-ସନ୍ତାନଗଣ ମଧ୍ୟ ପୁନର୍ବାର ରୋଦନ କରି କହିଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ?
Anthu ena osokoneza amene anali pakati pa Aisraeli anayamba kukhumba chakudya cha ku Igupto ndipo Aisraeli nawonso anayamba kufuwula kwambiri nʼkumati, “Tikanangopeza nyama yoti nʼkudya!
5 ଆମ୍ଭେମାନେ ମିସର ଦେଶରେ ବିନାମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନରେ ପଡ଼େ; ସେ କାକୁଡ଼ି, ସେ ଖରଭୁଜ, ସେ ପରୁ, ସେ ପିଆଜ ଓ ରସୁଣ (ମନରେ ପଡ଼େ);
Tikukumbukira nsomba zaulere zimene tinkadya ku Igupto komanso nkhaka, mavwende, anyezi wamitundumitundu ndi adyo.
6 ମାତ୍ର ଏବେ ଆମ୍ଭମାନଙ୍କର ପ୍ରାଣ ଶୁଷ୍କ ହେଉଅଛି; ଏଠି କିଛି ନାହିଁ; ଏହି ମାନ୍ନା ବ୍ୟତୀତ ଆଉ ଦେଖିବାକୁ କିଛି ନାହିଁ।”
Koma tsopano chilakolako chathu chatha. Sitikuona kanthu kena kakudya koma mana basi!”
7 ଆଉ ସେହି ମାନ୍ନା ଧନିଆ ପରି ଓ ତହିଁର ଦୃଶ୍ୟ ମୁକ୍ତା ସଦୃଶ।
Mana ankafanana ndi mbewu zamapira ndipo maonekedwe ake anali ngati ulimbo wowuma.
8 ଲୋକମାନେ ଏଣେତେଣେ ଭ୍ରମଣ କରି ତାହା ସାଉଣ୍ଟିଲେ ଓ ଚକିରେ ତାହା ପେଷିଲେ, ଅବା କୁଟଣୀରେ ତାହା ଚୂର୍ଣ୍ଣ କରି କହ୍ରାଇରେ ସିଝେଇ କରି ପିଠା ପ୍ରସ୍ତୁତ କଲେ; ଆଉ ତୈଳପକ୍ୱ ପିଠା ପରି ତହିଁର ସ୍ୱାଦ ଥିଲା।
Anthu ankapita kukatola manawo, nʼkumasinja mu mtondo kapena kupera. Ankawaphika mu mʼphika kapena kupanga makeke. Ndipo ankakoma ngati makeke ophikira mafuta a olivi.
9 ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲା ସମୟରେ ସେହି ମାନ୍ନା ତହିଁ ସଙ୍ଗରେ ପଡ଼ିଲା।
Mame akamagwa pa msasawo usiku ankagwera kumodzi ndi manawo.
10 ଏଉତ୍ତାରେ ଲୋକମାନେ ସମୁଦାୟ ପରିବାର ସହିତ, ପ୍ରତ୍ୟେକ ଲୋକ ଆପଣା ତମ୍ବୁଦ୍ୱାର ନିକଟରେ ରୋଦନ କରିବାର ମୋଶା ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି, ମୋଶା ମଧ୍ୟ ଅସନ୍ତୁଷ୍ଟ ହେଲେ।
Mose anamva anthu a banja lililonse akufuwula, banja lililonse pa khomo la tenti yake. Yehova anakwiya kwambiri ndipo Mose anavutikanso mu mtima.
11 ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅନିଷ୍ଟ ବ୍ୟବହାର କରିଅଛ? ଓ କାହିଁକି ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇ ନାହିଁ, ଯେ ତୁମ୍ଭେ ମୋʼ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ?
Mose anafunsa Yehova kuti, “Chifukwa chiyani mwabweretsa mavuto otere pa mtumiki wanune? Nʼchiyani chimene ndachita choti sichinakusangalatseni mpaka kundisenzetsa katundu wa anthu onsewa?
12 ମୁଁ କʼଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି? ମୁଁ କʼଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ‘ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନିଯିବା ପାଇଁ ମୋତେ କହୁଅଛ?’
Kodi Ndine amene ndinatenga pathupi pa anthu onsewa? Kodi ndinawabala ndine? Bwanji mukundiwuza kuti ndiwanyamule mʼmanja mwanga, monga momwe mlezi amanyamulira kamwana, kupita nawo ku malo omwe munalonjeza ndi lumbiro kwa makolo awo?
13 ମୁଁ ଏହି ସମସ୍ତ ଲୋକଙ୍କୁ ଦେବା ପାଇଁ ମାଂସ କେଉଁଠାରୁ ପାଇବି? କାରଣ ସେମାନେ ମୋʼ ନିକଟରେ କାନ୍ଦି କହୁଅଛନ୍ତି, ‘ଆମ୍ଭମାନଙ୍କୁ ମାଂସ ଦିଅ,’ ଆମ୍ଭେମାନେ ଖାଇବା।
Ndingayipeze kuti nyama yoti anthu onsewa adye? Iwowa akulirira ine kuti, ‘Tipatse nyama tidye!’
14 ମୁଁ ଏକାକୀ ଏତେ ଲୋକଙ୍କର ଭାର ବହି ନ ପାରେ, କାରଣ ଏହା ମୋʼ ପାଇଁ ଅସହ୍ୟ ଅଟେ।
Sindingathe kusamala anthu onsewa ndekha. Katundu ameneyu ndi wolemera kwambiri kwa ine.
15 ଆଉ ଯଦି ତୁମ୍ଭେ ମୋʼ ପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ, ସେହିକ୍ଷଣି ମୋତେ ମାରି ପକାଅ; ପୁଣି, ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ।”
Ngati umu ndi mmene muzichitira nane, chonde ingondiphani pompano. Koma ngati mwandikomera mtima ndiye ndisaonenso mavutowa.”
16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯେଉଁମାନଙ୍କୁ ଲୋକମାନଙ୍କର ପ୍ରାଚୀନ ଓ ଅଧିପତି ବୋଲି ଜାଣୁଅଛ, ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଆମ୍ଭ ନିକଟରେ ଏକତ୍ର କର; ପୁଣି, ସେମାନଙ୍କୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣ, ସେମାନେ ତୁମ୍ଭ ସଙ୍ଗେ ସେଠାରେ ଠିଆ ହେବେ।
Yehova anawuza Mose kuti, “Undibweretsere anthu 70 ochokera pakati pa akuluakulu a Aisraeli, amene umawadziwa kuti ndiwo atsogoleri komanso akuluakulu a mabanja. Abwere ku tenti ya msonkhano kuti ayime kumeneko pamodzi ndi iwe.
17 ତହିଁରେ ଆମ୍ଭେ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବା ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି, ତହିଁରୁ ନେଇ ସେମାନଙ୍କୁ ଦେବା; ତହିଁରେ ତୁମ୍ଭେ ଯେପରି ଏକାକୀ ଲୋକମାନଙ୍କର ଭାର ନ ବହିବ, ଏଥିପାଇଁ ସେମାନେ ତୁମ୍ଭ ସହିତ ଲୋକମାନଙ୍କର ଭାର ବହିବେ।
Ndidzatsika ndi kuyankhula nawe kumeneko, ndipo ndidzatenga mzimu umene uli pa iwe ndi kuyika pa iwowo. Adzakuthandiza kusenza nkhawa za anthuwa ndipo sudzasenzanso wekha.”
18 ପୁଣି, ତୁମ୍ଭେ ଲୋକମାନଙ୍କୁ କୁହ, ‘ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର, ଆଉ ତୁମ୍ଭେମାନେ ମାଂସ ଖାଇବ; କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ କ୍ରନ୍ଦନ କରି କହିଅଛ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ? ବରଞ୍ଚ ମିସର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା; ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଦେବେ, ତୁମ୍ଭେମାନେ ତାହା ଖାଇବ।
“Uwawuze anthuwo kuti, ‘Mudziyeretse, kukonzekera mawa, pamene mudzadya nyama.’ Yehova anakumvani pamene munkalira kuti, ‘Zikanakhala bwino tikanapeza nyama yoti tidye! Tinkakhala bwino ku Igupto!’ Tsopano Yehova adzakupatsani nyama ndipo mudzayidyadi.
19 ତୁମ୍ଭେମାନେ ଦିନେ କିମ୍ବା ଦୁଇ ଦିନ କିମ୍ବା ପାଞ୍ଚ ଦିନ କିମ୍ବା ଦଶ ଦିନ କିମ୍ବା କୋଡ଼ିଏ ଦିନ ଖାଇବ, ତାହା ନୁହେଁ;
Simudzadya tsiku limodzi lokha, kapena masiku awiri, kapena asanu, khumi kapena masiku makumi awiri,
20 ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରି ତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁ।’”
koma mwezi wonse, mpaka itakukolani ndi kutopa nayo chifukwa mwakana Yehova yemwe ali pakati panu ndipo mwalira pamaso pake kuti, ‘Bwanji tinachoka ku Igupto?’”
21 ତେବେ ମୋଶା କହିଲେ, “ମୁଁ ଯେଉଁ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ଛଅ ଲକ୍ଷ ପଦାତିକ; ତଥାପି ତୁମ୍ଭେ କହୁଅଛ, ‘ଆମ୍ଭେ ସେମାନଙ୍କୁ ମାଂସ ଦେବା, ସେମାନେ ତାହା ସମ୍ପୂର୍ଣ୍ଣ ଏକ ମାସ ଖାଇବେ।’
Koma Mose anati, “Taonani pano ndili pakati pa anthu 600,000 amene ndi kuyenda nawo ndipo Inuyo mukuti, ‘Ndidzawapatsa nyama kuti adye mwezi wathunthu!’
22 ସେମାନଙ୍କୁ ଅଣ୍ଟିବା ଭଳି କʼଣ ପଲ ପଲ ଗୋମେଷ ବଧ କରାଯିବ? ଅବା ସେମାନଙ୍କୁ ଅଣ୍ଟିବା ଭଳି ସମୁଦ୍ରର ସବୁ ମାଛ କʼଣ ଏକତ୍ର କରାଯିବ?”
Kodi ngakhale titapha nkhosa ndi ngʼombe, zingawakwanire? Ngakhale titagwira nsomba zonse za mʼnyanja, kodi zingawakwanire iwowa?”
23 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।”
Yehova anayankha Mose kuti, “Kodi dzanja langa ndi lalifupi? Uwona tsopano ngati zimene ndanenazo zichitike kapena ayi.”
24 ଏଥିରେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ ସଦାପ୍ରଭୁଙ୍କର କଥା କହିଲେ, ପୁଣି, ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ବୁର ଚତୁର୍ଦ୍ଦିଗରେ ରଖିଲେ।
Choncho Mose anatuluka nakawuza anthu zomwe Yehova ananena. Anasonkhanitsa pamodzi akuluakulu makumi asanu ndi awiri aja ndi kuwayimiritsa mozungulira Chihema.
25 ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେ; ପୁଣି, ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ।
Ndipo Yehova anatsika mʼmitambo ndi kuyankhula naye ndipo anatengako mzimu womwe unali pa Mose ndi kuwuyika pa akuluakulu makumi asanu ndi awiri aja. Pamene mzimuwo unakhazikika pa akuluakuluwo, anayamba kunenera koma sanapitirize.
26 ମାତ୍ର ଛାଉଣି ମଧ୍ୟରେ ଦୁଇ ଜଣ ଅବଶିଷ୍ଟ ରହିଲେ, ଜଣକର ନାମ ଇଲଦଦ୍‍ ଓ ଅନ୍ୟର ନାମ ମେଦଦ୍‍; ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥିତି କଲା; ସେମାନେ ସେହି ଲିଖିତ ଲୋକମାନଙ୍କ ମଧ୍ୟରେ ଥିଲେ, ମାତ୍ର ବାହାର ହୋଇ ତମ୍ବୁ ନିକଟକୁ ଯାଇ ନ ଥିଲେ; ସେମାନେ ଛାଉଣି ମଧ୍ୟରେ ଥାଇ ଭବିଷ୍ୟତ କଥା ପ୍ରଚାର କଲେ।
Koma anthu ena awiri omwe mayina awo anali Elidadi ndi Medadi, anatsalira mu msasa. Anali nawo mʼgulu la olembedwa aja, koma sanapite nawo ku Chihema. Komabe mzimu unakhala pa iwo ndipo ananenera ali mu msasa.
27 ତହୁଁ ଜଣେ ଯୁବା ଦୌଡ଼ିଯାଇ ମୋଶାଙ୍କୁ କହିଲା, “ଇଲଦଦ୍‍ ଓ ମେଦଦ୍‍ ଛାଉଣି ମଧ୍ୟରେ ଭବିଷ୍ୟତ କଥା ପ୍ରଚାର କରୁଅଛନ୍ତି।”
Mnyamata wina anathamanga kudzawuza Mose kuti, “Elidadi ndi Medadi akunenera mu msasa.”
28 ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ।”
Yoswa mwana wa Nuni, mtumiki wa Mose kuyambira ubwana wake, anayankha kuti, “Mbuye wanga Mose, aletseni!”
29 ତେବେ ମୋଶା କହିଲେ, “ତୁମ୍ଭେ ମୋʼ ସକାଶୁ କʼଣ ଈର୍ଷା କରୁଅଛ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍‍ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ!”
Koma Mose anati, “Kodi ukuchita nsanje chifukwa cha ine? Ndikanakonda kuti anthu onse a Yehova akhale aneneri ndi kuti Yehova ayike mzimu wake pa iwo!”
30 ଏଉତ୍ତାରେ ମୋଶା ଓ ଇସ୍ରାଏଲର ପ୍ରାଚୀନଗଣ ଛାଉଣିକୁ ଗମନ କଲେ।
Mose ndi akuluakulu a Israeli aja anabwerera ku msasa.
31 ଏଥିଉତ୍ତାରେ ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା, ପୁଣି, ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେପାଖେ ଦିନକର ପଥ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିଠାରୁ ପ୍ରାୟ ଦୁଇ ହସ୍ତ ଊର୍ଦ୍ଧ୍ୱରେ ପକାଇଲା।
Pamenepo Yehova anawutsa mphepo yochokera ku nyanja imene inabweretsa zinziri. Zinzirizo zinagwera pansi kuzungulira msasa, mtunda wa kilomita imodzi mbali zonse ndipo msinkhu wake unali mita imodzi.
32 ତହିଁରେ ଲୋକମାନେ ଛିଡ଼ା ହୋଇ ସେହି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସେହି ଭାଟୋଇ ପକ୍ଷୀ ସଂଗ୍ରହ କଲେ; କେହି ଦଶ ହୋମରରୁ ଊଣା ସଂଗ୍ରହ କଲା ନାହିଁ; ଆଉ ସେମାନେ ଆପଣାମାନଙ୍କ ନିମନ୍ତେ ଛାଉଣିର ଚାରିଆଡ଼େ ତାହା ବିଛାଇ ରଖିଲେ।
Tsiku limenelo masana onse mpaka usiku ndiponso tsiku lotsatiralo, anthu anatuluka kunja kukatola zinziri. Palibe amene anasonkhanitsa zochepera makilogalamu 1,000 ndipo anaziyanika kuzungulira msasa wonse.
33 ମାତ୍ର ସେମାନଙ୍କ ଦନ୍ତ ମଧ୍ୟରେ ମାଂସ ଥାଉ ଥାଉ, ଚୋବାଇଲା ପୂର୍ବେ, ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହିଁରେ ସଦାପ୍ରଭୁ ଲୋକମାନଙ୍କୁ ଅତି ମହାମାରୀରେ ସଂହାର କଲେ।
Koma pamene anthuwo ankadya nyamayo, asanayimeze nʼkomwe, ukali wa Yehova unafika pa iwo ndipo Iye anawakantha ndi mliri woopsa.
34 ତହିଁରେ ସେହି ସ୍ଥାନର ନାମ କିବ୍ରୋତ୍‍-ହତ୍ତାବା ହେଲା; ଯେହେତୁ ସେମାନେ ସେହି ସ୍ଥାନରେ ଲୋକମାନଙ୍କୁ କବର ଦେଲେ।
Nʼchifukwa chake malowo anawatcha Kibiroti Hatava chifukwa pamenepo anakwirirapo anthu osusuka aja.
35 ଲୋକମାନେ କିବ୍ରୋତ୍‍-ହତ୍ତାବାଠାରୁ ହତ୍ସେରୋତକୁ ଯାତ୍ରା କରି ସେହିଠାରେ ରହିଲେ।
Kuchoka pa Kibiroti Hatava anthuwo anayenda kupita ku Heziroti ndipo anakhala kumeneko kwa kanthawi.

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11 >