< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11 >

1 ଏଥିଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି, ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତଭାଗ ଗ୍ରାସ କଲା।
וַיְהִי הָעָם כְּמִתְאֹנְנִים רַע בְּאָזְנֵי יְהוָה וַיִּשְׁמַע יְהוָה וַיִּחַר אַפּוֹ וַתִּבְעַר־בָּם אֵשׁ יְהוָה וַתֹּאכַל בִּקְצֵה הַֽמַּחֲנֶֽה׃
2 ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟରେ କ୍ରନ୍ଦନ କଲେ; ତହୁଁ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେହି ଅଗ୍ନି ଲିଭିଗଲା।
וַיִּצְעַק הָעָם אֶל־מֹשֶׁה וַיִּתְפַּלֵּל מֹשֶׁה אֶל־יְהוָה וַתִּשְׁקַע הָאֵֽשׁ׃
3 ତେଣୁ ସେହି ସ୍ଥାନର ନାମ ତବୀୟେରା ହେଲା, କାରଣ ସଦାପ୍ରଭୁଙ୍କ ଅଗ୍ନି ସେମାନଙ୍କ ମଧ୍ୟରେ ଦହନ କଲା।
וַיִּקְרָא שֵֽׁם־הַמָּקוֹם הַהוּא תַּבְעֵרָה כִּֽי־בָעֲרָה בָם אֵשׁ יְהוָֽה׃
4 ଏଥିଉତ୍ତାରେ ସେମାନଙ୍କ ମଧ୍ୟବର୍ତ୍ତୀ ମିଶ୍ରିତ ଲୋକମାନଙ୍କର ଜନତା ଲୋଭାକ୍ରାନ୍ତ ହେବାକୁ ଲାଗିଲେ; ପୁଣି, ଇସ୍ରାଏଲ-ସନ୍ତାନଗଣ ମଧ୍ୟ ପୁନର୍ବାର ରୋଦନ କରି କହିଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ?
וְהָֽאסַפְסֻף אֲשֶׁר בְּקִרְבּוֹ הִתְאַוּוּ תַּאֲוָה וַיָּשֻׁבוּ וַיִּבְכּוּ גַּם בְּנֵי יִשְׂרָאֵל וַיֹּאמְרוּ מִי יַאֲכִלֵנוּ בָּשָֽׂר׃
5 ଆମ୍ଭେମାନେ ମିସର ଦେଶରେ ବିନାମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନରେ ପଡ଼େ; ସେ କାକୁଡ଼ି, ସେ ଖରଭୁଜ, ସେ ପରୁ, ସେ ପିଆଜ ଓ ରସୁଣ (ମନରେ ପଡ଼େ);
זָכַרְנוּ אֶת־הַדָּגָה אֲשֶׁר־נֹאכַל בְּמִצְרַיִם חִנָּם אֵת הַקִּשֻּׁאִים וְאֵת הָֽאֲבַטִּחִים וְאֶת־הֶחָצִיר וְאֶת־הַבְּצָלִים וְאֶת־הַשּׁוּמִֽים׃
6 ମାତ୍ର ଏବେ ଆମ୍ଭମାନଙ୍କର ପ୍ରାଣ ଶୁଷ୍କ ହେଉଅଛି; ଏଠି କିଛି ନାହିଁ; ଏହି ମାନ୍ନା ବ୍ୟତୀତ ଆଉ ଦେଖିବାକୁ କିଛି ନାହିଁ।”
וְעַתָּה נַפְשֵׁנוּ יְבֵשָׁה אֵין כֹּל בִּלְתִּי אֶל־הַמָּן עֵינֵֽינוּ׃
7 ଆଉ ସେହି ମାନ୍ନା ଧନିଆ ପରି ଓ ତହିଁର ଦୃଶ୍ୟ ମୁକ୍ତା ସଦୃଶ।
וְהַמָּן כִּזְרַע־גַּד הוּא וְעֵינוֹ כְּעֵין הַבְּדֹֽלַח׃
8 ଲୋକମାନେ ଏଣେତେଣେ ଭ୍ରମଣ କରି ତାହା ସାଉଣ୍ଟିଲେ ଓ ଚକିରେ ତାହା ପେଷିଲେ, ଅବା କୁଟଣୀରେ ତାହା ଚୂର୍ଣ୍ଣ କରି କହ୍ରାଇରେ ସିଝେଇ କରି ପିଠା ପ୍ରସ୍ତୁତ କଲେ; ଆଉ ତୈଳପକ୍ୱ ପିଠା ପରି ତହିଁର ସ୍ୱାଦ ଥିଲା।
שָׁטוּ הָעָם וְלָֽקְטוּ וְטָחֲנוּ בָרֵחַיִם אוֹ דָכוּ בַּמְּדֹכָה וּבִשְּׁלוּ בַּפָּרוּר וְעָשׂוּ אֹתוֹ עֻגוֹת וְהָיָה טַעְמוֹ כְּטַעַם לְשַׁד הַשָּֽׁמֶן׃
9 ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲା ସମୟରେ ସେହି ମାନ୍ନା ତହିଁ ସଙ୍ଗରେ ପଡ଼ିଲା।
וּבְרֶדֶת הַטַּל עַל־הַֽמַּחֲנֶה לָיְלָה יֵרֵד הַמָּן עָלָֽיו׃
10 ଏଉତ୍ତାରେ ଲୋକମାନେ ସମୁଦାୟ ପରିବାର ସହିତ, ପ୍ରତ୍ୟେକ ଲୋକ ଆପଣା ତମ୍ବୁଦ୍ୱାର ନିକଟରେ ରୋଦନ କରିବାର ମୋଶା ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି, ମୋଶା ମଧ୍ୟ ଅସନ୍ତୁଷ୍ଟ ହେଲେ।
וַיִּשְׁמַע מֹשֶׁה אֶת־הָעָם בֹּכֶה לְמִשְׁפְּחֹתָיו אִישׁ לְפֶתַח אָהֳלוֹ וַיִּֽחַר־אַף יְהוָה מְאֹד וּבְעֵינֵי מֹשֶׁה רָֽע׃
11 ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅନିଷ୍ଟ ବ୍ୟବହାର କରିଅଛ? ଓ କାହିଁକି ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇ ନାହିଁ, ଯେ ତୁମ୍ଭେ ମୋʼ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ?
וַיֹּאמֶר מֹשֶׁה אֶל־יְהוָה לָמָה הֲרֵעֹתָ לְעַבְדֶּךָ וְלָמָּה לֹא־מָצָתִי חֵן בְּעֵינֶיךָ לָשׂוּם אֶת־מַשָּׂא כָּל־הָעָם הַזֶּה עָלָֽי׃
12 ମୁଁ କʼଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି? ମୁଁ କʼଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ‘ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନିଯିବା ପାଇଁ ମୋତେ କହୁଅଛ?’
הֶאָנֹכִי הָרִיתִי אֵת כָּל־הָעָם הַזֶּה אִם־אָנֹכִי יְלִדְתִּיהוּ כִּֽי־תֹאמַר אֵלַי שָׂאֵהוּ בְחֵיקֶךָ כַּאֲשֶׁר יִשָּׂא הָאֹמֵן אֶת־הַיֹּנֵק עַל הָֽאֲדָמָה אֲשֶׁר נִשְׁבַּעְתָּ לַאֲבֹתָֽיו׃
13 ମୁଁ ଏହି ସମସ୍ତ ଲୋକଙ୍କୁ ଦେବା ପାଇଁ ମାଂସ କେଉଁଠାରୁ ପାଇବି? କାରଣ ସେମାନେ ମୋʼ ନିକଟରେ କାନ୍ଦି କହୁଅଛନ୍ତି, ‘ଆମ୍ଭମାନଙ୍କୁ ମାଂସ ଦିଅ,’ ଆମ୍ଭେମାନେ ଖାଇବା।
מֵאַיִן לִי בָּשָׂר לָתֵת לְכָל־הָעָם הַזֶּה כִּֽי־יִבְכּוּ עָלַי לֵאמֹר תְּנָה־לָּנוּ בָשָׂר וְנֹאכֵֽלָה׃
14 ମୁଁ ଏକାକୀ ଏତେ ଲୋକଙ୍କର ଭାର ବହି ନ ପାରେ, କାରଣ ଏହା ମୋʼ ପାଇଁ ଅସହ୍ୟ ଅଟେ।
לֹֽא־אוּכַל אָנֹכִי לְבַדִּי לָשֵׂאת אֶת־כָּל־הָעָם הַזֶּה כִּי כָבֵד מִמֶּֽנִּי׃
15 ଆଉ ଯଦି ତୁମ୍ଭେ ମୋʼ ପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ, ସେହିକ୍ଷଣି ମୋତେ ମାରି ପକାଅ; ପୁଣି, ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ।”
וְאִם־כָּכָה ׀ אַתְּ־עֹשֶׂה לִּי הָרְגֵנִי נָא הָרֹג אִם־מָצָאתִי חֵן בְּעֵינֶיךָ וְאַל־אֶרְאֶה בְּרָעָתִֽי׃
16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯେଉଁମାନଙ୍କୁ ଲୋକମାନଙ୍କର ପ୍ରାଚୀନ ଓ ଅଧିପତି ବୋଲି ଜାଣୁଅଛ, ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଆମ୍ଭ ନିକଟରେ ଏକତ୍ର କର; ପୁଣି, ସେମାନଙ୍କୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣ, ସେମାନେ ତୁମ୍ଭ ସଙ୍ଗେ ସେଠାରେ ଠିଆ ହେବେ।
וַיֹּאמֶר יְהוָה אֶל־מֹשֶׁה אֶסְפָה־לִּי שִׁבְעִים אִישׁ מִזִּקְנֵי יִשְׂרָאֵל אֲשֶׁר יָדַעְתָּ כִּי־הֵם זִקְנֵי הָעָם וְשֹׁטְרָיו וְלָקַחְתָּ אֹתָם אֶל־אֹהֶל מוֹעֵד וְהִֽתְיַצְּבוּ שָׁם עִמָּֽךְ׃
17 ତହିଁରେ ଆମ୍ଭେ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବା ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି, ତହିଁରୁ ନେଇ ସେମାନଙ୍କୁ ଦେବା; ତହିଁରେ ତୁମ୍ଭେ ଯେପରି ଏକାକୀ ଲୋକମାନଙ୍କର ଭାର ନ ବହିବ, ଏଥିପାଇଁ ସେମାନେ ତୁମ୍ଭ ସହିତ ଲୋକମାନଙ୍କର ଭାର ବହିବେ।
וְיָרַדְתִּי וְדִבַּרְתִּי עִמְּךָ שָׁם וְאָצַלְתִּי מִן־הָרוּחַ אֲשֶׁר עָלֶיךָ וְשַׂמְתִּי עֲלֵיהֶם וְנָשְׂאוּ אִתְּךָ בְּמַשָּׂא הָעָם וְלֹא־תִשָּׂא אַתָּה לְבַדֶּֽךָ׃
18 ପୁଣି, ତୁମ୍ଭେ ଲୋକମାନଙ୍କୁ କୁହ, ‘ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର, ଆଉ ତୁମ୍ଭେମାନେ ମାଂସ ଖାଇବ; କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ କ୍ରନ୍ଦନ କରି କହିଅଛ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ? ବରଞ୍ଚ ମିସର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା; ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଦେବେ, ତୁମ୍ଭେମାନେ ତାହା ଖାଇବ।
וְאֶל־הָעָם תֹּאמַר הִתְקַדְּשׁוּ לְמָחָר וַאֲכַלְתֶּם בָּשָׂר כִּי בְּכִיתֶם בְּאָזְנֵי יְהוָה לֵאמֹר מִי יַאֲכִלֵנוּ בָּשָׂר כִּי־טוֹב לָנוּ בְּמִצְרָיִם וְנָתַן יְהוָה לָכֶם בָּשָׂר וַאֲכַלְתֶּֽם׃
19 ତୁମ୍ଭେମାନେ ଦିନେ କିମ୍ବା ଦୁଇ ଦିନ କିମ୍ବା ପାଞ୍ଚ ଦିନ କିମ୍ବା ଦଶ ଦିନ କିମ୍ବା କୋଡ଼ିଏ ଦିନ ଖାଇବ, ତାହା ନୁହେଁ;
לֹא יוֹם אֶחָד תֹּאכְלוּן וְלֹא יוֹמָיִם וְלֹא ׀ חֲמִשָּׁה יָמִים וְלֹא עֲשָׂרָה יָמִים וְלֹא עֶשְׂרִים יֽוֹם׃
20 ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରି ତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁ।’”
עַד ׀ חֹדֶשׁ יָמִים עַד אֲשֶׁר־יֵצֵא מֵֽאַפְּכֶם וְהָיָה לָכֶם לְזָרָא יַעַן כִּֽי־מְאַסְתֶּם אֶת־יְהוָה אֲשֶׁר בְּקִרְבְּכֶם וַתִּבְכּוּ לְפָנָיו לֵאמֹר לָמָּה זֶּה יָצָאנוּ מִמִּצְרָֽיִם׃
21 ତେବେ ମୋଶା କହିଲେ, “ମୁଁ ଯେଉଁ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ଛଅ ଲକ୍ଷ ପଦାତିକ; ତଥାପି ତୁମ୍ଭେ କହୁଅଛ, ‘ଆମ୍ଭେ ସେମାନଙ୍କୁ ମାଂସ ଦେବା, ସେମାନେ ତାହା ସମ୍ପୂର୍ଣ୍ଣ ଏକ ମାସ ଖାଇବେ।’
וַיֹּאמֶר מֹשֶׁה שֵׁשׁ־מֵאוֹת אֶלֶף רַגְלִי הָעָם אֲשֶׁר אָנֹכִי בְּקִרְבּוֹ וְאַתָּה אָמַרְתָּ בָּשָׂר אֶתֵּן לָהֶם וְאָכְלוּ חֹדֶשׁ יָמִֽים׃
22 ସେମାନଙ୍କୁ ଅଣ୍ଟିବା ଭଳି କʼଣ ପଲ ପଲ ଗୋମେଷ ବଧ କରାଯିବ? ଅବା ସେମାନଙ୍କୁ ଅଣ୍ଟିବା ଭଳି ସମୁଦ୍ରର ସବୁ ମାଛ କʼଣ ଏକତ୍ର କରାଯିବ?”
הֲצֹאן וּבָקָר יִשָּׁחֵט לָהֶם וּמָצָא לָהֶם אִם אֶֽת־כָּל־דְּגֵי הַיָּם יֵאָסֵף לָהֶם וּמָצָא לָהֶֽם׃
23 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।”
וַיֹּאמֶר יְהוָה אֶל־מֹשֶׁה הֲיַד יְהוָה תִּקְצָר עַתָּה תִרְאֶה הֲיִקְרְךָ דְבָרִי אִם־לֹֽא׃
24 ଏଥିରେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ ସଦାପ୍ରଭୁଙ୍କର କଥା କହିଲେ, ପୁଣି, ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ବୁର ଚତୁର୍ଦ୍ଦିଗରେ ରଖିଲେ।
וַיֵּצֵא מֹשֶׁה וַיְדַבֵּר אֶל־הָעָם אֵת דִּבְרֵי יְהוָה וַיֶּאֱסֹף שִׁבְעִים אִישׁ מִזִּקְנֵי הָעָם וַֽיַּעֲמֵד אֹתָם סְבִיבֹת הָאֹֽהֶל׃
25 ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେ; ପୁଣି, ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ।
וַיֵּרֶד יְהוָה ׀ בֶּעָנָן וַיְדַבֵּר אֵלָיו וַיָּאצֶל מִן־הָרוּחַ אֲשֶׁר עָלָיו וַיִּתֵּן עַל־שִׁבְעִים אִישׁ הַזְּקֵנִים וַיְהִי כְּנוֹחַ עֲלֵיהֶם הָרוּחַ וַיִּֽתְנַבְּאוּ וְלֹא יָסָֽפוּ׃
26 ମାତ୍ର ଛାଉଣି ମଧ୍ୟରେ ଦୁଇ ଜଣ ଅବଶିଷ୍ଟ ରହିଲେ, ଜଣକର ନାମ ଇଲଦଦ୍‍ ଓ ଅନ୍ୟର ନାମ ମେଦଦ୍‍; ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥିତି କଲା; ସେମାନେ ସେହି ଲିଖିତ ଲୋକମାନଙ୍କ ମଧ୍ୟରେ ଥିଲେ, ମାତ୍ର ବାହାର ହୋଇ ତମ୍ବୁ ନିକଟକୁ ଯାଇ ନ ଥିଲେ; ସେମାନେ ଛାଉଣି ମଧ୍ୟରେ ଥାଇ ଭବିଷ୍ୟତ କଥା ପ୍ରଚାର କଲେ।
וַיִשָּׁאֲרוּ שְׁנֵֽי־אֲנָשִׁים ׀ בַּֽמַּחֲנֶה שֵׁם הָאֶחָד ׀ אֶלְדָּד וְשֵׁם הַשֵּׁנִי מֵידָד וַתָּנַח עֲלֵיהֶם הָרוּחַ וְהֵמָּה בַּכְּתֻבִים וְלֹא יָצְאוּ הָאֹהֱלָה וַיִּֽתְנַבְּאוּ בּֽ͏ַמַּחֲנֶֽה׃
27 ତହୁଁ ଜଣେ ଯୁବା ଦୌଡ଼ିଯାଇ ମୋଶାଙ୍କୁ କହିଲା, “ଇଲଦଦ୍‍ ଓ ମେଦଦ୍‍ ଛାଉଣି ମଧ୍ୟରେ ଭବିଷ୍ୟତ କଥା ପ୍ରଚାର କରୁଅଛନ୍ତି।”
וַיָּרָץ הַנַּעַר וַיַּגֵּד לְמֹשֶׁה וַיֹּאמַר אֶלְדָּד וּמֵידָד מִֽתְנַבְּאִים בַּֽמַּחֲנֶֽה׃
28 ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ।”
וַיַּעַן יְהוֹשֻׁעַ בִּן־נוּן מְשָׁרֵת מֹשֶׁה מִבְּחֻרָיו וַיֹּאמַר אֲדֹנִי מֹשֶׁה כְּלָאֵֽם׃
29 ତେବେ ମୋଶା କହିଲେ, “ତୁମ୍ଭେ ମୋʼ ସକାଶୁ କʼଣ ଈର୍ଷା କରୁଅଛ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍‍ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ!”
וַיֹּאמֶר לוֹ מֹשֶׁה הַֽמְקַנֵּא אַתָּה לִי וּמִי יִתֵּן כָּל־עַם יְהוָה נְבִיאִים כִּי־יִתֵּן יְהוָה אֶת־רוּחוֹ עֲלֵיהֶֽם׃
30 ଏଉତ୍ତାରେ ମୋଶା ଓ ଇସ୍ରାଏଲର ପ୍ରାଚୀନଗଣ ଛାଉଣିକୁ ଗମନ କଲେ।
וַיֵּאָסֵף מֹשֶׁה אֶל־הַֽמַּחֲנֶה הוּא וְזִקְנֵי יִשְׂרָאֵֽל׃
31 ଏଥିଉତ୍ତାରେ ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା, ପୁଣି, ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେପାଖେ ଦିନକର ପଥ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିଠାରୁ ପ୍ରାୟ ଦୁଇ ହସ୍ତ ଊର୍ଦ୍ଧ୍ୱରେ ପକାଇଲା।
וְרוּחַ נָסַע ׀ מֵאֵת יְהוָה וַיָּגָז שַׂלְוִים מִן־הַיָּם וַיִּטֹּשׁ עַל־הַֽמַּחֲנֶה כְּדֶרֶךְ יוֹם כֹּה וּכְדֶרֶךְ יוֹם כֹּה סְבִיבוֹת הַֽמַּחֲנֶה וּכְאַמָּתַיִם עַל־פְּנֵי הָאָֽרֶץ׃
32 ତହିଁରେ ଲୋକମାନେ ଛିଡ଼ା ହୋଇ ସେହି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସେହି ଭାଟୋଇ ପକ୍ଷୀ ସଂଗ୍ରହ କଲେ; କେହି ଦଶ ହୋମରରୁ ଊଣା ସଂଗ୍ରହ କଲା ନାହିଁ; ଆଉ ସେମାନେ ଆପଣାମାନଙ୍କ ନିମନ୍ତେ ଛାଉଣିର ଚାରିଆଡ଼େ ତାହା ବିଛାଇ ରଖିଲେ।
וַיָּקָם הָעָם כָּל־הַיּוֹם הַהוּא וְכָל־הַלַּיְלָה וְכֹל ׀ יוֹם הַֽמָּחֳרָת וַיַּֽאַסְפוּ אֶת־הַשְּׂלָו הַמַּמְעִיט אָסַף עֲשָׂרָה חֳמָרִים וַיִּשְׁטְחוּ לָהֶם שָׁטוֹחַ סְבִיבוֹת הַֽמַּחֲנֶֽה׃
33 ମାତ୍ର ସେମାନଙ୍କ ଦନ୍ତ ମଧ୍ୟରେ ମାଂସ ଥାଉ ଥାଉ, ଚୋବାଇଲା ପୂର୍ବେ, ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହିଁରେ ସଦାପ୍ରଭୁ ଲୋକମାନଙ୍କୁ ଅତି ମହାମାରୀରେ ସଂହାର କଲେ।
הַבָּשָׂר עוֹדֶנּוּ בֵּין שִׁנֵּיהֶם טֶרֶם יִכָּרֵת וְאַף יְהוָה חָרָה בָעָם וַיַּךְ יְהוָה בָּעָם מַכָּה רַבָּה מְאֹֽד׃
34 ତହିଁରେ ସେହି ସ୍ଥାନର ନାମ କିବ୍ରୋତ୍‍-ହତ୍ତାବା ହେଲା; ଯେହେତୁ ସେମାନେ ସେହି ସ୍ଥାନରେ ଲୋକମାନଙ୍କୁ କବର ଦେଲେ।
וַיִּקְרָא אֶת־שֵֽׁם־הַמָּקוֹם הַהוּא קִבְרוֹת הַֽתַּאֲוָה כִּי־שָׁם קָֽבְרוּ אֶת־הָעָם הַמִּתְאַוִּֽים׃
35 ଲୋକମାନେ କିବ୍ରୋତ୍‍-ହତ୍ତାବାଠାରୁ ହତ୍ସେରୋତକୁ ଯାତ୍ରା କରି ସେହିଠାରେ ରହିଲେ।
מִקִּבְרוֹת הַֽתַּאֲוָה נָסְעוּ הָעָם חֲצֵרוֹת וַיִּהְיוּ בַּחֲצֵרֽוֹת׃

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11 >