< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12 >
1 ମୋଶା ଏକ କୂଶୀୟା ସ୍ତ୍ରୀକୁ ବିବାହ କରିଥିଲେ, ଏଣୁ ମରୀୟମ ଓ ହାରୋଣ ସେହି କୂଶୀୟା ସ୍ତ୍ରୀ ସକାଶୁ ମୋଶାଙ୍କ ବିରୁଦ୍ଧରେ କଥା କହିଲେ।
米黎盎和亞郎為了梅瑟所娶的雇士女人出言反對梅瑟,因為他娶了個雇士女人,
2 ସେମାନେ କହିଲେ, “ସଦାପ୍ରଭୁ କି କେବଳ ମୋଶାଙ୍କ ସହିତ କଥା କହିଅଛନ୍ତି? ସେ କି ଆମ୍ଭମାନଙ୍କ ସହିତ ମଧ୍ୟ କଥା କହି ନାହାନ୍ତି?” ମାତ୍ର ଏ କଥା ସଦାପ୍ରଭୁ ଶୁଣିଲେ।
於是說:「上主豈只與梅瑟交談,不是也與我們交談過! 」上主聽見了這話。
3 ମୋଶା ପୃଥିବୀସ୍ଥ ସମସ୍ତ ଲୋକଙ୍କଠାରୁ ଅତି ନମ୍ର ଲୋକ ଥିଲେ।
梅瑟為人十分謙和,超過地上所有的人。
4 ଏଥିଉତ୍ତାରେ ସଦାପ୍ରଭୁ ଅକସ୍ମାତ୍ ମୋଶାଙ୍କୁ ଓ ହାରୋଣଙ୍କୁ ଓ ମରୀୟମକୁ କହିଲେ, “ତୁମ୍ଭେ ତିନି ଜଣ ବାହାର ହୋଇ ସମାଗମ-ତମ୍ବୁ ନିକଟକୁ ଆସ” ତହିଁରେ ସେ ତିନି ଜଣ ବାହାର ହୋଇ ଆସିଲେ;
上主忽然向梅瑟、亞郎和米黎盎說:「你們三人到會幕那裏去。」他們三人就去了。
5 ସେତେବେଳେ ସଦାପ୍ରଭୁ ମେଘ ସ୍ତମ୍ଭରେ ଓହ୍ଲାଇ ତମ୍ବୁ ଦ୍ୱାରରେ ଛିଡ଼ା ହୋଇ ହାରୋଣ ଓ ମରୀୟମଙ୍କୁ ଡାକିଲେ; ତହୁଁ ସେମାନେ ଦୁହେଁ ବାହାର ହୋଇ ଆସିଲେ।
上主乘雲柱降下,停在會幕門口,叫亞郎和米黎盎;他們兩人就走向前去,
6 ତେବେ ସେ କହିଲେ, “ଆମ୍ଭର ବାକ୍ୟ ଶୁଣ; ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ୱପ୍ନ ଦ୍ୱାରା ତାହା ସହିତ କଥା କହିବା।
上主說:「你們聽我說:若你們中有一位是先知,我要在神視中顯示給他,在夢中與他談話;
7 ଆମ୍ଭର ସେବକ ମୋଶା ତଦ୍ରୂପ ନୁହେଁ; ସେ ଆମ୍ଭର ସମସ୍ତ ଗୃହ ମଧ୍ୟରେ ବିଶ୍ୱାସପାତ୍ର ଅଟେ।
但對我的僕人梅瑟卻不是這樣,他在我全家中是最忠信可靠的。
8 ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ?”
我面對面與他明明說話,不藉謎語,並讓他望見上主的形像。為什麼你們竟不怕出言反對我的僕人梅瑟﹖」
9 ଏହିରୂପେ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ।
上主對他們發著怒走了。
10 ପୁଣି, ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା ଆଉ ଦେଖ, ମରୀୟମ କୁଷ୍ଠଗ୍ରସ୍ତା, ହିମ ତୁଲ୍ୟ ଶ୍ୱେତ; ପୁଣି, ହାରୋଣ ମରୀୟମଙ୍କୁ ଅନାନ୍ତେ, ଦେଖ, ସେ କୁଷ୍ଠଗ୍ରସ୍ତ।
彩雲一離開會幕,看,米黎盎就生了癩病,像雪那樣白;亞郎轉身看見米黎盎生了癩病,
11 ତହିଁରେ ହାରୋଣ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ, ଏହେତୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ।
遂對梅瑟說:「我主,懇求你,別使我們因一時愚昧所犯之罪而受罰!
12 ମାତାର ଗର୍ଭରୁ ନିର୍ଗତ ହେଲା ସମୟରେ ଯାହାର ମାଂସ ଅର୍ଦ୍ଧନଷ୍ଟ, ଏପରି ମୃତ ଲୋକ ତୁଲ୍ୟ ସେ ନ ହେଉ।”
求你別讓她像個胎死腹中的人,一出娘胎,肉身就已腐爛了一半。」
13 ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ହେ ପରମେଶ୍ୱର, ବିନୟ କରୁଅଛି, ତାହାକୁ ସୁସ୍ଥ କର।”
梅瑟遂向上主呼求說:「天主,我求你治好她罷! 」
14 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯଦି ତାହାର ପିତା ତାହାର ମୁଖରେ କେବଳ ଛେପ ପକାଇଥାʼନ୍ତା, ତେବେ ସେ କି ସାତ ଦିନ ଲଜ୍ଜିତା ହୁଅନ୍ତା ନାହିଁ? ସେ ସାତ ଦିନ ପର୍ଯ୍ୟନ୍ତ ଛାଉଣି ବାହାରେ ରୁଦ୍ଧା ହୋଇ ରହୁ; ତହିଁ ଉତ୍ତାରେ ସେ ଭିତରକୁ ଅଣାଯିବ।”
上主對梅瑟說:「若她的父親在她面上吐唾沫,她豈不要七天忍此羞辱,七天把她隔離在營外,然後才讓她回來﹖」
15 ତହୁଁ ମରୀୟମ ସାତ ଦିନ ଛାଉଣିର ବାହାରେ ରୁଦ୍ଧା ହେଲା, ଆଉ ମରୀୟମ ପୁନର୍ବାର ଭିତରକୁ ଅଣା ନ ଯିବାଯାଏ ଲୋକମାନେ ଯାତ୍ରା କଲେ ନାହିଁ।
於是米黎盎七天之久,被隔離在營外;民眾也沒有起程,直到米黎盎回來。
16 ତହିଁ ଉତ୍ତାରେ ଲୋକମାନେ ହତ୍ସେରୋତଠାରୁ ଯାତ୍ରା କରି ପାରଣ ପର୍ବତରେ ଛାଉଣି ସ୍ଥାପନ କଲେ।
以後,民眾由哈茲洛特起程出發,在帕蘭曠野紮了營。