< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12 >

1 ମୋଶା ଏକ କୂଶୀୟା ସ୍ତ୍ରୀକୁ ବିବାହ କରିଥିଲେ, ଏଣୁ ମରୀୟମ ଓ ହାରୋଣ ସେହି କୂଶୀୟା ସ୍ତ୍ରୀ ସକାଶୁ ମୋଶାଙ୍କ ବିରୁଦ୍ଧରେ କଥା କହିଲେ।
Miriamu na Aroni walianza kuzungumza dhidi ya Mose kwa sababu ya mke wake Mkushi, kwa kuwa alikuwa ameoa Mkushi.
2 ସେମାନେ କହିଲେ, “ସଦାପ୍ରଭୁ କି କେବଳ ମୋଶାଙ୍କ ସହିତ କଥା କହିଅଛନ୍ତି? ସେ କି ଆମ୍ଭମାନଙ୍କ ସହିତ ମଧ୍ୟ କଥା କହି ନାହାନ୍ତି?” ମାତ୍ର ଏ କଥା ସଦାପ୍ରଭୁ ଶୁଣିଲେ।
Waliuliza, “Je, Bwana amesema kupitia Mose peke yake? Je, hajasema kutupitia sisi pia?” Naye Bwana akasikia hili.
3 ମୋଶା ପୃଥିବୀସ୍ଥ ସମସ୍ତ ଲୋକଙ୍କଠାରୁ ଅତି ନମ୍ର ଲୋକ ଥିଲେ।
(Basi Mose alikuwa mtu mnyenyekevu sana, mnyenyekevu kuliko mtu mwingine yeyote katika uso wa dunia.)
4 ଏଥିଉତ୍ତାରେ ସଦାପ୍ରଭୁ ଅକସ୍ମାତ୍‍ ମୋଶାଙ୍କୁ ଓ ହାରୋଣଙ୍କୁ ଓ ମରୀୟମକୁ କହିଲେ, “ତୁମ୍ଭେ ତିନି ଜଣ ବାହାର ହୋଇ ସମାଗମ-ତମ୍ବୁ ନିକଟକୁ ଆସ” ତହିଁରେ ସେ ତିନି ଜଣ ବାହାର ହୋଇ ଆସିଲେ;
Ghafula Bwana akawaambia Mose, Aroni na Miriamu, “Njooni katika Hema la Kukutania, ninyi nyote watatu.” Kwa hiyo wote watatu wakaenda.
5 ସେତେବେଳେ ସଦାପ୍ରଭୁ ମେଘ ସ୍ତମ୍ଭରେ ଓହ୍ଲାଇ ତମ୍ବୁ ଦ୍ୱାରରେ ଛିଡ଼ା ହୋଇ ହାରୋଣ ଓ ମରୀୟମଙ୍କୁ ଡାକିଲେ; ତହୁଁ ସେମାନେ ଦୁହେଁ ବାହାର ହୋଇ ଆସିଲେ।
Kisha Bwana akashuka katika nguzo ya wingu, akasimama kwenye ingilio la Hema, akawaita Aroni na Miriamu. Wakati wote wawili waliposogea mbele,
6 ତେବେ ସେ କହିଲେ, “ଆମ୍ଭର ବାକ୍ୟ ଶୁଣ; ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍‍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ୱପ୍ନ ଦ୍ୱାରା ତାହା ସହିତ କଥା କହିବା।
Bwana akasema, “Sikilizeni maneno yangu: “Akiwapo nabii wa Bwana miongoni mwenu, nitajifunua kwake kwa maono, nitanena naye katika ndoto.
7 ଆମ୍ଭର ସେବକ ମୋଶା ତଦ୍ରୂପ ନୁହେଁ; ସେ ଆମ୍ଭର ସମସ୍ତ ଗୃହ ମଧ୍ୟରେ ବିଶ୍ୱାସପାତ୍ର ଅଟେ।
Lakini sivyo kwa mtumishi wangu Mose; yeye ni mwaminifu katika nyumba yangu yote.
8 ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ?”
Kwake nitanena naye uso kwa uso, waziwazi wala si kwa mafumbo; yeye ataona umbo la Bwana. Kwa nini basi ninyi hamkuogopa kuzungumza kinyume cha mtumishi wangu Mose?”
9 ଏହିରୂପେ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ।
Hasira ya Bwana ikawaka dhidi yao, akawaacha.
10 ପୁଣି, ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା ଆଉ ଦେଖ, ମରୀୟମ କୁଷ୍ଠଗ୍ରସ୍ତା, ହିମ ତୁଲ୍ୟ ଶ୍ୱେତ; ପୁଣି, ହାରୋଣ ମରୀୟମଙ୍କୁ ଅନାନ୍ତେ, ଦେଖ, ସେ କୁଷ୍ଠଗ୍ରସ୍ତ।
Wakati hilo wingu liliinuka kutoka juu ya Hema, Miriamu akawa tayari ana ukoma, mweupe kama theluji. Aroni akamgeukia, akaona ana ukoma.
11 ତହିଁରେ ହାରୋଣ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ, ଏହେତୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ।
Kisha Aroni akamwambia Mose, “Tafadhali, bwana wangu, usituhesabie dhambi hii ambayo tumeifanya kwa upumbavu.
12 ମାତାର ଗର୍ଭରୁ ନିର୍ଗତ ହେଲା ସମୟରେ ଯାହାର ମାଂସ ଅର୍ଦ୍ଧନଷ୍ଟ, ଏପରି ମୃତ ଲୋକ ତୁଲ୍ୟ ସେ ନ ହେଉ।”
Usimwache awe kama mtoto mchanga aliyezaliwa akiwa mfu, ambaye nusu ya mwili wake imeharibika hapo atokapo katika tumbo la mama yake.”
13 ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ହେ ପରମେଶ୍ୱର, ବିନୟ କରୁଅଛି, ତାହାକୁ ସୁସ୍ଥ କର।”
Hivyo Mose akamlilia Bwana akisema, “Ee Mungu, nakuomba umponye!”
14 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯଦି ତାହାର ପିତା ତାହାର ମୁଖରେ କେବଳ ଛେପ ପକାଇଥାʼନ୍ତା, ତେବେ ସେ କି ସାତ ଦିନ ଲଜ୍ଜିତା ହୁଅନ୍ତା ନାହିଁ? ସେ ସାତ ଦିନ ପର୍ଯ୍ୟନ୍ତ ଛାଉଣି ବାହାରେ ରୁଦ୍ଧା ହୋଇ ରହୁ; ତହିଁ ଉତ୍ତାରେ ସେ ଭିତରକୁ ଅଣାଯିବ।”
Bwana akamjibu Mose, “Je, kama baba yake angemtemea usoni, asingeona aibu kwa siku saba? Mfungie nje ya kambi kwa siku saba; baada ya hapo anaweza kurudishwa kambini.”
15 ତହୁଁ ମରୀୟମ ସାତ ଦିନ ଛାଉଣିର ବାହାରେ ରୁଦ୍ଧା ହେଲା, ଆଉ ମରୀୟମ ପୁନର୍ବାର ଭିତରକୁ ଅଣା ନ ଯିବାଯାଏ ଲୋକମାନେ ଯାତ୍ରା କଲେ ନାହିଁ।
Kwa hiyo Miriamu akafungiwa nje ya kambi kwa siku saba, nao watu hawakuendelea na safari mpaka aliporudishwa kambini.
16 ତହିଁ ଉତ୍ତାରେ ଲୋକମାନେ ହତ୍ସେରୋତଠାରୁ ଯାତ୍ରା କରି ପାରଣ ପର୍ବତରେ ଛାଉଣି ସ୍ଥାପନ କଲେ।
Baada ya hayo, watu waliondoka Haserothi, wakapiga kambi katika Jangwa la Parani.

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12 >