< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
וידבר יהוה אל משה לאמר
2 “ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ କିଣାନ ଦେଶ ଦେବା, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ, ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ।”
שלח לך אנשים ויתרו את ארץ כנען אשר אני נתן לבני ישראל איש אחד איש אחד למטה אבתיו תשלחו--כל נשיא בהם
3 ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପାରଣ ପ୍ରାନ୍ତରରୁ ସେମାନଙ୍କୁ ପଠାଇଲେ; ସେହି ଲୋକ ସମସ୍ତେ ଇସ୍ରାଏଲ-ସନ୍ତାନଗଣର ପ୍ରଧାନ ଥିଲେ।
וישלח אתם משה ממדבר פארן על פי יהוה כלם אנשים ראשי בני ישראל המה
4 ସେମାନଙ୍କର ନାମ ଏହି: ରୁବେନ୍‍ ବଂଶ ମଧ୍ୟରୁ ସକ୍କୁରର ପୁତ୍ର ଶମ୍ମୂୟ;
ואלה שמותם למטה ראובן שמוע בן זכור
5 ଶିମୀୟୋନ ବଂଶ ମଧ୍ୟରୁ ହୋରିର ପୁତ୍ର ଶାଫଟ;
למטה שמעון שפט בן חורי
6 ଯିହୁଦା ବଂଶ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ;
למטה יהודה כלב בן יפנה
7 ଇଷାଖର ବଂଶ ମଧ୍ୟରୁ ଯୋଷେଫର ପୁତ୍ର ଯିଗାଲ;
למטה יששכר יגאל בן יוסף
8 ଇଫ୍ରୟିମ ବଂଶ ମଧ୍ୟରୁ ନୂନର ପୁତ୍ର ହୋଶେୟ;
למטה אפרים הושע בן נון
9 ବିନ୍ୟାମୀନ୍ ବଂଶ ମଧ୍ୟରୁ ରାଫୂର ପୁତ୍ର ପଲ୍ଟି;
למטה בנימן פלטי בן רפוא
10 ସବୂଲୂନ ବଂଶ ମଧ୍ୟରୁ ସୋଦିର ପୁତ୍ର ଗଦ୍ଦୀୟେଲ;
למטה זבולן גדיאל בן סודי
11 ଯୋଷେଫ-ବଂଶ ମଧ୍ୟରୁ, ଅର୍ଥାତ୍‍, ମନଃଶି ବଂଶ ମଧ୍ୟରୁ ସୂଷିର ପୁତ୍ର ଗଦ୍ଦି;
למטה יוסף למטה מנשה--גדי בן סוסי
12 ଦାନ୍ ବଂଶ ମଧ୍ୟରୁ ଗମଲ୍ଲୀର ପୁତ୍ର ଅମ୍ମୀୟେଲ;
למטה דן עמיאל בן גמלי
13 ଆଶେର ବଂଶ ମଧ୍ୟରୁ ମୀଖାୟେଲର ପୁତ୍ର ସଥୁର;
למטה אשר סתור בן מיכאל
14 ନପ୍ତାଲି ବଂଶ ମଧ୍ୟରୁ ବପ୍ସିର ପୁତ୍ର ନହବି;
למטה נפתלי נחבי בן ופסי
15 ଗାଦ୍‍ ବଂଶ ମଧ୍ୟରୁ ମାଖିର ପୁତ୍ର ଗୂୟେଲ।
למטה גד גאואל בן מכי
16 ମୋଶା ଯେଉଁ ଲୋକମାନଙ୍କୁ ଦେଶ ଅନୁସନ୍ଧାନ କରିବାକୁ ପଠାଇଥିଲେ, ସେମାନଙ୍କର ନାମ ଏହି, ଆଉ ମୋଶା, ନୂନର ପୁତ୍ର ହୋଶେୟଙ୍କୁ ଯିହୋଶୂୟ ନାମ ଦେଲେ।
אלה שמות האנשים אשר שלח משה לתור את הארץ ויקרא משה להושע בן נון יהושע
17 ଆଉ ମୋଶା ଏମାନଙ୍କୁ କିଣାନ ଦେଶ ଅନୁସନ୍ଧାନ କରିବାକୁ ପଠାଇ କହିଲେ, “ତୁମ୍ଭେମାନେ ଏହି ଦକ୍ଷିଣ ଦିଗ ଦେଇ ପର୍ବତ ଆରୋହଣ କର;
וישלח אתם משה לתור את ארץ כנען ויאמר אלהם עלו זה בנגב ועליתם את ההר
18 ପୁଣି, ସେହି ଦେଶ କିପରି ଓ ତହିଁରେ ବାସକାରୀ ଲୋକମାନେ ବଳବାନ କି ଦୁର୍ବଳ ଓ ଅଳ୍ପ କି ଅନେକ;
וראיתם את הארץ מה הוא ואת העם הישב עליה--החזק הוא הרפה המעט הוא אם רב
19 ପୁଣି, ସେମାନେ ଯେଉଁ ଦେଶରେ ବାସ କରନ୍ତି, ତାହା ଭଲ କି ମନ୍ଦ ଓ ଯେଉଁ ଯେଉଁ ନଗରରେ ବାସ କରନ୍ତି, ତାହା କି ପ୍ରକାର; ସେମାନେ ତମ୍ବୁରେ କି ଗଡ଼ରେ, କାହିଁରେ ବାସ କରନ୍ତି;
ומה הארץ אשר הוא ישב בה--הטובה הוא אם רעה ומה הערים אשר הוא יושב בהנה--הבמחנים אם במבצרים
20 ପୁଣି, ସେହି ଭୂମି କି ପ୍ରକାର, ଉର୍ବର କି ଅନୁର୍ବର, ତହିଁ ମଧ୍ୟରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ। ଆଉ ତୁମ୍ଭେମାନେ ସାହସୀ ହୋଇ ସେହି ଦେଶର ଫଳରୁ କିଛି ସଙ୍ଗରେ ଆଣ।” ସେହି ସମୟରେ ପ୍ରଥମ ପକ୍ୱ ଦ୍ରାକ୍ଷାଫଳର ସମୟ ଥିଲା।
ומה הארץ השמנה הוא אם רזה היש בה עץ אם אין והתחזקתם ולקחתם מפרי הארץ והימים--ימי בכורי ענבים
21 ଏଣୁ ସେମାନେ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ହମାତର ପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ।
ויעלו ויתרו את הארץ ממדבר צן עד רחב לבא חמת
22 ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍‍, ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ। ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା।
ויעלו בנגב ויבא עד חברון ושם אחימן ששי ותלמי ילידי הענק וחברון שבע שנים נבנתה לפני צען מצרים
23 ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ଡା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ବ ଓ ଡିମ୍ବିରି ଫଳ ମଧ୍ୟ ଆଣିଲେ।
ויבאו עד נחל אשכל ויכרתו משם זמורה ואשכול ענבים אחד וישאהו במוט בשנים ומן הרמנים ומן התאנים
24 ଇସ୍ରାଏଲ-ସନ୍ତାନଗଣ ଯେଉଁ ଦ୍ରାକ୍ଷାପେଣ୍ଡା କାଟିଥିଲେ, ତହିଁ ସକାଶୁ ସେହି ସ୍ଥାନ ଇଷ୍କୋଲ (ପେଣ୍ଡା) ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା।
למקום ההוא קרא נחל אשכול על אדות האשכול אשר כרתו משם בני ישראל
25 ଆଉ ଚାଳିଶ ଦିନ ଉତ୍ତାରେ ସେମାନେ ଦେଶ ଅନୁସନ୍ଧାନ କରି ଫେରି ଆସିଲେ।
וישבו מתור הארץ מקץ ארבעים יום
26 ଏଥିଉତ୍ତାରେ ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା, ହାରୋଣ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ଡଳୀକୁ ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ।
וילכו ויבאו אל משה ואל אהרן ואל כל עדת בני ישראל אל מדבר פארן--קדשה וישיבו אתם דבר ואת כל העדה ויראום את פרי הארץ
27 ପୁଣି, ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ ଓ ଏହା ତହିଁର ଫଳ।
ויספרו לו ויאמרו באנו אל הארץ אשר שלחתנו וגם זבת חלב ודבש הוא--וזה פריה
28 ତଥାପି ସେହି ଦେଶ ନିବାସୀମାନେ ବଳବାନ ଓ ନଗରସବୁ ପ୍ରାଚୀର-ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ।
אפס כי עז העם הישב בארץ והערים בצרות גדלת מאד וגם ילדי הענק ראינו שם
29 ଦକ୍ଷିଣ ଦେଶରେ ଅମାଲେକ ବାସ କରନ୍ତି; ପୁଣି, ପର୍ବତରେ ହିତ୍ତୀୟ, ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି; ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି।”
עמלק יושב בארץ הנגב והחתי והיבוסי והאמרי יושב בהר והכנעני יושב על הים ועל יד הירדן
30 ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷାନ୍ତ କରି କହିଲେ, “ଆସ, ଆମ୍ଭେମାନେ ଏହିକ୍ଷଣି ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭେମାନେ ସକ୍ଷମ ଅଟୁ।”
ויהס כלב את העם אל משה ויאמר עלה נעלה וירשנו אתה--כי יכול נוכל לה
31 ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ଯାଇଥିଲେ, ସେମାନେ କହିଲେ, “ଆମ୍ଭେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନ ପାରୁ, କାରଣ ସେମାନେ ଆମ୍ଭମାନଙ୍କଠାରୁ ବଳବାନ।”
והאנשים אשר עלו עמו אמרו לא נוכל לעלות אל העם כי חזק הוא ממנו
32 ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ-ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, “ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ୱନିବାସୀମାନଙ୍କୁ ଗ୍ରାସ କରେ, ପୁଣି, ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା।
ויציאו דבת הארץ אשר תרו אתה אל בני ישראל לאמר הארץ אשר עברנו בה לתור אתה ארץ אכלת יושביה הוא וכל העם אשר ראינו בתוכה אנשי מדות
33 ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ।”
ושם ראינו את הנפילים בני ענק--מן הנפלים ונהי בעינינו כחגבים וכן היינו בעיניהם

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13 >