< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14 >

1 ଏଥିରେ ସମସ୍ତ ମଣ୍ଡଳୀ ଉଚ୍ଚସ୍ୱରରେ କୋଳାହଳ କଲେ ଓ ଲୋକମାନେ ସେହି ରାତ୍ରି ରୋଦନ କଲେ।
All the congregation lifted up their voice, and cried; and the people wept that night.
2 ପୁଣି, ଇସ୍ରାଏଲ-ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ଡଳୀ ସେମାନଙ୍କ ଆଗରେ କହିଲେ, “ଆହା, ଆମ୍ଭେମାନେ ମିସର ଦେଶରେ ନଚେତ୍ ଏହି ପ୍ରାନ୍ତରରେ ମରିଥାʼନ୍ତୁ! ଆହା, ଆମ୍ଭେମାନେ ଯଦି ଏହି ପ୍ରାନ୍ତରରେ ମରିଥାʼନ୍ତୁ!
All the children of Israel murmured against Moses and against Aaron. The whole congregation said to them, “We wish that we had died in the land of Egypt, or that we had died in this wilderness!
3 ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ୍ଗରେ ନିପାତ କରିବା ପାଇଁ କାହିଁକି ଏ ଦେଶକୁ ଆଣିଅଛନ୍ତି? ଯଦ୍ଦ୍ୱାରା ଆମ୍ଭମାନଙ୍କର ଭାର୍ଯ୍ୟା ଓ ବାଳକମାନେ ଲୁଟିତ ହେବେ; ମିସରକୁ ଫେରିଗଲେ କି ଆମ୍ଭମାନଙ୍କ ପାଇଁ ଭଲ ହୁଅନ୍ତା ନାହିଁ?”
Why does the LORD bring us to this land, to fall by the sword? Our wives and our little ones will be captured or killed! Would not it be better for us to return into Egypt?”
4 ଏଥିରେ ସେମାନେ ପରସ୍ପରକୁ କହିଲେ, “ଆସ, ଆମ୍ଭେମାନେ ଜଣକୁ ପ୍ରଧାନ କରି ମିସରକୁ ଫେରିଯାଉ।”
They said to one another, “Let’s choose a leader, and let’s return into Egypt.”
5 ତହିଁରେ ମୋଶା ଓ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ସମାଜ ଆଗରେ ମୁହଁ ମାଡ଼ି ପଡ଼ିଲେ।
Then Moses and Aaron fell on their faces before all the assembly of the congregation of the children of Israel.
6 ତହୁଁ ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଆପଣା ଆପଣା ବସ୍ତ୍ର ଚିରିଲେ;
Joshua the son of Nun and Caleb the son of Jephunneh, who were of those who spied out the land, tore their clothes.
7 ଆଉ ସେମାନେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀକୁ କହିଲେ, “ଆମ୍ଭେମାନେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲୁ, ତାହା ଅତ୍ୟନ୍ତ ଉତ୍ତମ ଦେଶ ଅଟେ।
They spoke to all the congregation of the children of Israel, saying, “The land, which we passed through to spy it out, is an exceedingly good land.
8 ଯଦି ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ନେବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ।
If the LORD delights in us, then he will bring us into this land, and give it to us: a land which flows with milk and honey.
9 କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।”
Only do not rebel against the LORD, neither fear the people of the land; for they are bread for us. Their defense is removed from over them, and the LORD is with us. Do not fear them.”
10 ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା।
But all the congregation threatened to stone them with stones. The LORD’s glory appeared in the Tent of Meeting to all the children of Israel.
11 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଲୋକମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଙ୍କୁ ଅବଜ୍ଞା କରିବେ? ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପେ ଯେଉଁ ସମସ୍ତ କର୍ମ କରିଅଛୁ, ତାହା କଲେ ହେଁ ସେମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଠାରେ ବିଶ୍ୱାସ କରିବେ ନାହିଁ?
The LORD said to Moses, “How long will this people despise me? How long will they not believe in me, for all the signs which I have worked among them?
12 ଆମ୍ଭେ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା ଓ ସେମାନଙ୍କୁ ଅଧିକାରଚ୍ୟୁତ କରିବା, ପୁଣି, ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ ଗୋଷ୍ଠୀ କରିବା।”
I will strike them with the pestilence, and disinherit them, and will make of you a nation greater and mightier than they.”
13 ଏଥିରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ତେବେ ମିସରୀୟ ଲୋକମାନେ ତ ଏହା ଶୁଣିବେ; କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ୱାରା ସେମାନଙ୍କ ମଧ୍ୟରୁ ଏହି ଲୋକମାନଙ୍କୁ ଆଣିଅଛ।
Moses said to the LORD, “Then the Egyptians will hear it; for you brought up this people in your might from among them.
14 ପୁଣି, ସେମାନେ ଏ ଦେଶ ନିବାସୀମାନଙ୍କୁ ତାହା କହିବେ; ସେମାନେ ଶୁଣିଅଛନ୍ତି ଯେ, ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧ୍ୟବର୍ତ୍ତୀ ଅଟ; କାରଣ ତୁମ୍ଭେ ସଦାପ୍ରଭୁ ପ୍ରତ୍ୟକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସେମାନଙ୍କ ଉପରେ ସ୍ଥିତି କରୁଅଛି ଓ ତୁମ୍ଭେ ଦିନ ସମୟରେ ମେଘ ସ୍ତମ୍ଭରେ ଓ ରାତ୍ରି ସମୟରେ ଅଗ୍ନିସ୍ତମ୍ଭରେ ସେମାନଙ୍କ ଆଗେ ଆଗେ ଗମନ କରୁଅଛ।
They will tell it to the inhabitants of this land. They have heard that you LORD are among this people; for you LORD are seen face to face, and your cloud stands over them, and you go before them, in a pillar of cloud by day, and in a pillar of fire by night.
15 ବର୍ତ୍ତମାନ ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଏକ ମନୁଷ୍ୟ ତୁଲ୍ୟ ବଧ କରିବ, ତେବେ ଯେଉଁ ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର କୀର୍ତ୍ତିର କଥା ଶୁଣିଅଛନ୍ତି, ସେମାନେ କହିବେ,
Now if you killed this people as one man, then the nations which have heard the fame of you will speak, saying,
16 ‘ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏହେତୁ ସେ ସେମାନଙ୍କୁ ପ୍ରାନ୍ତରରେ ବଧ କରିଅଛନ୍ତି।’
‘Because the LORD was not able to bring this people into the land which he swore to them, therefore he has slain them in the wilderness.’
17 ଏବେ ମୁଁ ବିନୟ କରୁଅଛି, ପ୍ରଭୁଙ୍କ ପରାକ୍ରମ ମହାନ ହେଉ, ଯେପରି ତୁମ୍ଭେ କହିଅଛ,
Now please let the power of the Lord be great, according as you have spoken, saying,
18 ‘ସଦାପ୍ରଭୁ କ୍ରୋଧରେ ଧୀର, ଦୟାରେ ପରିପୂର୍ଣ୍ଣ, ଅପରାଧ ଓ ଆଜ୍ଞା-ଲଙ୍ଘନର କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା; ପୁଣି, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣଙ୍କର ଅପରାଧର ପ୍ରତିଫଳଦାତା।’
‘The LORD is slow to anger, and abundant in loving kindness, forgiving iniquity and disobedience; and he will by no means clear the guilty, visiting the iniquity of the fathers on the children, on the third and on the fourth generation.’
19 ବିନୟ କରୁଅଛି, ତୁମ୍ଭେ ଆପଣା ଦୟାର ମହତ୍ତ୍ୱ ଅନୁସାରେ ଓ ତୁମ୍ଭେ ଏହି ଲୋକମାନଙ୍କୁ ମିସରଠାରୁ ଏପର୍ଯ୍ୟନ୍ତ ଯେପରି କ୍ଷମା କରିଅଛ, ତଦନୁସାରେ ଏହି ଲୋକମାନଙ୍କର ଅପରାଧ କ୍ଷମା କର।”
Please pardon the iniquity of this people according to the greatness of your loving kindness, and just as you have forgiven this people, from Egypt even until now.”
20 ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭର ଅନୁରୋଧନୁସାରେ ସେମାନଙ୍କୁ କ୍ଷମା କଲୁ।
The LORD said, “I have pardoned according to your word;
21 ମାତ୍ର ଯଦି ଆମ୍ଭେ ଜୀବିତ ହେଉ, ଆଉ ଯଦି ଏହି ସମସ୍ତ ପୃଥିବୀ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେବ,
but in very deed—as I live, and as all the earth shall be filled with the LORD’s glory—
22 ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି, ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନସ୍ୱରୂପ କର୍ମ ଦେଖିଲେ ମଧ୍ୟ ଦଶ ଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,
because all those men who have seen my glory and my signs, which I worked in Egypt and in the wilderness, yet have tempted me these ten times, and have not listened to my voice;
23 ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ନିଶ୍ଚୟ ଏମାନଙ୍କ ମଧ୍ୟରୁ କେହି ସେହି ଦେଶ ଦେଖି ପାରିବେ ନାହିଁ; କିଅବା ଯେଉଁମାନେ ଆମ୍ଭଙ୍କୁ ଅବଜ୍ଞା କରିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବ ନାହିଁ;
surely they shall not see the land which I swore to their fathers, neither shall any of those who despised me see it.
24 ମାତ୍ର ଆମ୍ଭର ସେବକ କାଲେବଠାରେ ଅନ୍ୟ ଆତ୍ମା ଅଛି ଓ ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି, ଏଥିପାଇଁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ।
But my servant Caleb, because he had another spirit with him, and has followed me fully, him I will bring into the land into which he went. His offspring shall possess it.
25 ବର୍ତ୍ତମାନ ଅମାଲେକୀୟ ଓ କିଣାନୀୟମାନେ ତଳଭୂମିରେ ବାସ କରନ୍ତି; କାଲି ତୁମ୍ଭେମାନେ ଫେରି ସୂଫ ସାଗରକୁ ଯିବା ପଥ ଦେଇ ପ୍ରାନ୍ତରକୁ ଗମନ କର।”
Since the Amalekite and the Canaanite dwell in the valley, tomorrow turn and go into the wilderness by the way to the Red Sea.”
26 ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
The LORD spoke to Moses and to Aaron, saying,
27 “ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ଡଳୀ, ତାହାକୁ ଆମ୍ଭେ କେତେ କାଳ ସହିବା? ଇସ୍ରାଏଲ-ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।
“How long shall I bear with this evil congregation that complain against me? I have heard the complaints of the children of Israel, which they complain against me.
28 ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଯଦି ଜୀବିତ ହେଉ, ତେବେ ତୁମ୍ଭେମାନେ ଆମ୍ଭ କର୍ଣ୍ଣଗୋଚରରେ ଯାହା କହିଅଛ, ତାହା ହିଁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି କରିବା।
Tell them, ‘As I live, says the LORD, surely as you have spoken in my ears, so I will do to you.
29 ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ; ତୁମ୍ଭମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କର ସମ୍ପୂର୍ଣ୍ଣ ସଂଖ୍ୟାନୁସାରେ ଗଣିତ ଯେତେ ଲୋକ, ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ବଚସା କରିଅଛ,
Your dead bodies shall fall in this wilderness; and all who were counted of you, according to your whole number, from twenty years old and upward, who have complained against me,
30 ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶରେ ବାସ କରାଇବାକୁ ପ୍ରତିଜ୍ଞା କରିଅଛୁ, ନିଶ୍ଚୟ ସେହି ଦେଶରେ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟଙ୍କ ବ୍ୟତୀତ ତୁମ୍ଭେମାନେ କେହି ପ୍ରବେଶ କରିବ ନାହିଁ।
surely you shall not come into the land concerning which I swore that I would make you dwell therein, except Caleb the son of Jephunneh, and Joshua the son of Nun.
31 ମାତ୍ର ତୁମ୍ଭେମାନେ ଆପଣା ଆପଣାର ଯେଉଁ ବାଳକଗଣଙ୍କ ବିଷୟରେ ସେମାନେ ଲୁଟିତ ହେବେ ବୋଲି କହିଥିଲ, ସେମାନଙ୍କୁ ଆମ୍ଭେ ସେହି ସ୍ଥାନକୁ ଆଣିବା ଓ ତୁମ୍ଭେମାନେ ଯେଉଁ ଦେଶକୁ ତୁଚ୍ଛଜ୍ଞାନ କରିଅଛ, ସେମାନେ ତହିଁର ପରିଚୟ ପାଇବେ।
But I will bring in your little ones that you said should be captured or killed, and they shall know the land which you have rejected.
32 ମାତ୍ର ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ।
But as for you, your dead bodies shall fall in this wilderness.
33 ପୁଣି, ତୁମ୍ଭମାନଙ୍କ ସନ୍ତାନଗଣଙ୍କ ଚାଳିଶ ବର୍ଷ ଏହି ପ୍ରାନ୍ତରରେ ଭ୍ରମଣକାରୀ ହେବେ ଓ ଏହି ପ୍ରାନ୍ତରରେ ତୁମ୍ଭମାନଙ୍କ ଶବ ନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କ ବ୍ୟଭିଚାରର ଫଳ ଭୋଗ କରିବେ।
Your children shall be wanderers in the wilderness forty years, and shall bear your prostitution, until your dead bodies are consumed in the wilderness.
34 ତୁମ୍ଭେମାନେ ଯେଉଁ ଚାଳିଶ ଦିନ ଦେଶ ଅନୁସନ୍ଧାନ କରିଅଛ, ସେହି ଦିନର ସଂଖ୍ୟାନୁସାରେ ଏକ ଏକ ଦିନ ପାଇଁ ଏକ ଏକ ବର୍ଷ, ଏରୂପେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ଆପଣା ଆପଣା ଅପରାଧର ଦଣ୍ଡ ଭୋଗିବ ଓ ଆମ୍ଭର ବିପକ୍ଷତା କିପରି, ତାହା ଜ୍ଞାତ ହେବ।
After the number of the days in which you spied out the land, even forty days, for every day a year, you will bear your iniquities, even forty years, and you will know my alienation.’
35 ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଆମ୍ଭ ବିରୁଦ୍ଧରେ ଯେଉଁ ଦୁଷ୍ଟ ମଣ୍ଡଳୀ ଏକତ୍ରିତ ହୋଇଅଛି, ତାହା ପ୍ରତି ଆମ୍ଭେ ତାହା ନିଶ୍ଚୟ କରିବା, ପୁଣି, ସେମାନେ ଏହି ପ୍ରାନ୍ତରରେ ନଷ୍ଟ ହେବେ ଓ ଏହି ସ୍ଥାନରେ ସେମାନେ ମରିବେ।’”
I, the LORD, have spoken. I will surely do this to all this evil congregation who are gathered together against me. In this wilderness they shall be consumed, and there they shall die.”
36 ଆଉ ଦେଶ ଅନୁସନ୍ଧାନ କରିବା ପାଇଁ ମୋଶାଙ୍କର ପ୍ରେରିତ ଯେଉଁ ଲୋକମାନେ ଫେରିଆସି ସେହି ଦେଶର ଅଖ୍ୟାତି ଆଣି ସଦାପ୍ରଭୁଙ୍କ ବିରୁଦ୍ଧରେ ସମସ୍ତ ମଣ୍ଡଳୀକୁ ବଚସା କରାଇଥିଲେ,
The men whom Moses sent to spy out the land, who returned and made all the congregation to murmur against him by bringing up an evil report against the land,
37 ଦେଶର ଅଖ୍ୟାତିକାରୀ ସେହି ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମହାମାରୀ ଦ୍ୱାରା ମଲେ।
even those men who brought up an evil report of the land, died by the plague before the LORD.
38 ମାତ୍ର ଯେଉଁ ମନୁଷ୍ୟମାନେ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନଙ୍କ ମଧ୍ୟରୁ କେବଳ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଜୀବିତ ରହିଲେ।
But Joshua the son of Nun and Caleb the son of Jephunneh remained alive of those men who went to spy out the land.
39 ଆଉ ମୋଶା ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ; ତହିଁରେ ଲୋକମାନେ ଅତିଶୟ ବିଳାପ କଲେ।
Moses told these words to all the children of Israel, and the people mourned greatly.
40 ପୁଣି, ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତ ଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, “ଦେଖ, ଆମ୍ଭେମାନେ ପାପ କରିଅଛୁ, ତଥାପି ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା ନିମନ୍ତେ; ଆମ୍ଭେମାନେ ଏଠାରେ ଅଛୁ।”
They rose up early in the morning and went up to the top of the mountain, saying, “Behold, we are here, and will go up to the place which the LORD has promised; for we have sinned.”
41 ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ଆଜ୍ଞାଲଙ୍ଘନ କରୁଅଛ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ।
Moses said, “Why now do you disobey the commandment of the LORD, since it shall not prosper?
42 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ନାହାନ୍ତି; ଯେପରି ତୁମ୍ଭେମାନେ ଶତ୍ରୁଗଣର ସମ୍ମୁଖରେ ପରାସ୍ତ ହେବ ନାହିଁ, ଏଥିପାଇଁ ଉପରକୁ ଯାଅ ନାହିଁ।
Do not go up, for the LORD is not among you; that way you will not be struck down before your enemies.
43 ଯେହେତୁ ଅମାଲେକୀୟ ଓ କିଣାନୀୟ ଲୋକମାନେ ସେଠାରେ ତୁମ୍ଭମାନଙ୍କ ସମ୍ମୁଖରେ ଅଛନ୍ତି ଓ ତୁମ୍ଭେମାନେ ଖଡ୍ଗରେ ପତିତ ହେବ; ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ବିମୁଖ ହେବାରୁ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ନାହିଁ।”
For there the Amalekite and the Canaanite are before you, and you will fall by the sword because you turned back from following the LORD; therefore the LORD will not be with you.”
44 ତଥାପି ସେମାନେ ପର୍ବତ ଶୃଙ୍ଗ ଉପରକୁ ଯିବାକୁ ଦୁଃସାହସ କଲେ; ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ମୋଶା ଛାଉଣିରୁ ପ୍ରସ୍ଥାନ କଲେ ନାହିଁ।
But they presumed to go up to the top of the mountain. Nevertheless, the ark of the LORD’s covenant and Moses did not depart out of the camp.
45 ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆଘାତ କଲେ ଓ ସେମାନଙ୍କୁ ପରାସ୍ତ କରି ହର୍ମା ପର୍ଯ୍ୟନ୍ତ ତଡ଼ିଦେଲେ।
Then the Amalekites came down, and the Canaanites who lived in that mountain, and struck them and beat them down even to Hormah.

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14 >