< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
And the Lord spoke to Moses, saying:
2 “ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ଆପଣାମାନଙ୍କ ସେହି ନିବାସ ଦେଶରେ ଯେତେବେଳେ ପ୍ରବେଶ କରିବ,
Speak to the children of Israel and thou shalt say to them: When you shall be come into the land of your habitation, which I will give you,
3 ପୁଣି, ତୁମ୍ଭମାନଙ୍କର ମାନତ ପୂର୍ଣ୍ଣ କରିବା ନିମନ୍ତେ, କିଅବା ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ, କିଅବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ବା ବଳି ଉତ୍ସର୍ଗ କରିବ;
And shall make an offering to the Lord, for a holocaust, or a victim, paying your vows, or voluntarily offering gifts, or in your solemnities burning a sweet savour unto the Lord, of oxen or of sheep:
4 ସେତେବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗକାରୀ ଲୋକ ହୋମାଦି ବଳିଦାନାର୍ଥକ ପ୍ରତ୍ୟେକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦାର ନୈବେଦ୍ୟ ଆଣିବ,
Whosoever immolateth the victim, shall offer a sacrifice of fine flour, the tenth part of an ephi, tempered with the fourth part of a hin of oil:
5 ପୁଣି, ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସର ପେୟ-ନୈବେଦ୍ୟ ପ୍ରସ୍ତୁତ କରିବ।
And he shall give the same measure of wine to pour out in libations for the holocaust or for the victim. For every lamb,
6 ଅଥବା ଏକ ମେଷ ନିମନ୍ତେ, ତୁମ୍ଭେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ହିନର ତୃତୀୟାଂଶ ତୈଳରେ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ନୈବେଦ୍ୟ ପ୍ରସ୍ତୁତ କରିବ,
And for every ram there shall be a sacrifice of hour of two tenths, which shall be tempered with the third part of a hin of oil:
7 ପୁଣି, ତୁମ୍ଭେ ପେୟ-ନୈବେଦ୍ୟ ନିମନ୍ତେ ଏକ ହିନର ତୃତୀୟାଂଶ ଦ୍ରାକ୍ଷାରସ ଉତ୍ସର୍ଗ କରିବ।
And he shall offer the third part of the same measure of wine for the libation, for a sweet savour to the Lord.
8 ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯଦି ଗୋବତ୍ସ ପ୍ରସ୍ତୁତ କରିବ,
But when thou offerest a holocaust or sacrifice of oxen, to fulfill thy vow or for victims of peace offerings,
9 ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହୀନ୍ ତୈଳ ମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣିବ।
Thou shalt give for every ox three tenths of flour tempered with half a hin of oil,
10 ପୁଣି, ତୁମ୍ଭେ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥକ ଅଗ୍ନିକୃତ ଉପହାରର ପେୟ-ନୈବେଦ୍ୟ ନିମନ୍ତେ ଅର୍ଦ୍ଧହୀନ୍ ଦ୍ରାକ୍ଷାରସ ଆଣିବ।
And wine for libations of the same measure, for an offering of most sweet savour to the Lord.
11 ଏହିରୂପେ ପ୍ରତ୍ୟେକ ଗୋରୁ, ପ୍ରତ୍ୟେକ ମେଷ ଓ ପ୍ରତ୍ୟେକ ମେଷବତ୍ସ ଅବା ଛାଗବତ୍ସ ପ୍ରତି କରାଯିବ।
Thus shalt thou do:
12 ତୁମ୍ଭେମାନେ ପ୍ରସ୍ତୁତ କରିବା ସଂଖ୍ୟାନୁସାରେ ପ୍ରତ୍ୟେକ ପଶୁ ପ୍ରତି ସେମାନଙ୍କ ସଂଖ୍ୟା ପ୍ରମାଣେ ସେରୂପ କରିବ।
For every ox and ram and lamb and kid.
13 ଗୃହଜାତ ସମସ୍ତ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ଉତ୍ସର୍ଗ କଲେ, ଏହି ବ୍ୟବସ୍ଥାନୁସାରେ ଏହିସବୁ କାର୍ଯ୍ୟ କରିବ।
Both they that are born in the land, and the strangers,
14 ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ କିଅବା ତୁମ୍ଭମାନଙ୍କ ମଧ୍ୟରେ ପୁରୁଷାନୁକ୍ରମେ ବାସକାରୀ କୌଣସି ଲୋକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବାକୁ ଇଚ୍ଛା କରେ, ତେବେ ତୁମ୍ଭେମାନେ ଯେପ୍ରକାର କର, ସେ ସେହି ପ୍ରକାର କରିବ।
Shall offer sacrifices after the same rite.
15 ସମାଜ ନିମନ୍ତେ, (ଅର୍ଥାତ୍‍) ତୁମ୍ଭମାନଙ୍କ ନିମନ୍ତେ ଓ ପ୍ରବାସକାରୀ ବିଦେଶୀ ଲୋକ ନିମନ୍ତେ ଏକ ବ୍ୟବସ୍ଥା ହେବ, ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧି; ସଦାପ୍ରଭୁଙ୍କ ଛାମୁରେ ଯେପରି ତୁମ୍ଭେମାନେ ଅଟ, ସେପରି ବିଦେଶୀ ଲୋକମାନେ ହେବେ।
There shall be all one law and judgment both for you and for them who are strangers in the land.
16 ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ନିମନ୍ତେ ଏକ ବ୍ୟବସ୍ଥା ଓ ଏକ ଆଦେଶ ହେବ।”
And the Lord spoke to Moses, saying:
17 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ,
Speak to the children of Israel, and thou shalt say to them:
18 ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନେଇ ଯାଉଅଛୁ, ସେହି ଦେଶରେ ଉପସ୍ଥିତ ହେଲେ ତୁମ୍ଭେମାନେ ଏରୂପ କରିବ,
When you are come into the land which I will give you,
19 ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।
And shall eat of the bread of that country, you shall separate firstfruits to the Lord,
20 ତୁମ୍ଭେମାନେ ଆପଣା ଆପଣା ପ୍ରଥମ ସୂଜିରୁ ଉତ୍ତୋଳନୀୟ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ; ଯେପରି ଶସ୍ୟମର୍ଦ୍ଦନ ସ୍ଥାନର ଉତ୍ତୋଳନୀୟ ଉପହାର, ସେପରି ତାହା ଉତ୍ତୋଳନ କରିବ।
Of the things you eat. As you separate firstfruits of your barnfloors:
21 ତୁମ୍ଭେମାନେ ପୁରୁଷାନୁକ୍ରମେ ଆପଣା ଆପଣା ପ୍ରଥମ ସୂଜିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।
So also shall you give firstfruits of your dough to the Lord.
22 ଆଉ ଯଦି ତୁମ୍ଭେମାନେ ଭ୍ରାନ୍ତିରେ ତ୍ରୁଟି କର ଓ ସଦାପ୍ରଭୁ ମୋଶାଙ୍କୁ ଯାହା କହିଅଛନ୍ତି, ସେହି ସବୁ ଆଜ୍ଞା,
And if through ignorance you omit any of these things, which the Lord hath spoken to Moses,
23 ଅର୍ଥାତ୍‍, ସଦାପ୍ରଭୁ ଆଜ୍ଞା ଦେବା ଦିନାବଧି ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁସବୁ ଆଜ୍ଞା ଦେଇଅଛନ୍ତି, ତାହାସବୁ ଯଦି ପାଳନ ନ କର;
And by him hath commanded you, from the day that he began to command and thenceforward,
24 ଯଦି ତାହା ମଣ୍ଡଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ, ତେବେ ସମସ୍ତ ମଣ୍ଡଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଓ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଉତ୍ସର୍ଗ କରିବେ।
And the multitude have forgotten to do it: they shall offer a calf out of the herd, a holocaust for a most sweet savour to the Lord, and the sacrifice and libations thereof, as the ceremonies require, and a buck goat for sin:
25 ଆଉ ଯାଜକ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେମାନେ କ୍ଷମା ପାଇବେ, କାରଣ ତାହା ଭ୍ରାନ୍ତି ଓ ସେମାନେ ସେହି ଭ୍ରାନ୍ତି ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଉପହାର, ଅର୍ଥାତ୍‍, ଅଗ୍ନିକୃତ ଉପହାର ଓ ପାପାର୍ଥକ ବଳି ସଦାପ୍ରଭୁଙ୍କ ଛାମୁକୁ ଆଣିଅଛନ୍ତି।
And the priest shall pray for all the multitude of the children of Israel: and it shall be forgiven them, because they sinned ignorantly, offering notwithstanding a burnt offering to the Lord for themselves and for their sin and their ignorance:
26 ତହିଁରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକମାନେ କ୍ଷମା ପାଇବେ; କାରଣ ସମସ୍ତ ଲୋକଙ୍କ ସମ୍ବନ୍ଧରେ ଏହା ଭ୍ରାନ୍ତିରେ କରାଯାଇଥିଲା।
And it shall be forgiven all the people of the children of Israel: and the strangers that sojourn among them: because it is the fault of all the people through ignorance.
27 ଆଉ ଯଦି ଏକ ପ୍ରାଣୀ ଭ୍ରାନ୍ତିରେ ପାପ କରେ, ତେବେ ସେ ପାପାର୍ଥକ ବଳି ରୂପେ ଏକ ବର୍ଷୀୟ ଏକ ଛାଗବତ୍ସା ଆଣିବ।
But if one soul shall sin ignorantly, he shall offer a she goat of a year old for his sin.
28 ପୁଣି, ଯେଉଁ ଲୋକ ଭ୍ରାନ୍ତିରେ ପାପ କରେ, ଯାଜକ ତାହା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରଣାର୍ଥେ ସେହି ଭ୍ରାନ୍ତ ପ୍ରାଣୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମାପ୍ରାପ୍ତ ହେବ।
And the priest shall pray for him, because he sinned ignorantly before the Lord: and he shall obtain his pardon, and it shall be forgiven him.
29 ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗୃହଜାତ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକମାନଙ୍କ ନିମନ୍ତେ ଭ୍ରାନ୍ତିରେ କୌଣସି କର୍ମକାରୀର ଏକ ବ୍ୟବସ୍ଥା ହେବ।
The same law shall be for all that sin by ignorance, whether they be natives or strangers.
30 ମାତ୍ର ଯେଉଁ ପ୍ରାଣୀ ଊର୍ଦ୍ଧ୍ୱ ହସ୍ତରେ କୌଣସି (ପାପ) କର୍ମ କରେ, ସେ ଗୃହଜାତ ହେଉ ବା ବିଦେଶୀ ହେଉ, ସଦାପ୍ରଭୁଙ୍କର ନିନ୍ଦା କରେ; ଏଣୁ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
But the soul that committeth any thing through pride, whether he be born in the land or a stranger (because he hath been rebellious against the Lord) shall be cut off from among his people:
31 କାରଣ ସେ ସଦାପ୍ରଭୁଙ୍କ ବାକ୍ୟ ଅବଜ୍ଞା କଲା ଓ ତାହାଙ୍କର ଆଜ୍ଞାଲଙ୍ଘନ କଲା; ସେହି ପ୍ରାଣୀ ନିତାନ୍ତ ଉଚ୍ଛିନ୍ନ ହେବ, ତାହାର ଅପରାଧ ତାହା ଉପରେ ବର୍ତ୍ତିବ।”
For he hath contemned the word the Lord, and made void his precept: therefore shall he be destroyed, and shall bear his iniquity.
32 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପ୍ରାନ୍ତରରେ ଥିବା ସମୟରେ ଏକ ମନୁଷ୍ୟକୁ ବିଶ୍ରାମବାରରେ କାଠ ସାଉଣ୍ଟିବାର ଦେଖିଲେ।
And it came to pass, when the children of Israel were in the wilderness, and had found a man gathering sticks on the sabbath day,
33 ପୁଣି, ଯେଉଁମାନେ ତାକୁ କାଠ ସାଉଣ୍ଟିବାର ଦେଖିଲେ, ସେମାନେ ମୋଶା, ହାରୋଣ ଓ ସମସ୍ତ ମଣ୍ଡଳୀ ସାକ୍ଷାତକୁ ତାହାକୁ ଆଣିଲେ।
That they brought him to Moses and Aaron and the whole multitude.
34 ଆଉ ସେମାନେ ତାହାକୁ ରୁଦ୍ଧ କରି ରଖିଲେ, କାରଣ ତାହା ପ୍ରତି କି କର୍ତ୍ତବ୍ୟ, ତାହା ପ୍ରକାଶ ହୋଇ ନ ଥିଲା।
And they put him into prison, not knowing what they should do with him.
35 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେ ମନୁଷ୍ୟ ଅବଶ୍ୟ ହତ ହେବ; ସମଗ୍ର ମଣ୍ଡଳୀ ତାହାକୁ ଛାଉଣିର ବାହାରେ ପଥର ପକାଇ ବଧ କରିବେ।”
And the Lord said to Moses: Let that man die, let all the multitude stone him without the camp.
36 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମଗ୍ର ମଣ୍ଡଳୀ ତାହାକୁ ଛାଉଣି ବାହାରକୁ ଆଣି ପଥର ପକାଇଲେ, ତହୁଁ ସେ ମଲା।
And when they had brought him out, they stoned him, and he died as the Lord had commanded.
37 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
The Lord also said to Moses:
38 “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ;
Speak to the children of Israel, and thou shalt tell them I to make to themselves fringes in the corners of their garments, putting in them ribands of blue:
39 ତୁମ୍ଭେମାନେ ଯେପରି ସେହି ଝାଲର ଦେଖି ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ତୁମ୍ଭେମାନେ ଆପଣା ଆପଣାର ଯେଉଁ ମନ ଓ ଚକ୍ଷୁ ଅନୁସାରେ ବ୍ୟଭିଚାର କରିଥାଅ, ତଦନୁସାରେ ଯେପରି ଭ୍ରମଣ ନ କରିବ,
That when they shall see them, they may remember all the commandments of the Lord, and not follow their own thoughts and eyes going astray after divers things,
40 ଆମ୍ଭର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ, ଏଥିପାଇଁ ସେହି ଝାଲର ହେବ।
But rather being mindful of the precepts of the Lord, may do them and be holy to their God.
41 ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ, ଆମ୍ଭେ, ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁ ଅଟୁ।”
I am the Lord your God, who brought you out of the land of Egypt, that I might be your God.

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15 >