< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16 >

1 ଏଥିଉତ୍ତାରେ ଲେବୀର ପ୍ରପୌତ୍ର, କହାତର ପୌତ୍ର, ଯିଷ୍‍ହରର ପୁତ୍ର କୋରହ, ପୁଣି, ରୁବେନ୍‍ର ସନ୍ତାନଗଣ ମଧ୍ୟରୁ ଇଲୀୟାବ୍‍ର ପୁତ୍ର ଦାଥନ, ଅବୀରାମ ଓ ପେଲତ୍‍ର ପୁତ୍ର ଓନ୍‍, ଦଳ ବାନ୍ଧିଲେ;
E Coré, filho de Jizhar, filho de Kohath, filho de Levi, tomou comsigo a Dathan e a Abiram, filhos de Eliab, e a On, filho de Peleth, filhos de Ruben,
2 ପୁଣି, ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ସୁଖ୍ୟାତିମନ୍ତ ଓ ସମାଜକୁ ଆହୂତ ମଣ୍ଡଳୀର ଦୁଇ ଶହ ପଚାଶ ଅଧିପତିଙ୍କ ସହିତ ମୋଶାଙ୍କ ବିରୁଦ୍ଧରେ ଉଠିଲେ।
E levantaram-se perante Moysés com duzentos e cincoenta homens dos filhos de Israel, maioraes da congregação, chamados ao ajuntamento, varões de nome,
3 ଆଉ ସେମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ଡଳୀର ପ୍ରତ୍ୟେକ ଜଣ ତ ପବିତ୍ର, ପୁଣି, ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, ତେବେ କାହିଁକି ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ?”
E se congregaram contra Moysés e contra Aarão, e lhes disseram: Baste-vos, pois toda esta congregação, pois que toda a congregação é sancta, todos elles são sanctos, e o Senhor está no meio d'elles: porque pois vos elevaes sobre a congregação do Senhor?
4 ତହୁଁ ମୋଶା ତାହା ଶୁଣି ମୁହଁ ମାଡ଼ି ପଡ଼ିଲେ;
Como Moysés isto ouviu, caiu sobre o seu rosto,
5 ପୁଣି, ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, “କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି, ସେ ତାହାକୁ ଆପଣା ନିକଟକୁ ଆଣିବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଆଣିବେ।
E fallou a Coré e a toda a sua congregação, dizendo: Ámanhã pela manhã o Senhor fará saber quem é seu, e quem o sancto que elle fará chegar a si: e aquelle a quem escolher fará chegar a si.
6 ତେବେ ଏହା କର, ତୁମ୍ଭେମାନେ ଅଙ୍ଗାରଧାନୀ ନିଅ, କୋରହ ଓ ତାହାର ଦଳସ୍ଥ ସମସ୍ତେ;
Fazei isto: tomae vós incensarios, Coré e toda a sua congregação;
7 ପୁଣି, କାଲି ତହିଁରେ ଅଗ୍ନି ଦିଅ, ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ; ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକୁ ମନୋନୀତ କରିବେ, ସେ ହିଁ ପବିତ୍ର ହେବ; ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି।”
E, pondo fogo n'elles ámanhã, sobre elles deitae incenso perante o Senhor: e será que o homem a quem o Senhor escolher, este será o sancto: baste-vos, filhos de Levi.
8 ଆଉ ମୋଶା କୋରହକୁ କହିଲେ, “ହେ ଲେବୀର ସନ୍ତାନଗଣ, ତୁମ୍ଭେମାନେ ଟିକିଏ ଶୁଣ।
Disse mais Moysés a Coré: Ouvi agora, filhos de Levi:
9 ଇସ୍ରାଏଲଙ୍କର ପରମେଶ୍ୱର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ଡଳୀରୁ ପୃଥକ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ଡଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରିଅଛନ୍ତି,
Porventura pouco para vós é que o Deus de Israel vos separou da congregação de Israel, para vos fazer chegar a si, a administrar o ministerio do tabernaculo do Senhor e estar perante a congregação para ministrar-lhe:
10 ପୁଣି, ସେ ଯେ ତୁମ୍ଭଙ୍କୁ ଓ ତୁମ୍ଭ ସହିତ ତୁମ୍ଭର ସମସ୍ତ ଭ୍ରାତା ଲେବୀର ସନ୍ତାନଗଣକୁ ଆପଣାର ନିକଟବର୍ତ୍ତୀ କରିଅଛନ୍ତି, ଏହା କି ତୁମ୍ଭମାନଙ୍କ ଦୃଷ୍ଟିରେ କ୍ଷୁଦ୍ର ବିଷୟ? ଆହୁରି କି ତୁମ୍ଭେମାନେ ଯାଜକତ୍ୱର ଚେଷ୍ଟା କରୁଅଛ?
E te fez chegar, e todos os teus irmãos, os filhos de Levi, comtigo; ainda tambem procuraes o sacerdocio?
11 ଏଥିପାଇଁ ସିନା ତୁମ୍ଭେ ଓ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ?”
Pelo que tu e toda a tua congregação congregados estaes contra o Senhor; e Aarão, que é elle, que murmuraes contra elle?
12 ତହିଁରେ ମୋଶା ଇଲୀୟାବ୍‍ର ପୁତ୍ର ଦାଥନକୁ ଓ ଅବୀରାମଙ୍କୁ ଡାକିବା ପାଇଁ ଲୋକ ପଠାଇଲେ; ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଯିବା ନାହିଁ।
E Moysés enviou a chamar a Dathan e a Abiram, filhos de Eliab: porém elles disseram: Não subiremos;
13 ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ।
Porventura pouco é que nos fizeste subir de uma terra que mana leite e mel, para nos matares n'este deserto, senão que tambem totalmente te assenhoreias de nós?
14 ତାହା ବ୍ୟତୀତ ତୁମ୍ଭେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଆମ୍ଭମାନଙ୍କୁ ଆଣି ନାହଁ, କିଅବା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ରର ଅଧିକାର ଆମ୍ଭମାନଙ୍କୁ ଦେଇ ନାହିଁ; ତୁମ୍ଭେ କି ଏହି ସମସ୍ତ ଲୋକଙ୍କର ଆଖି ଉପାଡ଼ି ପକାଇବ? ଆମ୍ଭେମାନେ ଯିବା ନାହିଁ।”
Nem tão pouco nos trouxeste a uma terra que mana leite e mel, nem nos déste campos e vinhas em herança; porventura arrancarás os olhos a estes homens? não subiremos.
15 ତହିଁରେ ମୋଶା ଅତିଶୟ କ୍ରୋଧାନ୍ୱିତ ହୋଇ ଉଠିଲେ, ପୁଣି, ସେ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ।”
Então Moysés irou-se muito, e disse ao Senhor; Não attentes para a sua offerta; nem um só jumento tomei d'elles, nem a nenhum d'elles fiz mal
16 ତେବେ ମୋଶା କୋରହକୁ କହିଲେ, “କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ମଣ୍ଡଳୀ, ତୁମ୍ଭେ ଓ ସେମାନେ, ପୁଣି, ହାରୋଣ, ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହୁଅ;
Disse mais Moysés a Coré: Tu e toda a tua congregação vos ponde perante o Senhor, tu, e elles, e Aarão, ámanhã.
17 ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନିଅ ଓ ତହିଁ ଉପରେ ଧୂପ ଥୁଅ, ପୁଣି, ତୁମ୍ଭେମାନେ ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ସମ୍ମୁଖକୁ ଆପଣା ଆପଣା ଅଙ୍ଗାରଧାନୀ, ଦୁଇ ଶହ ପଚାଶ ଅଙ୍ଗାରଧାନୀ ଆଣ; ମଧ୍ୟ ତୁମ୍ଭେ ଓ ହାରୋଣ, ଦୁହେଁ ଆପଣା ଆପଣା ଅଙ୍ଗାରଧାନୀ ଆଣ।”
E tomae cada um o seu incensario, e n'elles ponde incenso; e trazei cada um o seu incensario perante o Senhor, duzentos e cincoenta incensarios; tambem tu e Aarão, cada qual o seu incensario.
18 ଏଥିରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ, ପୁଣି, ତହିଁ ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ବୁ ଦ୍ୱାର ନିକଟରେ ଠିଆ ହେଲେ।
Tomaram pois cada qual o seu incensario, e n'elles pozeram fogo, e n'elles deitaram incenso, e se pozeram perante a porta da tenda da congregação com Moysés e Aarão.
19 ପୁଣି, କୋରହ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ଡଳୀକୁ ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା।
E Coré fez ajuntar contra elles toda a congregação á porta da tenda da congregação: então a gloria do Senhor appareceu a toda a congregação.
20 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
E fallou o Senhor a Moysés e a Aarão, dizendo:
21 “ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଆପଣାମାନଙ୍କୁ ପୃଥକ କର, ତହିଁରେ ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା।”
Apartae-vos do meio d'esta congregação, e os consumirei como n'um momento.
22 ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ?”
Mas elles se prostraram sobre os seus rostos, e disseram: Ó Deus, Deus dos espiritos de toda a carne, peccaria um só homem, e indignar-te-has tu tanto contra toda esta congregação?
23 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
E fallou o Senhor a Moysés, dizendo:
24 “ତୁମ୍ଭେ ମଣ୍ଡଳୀକୁ କୁହ, ‘ତୁମ୍ଭେମାନେ କୋରହର, ଦାଥନର ଓ ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠିଯାଅ।’”
Falla a toda esta congregação, dizendo: Levantae-vos do redor da habitação de Coré, Dathan e Abiram.
25 ତହିଁରେ ମୋଶା ଉଠି ଦାଥନ ଓ ଅବୀରାମ ନିକଟକୁ ଗଲେ ଓ ଇସ୍ରାଏଲର ପ୍ରାଚୀନବର୍ଗ ତାଙ୍କର ପଶ୍ଚାଦ୍‍ଗମନ କଲେ।
Então Moysés levantou-se, e foi a Dathan e a Abiram: e após d'elle foram os anciãos de Israel.
26 ତହୁଁ ସେ ମଣ୍ଡଳୀକୁ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ବୁରୁ ଉଠିଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ।”
E fallou á congregação, dizendo: Desviae-vos, peço-vos, das tendas d'estes impios homens, e não toqueis nada do que é seu, para que porventura não pereçaes em todos os seus peccados.
27 ଏଥିରେ ସେମାନେ କୋରହର, ଦାଥନର ଓ ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠିଗଲେ ପୁଣି, ଦାଥନ ଓ ଅବୀରାମ ବାହାରକୁ ଆସି ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ର ଓ ପିଲାମାନଙ୍କ ସହିତ ଆପଣା ଆପଣା ତମ୍ବୁ ଦ୍ୱାରରେ ଠିଆ ହୋଇ ରହିଲେ।
Levantaram-se pois do redor da habitação de Coré, Dathan e Abiram, E Dathan e Abiram sairam, e se pozeram á porta das suas tendas, juntamente com as suas mulheres, e seus filhos, e suas creanças.
28 ତହୁଁ ମୋଶା କହିଲେ, “ଏହି ସମସ୍ତ କାର୍ଯ୍ୟ କରିବା ପାଇଁ ସଦାପ୍ରଭୁ ମୋତେ ପଠାଇଅଛନ୍ତି; ମୁଁ ଆପଣା ନିଜ ମନରୁ ତାହାସବୁ କରି ନାହିଁ, ତାହା ଏଥିରେ ତୁମ୍ଭେମାନେ ଜାଣିବ।
Então disse Moysés: N'isto conhecereis que o Senhor me enviou a fazer todos estes feitos, que de meu coração não procedem.
29 ଯଦି ଏହି ଲୋକମାନେ ସମସ୍ତ ଲୋକଙ୍କ ସାଧାରଣ ମରଣରେ ମରନ୍ତି, କିଅବା ଯଦି ସମସ୍ତ ଲୋକଙ୍କ ଦଣ୍ଡ ଅନୁସାରେ ସେମାନଙ୍କ ଉପରେ ଦଣ୍ଡ ଘଟେ; ତେବେ ସଦାପ୍ରଭୁ ମୋତେ ପଠାଇ ନାହାନ୍ତି।
Se estes morrerem como morrem todos os homens, e se forem visitados como se visitam todos os homens, então o Senhor me não enviou.
30 ମାତ୍ର ସଦାପ୍ରଭୁ ଯଦି କୌଣସି ନୂତନ କର୍ମ କରନ୍ତି ଓ ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ସର୍ବସ୍ୱ ଗ୍ରାସ କରେ ଓ ସେମାନେ ଜୀଅନ୍ତା ହୋଇ ପାତାଳକୁ ଧସି ଯାଆନ୍ତି; ତେବେ ସେମାନେ ଯେ ସଦାପ୍ରଭୁଙ୍କୁ ଅବଜ୍ଞା କରିଅଛନ୍ତି, ତାହା ତୁମ୍ଭେମାନେ ବୁଝିବ।” (Sheol h7585)
Mas, se o Senhor crear alguma coisa nova, e a terra abrir a sua bocca e os tragar com tudo o que é seu, e vivos descerem ao sepulchro, então conhecereis que estes homens irritaram ao Senhor. (Sheol h7585)
31 ଏଥିଉତ୍ତାରେ ଏପରି ହେଲା ଯେ, ସେ ଏହି କଥା କହିବାର ସମାପ୍ତ କରନ୍ତେ, ସେମାନଙ୍କ ଅଧଃସ୍ଥ ଭୂମି ଫାଟିଗଲା;
E aconteceu que, acabando elle de fallar todas estas palavras, a terra que estava debaixo d'elles se fendeu.
32 ପୁଣି, ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ, ସେମାନଙ୍କ ପରିଜନଗଣକୁ, କୋରହର ସପକ୍ଷ ସମସ୍ତ ଲୋକଙ୍କୁ ଓ ସେମାନଙ୍କ ସକଳ ସମ୍ପତ୍ତି ଗ୍ରାସ କଲା।
E a terra abriu a sua bocca, e os tragou com as suas casas, como tambem a todos os homens que pertenciam a Coré, e a toda a sua fazenda.
33 ଏହିରୂପେ ସେମାନେ ଓ ସେମାନଙ୍କର ସମସ୍ତ ପରିଜନ ଜୀଅନ୍ତା ଥାଉ ଥାଉ ପାତାଳକୁ ଧସି ଗଲେ ଓ ପୃଥିବୀ ସେମାନଙ୍କ ଉପରେ ଆଚ୍ଛାଦନ କଲା, ତହିଁରେ ସେମାନେ ସମାଜ ମଧ୍ୟରୁ ଲୁପ୍ତ ହେଲେ। (Sheol h7585)
E elles e tudo o que era seu desceram vivos ao sepulchro, e a terra os cobriu, e pereceram do meio da congregação. (Sheol h7585)
34 ପୁଣି, ସେମାନଙ୍କ ରବରେ ସେମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଇସ୍ରାଏଲ ପଳାୟନ କଲେ, ଯେହେତୁ ସେମାନେ କହିଲେ, “କେଜାଣି ପୃଥିବୀ ଆମ୍ଭମାନଙ୍କୁ ଗ୍ରାସ କରିବ।”
E todo o Israel, que estava ao redor d'elles, fugiu do clamor d'elles; porque diziam: Para que porventura tambem nos não trague a terra a nós.
35 ଏଉତ୍ତାରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହୋଇ ଧୂପ ଉତ୍ସର୍ଗକାରୀ ସେହି ଦୁଇ ଶହ ପଚାଶ ଲୋକଙ୍କୁ ଗ୍ରାସ କଲା।
Então saiu fogo do Senhor, e consumiu os duzentos e cincoenta homens que offereciam o incenso.
36 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
E fallou o Senhor a Moysés, dizendo:
37 “ତୁମ୍ଭେ ହାରୋଣ ଯାଜକର ପୁତ୍ର ଇଲୀୟାସରକୁ କୁହ, ସେ ଦାହ ମଧ୍ୟରୁ ସେହି ସବୁ ଅଙ୍ଗାରଧାନୀ ବାହାର କରିନେଉ, ପୁଣି, ତୁମ୍ଭେ ସେହି ଅଗ୍ନି ସେଠାରେ ବିଞ୍ଚି ଦିଅ; କାରଣ ସେହି ସବୁ ପବିତ୍ର;
Dize a Eleazar, filho de Aarão, o sacerdote, que tome os incensarios do meio do incendio, e espalhe o fogo longe, porque sanctos são;
38 ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପକର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହାସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଚିହ୍ନସ୍ୱରୂପ ହେବ।”
Quanto aos incensarios d'aquelles que peccaram contra as suas almas, d'elles se façam folhas estendidas para cobertura do altar; porquanto os trouxeram perante o Senhor; pelo que sanctos são: e serão por signal aos filhos de Israel.
39 ତହିଁରେ ସେହି ଦଗ୍ଧ ଲୋକମାନେ ଯେଉଁ ଯେଉଁ ପିତ୍ତଳ ଅଙ୍ଗାରଧାନୀ ଉତ୍ସର୍ଗ କରିଥିଲେ, ଇଲୀୟାସର ଯାଜକ ସେହି ସବୁ ନେଲା;
E Eleazar, o sacerdote, tomou os incensarios de metal, que trouxeram aquelles que foram queimados, e os estenderam para cobertura do altar,
40 ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍‍, ହାରୋଣ-ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ।
Por memorial para os filhos de Israel, que nenhum estranho, que não fôr da semente de Aarão, se chegue para accender incenso perante o Senhor; para que não seja como Coré e a sua congregação, como o Senhor lhe tinha dito pela bocca de Moysés
41 ତଥାପି ଆରଦିନ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ।”
Mas no dia seguinte toda a congregação dos filhos de Israel murmurou contra Moysés e contra Aarão, dizendo; Vós matastes o povo do Senhor.
42 ତହୁଁ ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ସମୟରେ ସେମାନେ ସମାଗମ-ତମ୍ବୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ଓ ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି।
E aconteceu que, ajuntando-se a congregação contra Moysés e Aarão, e virando-se para a tenda da congregação, eis que a nuvem a cobriu, e a gloria do Senhor appareceu.
43 ସେତେବେଳେ ମୋଶା ଓ ହାରୋଣ ସମାଗମ-ତମ୍ବୁ ସମ୍ମୁଖକୁ ଆସିଲେ।
Vieram pois Moysés e Aarão perante a tenda da congregação.
44 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Então fallou o Senhor a Moysés, dizendo:
45 “ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁ ମାଡ଼ି ପଡ଼ିଲେ।”
Levantae-vos do meio d'esta congregação, e a consumirei como n'um momento: então se prostraram sobre os seus rostos,
46 ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।”
E disse Moysés a Aarão: Toma o teu incensario, e põe n'elle fogo do altar, e deita incenso sobre elle, e vae depressa á congregação, e faze expiação por elles: porque grande indignação saiu de diante do Senhor; já começou a praga.
47 ତହିଁରେ ହାରୋଣ ମୋଶାଙ୍କର କଥା ଅନୁସାରେ ତାହା ନେଇ ସମାଜ ମଧ୍ୟକୁ ଦୌଡ଼ି ଗଲେ; ସେହି ସମୟରେ ଦେଖ, ଲୋକମାନଙ୍କ ମଧ୍ୟରେ ମହାମାରୀ ଆରମ୍ଭ ହୋଇଥିଲା; ତହିଁରେ ସେ ଧୂପ ଦେଇ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲେ।
E tomou-o Aarão, como Moysés tinha fallado, e correu ao meio da congregação; e eis que já a praga havia começado entre o povo; e deitou incenso n'elle, e fez expiação pelo povo.
48 ପୁଣି, ସେ ମୃତ ଓ ଜୀବିତ ଲୋକମାନଙ୍କ ମଧ୍ୟରେ ଠିଆ ହେଲେ ତହିଁରେ ମହାମାରୀ ନିବୃତ୍ତ ହେଲା।
E estava em pé entre os mortos e os vivos; e cessou a praga.
49 ଯେଉଁମାନେ କୋରହର କଥା ସକାଶୁ ମରିଥିଲେ, ସେମାନଙ୍କ ବ୍ୟତୀତ ଚଉଦ ହଜାର ସାତ ଶହ ଲୋକ ଏହି ମହାମାରୀରେ ମଲେ।
E os que morreram d'aquella praga foram quatorze mil e setecentos, fóra os que morreram pela causa de Coré.
50 ପୁଣି, ମହାମାରୀ ନିବୃତ୍ତ ହୁଅନ୍ତେ, ହାରୋଣ ସମାଗମ-ତମ୍ବୁ ଦ୍ୱାରରେ ମୋଶାଙ୍କ ନିକଟକୁ ଫେରି ଆସିଲେ।
E voltou Aarão a Moysés á porta da tenda da congregação: e cessou a praga.

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16 >