< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16 >

1 ଏଥିଉତ୍ତାରେ ଲେବୀର ପ୍ରପୌତ୍ର, କହାତର ପୌତ୍ର, ଯିଷ୍‍ହରର ପୁତ୍ର କୋରହ, ପୁଣି, ରୁବେନ୍‍ର ସନ୍ତାନଗଣ ମଧ୍ୟରୁ ଇଲୀୟାବ୍‍ର ପୁତ୍ର ଦାଥନ, ଅବୀରାମ ଓ ପେଲତ୍‍ର ପୁତ୍ର ଓନ୍‍, ଦଳ ବାନ୍ଧିଲେ;
Kora mwana wa Ishari, mwana wa Kohathi, mwana wa Lawi, pamoja na baadhi ya Wareubeni, yaani Dathani na Abiramu, wana wa Eliabu, na Oni mwana wa Pelethi, wakachukua baadhi ya watu,
2 ପୁଣି, ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ସୁଖ୍ୟାତିମନ୍ତ ଓ ସମାଜକୁ ଆହୂତ ମଣ୍ଡଳୀର ଦୁଇ ଶହ ପଚାଶ ଅଧିପତିଙ୍କ ସହିତ ମୋଶାଙ୍କ ବିରୁଦ୍ଧରେ ଉଠିଲେ।
wakainuka dhidi ya Mose. Pamoja nao walikuwepo wanaume wa Kiisraeli 250, watu waliojulikana, viongozi wa jumuiya waliokuwa wameteuliwa kuwa wakuu wa kusanyiko.
3 ଆଉ ସେମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ଡଳୀର ପ୍ରତ୍ୟେକ ଜଣ ତ ପବିତ୍ର, ପୁଣି, ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, ତେବେ କାହିଁକି ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ?”
Wakaja kama kikundi kuwapinga Mose na Aroni, wakawaambia, “Ninyi mmejitukuza sana! Kusanyiko hili lote ni takatifu, kila mmoja wao, naye Bwana yu pamoja nao. Kwa nini basi mmejitukuza wenyewe juu ya kusanyiko la Bwana?”
4 ତହୁଁ ମୋଶା ତାହା ଶୁଣି ମୁହଁ ମାଡ଼ି ପଡ଼ିଲେ;
Mose aliposikia jambo hili, akaanguka kifudifudi.
5 ପୁଣି, ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, “କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି, ସେ ତାହାକୁ ଆପଣା ନିକଟକୁ ଆଣିବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଆଣିବେ।
Kisha akamwambia Kora na wafuasi wake wote: “Asubuhi Bwana ataonyesha ni nani aliye wake na ni nani aliye mtakatifu, tena atamtaka mtu huyo aje kwake. Mtu yule ambaye atamchagua atamfanya kuja karibu naye.
6 ତେବେ ଏହା କର, ତୁମ୍ଭେମାନେ ଅଙ୍ଗାରଧାନୀ ନିଅ, କୋରହ ଓ ତାହାର ଦଳସ୍ଥ ସମସ୍ତେ;
Wewe Kora na wafuasi wako wote mtafanya hivi: Chukueni vyetezo,
7 ପୁଣି, କାଲି ତହିଁରେ ଅଗ୍ନି ଦିଅ, ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ; ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକୁ ମନୋନୀତ କରିବେ, ସେ ହିଁ ପବିତ୍ର ହେବ; ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି।”
kesho wekeni moto na uvumba kwenye hivyo vyetezo mbele za Bwana. Mtu ambaye Bwana atamchagua atakuwa ndiye mtakatifu. Ninyi Walawi mmejitukuza sana!”
8 ଆଉ ମୋଶା କୋରହକୁ କହିଲେ, “ହେ ଲେବୀର ସନ୍ତାନଗଣ, ତୁମ୍ଭେମାନେ ଟିକିଏ ଶୁଣ।
Pia Mose akamwambia Kora, “Enyi Walawi! Sasa nisikilizeni.
9 ଇସ୍ରାଏଲଙ୍କର ପରମେଶ୍ୱର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ଡଳୀରୁ ପୃଥକ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ଡଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରିଅଛନ୍ତି,
Haiwatoshi ninyi kwamba Mungu wa Israeli amewateua ninyi kutoka kusanyiko lote la Kiisraeli, na kuwaleta karibu naye mpate kufanya kazi kwenye Maskani ya Bwana, na kusimama mbele ya kusanyiko ili kuwahudumia?
10 ପୁଣି, ସେ ଯେ ତୁମ୍ଭଙ୍କୁ ଓ ତୁମ୍ଭ ସହିତ ତୁମ୍ଭର ସମସ୍ତ ଭ୍ରାତା ଲେବୀର ସନ୍ତାନଗଣକୁ ଆପଣାର ନିକଟବର୍ତ୍ତୀ କରିଅଛନ୍ତି, ଏହା କି ତୁମ୍ଭମାନଙ୍କ ଦୃଷ୍ଟିରେ କ୍ଷୁଦ୍ର ବିଷୟ? ଆହୁରି କି ତୁମ୍ଭେମାନେ ଯାଜକତ୍ୱର ଚେଷ୍ଟା କରୁଅଛ?
Amekuleta wewe na ndugu zako Walawi mwe karibu naye, lakini sasa unajaribu kupata na ukuhani pia.
11 ଏଥିପାଇଁ ସିନା ତୁମ୍ଭେ ଓ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ?”
Wewe na wafuasi wako wote mmekusanyika pamoja kinyume cha Bwana. Aroni ni nani kwamba ninyi mnungʼunike dhidi yake?”
12 ତହିଁରେ ମୋଶା ଇଲୀୟାବ୍‍ର ପୁତ୍ର ଦାଥନକୁ ଓ ଅବୀରାମଙ୍କୁ ଡାକିବା ପାଇଁ ଲୋକ ପଠାଇଲେ; ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଯିବା ନାହିଁ।
Kisha Mose akawaita Dathani na Abiramu, wana wa Eliabu. Lakini wao wakasema, “Sisi hatuji!
13 ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ।
Haitoshi tu kwamba wewe umetuleta kutoka nchi itiririkayo maziwa na asali ili kutuua sisi jangwani? Nawe sasa pia unataka kuwa mkuu juu yetu?
14 ତାହା ବ୍ୟତୀତ ତୁମ୍ଭେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଆମ୍ଭମାନଙ୍କୁ ଆଣି ନାହଁ, କିଅବା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ରର ଅଧିକାର ଆମ୍ଭମାନଙ୍କୁ ଦେଇ ନାହିଁ; ତୁମ୍ଭେ କି ଏହି ସମସ୍ତ ଲୋକଙ୍କର ଆଖି ଉପାଡ଼ି ପକାଇବ? ଆମ୍ଭେମାନେ ଯିବା ନାହିଁ।”
Zaidi ya hayo, hujatuingiza katika nchi inayotiririka maziwa na asali, wala hujatupa urithi wa mashamba na mashamba ya mizabibu. Je, utayangʼoa macho ya watu hawa? Hapana, sisi hatuji!”
15 ତହିଁରେ ମୋଶା ଅତିଶୟ କ୍ରୋଧାନ୍ୱିତ ହୋଇ ଉଠିଲେ, ପୁଣି, ସେ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ।”
Ndipo Mose akakasirika sana na kumwambia Bwana, “Usiikubali sadaka yao. Mimi sikuchukua chochote, hata punda kutoka kwao, wala sijamkosea hata mmoja wao.”
16 ତେବେ ମୋଶା କୋରହକୁ କହିଲେ, “କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ମଣ୍ଡଳୀ, ତୁମ୍ଭେ ଓ ସେମାନେ, ପୁଣି, ହାରୋଣ, ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହୁଅ;
Mose akamwambia Kora, “Wewe na wafuasi wako wote kesho mtatokea mbele za Bwana: yaani wewe na hao wenzako, pamoja na Aroni.
17 ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନିଅ ଓ ତହିଁ ଉପରେ ଧୂପ ଥୁଅ, ପୁଣି, ତୁମ୍ଭେମାନେ ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ସମ୍ମୁଖକୁ ଆପଣା ଆପଣା ଅଙ୍ଗାରଧାନୀ, ଦୁଇ ଶହ ପଚାଶ ଅଙ୍ଗାରଧାନୀ ଆଣ; ମଧ୍ୟ ତୁମ୍ଭେ ଓ ହାରୋଣ, ଦୁହେଁ ଆପଣା ଆପଣା ଅଙ୍ଗାରଧାନୀ ଆଣ।”
Kila mtu atachukua chetezo chake na kuweka uvumba ndani yake, vyetezo 250 kwa jumla, na kukileta mbele za Bwana. Wewe na Aroni mtaleta vyetezo vyenu pia.”
18 ଏଥିରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ, ପୁଣି, ତହିଁ ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ବୁ ଦ୍ୱାର ନିକଟରେ ଠିଆ ହେଲେ।
Kwa hiyo kila mtu akachukua chetezo chake, akaweka moto na uvumba ndani yake, na kusimama pamoja na Mose na Aroni kwenye mlango wa Hema la Kukutania.
19 ପୁଣି, କୋରହ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ଡଳୀକୁ ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା।
Kora alipokuwa amekusanya wafuasi wake wote kuwapinga Mose na Aroni kwenye mlango wa Hema la Kukutania, utukufu wa Bwana ukatokea kwa kusanyiko lote.
20 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
Bwana akamwambia Mose na Aroni,
21 “ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଆପଣାମାନଙ୍କୁ ପୃଥକ କର, ତହିଁରେ ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା।”
“Jitengeni kutoka kwenye kusanyiko hili ili nipate kuwaangamiza mara moja.”
22 ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ?”
Lakini Mose na Aroni wakaanguka kufudifudi na kulia kwa sauti, wakasema, “Ee Mungu, Mungu wa roho za wanadamu wote, utakuwa na hasira na kusanyiko lote wakati ni mtu mmoja tu ametenda dhambi?”
23 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
Ndipo Bwana akamwambia Mose,
24 “ତୁମ୍ଭେ ମଣ୍ଡଳୀକୁ କୁହ, ‘ତୁମ୍ଭେମାନେ କୋରହର, ଦାଥନର ଓ ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠିଯାଅ।’”
“Liambie kusanyiko, ‘Ondokeni hapo karibu na mahema ya Kora, Dathani na Abiramu.’”
25 ତହିଁରେ ମୋଶା ଉଠି ଦାଥନ ଓ ଅବୀରାମ ନିକଟକୁ ଗଲେ ଓ ଇସ୍ରାଏଲର ପ୍ରାଚୀନବର୍ଗ ତାଙ୍କର ପଶ୍ଚାଦ୍‍ଗମନ କଲେ।
Mose akainuka na kuwaendea Dathani na Abiramu, nao wazee wa Israeli wakafuatana naye.
26 ତହୁଁ ସେ ମଣ୍ଡଳୀକୁ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ବୁରୁ ଉଠିଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ।”
Mose akalionya kusanyiko, “Sogeeni nyuma mbali na mahema ya hawa watu waovu! Msiguse kitu chochote kilicho mali yao, la sivyo mtafagiliwa mbali kwa sababu ya dhambi zao zote.”
27 ଏଥିରେ ସେମାନେ କୋରହର, ଦାଥନର ଓ ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠିଗଲେ ପୁଣି, ଦାଥନ ଓ ଅବୀରାମ ବାହାରକୁ ଆସି ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ର ଓ ପିଲାମାନଙ୍କ ସହିତ ଆପଣା ଆପଣା ତମ୍ବୁ ଦ୍ୱାରରେ ଠିଆ ହୋଇ ରହିଲେ।
Hivyo wakaondoka karibu na mahema ya Kora, Dathani na Abiramu. Dathani na Abiramu walikuwa wametoka nje, nao walikuwa wamesimama pamoja na wake zao, watoto wao na wale wanyonyao kwenye mlango wa mahema yao.
28 ତହୁଁ ମୋଶା କହିଲେ, “ଏହି ସମସ୍ତ କାର୍ଯ୍ୟ କରିବା ପାଇଁ ସଦାପ୍ରଭୁ ମୋତେ ପଠାଇଅଛନ୍ତି; ମୁଁ ଆପଣା ନିଜ ମନରୁ ତାହାସବୁ କରି ନାହିଁ, ତାହା ଏଥିରେ ତୁମ୍ଭେମାନେ ଜାଣିବ।
Ndipo Mose akasema, “Hivi ndivyo mtakavyojua kuwa Bwana amenituma kufanya mambo haya, na kwamba halikuwa wazo langu.
29 ଯଦି ଏହି ଲୋକମାନେ ସମସ୍ତ ଲୋକଙ୍କ ସାଧାରଣ ମରଣରେ ମରନ୍ତି, କିଅବା ଯଦି ସମସ୍ତ ଲୋକଙ୍କ ଦଣ୍ଡ ଅନୁସାରେ ସେମାନଙ୍କ ଉପରେ ଦଣ୍ଡ ଘଟେ; ତେବେ ସଦାପ୍ରଭୁ ମୋତେ ପଠାଇ ନାହାନ୍ତି।
Ikiwa watu hawa watakufa kifo cha kawaida na kupatwa na yale ya kawaida yanayowapata wanadamu, basi Bwana hakunituma mimi.
30 ମାତ୍ର ସଦାପ୍ରଭୁ ଯଦି କୌଣସି ନୂତନ କର୍ମ କରନ୍ତି ଓ ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ସର୍ବସ୍ୱ ଗ୍ରାସ କରେ ଓ ସେମାନେ ଜୀଅନ୍ତା ହୋଇ ପାତାଳକୁ ଧସି ଯାଆନ୍ତି; ତେବେ ସେମାନେ ଯେ ସଦାପ୍ରଭୁଙ୍କୁ ଅବଜ୍ଞା କରିଅଛନ୍ତି, ତାହା ତୁମ୍ଭେମାନେ ବୁଝିବ।” (Sheol h7585)
Lakini ikiwa Bwana ataleta jambo jipya kabisa, ardhi ikifunua kinywa chake na kuwameza wao, pamoja na kila kitu kilicho mali yao, nao washuke chini kaburini wakiwa hai, ndipo mtafahamu kuwa watu hawa wamemdharau Bwana.” (Sheol h7585)
31 ଏଥିଉତ୍ତାରେ ଏପରି ହେଲା ଯେ, ସେ ଏହି କଥା କହିବାର ସମାପ୍ତ କରନ୍ତେ, ସେମାନଙ୍କ ଅଧଃସ୍ଥ ଭୂମି ଫାଟିଗଲା;
Mara Mose alipomaliza kusema haya yote, ardhi iliyokuwa chini yao ikapasuka,
32 ପୁଣି, ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ, ସେମାନଙ୍କ ପରିଜନଗଣକୁ, କୋରହର ସପକ୍ଷ ସମସ୍ତ ଲୋକଙ୍କୁ ଓ ସେମାନଙ୍କ ସକଳ ସମ୍ପତ୍ତି ଗ୍ରାସ କଲା।
nchi ikafunua kinywa chake na kuwameza wao, pamoja na jamaa zao, na watu wote wa Kora na mali zao zote.
33 ଏହିରୂପେ ସେମାନେ ଓ ସେମାନଙ୍କର ସମସ୍ତ ପରିଜନ ଜୀଅନ୍ତା ଥାଉ ଥାଉ ପାତାଳକୁ ଧସି ଗଲେ ଓ ପୃଥିବୀ ସେମାନଙ୍କ ଉପରେ ଆଚ୍ଛାଦନ କଲା, ତହିଁରେ ସେମାନେ ସମାଜ ମଧ୍ୟରୁ ଲୁପ୍ତ ହେଲେ। (Sheol h7585)
Wakashuka chini kaburini wakiwa hai, pamoja na kila kitu walichokuwa nacho; nchi ikajifunika juu yao, nao wakaangamia wakatoweka kutoka kusanyiko. (Sheol h7585)
34 ପୁଣି, ସେମାନଙ୍କ ରବରେ ସେମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଇସ୍ରାଏଲ ପଳାୟନ କଲେ, ଯେହେତୁ ସେମାନେ କହିଲେ, “କେଜାଣି ପୃଥିବୀ ଆମ୍ଭମାନଙ୍କୁ ଗ୍ରାସ କରିବ।”
Kutoka kilio chao, Waisraeli wote waliowazunguka walikimbia, wakipaza sauti, “Nchi inatumeza na sisi pia!”
35 ଏଉତ୍ତାରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହୋଇ ଧୂପ ଉତ୍ସର୍ଗକାରୀ ସେହି ଦୁଇ ଶହ ପଚାଶ ଲୋକଙ୍କୁ ଗ୍ରାସ କଲା।
Moto ukaja kutoka kwa Bwana, ukawateketeza wale watu 250 waliokuwa wakifukiza uvumba.
36 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Bwana akamwambia Mose,
37 “ତୁମ୍ଭେ ହାରୋଣ ଯାଜକର ପୁତ୍ର ଇଲୀୟାସରକୁ କୁହ, ସେ ଦାହ ମଧ୍ୟରୁ ସେହି ସବୁ ଅଙ୍ଗାରଧାନୀ ବାହାର କରିନେଉ, ପୁଣି, ତୁମ୍ଭେ ସେହି ଅଗ୍ନି ସେଠାରେ ବିଞ୍ଚି ଦିଅ; କାରଣ ସେହି ସବୁ ପବିତ୍ର;
“Mwambie Eleazari mwana wa kuhani Aroni, atoe vyetezo kwenye mabaki ya moto na kutawanya makaa mbali kiasi, kwa maana vyetezo ni vitakatifu:
38 ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପକର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହାସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଚିହ୍ନସ୍ୱରୂପ ହେବ।”
vyetezo vya watu waliofanya dhambi iliyowagharimu maisha yao. Fua vyetezo hivyo kuwa bamba ili kufunika madhabahu, kwa maana vimeletwa mbele za Bwana na vimekuwa vitakatifu. Navyo viwe ishara kwa Waisraeli.”
39 ତହିଁରେ ସେହି ଦଗ୍ଧ ଲୋକମାନେ ଯେଉଁ ଯେଉଁ ପିତ୍ତଳ ଅଙ୍ଗାରଧାନୀ ଉତ୍ସର୍ଗ କରିଥିଲେ, ଇଲୀୟାସର ଯାଜକ ସେହି ସବୁ ନେଲା;
Hivyo kuhani Eleazari akavikusanya vile vyetezo vya shaba vilivyoletwa na wale waliokuwa wameteketezwa kwa moto, naye akavifua kufunika madhabahu,
40 ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍‍, ହାରୋଣ-ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ।
kama vile Bwana alivyomwelekeza kupitia Mose. Hili lilikuwa kuwakumbusha Waisraeli kwamba hakuna mtu hata mmoja, isipokuwa mzao wa Aroni, awezaye kuja kufukiza uvumba mbele za Bwana, la sivyo, angekuwa kama Kora na wafuasi wake.
41 ତଥାପି ଆରଦିନ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ।”
Siku iliyofuata jumuiya yote ya Kiisraeli wakanungʼunika dhidi ya Mose na Aroni, wakisema, “Mmewaua watu wa Bwana.”
42 ତହୁଁ ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ସମୟରେ ସେମାନେ ସମାଗମ-ତମ୍ବୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ଓ ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି।
Lakini wakati kusanyiko lilipokusanyika kupingana na Mose na Aroni, nalo likageuka kuelekea Hema la Kukutania, ghafula wingu likafunika Hema, nao utukufu wa Bwana ukatokea.
43 ସେତେବେଳେ ମୋଶା ଓ ହାରୋଣ ସମାଗମ-ତମ୍ବୁ ସମ୍ମୁଖକୁ ଆସିଲେ।
Ndipo Mose na Aroni wakaenda mbele ya Hema la Kukutania,
44 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
naye Bwana akamwambia Mose,
45 “ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁ ମାଡ଼ି ପଡ଼ିଲେ।”
“Jitenge mbali na kusanyiko hili ili niweze kuwaangamiza mara moja.” Wakaanguka chini kifudifudi.
46 ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।”
Kisha Mose akamwambia Aroni, “Chukua chetezo chako na uweke uvumba ndani yake, pamoja na moto kutoka madhabahuni, nawe uende haraka kwenye kusanyiko ili kufanya upatanisho kwa ajili yao. Ghadhabu imekuja kutoka kwa Bwana, na tauni imeanza.”
47 ତହିଁରେ ହାରୋଣ ମୋଶାଙ୍କର କଥା ଅନୁସାରେ ତାହା ନେଇ ସମାଜ ମଧ୍ୟକୁ ଦୌଡ଼ି ଗଲେ; ସେହି ସମୟରେ ଦେଖ, ଲୋକମାନଙ୍କ ମଧ୍ୟରେ ମହାମାରୀ ଆରମ୍ଭ ହୋଇଥିଲା; ତହିଁରେ ସେ ଧୂପ ଦେଇ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲେ।
Hivyo Aroni akafanya kama Mose alivyosema, akakimbilia katikati ya kusanyiko. Tauni ilikuwa tayari imeanza miongoni mwa watu, lakini Aroni akafukiza uvumba na kufanya upatanisho kwa ajili yao.
48 ପୁଣି, ସେ ମୃତ ଓ ଜୀବିତ ଲୋକମାନଙ୍କ ମଧ୍ୟରେ ଠିଆ ହେଲେ ତହିଁରେ ମହାମାରୀ ନିବୃତ୍ତ ହେଲା।
Aroni akasimama kati ya waliokuwa hai na waliokufa, nayo tauni ikakoma.
49 ଯେଉଁମାନେ କୋରହର କଥା ସକାଶୁ ମରିଥିଲେ, ସେମାନଙ୍କ ବ୍ୟତୀତ ଚଉଦ ହଜାର ସାତ ଶହ ଲୋକ ଏହି ମହାମାରୀରେ ମଲେ।
Lakini walikufa watu 14,700 kutokana na tauni hiyo, licha ya wale waliokuwa wamekufa kwa sababu ya Kora.
50 ପୁଣି, ମହାମାରୀ ନିବୃତ୍ତ ହୁଅନ୍ତେ, ହାରୋଣ ସମାଗମ-ତମ୍ବୁ ଦ୍ୱାରରେ ମୋଶାଙ୍କ ନିକଟକୁ ଫେରି ଆସିଲେ।
Ndipo Aroni akamrudia Mose kwenye mlango wa Hema la Kukutania, kwa maana tauni ilikuwa imekoma.

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16 >