< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 17 >
1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Jehova Nyasaye nowacho ne Musa niya,
2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କଥା କୁହ, ସେମାନଙ୍କ ପିତୃଗୃହର ଅଧ୍ୟକ୍ଷମାନଙ୍କଠାରୁ ପ୍ରତ୍ୟେକ ପିତୃଗୃହ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ଗ୍ରହଣ କର; ତୁମ୍ଭେ ପ୍ରତ୍ୟେକର ଯଷ୍ଟିରେ ପ୍ରତ୍ୟେକ ଲୋକର ନାମ ଲେଖ।
“Wuo gi jo-Israel kendo ichok odunga apar gariyo koa kuomgi, achiel ka achiel koa kuom jatelo moro ka moro mar dhoutgi. Ndik nying ngʼato ka ngʼato kuom odungane.
3 ପୁଣି, ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ।
E odunga mar Lawi ndike nying Harun, nimar nyaka bedi odunga achiel mar jatelo mar dhoot ka dhoot.
4 ଆଉ ସମାଗମ-ତମ୍ବୁର ଯେଉଁ ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରୁ, ସେହି ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ତୁମ୍ଭେ ସେହି ସବୁ ରଖିବ।
Ketgi e Hemb Romo e nyim Sandug Rapar, kama aromoe kodi.
5 ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକୁ ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା।”
Odunga mar ngʼat mayiero biro loth, kendo abiro tieko chuth ngʼur ma jo-Israel ngʼurnigo maonge giko.”
6 ଏଥିରେ ମୋଶା ଇସ୍ରାଏଲ-ସନ୍ତାନଗଣକୁ କହନ୍ତେ, ସେମାନଙ୍କର ଅଧ୍ୟକ୍ଷ ସମସ୍ତେ ଆପଣା ଆପଣା ପିତୃଗୃହ ଅନୁସାରେ ପ୍ରତ୍ୟେକ ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ତାଙ୍କୁ ଦେଲେ; ପୁଣି, ହାରୋଣଙ୍କର ଯଷ୍ଟି ସେମାନଙ୍କ ଯଷ୍ଟିସକଳର ମଧ୍ୟରେ ଥିଲା।
Omiyo Musa nowuoyo gi jo-Israel, kendo jotendgi nomiye odunga apar gariyo, ka moro ka moro en mar dhoutgi, kendo odunga mar Harun ne achiel kuomgi.
7 ତହୁଁ ମୋଶା ସାକ୍ଷ୍ୟ-ତମ୍ବୁରେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମସ୍ତ ଯଷ୍ଟି ରଖିଲେ।
Musa noketo odungago e nyim Jehova Nyasaye e Hema e nyim Sandug Rapar.
8 ଏଥିଉତ୍ତାରେ ଆରଦିନ ମୋଶା ସାକ୍ଷ୍ୟ-ତମ୍ବୁରେ ପ୍ରବେଶ କଲେ; ଆଉ ଦେଖ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କର ଯଷ୍ଟି ଅଙ୍କୁରିତ ହୋଇଅଛି, ପୁଣି, ଅଙ୍କୁର ବାହାର ହେଲା, ପୁଷ୍ପ ଫୁଟିଲା ଓ ପକ୍ୱ ବାଦାମ ଫଳିଲା।
Kinyne Musa nodonjo ei Hemb Rapar kendo noneno odunga mar Harun, mane ochungʼ e lo Lawi, ne pok ochako loth kende to thuokene bende nosechako dongo, ka gingʼich mamoro wangʼ kendo gigolo olembe mag oyungu.
9 ତେବେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ସେହି ସକଳ ଯଷ୍ଟି ବାହାର କରି ଇସ୍ରାଏଲର ସମସ୍ତ ସନ୍ତାନଗଣର ସାକ୍ଷାତକୁ ଆଣିଲେ; ପୁଣି, ସେମାନେ ତାହା ଦେଖି ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ନେଲେ।
Eka Musa nogolo odunga duto e nyim Jehova Nyasaye mi okelone jo-Israel duto. Ne gingʼiyogi, kendo ngʼato ka ngʼato nokawo odungane owuon.
10 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭ ବିରୁଦ୍ଧରେ ଏହି ବିଦ୍ରୋହୀ ସନ୍ତାନଗଣର ବଚସା ଯେପରି ନିବୃତ୍ତ ହୁଏ ଓ ସେମାନଙ୍କର ମୃତ୍ୟୁୁ ନ ହୁଏ, ଏଥିପାଇଁ ସେମାନଙ୍କ ବିରୁଦ୍ଧରେ ଚିହ୍ନ ସ୍ୱରୂପେ ରଖାଯିବା ନିମନ୍ତେ ତୁମ୍ଭେ ହାରୋଣଙ୍କ ଯଷ୍ଟି ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖ।”
Jehova Nyasaye nowacho ne Musa niya, “Dwok odunga mar Harun e nyim Sandug Rapar, mondo kane kaka ranyisi ne joma ongʼanyo. Mano biro tieko chuth kitgi mar ngʼur koda, mondo omi kik githo.”
11 ମୋଶା ସେରୂପ କଲେ; ସଦାପ୍ରଭୁ ତାଙ୍କୁ ଯେପରି ଆଜ୍ଞା ଦେଲେ, ସେ ସେହିପରି କଲେ।
Musa notimo mana kaka Jehova Nyasaye nonyise.
12 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭମାନଙ୍କର ପ୍ରାଣ ଯାଉଛି, ଆମ୍ଭେମାନେ ଉଚ୍ଛିନ୍ନ ହେଉ, ଆମ୍ଭେ ସମସ୍ତେ ଉଚ୍ଛିନ୍ନ ହେଉ।
Jo-Israel nowacho ne Musa niya, “Wabiro tho! Waserwenyo, kendo wan duto waselal!
13 ଯେକେହି ନିକଟକୁ ଆସୁଅଛି, ଅର୍ଥାତ୍, ସଦାପ୍ରଭୁଙ୍କ ଆବାସ ନିକଟକୁ ଆସୁଅଛି, ସେ ମରୁଅଛି; ଆମ୍ଭେ ସମସ୍ତେ କି ପ୍ରାଣ ଛାଡ଼ି ଉଚ୍ଛିନ୍ନ ହେବା?”
Ngʼato angʼata mosudo machiegni gi hekalu mar Jehova Nyasaye biro tho. Dibed ni wan duto wabiro tho?”