< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18 >
1 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବୋହିବ।
Bwana akamwambia Aroni, “Wewe, wanao na jamaa ya baba yako mtawajibika kwa makosa dhidi ya mahali patakatifu, na wewe na wanao peke yenu ndio mtakaowajibika kwa makosa dhidi ya ukuhani.
2 ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟ-ତମ୍ବୁ ସମ୍ମୁଖରେ ରହିବ।
Walete Walawi wenzako kutoka kabila la baba zako ili waungane nanyi na kuwasaidia wakati wewe na wanao mnapohudumu mbele ya Hema la Ushuhuda.
3 ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।
Watawajibika kwenu na watafanya kazi zote za Hema, lakini kamwe wasisogelee vifaa vya patakatifu au madhabahu, la sivyo wao na ninyi mtakufa.
4 ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ବୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ବୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।
Watajiunga nanyi na watawajibika kwa utunzaji wa Hema la Kukutania, yaani kazi zote kwenye Hema, wala hakuna mtu mwingine yeyote atakayeweza kusogea karibu hapo mlipo.
5 ପୁଣି, ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ।
“Mtawajibika katika utunzaji wa mahali patakatifu na madhabahu, ili kwamba ghadhabu isiwaangukie Waisraeli tena.
6 ଆଉ ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ତୁମ୍ଭମାନଙ୍କର ଭ୍ରାତୃଗଣ ଲେବୀୟମାନଙ୍କୁ ଗ୍ରହଣ କରିଅଛୁ, ସେମାନେ ସମାଗମ-ତମ୍ବୁର ସେବାକର୍ମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ଦାନ ଅଟନ୍ତି।
Mimi mwenyewe nimewachagua Walawi wenzenu kutoka miongoni mwa Waisraeli kama zawadi kwenu, waliowekwa wakfu kwa Bwana ili kufanya kazi katika Hema la Kukutania.
7 ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦ ବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।”
Lakini ni wewe tu na wanao mtakaoweza kutumika kama makuhani kuhusiana na kila kitu kwenye madhabahu na ndani ya pazia. Ninawapa utumishi wa ukuhani kama zawadi. Mtu mwingine yeyote atakayekaribia mahali patakatifu ni lazima auawe.”
8 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ସକାଶୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ।
Kisha Bwana akamwambia Aroni, “Mimi mwenyewe nimekuweka kuwa mwangalizi wa sadaka zote zitakazotolewa kwangu; matoleo yote matakatifu Waisraeli wanayonipa ninakupa wewe na wanao kama sehemu yenu na fungu lenu la kawaida.
9 ଅଗ୍ନିକୃତ ମହାପବିତ୍ର ଉପହାର ମଧ୍ୟରୁ ରକ୍ଷିତ ଏହାସବୁ ତୁମ୍ଭର ହେବ; ଆମ୍ଭ ଉଦ୍ଦେଶ୍ୟରେ ସେମାନେ ଯାହା ଉତ୍ସର୍ଗ କରିବେ, ଏପରି ସେମାନଙ୍କର ପ୍ରତ୍ୟେକ ଉପହାର, ଅର୍ଥାତ୍, ସେମାନଙ୍କର ପ୍ରତ୍ୟେକ ଭକ୍ଷ୍ୟ ନୈବେଦ୍ୟ ଓ ସେମାନଙ୍କର ପ୍ରତ୍ୟେକ ପାପାର୍ଥକ ବଳି ଓ ସେମାନଙ୍କର ପ୍ରତ୍ୟେକ ଦୋଷାର୍ଥକ ବଳି ତୁମ୍ଭ ଓ ତୁମ୍ଭ ପୁତ୍ରଗଣ ନିମନ୍ତେ ମହାପବିତ୍ର ହେବ।
Mtachukua sehemu ya yale matoleo matakatifu sana ambayo hayateketezwi kwa moto. Kutoka kwa matoleo yote wanayoniletea kama sadaka takatifu sana, ziwe za nafaka, au za dhambi, au za makosa, sehemu ile itakuwa yako na wanao.
10 ତୁମ୍ଭେ ତାହା ମହାପବିତ୍ର ଦ୍ରବ୍ୟ ଭାବି ତହିଁରୁ ଭୋଜନ କରିବ; ପ୍ରତ୍ୟେକ ପୁରୁଷ ତହିଁରୁ ଭୋଜନ କରିବ; ତାହା ତୁମ୍ଭ ପ୍ରତି ପବିତ୍ର ହେବ।
Mtaila kama kitu kilicho kitakatifu sana; kila mwanaume ataila. Ni lazima mtaiheshimu kama takatifu.
11 ଆଉ ଏହା ତୁମ୍ଭର ଅଟେ; ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର; ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତାହାସବୁ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।
“Hiki pia ni chako: chochote kilichotengwa kutoka kwenye matoleo yote ya sadaka za kuinuliwa za Waisraeli. Ninakupa wewe haya, wana na binti zako kama sehemu yenu ya kawaida. Kila mmoja wa nyumba yako ambaye ni safi kwa taratibu za ibada anaweza kuyala.
12 ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ସମସ୍ତ ଉତ୍ତମ ତୈଳ ଓ ସମସ୍ତ ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ, ଯେଉଁ ଯେଉଁ ପ୍ରଥମଜାତ ଫଳ ଉତ୍ସର୍ଗ କରିବେ, ତାହାସବୁ ଆମ୍ଭେ ତୁମ୍ଭକୁ ଦେଲୁ।
“Ninawapa mafuta ya zeituni yaliyo bora kuliko yote, na divai mpya iliyo bora kuliko zote na nafaka wanazompa Bwana kama malimbuko katika mavuno yao.
13 ସେମାନେ ଆପଣା ଆପଣା ଭୂମିରୁ ଉତ୍ପନ୍ନ ଯେଉଁସବୁ ପ୍ରଥମ ପକ୍ୱ ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସବୁ ତୁମ୍ଭର ହେବ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।
Malimbuko yote ya nchi ambayo wanamletea Bwana yatakuwa yenu. Kila mmoja nyumbani kwako ambaye ni safi kwa taratibu za Ibada anaweza kula.
14 ଇସ୍ରାଏଲ ମଧ୍ୟରେ ସମସ୍ତ ଉତ୍ସର୍ଗୀକୃତ ବସ୍ତୁସବୁ ତୁମ୍ଭର ହେବ।
“Kila kitu katika Israeli ambacho kimetolewa kwa Bwana ni chenu.
15 ସେମାନେ ମନୁଷ୍ୟ କିମ୍ବା ପଶୁମାନଙ୍କ ମଧ୍ୟରୁ ଯେଉଁ ସମସ୍ତ ପ୍ରଥମଜାତ ଗର୍ଭର ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସମସ୍ତ ତୁମ୍ଭର ହେବ; ତଥାପି ତୁମ୍ଭେ ମନୁଷ୍ୟର ପ୍ରଥମଜାତକୁ ଅବଶ୍ୟ ମୁକ୍ତ କରିବ, ପୁଣି, ତୁମ୍ଭେ ଅଶୁଚି ପଶୁର ପ୍ରଥମଜାତକୁ ମୁକ୍ତ କରିବ।
Kila mzaliwa wa kwanza wa mwanadamu na wa mnyama, ambaye ametolewa kwa Bwana ni wenu. Lakini ni lazima mtamkomboa kila mwana mzaliwa wa kwanza na kila mzaliwa wa kwanza wa kiume wa wanyama wasio safi.
16 ପୁଣି, ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେହି ସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ।
Watakapokuwa na umri wa mwezi mmoja, ni lazima mtawakomboa kwa bei ya ukombozi iliyowekwa, kwa shekeli tano za fedha, kulingana na shekeli ya mahali patakatifu, yenye uzito wa gera ishirini.
17 ମାତ୍ର ତୁମ୍ଭେ ଗୋରୁର ପ୍ରଥମଜାତକୁ ଅବା ମେଷର ପ୍ରଥମଜାତକୁ ଅବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ, ସେମାନେ ପବିତ୍ର; ତୁମ୍ଭେ ବେଦି ଉପରେ ସେମାନଙ୍କର ରକ୍ତ ସେଚନ କରିବ, ପୁଣି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ସେମାନଙ୍କର ମେଦ ଦଗ୍ଧ କରିବ।
“Lakini kamwe usimkomboe mzaliwa wa kwanza wa maksai, kondoo au mbuzi; hawa ni watakatifu. Nyunyizia damu yao juu ya madhabahu na uchome mafuta yao kama sadaka itolewayo kwa moto, harufu nzuri inayompendeza Bwana.
18 ଆଉ ସେମାନଙ୍କର ମାଂସ ତୁମ୍ଭର ହେବ, ଯେପରି ଦୋଳନୀୟ ନୈବେଦ୍ୟାର୍ଥକ ବକ୍ଷ ଓ ଦକ୍ଷିଣ ଚଟୁଆ, ସେପରି ତାହା ତୁମ୍ଭର ହେବ।
Nyama zao zitakuwa chakula chenu, kama ilivyokuwa kidari cha kuinuliwa na paja la mguu wa kulia.
19 ଇସ୍ରାଏଲ-ସନ୍ତାନଗଣ ଯେଉଁ ସମସ୍ତ ବସ୍ତୁ ପବିତ୍ର କରି ଉତ୍ତୋଳନୀୟ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସକଳ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଓ ତୁମ୍ଭ ସଙ୍ଗେ ତୁମ୍ଭ ବଂଶ ପକ୍ଷରେ ଏହା ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳୀନ ଲବଣର ନିୟମ।”
Chochote kitakachotengwa kutoka sadaka takatifu ambazo Waisraeli wanamtolea Bwana, ninakupa wewe, wanao na binti zako kama fungu lenu la kawaida. Ni Agano la milele la chumvi mbele za Bwana kwako na watoto wako.”
20 ଆହୁରି ସଦାପ୍ରଭୁ ହାରୋଣଙ୍କୁ କହିଲେ, “ସେମାନଙ୍କ ଭୂମିରେ ତୁମ୍ଭର କୌଣସି ଅଧିକାର ରହିବ ନାହିଁ; ଓ ସେମାନଙ୍କ ମଧ୍ୟରେ ତୁମ୍ଭର କୌଣସି ବାଣ୍ଟ ରହିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଆମ୍ଭେ ହିଁ ତୁମ୍ଭର ବାଣ୍ଟ ଓ ତୁମ୍ଭର ଅଧିକାର।
Bwana akamwambia Aroni, “Hutakuwa na urithi wowote katika nchi yao, wala hutakuwa na sehemu miongoni mwao; Mimi ni fungu lako na urithi wako miongoni mwa Waisraeli.
21 ଆଉ ଦେଖ, ଲେବୀ-ସନ୍ତାନଗଣ ଯେଉଁ ସେବାକାର୍ଯ୍ୟ କରନ୍ତି, ସମାଗମ-ତମ୍ବୁ ସମ୍ବନ୍ଧୀୟ ସେମାନଙ୍କ ସେହି ସେବାକାର୍ଯ୍ୟର ପରିଶୋଧରେ ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଇସ୍ରାଏଲ ମଧ୍ୟରେ ସମସ୍ତ ଦଶମାଂଶ ଦେଲୁ।
“Ninawapa Walawi zaka yote katika Israeli kama urithi wao kuwa kama malipo kwa kazi wanayoifanya wakati wanapohudumu katika Hema la Kukutania.
22 ଆଉ ଇସ୍ରାଏଲ-ସନ୍ତାନଗଣଙ୍କ ପାପ ବୋହି ଯେପରି ନ ମରନ୍ତି, ଏଥିପାଇଁ, ଏହି ସମୟଠାରୁ ସେମାନେ ସମାଗମ-ତମ୍ବୁ ନିକଟକୁ ଆସିବେ ନାହିଁ।
Kuanzia sasa, kamwe Waisraeli wasisogelee karibu na Hema la Kukutania, la sivyo watabeba matokeo ya dhambi zao, nao watakufa.
23 ମାତ୍ର ଲେବୀୟମାନେ ସମାଗମ-ତମ୍ବୁର ସେବାକାର୍ଯ୍ୟ କରିବେ ଓ ସେମାନେ ଆପଣା ଆପଣା ଅପରାଧ ବୋହିବେ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମସ୍ଥାୟୀ ଅନନ୍ତକାଳୀନ ବିଧି, ପୁଣି, ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ।
Ni Walawi watakaofanya kazi katika Hema la Kukutania na kubeba wajibu wa makosa dhidi yake. Hili ni agizo la kudumu kwa vizazi vijavyo. Hawatapokea urithi wowote miongoni mwa Waisraeli.
24 କାରଣ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ଦଶମାଂଶ ଉତ୍ସର୍ଗ କରନ୍ତି, ତାହା ଆମ୍ଭେ ଲେବୀୟମାନଙ୍କୁ ଅଧିକାରାର୍ଥେ ଦେଲୁ; ଏହେତୁ ଆମ୍ଭେ ସେମାନଙ୍କ ବିଷୟରେ କହିଲୁ, ‘ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନେ କୌଣସି ଅଧିକାର ପାଇବେ ନାହିଁ।’”
Badala yake, ninawapa Walawi zaka zote zinazotolewa na Waisraeli kama sadaka kwa Bwana kuwa urithi wao. Hiyo ndiyo sababu nimesema hivi kuhusu wao: ‘Hawatakuwa na urithi miongoni mwa Waisraeli.’”
25 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Bwana akamwambia Mose,
26 “ଆହୁରି ତୁମ୍ଭେ ଲେବୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦେଲୁ, ‘ତାହା ଯେଉଁ ସମୟରେ ତୁମ୍ଭେ ସେମାନଙ୍କଠାରୁ ଗ୍ରହଣ କରିବ, ସେହି ସମୟରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ସେହି ଦଶମାଂଶର ଦଶମାଂଶ ଉତ୍ସର୍ଗ କରିବ।
“Sema na Walawi na uwaambie: ‘Mtakapopokea zaka kutoka kwa Waisraeli ambayo ninawapa kama urithi wenu kutoka kwao, ni lazima mtoe sehemu ya kumi ya hiyo zaka kama sadaka kwa Bwana, iwe zaka ya hiyo zaka.
27 ତୁମ୍ଭମାନଙ୍କ ଏହି ଉତ୍ତୋଳନୀୟ ଉପହାର ଖଳାର ଶସ୍ୟ ତୁଲ୍ୟ ଓ ଦ୍ରାକ୍ଷାଯନ୍ତ୍ରର ପୂର୍ଣ୍ଣତା ତୁଲ୍ୟ ତୁମ୍ଭମାନଙ୍କ ପକ୍ଷରେ ଗଣାଯିବ।
Sadaka yenu itahesabiwa kwenu kama nafaka kutoka sakafu ya kupuria, au divai kutoka kwenye shinikizo la kukamulia zabibu.
28 ଏହିରୂପେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ଗ୍ରହଣ କରିବ, ତହିଁରୁ ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ; ପୁଣି, ତହିଁରୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର ହାରୋଣ ଯାଜକକୁ ଦେବ।
Kwa njia hii, ninyi pia mtatoa sadaka kwa Bwana kutoka zaka zote mtakazopokea kutoka kwa Waisraeli. Kutoka kwenye zaka hizi, ni lazima mtoe sehemu ya Bwana kwa Aroni, kuhani.
29 ତୁମ୍ଭମାନଙ୍କର ପ୍ରାପ୍ତ ସମସ୍ତ ଦାନ ମଧ୍ୟରୁ ସେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର, ଅର୍ଥାତ୍, ତହିଁର ସମସ୍ତ ଉତ୍ତମ ଦ୍ରବ୍ୟରୁ ତହିଁର ପବିତ୍ର ଅଂଶ ଉତ୍ସର୍ଗ କରିବ।’
Ni lazima mtoe kama sehemu ya Bwana iliyo nzuri sana tena ile sehemu iliyo takatifu sana kuliko zote ya kile kitu mlichopewa.’
30 ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ଯେଉଁ ସମୟରେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେହି ସମୟରେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ।
“Waambie Walawi: ‘Mtakapotoa sehemu zilizo bora sana, itahesabiwa kwenu kama mazao ya sakafu ya kupuria nafaka, au ya shinikizo la kukamulia zabibu.
31 ପୁଣି, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିଜନଗଣ ସବୁ ସ୍ଥାନରେ ତାହା ଭୋଜନ କରିବ; କାରଣ ତାହା ସମାଗମ-ତମ୍ବୁରେ କୃତ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପରିଶୋଧରେ ତୁମ୍ଭମାନଙ୍କର ପୁରସ୍କାର ଅଟେ।
Ninyi na watu wa nyumbani mwenu mnaweza kula sehemu iliyobaki mahali popote, kwani ndio ujira wenu kwa ajili ya kazi yenu katika Hema la Kukutania.
32 ଆଉ ତହିଁରୁ ସେହି ଉତ୍ତମ ଦ୍ରବ୍ୟ ଉପହାର ରୂପେ ଉତ୍ସର୍ଗ କଲେ, ତୁମ୍ଭେମାନେ ତଦ୍ଦ୍ୱାରା ଘଟିତ କୌଣସି ପାପ ବୋହିବ ନାହିଁ; ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।’”
Kwa kutoa sehemu zake zilizo bora sana, hamtakuwa na hatia katika jambo hili; ndipo hamtatia unajisi sadaka takatifu za Waisraeli, nanyi hamtakufa.’”