< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18 >

1 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବୋହିବ।
І сказав Господь до Аарона: „Ти й сини твої та дім батька твого з тобою понесете на собі гріх щодо святині; і ти, і сини твої з тобою понесете на собі гріх щодо вашого свяще́нства.
2 ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍‍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟ-ତମ୍ବୁ ସମ୍ମୁଖରେ ରହିବ।
А також ти набли́зиш до себе братів своїх, пле́м'я Левіїне, пле́м'я батька свого, і вони злу́чаться з тобою, і будуть прислужувати тобі, а ти й сини твої з тобою будете перед скинією свідоцтва.
3 ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।
І бу́дуть вони виконувати твою сторо́жу та сторо́жу всієї скинії, — тільки до речей святині та до же́ртівника не приступлять, щоб не повмирали як вони, так і ви.
4 ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ବୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ବୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।
І злу́чаться вони з тобою, і будуть виконувати сторожу скинії заповіту, для всякої служби в скинії, а чужий не присту́пить до вас.
5 ପୁଣି, ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ।
І будете ви виконувати сторожу святині та сторожу жертівника, щоб не було́ вже гніву на Ізраїлевих синів.
6 ଆଉ ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ତୁମ୍ଭମାନଙ୍କର ଭ୍ରାତୃଗଣ ଲେବୀୟମାନଙ୍କୁ ଗ୍ରହଣ କରିଅଛୁ, ସେମାନେ ସମାଗମ-ତମ୍ବୁର ସେବାକର୍ମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ଦାନ ଅଟନ୍ତି।
А Я оце взяв ваших братів Левитів з-посеред Ізраїлевих синів для вас, як дар вони дані Господе́ві, щоб виконувати службу скинії заповіту.
7 ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦ ବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।”
А ти та сини твої з тобою бу́дете допильно́вувати ваше свяще́нство для всякої речі жертівника та для того, що поза заві́сою, і будете робити. Як службу да́ру даю Я свяще́нство вам, а чужий, хто приступить, буде забитий“.
8 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍‍, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ସକାଶୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ।
І Господь промовляв до Аарона: „Я оце доручив тобі пильнувати за прино́шеннями Моїми. Від усього посвяченого синами Ізраїлевими Я дав частку тобі та для синів твоїх на вічну постано́ву.
9 ଅଗ୍ନିକୃତ ମହାପବିତ୍ର ଉପହାର ମଧ୍ୟରୁ ରକ୍ଷିତ ଏହାସବୁ ତୁମ୍ଭର ହେବ; ଆମ୍ଭ ଉଦ୍ଦେଶ୍ୟରେ ସେମାନେ ଯାହା ଉତ୍ସର୍ଗ କରିବେ, ଏପରି ସେମାନଙ୍କର ପ୍ରତ୍ୟେକ ଉପହାର, ଅର୍ଥାତ୍‍, ସେମାନଙ୍କର ପ୍ରତ୍ୟେକ ଭକ୍ଷ୍ୟ ନୈବେଦ୍ୟ ଓ ସେମାନଙ୍କର ପ୍ରତ୍ୟେକ ପାପାର୍ଥକ ବଳି ଓ ସେମାନଙ୍କର ପ୍ରତ୍ୟେକ ଦୋଷାର୍ଥକ ବଳି ତୁମ୍ଭ ଓ ତୁମ୍ଭ ପୁତ୍ରଗଣ ନିମନ୍ତେ ମହାପବିତ୍ର ହେବ।
Оце буде тобі з найсвятіших жертов, без огню: кожна їхня хлі́бна жертва, і кожна їхня жертва за гріх, і кожна їхня жертва за провину, що звернуть Мені як найсвятіше, — тобі це та для твоїх синів!
10 ତୁମ୍ଭେ ତାହା ମହାପବିତ୍ର ଦ୍ରବ୍ୟ ଭାବି ତହିଁରୁ ଭୋଜନ କରିବ; ପ୍ରତ୍ୟେକ ପୁରୁଷ ତହିଁରୁ ଭୋଜନ କରିବ; ତାହା ତୁମ୍ଭ ପ୍ରତି ପବିତ୍ର ହେବ।
На найсвятішому місці бу́деш ти їсти оце. Кожен чоловічої статі буде їсти, — це буде святість для тебе.
11 ଆଉ ଏହା ତୁମ୍ଭର ଅଟେ; ଅର୍ଥାତ୍‍, ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର; ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତାହାସବୁ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।
А це тобі прино́шення їхнього да́ру всіх колиха́нь Ізраїлевих синів, — Я дав їх тобі, і синам твоїм та дочка́м твоїм з тобою на вічну постанову, — кожен чистий у твоїм домі буде це їсти.
12 ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ସମସ୍ତ ଉତ୍ତମ ତୈଳ ଓ ସମସ୍ତ ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ, ଯେଉଁ ଯେଉଁ ପ୍ରଥମଜାତ ଫଳ ଉତ୍ସର୍ଗ କରିବେ, ତାହାସବୁ ଆମ୍ଭେ ତୁମ୍ଭକୁ ଦେଲୁ।
Усе найкраще зо свіжої оливи, і все найкраще з молодого вина та збіжжя, їхні первопло́ди, що вони дадуть Господе́ві, — Я віддав їх тобі.
13 ସେମାନେ ଆପଣା ଆପଣା ଭୂମିରୁ ଉତ୍ପନ୍ନ ଯେଉଁସବୁ ପ୍ରଥମ ପକ୍ୱ ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସବୁ ତୁମ୍ଭର ହେବ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।
Первопло́ди усього, що в їхньому краю́, що вони принесуть Господе́ві, будуть для тебе, — кожен чистий у твоїм домі буде те їсти.
14 ଇସ୍ରାଏଲ ମଧ୍ୟରେ ସମସ୍ତ ଉତ୍ସର୍ଗୀକୃତ ବସ୍ତୁସବୁ ତୁମ୍ଭର ହେବ।
Усе закляте між Ізраїлем буде тобі.
15 ସେମାନେ ମନୁଷ୍ୟ କିମ୍ବା ପଶୁମାନଙ୍କ ମଧ୍ୟରୁ ଯେଉଁ ସମସ୍ତ ପ୍ରଥମଜାତ ଗର୍ଭର ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସମସ୍ତ ତୁମ୍ଭର ହେବ; ତଥାପି ତୁମ୍ଭେ ମନୁଷ୍ୟର ପ୍ରଥମଜାତକୁ ଅବଶ୍ୟ ମୁକ୍ତ କରିବ, ପୁଣି, ତୁମ୍ଭେ ଅଶୁଚି ପଶୁର ପ୍ରଥମଜାତକୁ ମୁକ୍ତ କରିବ।
Усе, що розкриває утро́бу кожного тіла, що принесуть Господе́ві з-поміж людей та з-поміж скотини, буде для тебе. Тільки конче викупиш перворідного люди́ни, і перворідне з нечистої худобини викупиш.
16 ପୁଣି, ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେହି ସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ।
А ви́куп його: від місячного віку викупиш за твоєю оці́нкою, — п'ять ше́клів срібла на міру шеклем святині, двадцять ґер він.
17 ମାତ୍ର ତୁମ୍ଭେ ଗୋରୁର ପ୍ରଥମଜାତକୁ ଅବା ମେଷର ପ୍ରଥମଜାତକୁ ଅବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ, ସେମାନେ ପବିତ୍ର; ତୁମ୍ଭେ ବେଦି ଉପରେ ସେମାନଙ୍କର ରକ୍ତ ସେଚନ କରିବ, ପୁଣି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ସେମାନଙ୍କର ମେଦ ଦଗ୍ଧ କରିବ।
Тільки перворідного з волів, або перворідного з овечок, або перворідного з кіз не викупиш, — вони святість: їхньою кров'ю окро́пиш же́ртівника, а їхній лій спалиш, як огняну́ жертву на любі пахощі для Господа.
18 ଆଉ ସେମାନଙ୍କର ମାଂସ ତୁମ୍ଭର ହେବ, ଯେପରି ଦୋଳନୀୟ ନୈବେଦ୍ୟାର୍ଥକ ବକ୍ଷ ଓ ଦକ୍ଷିଣ ଚଟୁଆ, ସେପରି ତାହା ତୁମ୍ଭର ହେବ।
А їхнє м'ясо буде для тебе, — як грудина колиха́ння, і як стегно́ правиці буде для тебе.
19 ଇସ୍ରାଏଲ-ସନ୍ତାନଗଣ ଯେଉଁ ସମସ୍ତ ବସ୍ତୁ ପବିତ୍ର କରି ଉତ୍ତୋଳନୀୟ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସକଳ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଓ ତୁମ୍ଭ ସଙ୍ଗେ ତୁମ୍ଭ ବଂଶ ପକ୍ଷରେ ଏହା ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳୀନ ଲବଣର ନିୟମ।”
Усі свя́тощі прино́шення, що Ізраїлеві сини принесуть для Господа, Я віддав тобі, і синам твоїм та дочкам твоїм із тобою, вічною постановою. Це міцни́й запові́т, — він вічний перед Господнім лицем для тебе та для насіння твого з тобою“.
20 ଆହୁରି ସଦାପ୍ରଭୁ ହାରୋଣଙ୍କୁ କହିଲେ, “ସେମାନଙ୍କ ଭୂମିରେ ତୁମ୍ଭର କୌଣସି ଅଧିକାର ରହିବ ନାହିଁ; ଓ ସେମାନଙ୍କ ମଧ୍ୟରେ ତୁମ୍ଭର କୌଣସି ବାଣ୍ଟ ରହିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଆମ୍ଭେ ହିଁ ତୁମ୍ଭର ବାଣ୍ଟ ଓ ତୁମ୍ଭର ଅଧିକାର।
І сказав Господь до Аарона: „У їхньому краю́ ти не будеш мати власности, і не буде тобі частки між ними, — Я ча́стка твоя та власність твоя поміж Ізраїлевими синами!
21 ଆଉ ଦେଖ, ଲେବୀ-ସନ୍ତାନଗଣ ଯେଉଁ ସେବାକାର୍ଯ୍ୟ କରନ୍ତି, ସମାଗମ-ତମ୍ବୁ ସମ୍ବନ୍ଧୀୟ ସେମାନଙ୍କ ସେହି ସେବାକାର୍ଯ୍ୟର ପରିଶୋଧରେ ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଇସ୍ରାଏଲ ମଧ୍ୟରେ ସମସ୍ତ ଦଶମାଂଶ ଦେଲୁ।
А Левієвим синам Я дав ось кожну десятину в Ізраїлі на спа́дщину, взамін за їхню службу, бо вони виконують службу скинії заповіту.
22 ଆଉ ଇସ୍ରାଏଲ-ସନ୍ତାନଗଣଙ୍କ ପାପ ବୋହି ଯେପରି ନ ମରନ୍ତି, ଏଥିପାଇଁ, ଏହି ସମୟଠାରୁ ସେମାନେ ସମାଗମ-ତମ୍ବୁ ନିକଟକୁ ଆସିବେ ନାହିଁ।
І Ізраїлеві сини не приступлять уже до скинії заповіту, щоб не поне́сти гріха, і не вмерти.
23 ମାତ୍ର ଲେବୀୟମାନେ ସମାଗମ-ତମ୍ବୁର ସେବାକାର୍ଯ୍ୟ କରିବେ ଓ ସେମାନେ ଆପଣା ଆପଣା ଅପରାଧ ବୋହିବେ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମସ୍ଥାୟୀ ଅନନ୍ତକାଳୀନ ବିଧି, ପୁଣି, ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ।
І буде Леви́т сам виконувати службу скинії заповіту, і сам понесе́ вину свою. Це вічна постанова для ваших поколінь, а між Ізра́їлевими синами не будуть вони діди́чити спадщину,
24 କାରଣ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ଦଶମାଂଶ ଉତ୍ସର୍ଗ କରନ୍ତି, ତାହା ଆମ୍ଭେ ଲେବୀୟମାନଙ୍କୁ ଅଧିକାରାର୍ଥେ ଦେଲୁ; ଏହେତୁ ଆମ୍ଭେ ସେମାନଙ୍କ ବିଷୟରେ କହିଲୁ, ‘ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନେ କୌଣସି ଅଧିକାର ପାଇବେ ନାହିଁ।’”
бо десятину Ізраїлевих синів, що вони принесуть як прино́шення для Господа, Я дав Левитам за спа́дщину. Тому Я сказав до них: Між Ізраїлевими синами не будуть вони діди́чити спа́дщину“.
25 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
І Господь промовляв до Мойсея, говорячи:
26 “ଆହୁରି ତୁମ୍ଭେ ଲେବୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦେଲୁ, ‘ତାହା ଯେଉଁ ସମୟରେ ତୁମ୍ଭେ ସେମାନଙ୍କଠାରୁ ଗ୍ରହଣ କରିବ, ସେହି ସମୟରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ସେହି ଦଶମାଂଶର ଦଶମାଂଶ ଉତ୍ସର୍ଗ କରିବ।
„А до Левитів будеш ти промовляти та й скажеш їм: Коли ві́зьмете від Ізраїлевих синів ту десятину, що Я дав вам від них на ваше спа́дщину, то ви принесе́те з неї Господнє прино́шення, — десятину з десятини.
27 ତୁମ୍ଭମାନଙ୍କ ଏହି ଉତ୍ତୋଳନୀୟ ଉପହାର ଖଳାର ଶସ୍ୟ ତୁଲ୍ୟ ଓ ଦ୍ରାକ୍ଷାଯନ୍ତ୍ରର ପୂର୍ଣ୍ଣତା ତୁଲ୍ୟ ତୁମ୍ଭମାନଙ୍କ ପକ୍ଷରେ ଗଣାଯିବ।
І буде пораховане ваше прино́шення як збіжжя з то́ку, і як по́вня з кадки чави́ла.
28 ଏହିରୂପେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ଗ୍ରହଣ କରିବ, ତହିଁରୁ ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ; ପୁଣି, ତହିଁରୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର ହାରୋଣ ଯାଜକକୁ ଦେବ।
Так принесете й ви Господнє прино́шення зо всіх ваших десятин, що ві́зьмете від Ізраїлевих синів, і дасте з того Господнє прино́шення священикові Ааронові.
29 ତୁମ୍ଭମାନଙ୍କର ପ୍ରାପ୍ତ ସମସ୍ତ ଦାନ ମଧ୍ୟରୁ ସେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର, ଅର୍ଥାତ୍‍, ତହିଁର ସମସ୍ତ ଉତ୍ତମ ଦ୍ରବ୍ୟରୁ ତହିଁର ପବିତ୍ର ଅଂଶ ଉତ୍ସର୍ଗ କରିବ।’
Зо всіх ваших да́рів принесе кожен Господнє прино́шення, зо всього найкращого посвя́чення з нього.
30 ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ଯେଉଁ ସମୟରେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେହି ସମୟରେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ।
І скажи їм: коли ви бу́дете прино́сити найкраще з нього, то це порахується Леви́там, як урожай то́ку, і як урожай кадки чави́ла.
31 ପୁଣି, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିଜନଗଣ ସବୁ ସ୍ଥାନରେ ତାହା ଭୋଜନ କରିବ; କାରଣ ତାହା ସମାଗମ-ତମ୍ବୁରେ କୃତ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପରିଶୋଧରେ ତୁମ୍ଭମାନଙ୍କର ପୁରସ୍କାର ଅଟେ।
І будете їсти це на кожному місці ви та дім ваш, бо це нагоро́да для вас взамін за вашу службу в скинії заповіту.
32 ଆଉ ତହିଁରୁ ସେହି ଉତ୍ତମ ଦ୍ରବ୍ୟ ଉପହାର ରୂପେ ଉତ୍ସର୍ଗ କଲେ, ତୁମ୍ଭେମାନେ ତଦ୍ଦ୍ୱାରା ଘଟିତ କୌଣସି ପାପ ବୋହିବ ନାହିଁ; ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।’”
І ви не понесете через це гріха́, коли будете приносити найкраще з нього, а свя́тощів Ізраїлевих синів не збезче́стите, і не повмираєте“.

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18 >