< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18 >
1 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବୋହିବ।
Chúa Hằng Hữu phán bảo A-rôn: “Con, các con trai con cùng cả gia đình con phải chịu trách nhiệm về những tội xúc phạm nơi thánh. Cũng vậy, con và các con trai con phải chịu trách nhiệm về những tội liên hệ đến chức vụ thầy tế lễ.
2 ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟ-ତମ୍ବୁ ସମ୍ମୁଖରେ ରହିବ।
Tất cả những người trong đại tộc Lê-vi, họ hàng của con, là người giúp việc cho con. Tuy nhiên, chỉ có con và các con trai con được thi hành chức vụ trong Đền Giao Ước.
3 ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।
Các người Lê-vi khác không được đến gần các vật thánh hay bàn thờ, để họ và con khỏi phải chết.
4 ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ବୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ବୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।
Ngoài người Lê-vi ra, không ai được phụ giúp con trong các công việc tại Đền Tạm.
5 ପୁଣି, ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ।
Và chỉ có các thầy tế lễ mới được thi hành chức vụ trong nơi thánh và trước bàn thờ. Nếu các nguyên tắc này được tôn trọng, cơn phẫn nộ của Ta sẽ không nổi lên với người Ít-ra-ên nữa.
6 ଆଉ ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ତୁମ୍ଭମାନଙ୍କର ଭ୍ରାତୃଗଣ ଲେବୀୟମାନଙ୍କୁ ଗ୍ରହଣ କରିଅଛୁ, ସେମାନେ ସମାଗମ-ତମ୍ବୁର ସେବାକର୍ମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ଦାନ ଅଟନ୍ତି।
Người Lê-vi đã được Chúa Hằng Hữu chọn trong người Ít-ra-ên; họ đã được dâng lên Chúa Hằng Hữu. Nay Ta giao họ cho con để giúp con trong công việc Đền Tạm.
7 ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦ ବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।”
Ta cũng ủy thác cho con chức vụ thầy tế lễ; chỉ có con và các con trai con thi hành chức vụ này trước bàn thờ và bên trong bức màn. Ngoài ra, người nào đụng đến các công việc này đều phải chết.”
8 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ସକାଶୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ।
Chúa Hằng Hữu phán tiếp với A-rôn: “Ngoài ra, Ta còn cho các con tất cả lễ vật của người Ít-ra-ên dâng theo lối nâng tay đưa lên trước Chúa. Các lễ vật thánh đều thuộc về con và con trai con. Lệ này áp dụng vĩnh viễn.
9 ଅଗ୍ନିକୃତ ମହାପବିତ୍ର ଉପହାର ମଧ୍ୟରୁ ରକ୍ଷିତ ଏହାସବୁ ତୁମ୍ଭର ହେବ; ଆମ୍ଭ ଉଦ୍ଦେଶ୍ୟରେ ସେମାନେ ଯାହା ଉତ୍ସର୍ଗ କରିବେ, ଏପରି ସେମାନଙ୍କର ପ୍ରତ୍ୟେକ ଉପହାର, ଅର୍ଥାତ୍, ସେମାନଙ୍କର ପ୍ରତ୍ୟେକ ଭକ୍ଷ୍ୟ ନୈବେଦ୍ୟ ଓ ସେମାନଙ୍କର ପ୍ରତ୍ୟେକ ପାପାର୍ଥକ ବଳି ଓ ସେମାନଙ୍କର ପ୍ରତ୍ୟେକ ଦୋଷାର୍ଥକ ବଳି ତୁମ୍ଭ ଓ ତୁମ୍ଭ ପୁତ୍ରଗଣ ନିମନ୍ତେ ମହାପବିତ୍ର ହେବ।
Trừ phần được đem đốt dâng lên, phần còn lại của các lễ vật ngũ cốc, lễ vật chuộc tội, và lễ vật chuộc lỗi—sẽ rất thánh, đều thuộc về con và các con trai con.
10 ତୁମ୍ଭେ ତାହା ମହାପବିତ୍ର ଦ୍ରବ୍ୟ ଭାବି ତହିଁରୁ ଭୋଜନ କରିବ; ପ୍ରତ୍ୟେକ ପୁରୁଷ ତହିଁରୁ ଭୋଜନ କରିବ; ତାହା ତୁମ୍ଭ ପ୍ରତି ପବିତ୍ର ହେବ।
Con phải ăn phần ấy như lễ vật rất thánh. Mọi người nam phải ăn và đó như là lễ vật rất thánh cho con.
11 ଆଉ ଏହା ତୁମ୍ଭର ଅଟେ; ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର; ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତାହାସବୁ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।
Còn các lễ vật được dâng lên theo lối đưa qua đưa lại cũng thuộc về con. Ta ban cho các con trai và con gái con. Mọi người trong gia đình đều được phép ăn, nếu họ tinh sạch.
12 ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ସମସ୍ତ ଉତ୍ତମ ତୈଳ ଓ ସମସ୍ତ ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ, ଯେଉଁ ଯେଉଁ ପ୍ରଥମଜାତ ଫଳ ଉତ୍ସର୍ଗ କରିବେ, ତାହାସବୁ ଆମ୍ଭେ ତୁମ୍ଭକୁ ଦେଲୁ।
Ta cũng cho con tất cả các lễ vật đầu mùa người ta đem dâng lên Chúa Hằng Hữu: Dầu, rượu, ngũ cốc tốt nhất.
13 ସେମାନେ ଆପଣା ଆପଣା ଭୂମିରୁ ଉତ୍ପନ୍ନ ଯେଉଁସବୁ ପ୍ରଥମ ପକ୍ୱ ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସବୁ ତୁମ୍ଭର ହେବ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।
Tất cả lễ vật đầu mùa của các thổ sản khác. Mọi người tinh sạch trong gia đình con đều được phép ăn.
14 ଇସ୍ରାଏଲ ମଧ୍ୟରେ ସମସ୍ତ ଉତ୍ସର୍ଗୀକୃତ ବସ୍ତୁସବୁ ତୁମ୍ଭର ହେବ।
Vậy, tất cả mọi vật người Ít-ra-ên dâng hiến cho Ta đều thuộc về con, kể cả các con trưởng nam và thú vật đầu lòng của họ.
15 ସେମାନେ ମନୁଷ୍ୟ କିମ୍ବା ପଶୁମାନଙ୍କ ମଧ୍ୟରୁ ଯେଉଁ ସମସ୍ତ ପ୍ରଥମଜାତ ଗର୍ଭର ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସମସ୍ତ ତୁମ୍ଭର ହେବ; ତଥାପି ତୁମ୍ଭେ ମନୁଷ୍ୟର ପ୍ରଥମଜାତକୁ ଅବଶ୍ୟ ମୁକ୍ତ କରିବ, ପୁଣି, ତୁମ୍ଭେ ଅଶୁଚି ପଶୁର ପ୍ରଥମଜାତକୁ ମୁକ୍ତ କରିବ।
Tuy nhiên, con trưởng nam và con đầu lòng của thú vật mà đã dâng lên Chúa Hằng Hữu đều sẽ thuộc về con. Nhưng con trưởng nam và con đầu lòng của thú vật không sạch phải được chuộc lại.
16 ପୁଣି, ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେହି ସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ।
Giá chuộc là 57 gam bạc theo cân nơi thánh, và phải chuộc lúc con trưởng nam hay con đầu lòng lên một tháng.
17 ମାତ୍ର ତୁମ୍ଭେ ଗୋରୁର ପ୍ରଥମଜାତକୁ ଅବା ମେଷର ପ୍ରଥମଜାତକୁ ଅବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ, ସେମାନେ ପବିତ୍ର; ତୁମ୍ଭେ ବେଦି ଉପରେ ସେମାନଙ୍କର ରକ୍ତ ସେଚନ କରିବ, ପୁଣି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ସେମାନଙ୍କର ମେଦ ଦଗ୍ଧ କରିବ।
Đối với con đầu lòng của các loài bò, chiên, và dê thì không được chuộc, nhưng phải lấy máu rảy trên bàn thờ, lấy mỡ đem đốt, dùng lửa dâng hương thơm lên Chúa. Đó là những sinh tế thánh.
18 ଆଉ ସେମାନଙ୍କର ମାଂସ ତୁମ୍ଭର ହେବ, ଯେପରି ଦୋଳନୀୟ ନୈବେଦ୍ୟାର୍ଥକ ବକ୍ଷ ଓ ଦକ୍ଷିଣ ଚଟୁଆ, ସେପରି ତାହା ତୁମ୍ଭର ହେବ।
Thịt của các sinh tế này thuộc về con, đặc biệt là cái ức được đưa qua đưa lại và cái đùi bên phải.
19 ଇସ୍ରାଏଲ-ସନ୍ତାନଗଣ ଯେଉଁ ସମସ୍ତ ବସ୍ତୁ ପବିତ୍ର କରି ଉତ୍ତୋଳନୀୟ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସକଳ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଓ ତୁମ୍ଭ ସଙ୍ଗେ ତୁମ୍ଭ ବଂଶ ପକ୍ଷରେ ଏହା ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳୀନ ଲବଣର ନିୟମ।”
Tóm lại, Ta cho con mọi lễ vật của người Ít-ra-ên dâng theo lối đưa qua đưa lại trước mặt Chúa Hằng Hữu. Tất cả nam lẫn nữ trong gia đình con đều được phép ăn. Đây là luật lệ vĩnh viễn, là một giao ước bất di bất dịch giữa Chúa Hằng Hữu với con và con cháu con.”
20 ଆହୁରି ସଦାପ୍ରଭୁ ହାରୋଣଙ୍କୁ କହିଲେ, “ସେମାନଙ୍କ ଭୂମିରେ ତୁମ୍ଭର କୌଣସି ଅଧିକାର ରହିବ ନାହିଁ; ଓ ସେମାନଙ୍କ ମଧ୍ୟରେ ତୁମ୍ଭର କୌଣସି ବାଣ୍ଟ ରହିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଆମ୍ଭେ ହିଁ ତୁମ୍ଭର ବାଣ୍ଟ ଓ ତୁମ୍ଭର ଅଧିକାର।
Chúa Hằng Hữu tiếp: “Con sẽ không có sản nghiệp, cũng không có quyền lợi nào trong dân Ta. Vì Ta là nguồn lợi và sản nghiệp của con.
21 ଆଉ ଦେଖ, ଲେବୀ-ସନ୍ତାନଗଣ ଯେଉଁ ସେବାକାର୍ଯ୍ୟ କରନ୍ତି, ସମାଗମ-ତମ୍ବୁ ସମ୍ବନ୍ଧୀୟ ସେମାନଙ୍କ ସେହି ସେବାକାର୍ଯ୍ୟର ପରିଶୋଧରେ ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଇସ୍ରାଏଲ ମଧ୍ୟରେ ସମସ୍ତ ଦଶମାଂଶ ଦେଲୁ।
Tất cả những phần mười lợi tức của người Ít-ra-ên đem dâng lên Ta, Ta ban cho người Lê-vi vì công khó phục dịch trong Đền Tạm.
22 ଆଉ ଇସ୍ରାଏଲ-ସନ୍ତାନଗଣଙ୍କ ପାପ ବୋହି ଯେପରି ନ ମରନ୍ତି, ଏଥିପାଇଁ, ଏହି ସମୟଠାରୁ ସେମାନେ ସମାଗମ-ତମ୍ବୁ ନିକଟକୁ ଆସିବେ ନାହିଁ।
Từ nay về sau, ngoại trừ các thầy tế lễ và người Lê-vi thì không người Ít-ra-ên nào được vào Đền Tạm để khỏi mắc tội và khỏi chết.
23 ମାତ୍ର ଲେବୀୟମାନେ ସମାଗମ-ତମ୍ବୁର ସେବାକାର୍ଯ୍ୟ କରିବେ ଓ ସେମାନେ ଆପଣା ଆପଣା ଅପରାଧ ବୋହିବେ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମସ୍ଥାୟୀ ଅନନ୍ତକାଳୀନ ବିଧି, ପୁଣି, ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ।
Người Lê-vi sẽ chịu trách nhiệm về công việc Đền Tạm, và nếu có lỗi lầm, họ sẽ mang tội. Đây là một luật có tính cách vĩnh viễn áp dụng qua các thế hệ: Người Lê-vi sẽ không thừa hưởng tài sản trong Ít-ra-ên,
24 କାରଣ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ଦଶମାଂଶ ଉତ୍ସର୍ଗ କରନ୍ତି, ତାହା ଆମ୍ଭେ ଲେବୀୟମାନଙ୍କୁ ଅଧିକାରାର୍ଥେ ଦେଲୁ; ଏହେତୁ ଆମ୍ଭେ ସେମାନଙ୍କ ବିଷୟରେ କହିଲୁ, ‘ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନେ କୌଣସି ଅଧିକାର ପାଇବେ ନାହିଁ।’”
vì Ta đã cho họ một phần mười lợi tức của người Ít-ra-ên, là phần dân chúng đem dâng (theo lối nâng tay dâng lên) cho Chúa Hằng Hữu, đó là phần người Lê-vi thừa hưởng. Ngoài ra, họ không được hưởng sản nghiệp nào trong dân cả.”
25 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Chúa Hằng Hữu cũng phán với Môi-se:
26 “ଆହୁରି ତୁମ୍ଭେ ଲେବୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦେଲୁ, ‘ତାହା ଯେଉଁ ସମୟରେ ତୁମ୍ଭେ ସେମାନଙ୍କଠାରୁ ଗ୍ରହଣ କରିବ, ସେହି ସମୟରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ସେହି ଦଶମାଂଶର ଦଶମାଂଶ ଉତ୍ସର୍ଗ କରିବ।
“Hãy bảo người Lê-vi rằng khi nhận được một phần mười lợi tức của người Ít-ra-ên, phải lấy một phần mười dâng lên Chúa Hằng Hữu, theo lối nâng tay dâng lên, một phần mười của một phần mười.
27 ତୁମ୍ଭମାନଙ୍କ ଏହି ଉତ୍ତୋଳନୀୟ ଉପହାର ଖଳାର ଶସ୍ୟ ତୁଲ୍ୟ ଓ ଦ୍ରାକ୍ଷାଯନ୍ତ୍ରର ପୂର୍ଣ୍ଣତା ତୁଲ୍ୟ ତୁମ୍ଭମାନଙ୍କ ପକ୍ଷରେ ଗଣାଯିବ।
Lễ vật này sẽ được coi như lễ vật đầu mùa chọn lọc, như ngũ cốc dâng từ sân đạp lúa, như rượu nho dâng từ bồn ép nho của họ vậy.
28 ଏହିରୂପେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ଗ୍ରହଣ କରିବ, ତହିଁରୁ ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ; ପୁଣି, ତହିଁରୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର ହାରୋଣ ଯାଜକକୁ ଦେବ।
Vậy trong tất cả phần mười anh em nhận được từ người Ít-ra-ên, anh em phải dành riêng một lễ vật dâng lên Chúa Hằng Hữu, và anh em hãy giao lễ vật ấy cho Thầy Tế lễ A-rôn.
29 ତୁମ୍ଭମାନଙ୍କର ପ୍ରାପ୍ତ ସମସ୍ତ ଦାନ ମଧ୍ୟରୁ ସେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର, ଅର୍ଥାତ୍, ତହିଁର ସମସ୍ତ ଉତ୍ତମ ଦ୍ରବ୍ୟରୁ ତହିଁର ପବିତ୍ର ଅଂଶ ଉତ୍ସର୍ଗ କରିବ।’
Trong tất cả những món quà anh em nhận được, anh em hãy dành riêng phần tốt nhất dâng lên Chúa Hằng Hữu; đó là phần biệt riêng ra thánh cho Chúa Hằng Hữu.
30 ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ଯେଉଁ ସମୟରେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେହି ସମୟରେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ।
Khi người Lê-vi chọn phần tốt nhất dâng lên như vậy, lễ vật của họ mới được coi như thổ sản của họ dâng từ sân đập lúa, từ bồn ép nho mình.
31 ପୁଣି, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିଜନଗଣ ସବୁ ସ୍ଥାନରେ ତାହା ଭୋଜନ କରିବ; କାରଣ ତାହା ସମାଗମ-ତମ୍ବୁରେ କୃତ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପରିଶୋଧରେ ତୁମ୍ଭମାନଙ୍କର ପୁରସ୍କାର ଅଟେ।
Vì đây là phần thưởng công khó phục dịch của họ trong Đền Tạm, họ và gia đình họ được phép đem ăn bất kỳ nơi nào họ muốn.
32 ଆଉ ତହିଁରୁ ସେହି ଉତ୍ତମ ଦ୍ରବ୍ୟ ଉପହାର ରୂପେ ଉତ୍ସର୍ଗ କଲେ, ତୁମ୍ଭେମାନେ ତଦ୍ଦ୍ୱାରା ଘଟିତ କୌଣସି ପାପ ବୋହିବ ନାହିଁ; ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।’”
Họ sẽ không có lỗi gì cả, miễn là họ dâng lên phần tốt nhất. Vậy, để khỏi mang tội mà chết, họ không được xúc phạm lễ vật thánh của người Ít-ra-ên đã dâng lên.”