< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
וַיְדַבֵּ֣ר יְהוָ֔ה אֶל־מֹשֶׁ֥ה וְאֶֽל־אַהֲרֹ֖ן לֵאמֹֽר׃
2 “ସଦାପ୍ରଭୁ ଏହି ଶାସ୍ତ୍ରୀୟ ବିଧି କହି ଆଜ୍ଞା ଦେଇଅଛନ୍ତି, ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ଯେଉଁଠାରେ କଳଙ୍କ ନାହିଁ ଓ ଯାହା ଉପରେ କେବେ ଯୁଆଳି ଦିଆଯାଇ ନାହିଁ, ଏପରି ଏକ ନିଖୁନ୍ତା ଲାଲି ଗାଭୀକୁ ସେମାନେ ତୁମ୍ଭ ନିକଟକୁ ଆଣନ୍ତୁ।
זֹ֚את חֻקַּ֣ת הַתֹּורָ֔ה אֲשֶׁר־צִוָּ֥ה יְהוָ֖ה לֵאמֹ֑ר דַּבֵּ֣ר ׀ אֶל־בְּנֵ֣י יִשְׂרָאֵ֗ל וְיִקְח֣וּ אֵלֶיךָ֩ פָרָ֨ה אֲדֻמָּ֜ה תְּמִימָ֗ה אֲשֶׁ֤ר אֵֽין־בָּהּ֙ מ֔וּם אֲשֶׁ֛ר לֹא־עָלָ֥ה עָלֶ֖יהָ עֹֽל׃
3 ତହୁଁ ତୁମ୍ଭେମାନେ ସେହି ଗାଭୀକୁ ଇଲୀୟାସର ଯାଜକକୁ ଦେବ, ପୁଣି, ସେ ତାହାକୁ ଛାଉଣି ବାହାରକୁ ଆଣନ୍ତେ, ଜଣେ ତାହା ସମ୍ମୁଖରେ ତାକୁ ବଧ କରିବ।
וּנְתַתֶּ֣ם אֹתָ֔הּ אֶל־אֶלְעָזָ֖ר הַכֹּהֵ֑ן וְהֹוצִ֤יא אֹתָהּ֙ אֶל־מִח֣וּץ לַֽמַּחֲנֶ֔ה וְשָׁחַ֥ט אֹתָ֖הּ לְפָנָֽיו׃
4 ତହିଁରେ ଇଲୀୟାସର ଯାଜକ ଆପଣା ଅଙ୍ଗୁଳି ଦ୍ୱାରା ତାହାର ରକ୍ତରୁ ନେଇ ସମାଗମ-ତମ୍ବୁ ସମ୍ମୁଖରେ ସାତ ଥର ତାହାର ରକ୍ତ ସେଚନ କରିବ।
וְלָקַ֞ח אֶלְעָזָ֧ר הַכֹּהֵ֛ן מִדָּמָ֖הּ בְּאֶצְבָּעֹ֑ו וְהִזָּ֞ה אֶל־נֹ֨כַח פְּנֵ֧י אֹֽהֶל־מֹועֵ֛ד מִדָּמָ֖הּ שֶׁ֥בַע פְּעָמִֽים׃
5 ଆଉ ଜଣେ ତାହାର ଦୃଷ୍ଟିଗୋଚରରେ ସେହି ଗାଭୀକୁ ଦଗ୍ଧ କରିବ; ସେ ତାହାର ଗୋମୟ ସହିତ ଚର୍ମ ଓ ମାଂସ ଓ ରକ୍ତ ଦଗ୍ଧ କରିବ।
וְשָׂרַ֥ף אֶת־הַפָּרָ֖ה לְעֵינָ֑יו אֶת־עֹרָ֤הּ וְאֶת־בְּשָׂרָהּ֙ וְאֶת־דָּמָ֔הּ עַל־פִּרְשָׁ֖הּ יִשְׂרֹֽף׃
6 ତହୁଁ ଯାଜକ ଏରସ କାଠ, ଏସୋବ ଓ ସିନ୍ଦୂର ବର୍ଣ୍ଣ (ଲୋମ) ନେଇ ସେହି ଗାଭୀଦାହର ଅଗ୍ନି ମଧ୍ୟରେ ପକାଇବ।
וְלָקַ֣ח הַכֹּהֵ֗ן עֵ֥ץ אֶ֛רֶז וְאֵזֹ֖וב וּשְׁנִ֣י תֹולָ֑עַת וְהִשְׁלִ֕יךְ אֶל־תֹּ֖וךְ שְׂרֵפַ֥ת הַפָּרָֽה׃
7 ତେବେ ଯାଜକ ଆପଣା ବସ୍ତ୍ର ଧୋଇବ ଓ ଶରୀରକୁ ଜଳରେ ସ୍ନାନ କରାଇବ; ତହିଁ ଉତ୍ତାରେ ସେ ଛାଉଣିକୁ ଆସିବ, ପୁଣି, ଯାଜକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
וְכִבֶּ֨ס בְּגָדָ֜יו הַכֹּהֵ֗ן וְרָחַ֤ץ בְּשָׂרֹו֙ בַּמַּ֔יִם וְאַחַ֖ר יָבֹ֣וא אֶל־הַֽמַּחֲנֶ֑ה וְטָמֵ֥א הַכֹּהֵ֖ן עַד־הָעָֽרֶב׃
8 ଆଉ ଯେଉଁ ଲୋକ ସେହି ଗାଭୀକୁ ଦଗ୍ଧ କରିବ, ସେ ଜଳରେ ଆପଣା ବସ୍ତ୍ର ଧୋଇବ, ଆପଣା ଶରୀରକୁ ଜଳରେ ସ୍ନାନ କରାଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
וְהַשֹּׂרֵ֣ף אֹתָ֔הּ יְכַבֵּ֤ס בְּגָדָיו֙ בַּמַּ֔יִם וְרָחַ֥ץ בְּשָׂרֹ֖ו בַּמָּ֑יִם וְטָמֵ֖א עַד־הָעָֽרֶב׃
9 ଏଉତ୍ତାରେ କୌଣସି ଶୁଚି ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନରେ ରହିବ; ପୁଣି, ତାହା ଇସ୍ରାଏଲ-ସନ୍ତାନଗଣଙ୍କର ମଣ୍ଡଳୀ ପାଇଁ ଅଶୌଚାର୍ଥକ ଜଳ ନିମନ୍ତେ ରଖାଯିବ; ତାହା ପାପାର୍ଥକ ବଳି ଅଟେ।
וְאָסַ֣ף ׀ אִ֣ישׁ טָהֹ֗ור אֵ֚ת אֵ֣פֶר הַפָּרָ֔ה וְהִנִּ֛יחַ מִח֥וּץ לַֽמַּחֲנֶ֖ה בְּמָקֹ֣ום טָהֹ֑ור וְ֠הָיְתָה לַעֲדַ֨ת בְּנֵֽי־יִשְׂרָאֵ֧ל לְמִשְׁמֶ֛רֶת לְמֵ֥י נִדָּ֖ה חַטָּ֥את הִֽוא׃
10 ଆଉ ଯେଉଁ ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଏହା ଇସ୍ରାଏଲ-ସନ୍ତାନଗଣର ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀର ପାଳନୀୟ ଅନନ୍ତକାଳୀନ ବିଧି ହେବ।
וְ֠כִבֶּס הָאֹסֵ֨ף אֶת־אֵ֤פֶר הַפָּרָה֙ אֶת־בְּגָדָ֔יו וְטָמֵ֖א עַד־הָעָ֑רֶב וְֽהָיְתָ֞ה לִבְנֵ֣י יִשְׂרָאֵ֗ל וְלַגֵּ֛ר הַגָּ֥ר בְּתֹוכָ֖ם לְחֻקַּ֥ת עֹולָֽם׃
11 ପୁଣି, ଯେକେହି କୌଣସି ମନୁଷ୍ୟର ଶବ ଛୁଏଁ, ସେ ସାତ ଦିନ ଅଶୁଚି ହେବ।
הַנֹּגֵ֥עַ בְּמֵ֖ת לְכָל־נֶ֣פֶשׁ אָדָ֑ם וְטָמֵ֖א שִׁבְעַ֥ת יָמִֽים׃
12 ସେ ତୃତୀୟ ଦିନରେ ତଦ୍ଦ୍ୱାରା ଆପଣାକୁ ପରିଷ୍କାର କରିବ, ସପ୍ତମ ଦିନରେ ସେ ଶୁଚି ହେବ; ମାତ୍ର ଯଦି ସେ ତୃତୀୟ ଦିନରେ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସପ୍ତମ ଦିନରେ ଶୁଚି ହେବ ନାହିଁ।
ה֣וּא יִתְחַטָּא־בֹ֞ו בַּיֹּ֧ום הַשְּׁלִישִׁ֛י וּבַיֹּ֥ום הַשְּׁבִיעִ֖י יִטְהָ֑ר וְאִם־לֹ֨א יִתְחַטָּ֜א בַּיֹּ֧ום הַשְּׁלִישִׁ֛י וּבַיֹּ֥ום הַשְּׁבִיעִ֖י לֹ֥א יִטְהָֽר׃
13 ଯଦି କେହି କୌଣସି ମୃତ ମନୁଷ୍ୟର ଶବ ଛୁଇଁ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସଦାପ୍ରଭୁଙ୍କ ଆବାସ ଅଶୁଚି କରେ; ସେହି ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ; ତାହା ଉପରେ ଅଶୌଚାର୍ଥକ ଜଳ ଛିଞ୍ଚା ଯାଇ ନ ଥିବାରୁ ସେ ଅଶୁଚି ହେବ; ତାହାର ଅଶୁଚିତା ତାହାଠାରେ ଥାଏ।
כָּֽל־הַנֹּגֵ֡עַ בְּמֵ֣ת בְּנֶפֶשׁ֩ הָאָדָ֨ם אֲשֶׁר־יָמ֜וּת וְלֹ֣א יִתְחַטָּ֗א אֶת־מִשְׁכַּ֤ן יְהוָה֙ טִמֵּ֔א וְנִכְרְתָ֛ה הַנֶּ֥פֶשׁ הַהִ֖וא מִיִּשְׂרָאֵ֑ל כִּי֩ מֵ֨י נִדָּ֜ה לֹא־זֹרַ֤ק עָלָיו֙ טָמֵ֣א יִהְיֶ֔ה עֹ֖וד טֻמְאָתֹ֥ו בֹֽו׃
14 କୌଣସି ମନୁଷ୍ୟ ତମ୍ବୁ ଭିତରେ ମଲେ, ତହିଁର ବ୍ୟବସ୍ଥା ଏହି; ଯେକେହି ସେହି ତମ୍ବୁକୁ ଆସେ ଓ ସେହି ତମ୍ବୁରେ ଥାଏ, ସେ ସାତ ଦିନ ଅଶୁଚି ହୋଇ ରହିବ।
זֹ֚את הַתֹּורָ֔ה אָדָ֖ם כִּֽי־יָמ֣וּת בְּאֹ֑הֶל כָּל־הַבָּ֤א אֶל־הָאֹ֙הֶל֙ וְכָל־אֲשֶׁ֣ר בָּאֹ֔הֶל יִטְמָ֖א שִׁבְעַ֥ת יָמִֽים׃
15 ଆଉ ପ୍ରତ୍ୟେକ ମେଲା ପାତ୍ର, ଯହିଁରେ ଢାଙ୍କୁଣୀ ବନ୍ଧା ନ ଥାଏ, ତାହା ଅଶୁଚି ହେବ।
וְכֹל֙ כְּלִ֣י פָת֔וּחַ אֲשֶׁ֛ר אֵין־צָמִ֥יד פָּתִ֖יל עָלָ֑יו טָמֵ֖א הֽוּא׃
16 ପୁଣି, ଯେକେହି ମେଲା କ୍ଷେତ୍ରରେ ଖଡ୍ଗହତ କିମ୍ବା ମୃତ ଦେହ କିମ୍ବା ମନୁଷ୍ୟର ଅସ୍ଥି କିମ୍ବା କବର ଛୁଏଁ, ସେ ସାତ ଦିନ ଅଶୁଚି ହେବ।
וְכֹ֨ל אֲשֶׁר־יִגַּ֜ע עַל־פְּנֵ֣י הַשָּׂדֶ֗ה בּֽ͏ַחֲלַל־חֶ֙רֶב֙ אֹ֣ו בְמֵ֔ת אֹֽו־בְעֶ֥צֶם אָדָ֖ם אֹ֣ו בְקָ֑בֶר יִטְמָ֖א שִׁבְעַ֥ת יָמִֽים׃
17 ଆଉ ଲୋକମାନେ ସେହି ଅଶୁଚି ଲୋକ ନିମନ୍ତେ ପାପାର୍ଥରେ ଦଗ୍ଧ ବଳିର ଭସ୍ମ ନେବେ ଓ ଏକ ପାତ୍ରରେ ତାହା ରଖି ତହିଁ ଉପରେ ସ୍ରୋତଜଳ ଦିଆଯିବ।
וְלָֽקְחוּ֙ לַטָּמֵ֔א מֵעֲפַ֖ר שְׂרֵפַ֣ת הַֽחַטָּ֑את וְנָתַ֥ן עָלָ֛יו מַ֥יִם חַיִּ֖ים אֶל־כֶּֽלִי׃
18 ଏଉତ୍ତାରେ କୌଣସି ଶୁଚି ମନୁଷ୍ୟ ଏସୋବ ଶାଖା ନେଇ ଏହି ଜଳରେ ଡୁବାଇ ସେହି ତମ୍ବୁ ଉପରେ ଓ ସମସ୍ତ ପାତ୍ର ଉପରେ ଓ ସେଠାରେ ଥିବା ସମସ୍ତ ଲୋକ ଉପରେ, ପୁଣି, ଅସ୍ଥି କିମ୍ବା ହତ କିମ୍ବା ମୃତ କିମ୍ବା କବର ଛୁଇଁବା ଲୋକ ଉପରେ ତାହା ଛିଞ୍ଚିବ।
וְלָקַ֨ח אֵזֹ֜וב וְטָבַ֣ל בַּמַּיִם֮ אִ֣ישׁ טָהֹור֒ וְהִזָּ֤ה עַל־הָאֹ֙הֶל֙ וְעַל־כָּל־הַכֵּלִ֔ים וְעַל־הַנְּפָשֹׁ֖ות אֲשֶׁ֣ר הָֽיוּ־שָׁ֑ם וְעַל־הַנֹּגֵ֗עַ בַּעֶ֙צֶם֙ אֹ֣ו בֶֽחָלָ֔ל אֹ֥ו בַמֵּ֖ת אֹ֥ו בַקָּֽבֶר׃
19 ପୁଣି, ସେହି ଶୁଚି ଲୋକ ତୃତୀୟ ଦିନରେ ଓ ସପ୍ତମ ଦିନରେ ଅଶୁଚି ଲୋକ ଉପରେ ତାହା ଛିଞ୍ଚିବ; ତହୁଁ ସେ ସପ୍ତମ ଦିନରେ ଆପଣାକୁ ପରିଷ୍କାର କରିବ ଓ ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ସମୟରେ ଶୁଚି ହେବ।
וְהִזָּ֤ה הַטָּהֹר֙ עַל־הַטָּמֵ֔א בַּיֹּ֥ום הַשְּׁלִישִׁ֖י וּבַיֹּ֣ום הַשְּׁבִיעִ֑י וְחִטְּאֹו֙ בַּיֹּ֣ום הַשְּׁבִיעִ֔י וְכִבֶּ֧ס בְּגָדָ֛יו וְרָחַ֥ץ בַּמַּ֖יִם וְטָהֵ֥ר בָּעָֽרֶב׃
20 ମାତ୍ର ଯେଉଁ ଲୋକ ଅଶୁଚି ହୋଇ ଆପଣାକୁ ପରିଷ୍କାର ନ କରିବ, ସେହି ପ୍ରାଣୀ ସମାଜ ମଧ୍ୟରୁ ଉଚ୍ଛିନ୍ନ ହେବ, କାରଣ ସେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ଅଶୁଚି କଲା; ତାହା ଉପରେ ଅଶୌଚାର୍ଥକ ଜଳ ସେଚିତ ହେଲା ନାହିଁ; ସେ ଅଶୁଚି।
וְאִ֤ישׁ אֲשֶׁר־יִטְמָא֙ וְלֹ֣א יִתְחַטָּ֔א וְנִכְרְתָ֛ה הַנֶּ֥פֶשׁ הַהִ֖וא מִתֹּ֣וךְ הַקָּהָ֑ל כִּי֩ אֶת־מִקְדַּ֨שׁ יְהוָ֜ה טִמֵּ֗א מֵ֥י נִדָּ֛ה לֹא־זֹרַ֥ק עָלָ֖יו טָמֵ֥א הֽוּא׃
21 ଏହା ସେମାନଙ୍କ ପାଳନୀୟ ଅନନ୍ତକାଳୀନ ବିଧି ହେବ; ଆଉ ଯେକେହି ସେହି ଅଶୌଚାର୍ଥକ ଜଳ ସେଚନ କରେ, ସେ ଆପଣା ବସ୍ତ୍ର ଧୋଇବ; ପୁଣି, ଯେକେହି ସେହି ଅଶୌଚାର୍ଥକ ଜଳ ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହେବ।
וְהָיְתָ֥ה לָּהֶ֖ם לְחֻקַּ֣ת עֹולָ֑ם וּמַזֵּ֤ה מֵֽי־הַנִּדָּה֙ יְכַבֵּ֣ס בְּגָדָ֔יו וְהַנֹּגֵ֙עַ֙ בְּמֵ֣י הַנִּדָּ֔ה יִטְמָ֖א עַד־הָעָֽרֶב׃
22 ପୁଣି, ସେ ଅଶୁଚି ଲୋକ ଯାହା କିଛି ଛୁଏଁ, ତାହା ଅଶୁଚି ହେବ; ଆଉ ଯେଉଁ ପ୍ରାଣୀ ତାହା ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।”
וְכֹ֛ל אֲשֶׁר־יִגַּע־בֹּ֥ו הַטָּמֵ֖א יִטְמָ֑א וְהַנֶּ֥פֶשׁ הַנֹּגַ֖עַת תִּטְמָ֥א עַד־הָעָֽרֶב׃ פ

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19 >