< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 2 >
1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
El Señor les dijo a Moisés y Aarón:
2 “ଇସ୍ରାଏଲ-ସନ୍ତାନଗଣ ପ୍ରତ୍ୟେକେ ଆପଣା ଆପଣା ପିତୃଗୃହର ନିଶାଣ ସ୍ୱରୂପ ଧ୍ୱଜା ନିକଟରେ ଛାଉଣି ସ୍ଥାପନ କରିବେ; ସେମାନେ ସମାଗମ-ତମ୍ବୁ ଆଗରେ ଚାରିଆଡ଼େ ଛାଉଣି ସ୍ଥାପନ କରିବେ।
“Los israelitas deben establecer su campamento alrededor del Tabernáculo de Reunión pero a cierta distancia de él. Cada miembro de cada tribu acampará bajo su propia bandera y estandarte familiar.
3 ଯେଉଁମାନେ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଆପଣା ଆପଣା ସୈନ୍ୟାନୁସାରେ ଛାଉଣି ସ୍ଥାପନ କରିବେ, ସେମାନେ ଯିହୁଦା-ଧ୍ୱଜାର ପଶ୍ଚାଦ୍ଗାମୀ ଲୋକ; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ଯିହୁଦା-ସନ୍ତାନଗଣର ଅଧିପତି ହେବ;
La tribu de Judá acampará bajo su bandera en el lado este. Su líder es Naasón, hijo de Aminadab,
4 ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ।
tiene 74.600 hombres.
5 ତାହା ପାଖରେ ଇଷାଖର ବଂଶ ଛାଉଣି ସ୍ଥାପନ କରିବେ, ସୂୟାରର ପୁତ୍ର ନଥନେଲ ଇଷାଖର-ସନ୍ତାନଗଣର ଅଧିପତି ହେବ;
La tribu de Isacar acampará junto a ellos. Su líder es Natanael, hijo de Zuar,
6 ତାହାର ଗଣିତ ସୈନ୍ୟ ସଂଖ୍ୟା ଚଉବନ ହଜାର ଚାରି ଶହ।
y tiene 54.400 hombres.
7 ତହୁଁ ସବୂଲୂନ ବଂଶ; ହେଲୋନର ପୁତ୍ର ଇଲୀୟାବ୍ ସବୂଲୂନ-ସନ୍ତାନଗଣର ଅଧିପତି ହେବ;
La siguiente es la tribu de Zabulón. Su líder es Eliab, hijo de Helón,
8 ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ସତାବନ ହଜାର ଚାରି ଶହ।
y tiene 57.400 hombres.
9 ଯିହୁଦା-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଛୟାଅଶୀ ହଜାର ଚାରି ଶହ। ସେମାନେ ପ୍ରଥମେ ଅଗ୍ରସର ହେବେ।
Así que el total de hombres en el territorio de Judá e de 186.400. Y cuando llegue la hora de marcharse, ellos irán a la cabeza.
10 ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ୍-ଛାଉଣିର ଧ୍ୱଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ୍-ସନ୍ତାନଗଣର ଅଧିପତି ହେବ;
“La tribu de Rubén acampará bajo su bandera en el lado sur. Su líder es Elisur, hijo de Sedeúr,
11 ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ।
cuenta con 46.500 hombres.
12 ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ଅଧିପତି ହେବ;
La tribu de Simeón acampará junto a ellos. Su líder es Selumiel, hijo de Zurisadai,
13 ତାହାର ଗଣିତ ସୈନ୍ୟ ସଂଖ୍ୟା ଊଣଷଠି ହଜାର ତିନି ଶହ।
y cuenta con 59.300 hombres.
14 ତହୁଁ ଗାଦ୍ର ବଂଶ; ରୁୟେଲର ପୁତ୍ର ଇଲୀୟାସଫ୍ ଗାଦ୍-ସନ୍ତାନଗଣର ଅଧିପତି ହେବ;
La siguiente es la tribu de Gad. Su líder es Eliasaph, hijo de Deuel,
15 ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ।
y cuenta con 45.650 hombres.
16 ରୁବେନ୍-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ। ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ।
Así que el número total de hombres en el área del campamento de Rubén es de 151.450. Ellos marcharán en segundo lugar.
17 ଏଉତ୍ତାରେ ସମାଗମ-ତମ୍ବୁ ଲେବୀୟମାନଙ୍କ ଛାଉଣି ସହିତ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ; ଯେପରି ସେମାନେ ଛାଉଣି ସ୍ଥାପନ କରିବେ, ସେପରି ପ୍ରତ୍ୟେକେ ସ୍ୱ ସ୍ୱ ସ୍ଥାନରେ ଧ୍ୱଜାର ନିକଟବର୍ତ୍ତୀ ହୋଇ ଅଗ୍ରସର ହେବେ।
“El Tabernáculo de Reunión que está en el centro del campamento acompañará a los levitas. Deben marchar en el mismo orden en que levantaron el campamento, cada uno en el lugar que le corresponde, bajo su bandera.
18 ପଶ୍ଚିମ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଇଫ୍ରୟିମ-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରୟିମ-ସନ୍ତାନଗଣର ଅଧିପତି ହେବ;
“La tribu de Efraín acampará bajo su bandera en el lado oeste. Su líder es Elisama, hijo de Amiud,
19 ଆଉ ତାହାର ଗଣିତ ସୈନ୍ୟ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ।
y cuenta con 40.500 hombres.
20 ତାହା ପାଖରେ ମନଃଶି ବଂଶ ରହିବେ, ପୁଣି, ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନମାନଙ୍କର ଅଧିପତି ହେବ;
La tribu de Manasés acampará junto a ellos. Su líder es Gamaliel, hijo de Pedasur,
21 ତାହାର ଗଣିତ ସୈନ୍ୟ ସଂଖ୍ୟା ବତିଶ ହଜାର ଦୁଇ ଶହ।
y cuenta con 32.200 hombres.
22 ତହୁଁ ବିନ୍ୟାମୀନ୍ ବଂଶ; ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ହେବ;
La siguiente es la tribu de Benjamín. Su líder es Abidán, hijo de Gedeoni,
23 ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ।
y cuenta con 35.400 hombres.
24 ଇଫ୍ରୟିମ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଆଠ ହଜାର ଏକ ଶହ। ସେମାନେ ତୃତୀୟରେ ଅଗ୍ରସର ହେବେ।
Así que el número total de hombres en el área del campamento de Efraín es de 108.100. Ellos marcharán en tercer lugar.
25 ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ୍-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଦାନ୍-ସନ୍ତାନଗଣର ଅଧିପତି ହେବ;
“La tribu de Dan acampará bajo su bandera en el lado norte. Su líder es Ajiezer, hijo de Amisadai,
26 ତାହାର ଗଣିତ ସୈନ୍ୟ ସଂଖ୍ୟା ବାଷଠି ହଜାର ସାତ ଶହ।
y cuenta con 62.700 hombres.
27 ତାହା ପାଖରେ ଆଶେର ବଂଶର ଛାଉଣି ରହିବ; ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ଅଧିପତି ହେବ;
La tribu de Aser acampará junto a ellos. Su líder es Pagiel, hijo de Ocrán,
28 ତାହାର ଗଣିତ ସୈନ୍ୟ ସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ।
y cuenta con 41.500 hombres.
29 ତହୁଁ ନପ୍ତାଲି ବଂଶ; ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ଅଧିପତି ହେବ;
A continuación estará la tribu de Neftalí. Su líder es Ajirá, hijo de Enán,
30 ତାହାର ଗଣିତ ସୈନ୍ୟ ସଂଖ୍ୟା ତେପନ ହଜାର ଚାରି ଶହ।
y cuenta con 53.400 hombres.
31 ଦାନ୍-ଛାଉଣିର ଗଣିତ ଲୋକମାନଙ୍କ ସଂଖ୍ୟା ଏକ ଲକ୍ଷ ସତାବନ ହଜାର ଛଅ ଶହ। ସେମାନେ ଆପଣାମାନଙ୍କ ଧ୍ୱଜା ନେଇ ସମସ୍ତଙ୍କ ପଛେ ଅଗ୍ରସର ହେବେ।”
Así que el total de hombres en el área del campamento de Dan es de 157.600. Ellos marcharán en último lugar, con sus banderas”.
32 ଏମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃଗୃହାନୁସାରେ ଗଣିତ ହେଲେ; ଆପଣା ଆପଣା ସୈନ୍ୟାନୁସାରେ ସମସ୍ତ ଛାଉଣିର ଗଣିତ ଲୋକ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ହେଲା।
Este es un resumen del censo de los israelitas, hecho por familia. El total final de los contados en los campamentos por tribus fue de 603.550.
33 ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଲେବୀୟମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।
Sin embargo, los levitas no fueron contados entre los demás israelitas, siguiendo las instrucciones que el Señor le dio a Moisés.
34 ଏହିରୂପେ ଇସ୍ରାଏଲ-ସନ୍ତାନଗଣ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାସବୁ ଦେଇଥିଲେ, ସେପରି ସେମାନେ ଆପଣା ଆପଣା ବଂଶ ନିକଟରେ ଆପଣା ଆପଣା ପିତୃଗୃହାନୁସାରେ ଆପଣା ଆପଣା ଧ୍ୱଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ।
Los israelitas hicieron todo lo que el Señor le ordenó a Moisés. Establecieron sus campamentos bajo sus banderas en sus posiciones asignadas, y marchaban en el mismo orden, cada uno con su propia tribu y familia.