< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20 >

1 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ପ୍ରଥମ ମାସରେ ସୀନ୍‍ ପ୍ରାନ୍ତରରେ ଉପସ୍ଥିତ ହେଲେ ଓ ଲୋକମାନେ କାଦେଶରେ ବାସ କଲେ; ପୁଣି, ସେହି ସ୍ଥାନରେ ମରୀୟମ ମଲେ ଓ ସେଠାରେ ତାଙ୍କୁ କବର ଦିଆଗଲା।
正月間,以色列全會眾到了尋的曠野,就住在加低斯。米利暗死在那裏,就葬在那裏。
2 ଆଉ ସେହି ସ୍ଥାନରେ ମଣ୍ଡଳୀ ନିମନ୍ତେ ଜଳ ନ ଥିଲା; ତହିଁରେ ଲୋକମାନେ ମୋଶାଙ୍କ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେଲେ।
會眾沒有水喝,就聚集攻擊摩西、亞倫。
3 ପୁଣି, ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, “ହାୟ, ଆମ୍ଭମାନଙ୍କ ଭାଇମାନେ ଯେତେବେଳେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ, ସେହି ସମୟରେ ଯଦି ଆମ୍ଭେମାନେ ମରିଥାʼନ୍ତୁ।
百姓向摩西爭鬧說:「我們的弟兄曾死在耶和華面前,我們恨不得與他們同死。
4 ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ସମାଜକୁ ବାହାର କରି ଏହି ପ୍ରାନ୍ତରକୁ ଆଣିଲ, ଯେପରିକି ଆମ୍ଭେମାନେ ଓ ଆମ୍ଭମାନଙ୍କର ପଶୁମାନେ ଏହିଠାରେ ମରିବୁ?
你們為何把耶和華的會眾領到這曠野、使我們和牲畜都死在這裏呢?
5 ଆଉ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲ, କି ଏହି କଦର୍ଯ୍ୟ ସ୍ଥାନକୁ ଆଣିବାକୁ? ଏ ତ ଶସ୍ୟ କି ଡିମ୍ବିରି କି ଦ୍ରାକ୍ଷା କି ଡାଳିମ୍ବର ସ୍ଥାନ ନୁହେଁ; କିଅବା ଏଠାରେ ପିଇବାକୁ ଜଳ ନାହିଁ।”
你們為何逼着我們出埃及、領我們到這壞地方呢?這地方不好撒種,也沒有無花果樹、葡萄樹、石榴樹,又沒有水喝。」
6 ଏଥିରେ ମୋଶା ଓ ହାରୋଣ ସମାଜ ସାକ୍ଷାତରୁ ସମାଗମ-ତମ୍ବୁ ଦ୍ୱାରକୁ ଯାଇ ମୁହଁ ମାଡ଼ି ପଡ଼ିଲେ; ତହୁଁ ସଦାପ୍ରଭୁଙ୍କ ପ୍ରତାପ ସେମାନଙ୍କ ପ୍ରତି ପ୍ରକାଶ ପାଇଲା।
摩西、亞倫離開會眾,到會幕門口,俯伏在地;耶和華的榮光向他們顯現。
7 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
耶和華曉諭摩西說:
8 “ତୁମ୍ଭେ ଯଷ୍ଟି ନିଅ, ପୁଣି, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ମଣ୍ଡଳୀକୁ ଏକତ୍ର କର, ଆଉ ତୁମ୍ଭେମାନେ ସେମାନଙ୍କ ଦୃଷ୍ଟିଗୋଚରରେ ସେହି ଶୈଳକୁ ଆପଣା ଜଳ ଦେବା ପାଇଁ ଆଜ୍ଞା ଦିଅ; ତହିଁରେ ତୁମ୍ଭେ ସେମାନଙ୍କ ନିମନ୍ତେ ଶୈଳରୁ ଜଳ ବାହାର କରି ମଣ୍ଡଳୀକୁ ଓ ସେମାନଙ୍କ ପଶୁଗଣକୁ ପାନ କରାଇବ।”
「你拿着杖去,和你的哥哥亞倫招聚會眾,在他們眼前吩咐磐石發出水來,水就從磐石流出,給會眾和他們的牲畜喝。」
9 ତହୁଁ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ତାହାଙ୍କ ଆଜ୍ଞା ପ୍ରମାଣେ ଯଷ୍ଟି ନେଲେ।
於是摩西照耶和華所吩咐的,從耶和華面前取了杖去。
10 ପୁଣି, ମୋଶା ଓ ହାରୋଣ ସେହି ଶୈଳ ସମ୍ମୁଖରେ ସମାଜକୁ ଏକତ୍ର କଲେ, ଆଉ ସେ ସେମାନଙ୍କୁ କହିଲେ, “ହେ ବିଦ୍ରୋହୀଗଣ, ଶୁଣ, ଆମ୍ଭେମାନେ କି ତୁମ୍ଭମାନଙ୍କ ନିମନ୍ତେ ଏହି ଶୈଳରୁ ଜଳ ବାହାର କରିବା?”
摩西、亞倫就招聚會眾到磐石前。摩西說:「你們這些背叛的人聽我說:我為你們使水從這磐石中流出來嗎?」
11 ଏଉତ୍ତାରେ ମୋଶା ହସ୍ତ ଉଠାଇ ଆପଣା ଯଷ୍ଟିରେ ସେହି ଶୈଳକୁ ଦୁଇ ଥର ଆଘାତ କଲେ; ତହିଁରେ ପ୍ରଚୁର ଜଳ ବାହାରିଲା, ପୁଣି, ମଣ୍ଡଳୀ ଓ ସେମାନଙ୍କ ପଶୁଗଣ ପାନ କଲେ।
摩西舉手,用杖擊打磐石兩下,就有許多水流出來,會眾和他們的牲畜都喝了。
12 ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଇସ୍ରାଏଲ ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ୱାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ଡଳୀକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ।”
耶和華對摩西、亞倫說:「因為你們不信我,不在以色列人眼前尊我為聖,所以你們必不得領這會眾進我所賜給他們的地去。」
13 ଏହିସବୁ ମିରୀବାଃ ଜଳ, (ବିବାଦର ଜଳ); ଯେହେତୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ସହିତ ବିବାଦ କଲେ ଓ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେଲେ।
這水名叫米利巴水,是因以色列人向耶和華爭鬧,耶和華就在他們面前顯為聖。
14 ଏଥିଉତ୍ତାରେ ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ୱାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇସ୍ରାଏଲ ଏରୂପ କହଇ, “ଆମ୍ଭମାନଙ୍କ ପ୍ରତି ଯେଉଁ ସମସ୍ତ କ୍ଳେଶ ଘଟିଅଛି,
摩西從加低斯差遣使者去見以東王,說:「你的弟兄以色列人這樣說:『我們所遭遇的一切艱難,
15 ଅର୍ଥାତ୍‍, କିପରି ଆମ୍ଭମାନଙ୍କର ପୂର୍ବପୁରୁଷମାନେ ମିସରକୁ ଗଲେ ଓ ମିସରରେ ଦୀର୍ଘ କାଳ ବାସ କଲେ ଆଉ ମିସରୀୟମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି କୁବ୍ୟବହାର କଲେ, ତାହା ତୁମ୍ଭେ ଜାଣ।
就是我們的列祖下到埃及,我們在埃及久住;埃及人惡待我們的列祖和我們,
16 ସେହି ସମୟରେ ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କ୍ରନ୍ଦନ କରନ୍ତେ, ସେ ଆମ୍ଭମାନଙ୍କ ରବ ଶୁଣିଲେ, ପୁଣି, ଏକ ଦୂତ ପଠାଇ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ; ଆଉ ଦେଖ, ଏବେ ଆମ୍ଭେମାନେ ତୁମ୍ଭ ଦେଶର ପ୍ରାନ୍ତସ୍ଥିତ କାଦେଶ ନଗରରେ ଅଛୁ;
我們哀求耶和華的時候,他聽了我們的聲音,差遣使者把我們從埃及領出來。這事你都知道。如今,我們在你邊界上的城加低斯。
17 ମୁଁ ବିନୟ କରୁଅଛି, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କିମ୍ବା ଦ୍ରାକ୍ଷାକ୍ଷେତ୍ର ମଧ୍ୟଦେଇ ଯିବୁ ନାହିଁ, କିଅବା କୂପ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ରାଜପଥ ଦେଇ ଗମନ କରିବୁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ଦକ୍ଷିଣରେ କି ବାମରେ ଫେରିବୁ ନାହିଁ।”
求你容我們從你的地經過。我們不走田間和葡萄園,也不喝井裏的水,只走大道,不偏左右,直到過了你的境界。』」
18 ତହିଁରେ ଇଦୋମ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ (ଦେଶର) ମଧ୍ୟଦେଇ ଯିବ ନାହିଁ, ଗଲେ ଆମ୍ଭେ ଖଡ୍ଗ ନେଇ ତୁମ୍ଭ ବିରୁଦ୍ଧରେ ବାହାର ହେବା।”
以東王說:「你不可從我的地經過,免得我帶刀出去攻擊你。」
19 ସେତେବେଳେ ଇସ୍ରାଏଲ-ସନ୍ତାନଗଣ ତାଙ୍କୁ କହିଲେ, “ଆମ୍ଭେମାନେ କେବଳ ସଡ଼କ ଦେଇ ଯିବୁ ଯଦି ଆମ୍ଭେମାନେ, ଆମ୍ଭେ କି ଆମ୍ଭ ପଶୁମାନେ ତୁମ୍ଭ ଜଳ ପାନ କରିବୁ, ତେବେ ଆମ୍ଭେ ତହିଁର ମୂଲ୍ୟ ଦେବୁ; ଆଉ କିଛି କଥା ନାହିଁ, କେବଳ ଆମ୍ଭକୁ ଆପଣା ପାଦରେ (ଦେଶ) ଦେଇ ଯିବାକୁ ଦିଅ।”
以色列人說:「我們要走大道上去;我們和牲畜若喝你的水,必給你價值。不求別的,只求你容我們步行過去。」
20 ତହୁଁ ସେ କହିଲେ, “ତୁମ୍ଭେ (ଦେଶ) ଦେଇ ଯିବ ନାହିଁ। ଏଉତ୍ତାରେ ଇଦୋମ ଅନେକ ଲୋକ ସଙ୍ଗରେ ନେଇ ମହାବଳରେ ତାଙ୍କ ବିରୁଦ୍ଧରେ ବାହାର ହେଲେ।”
以東王說:「你們不可經過!」就率領許多人出來,要用強硬的手攻擊以色列人。
21 ଏହିରୂପେ ଇଦୋମ ଇସ୍ରାଏଲକୁ ଆପଣା ସୀମା ଦେଇ ଯିବାର ଅନୁମତି ଦେବାକୁ ଅସ୍ୱୀକାର କଲେ; ଏଣୁ ଇସ୍ରାଏଲ ତାଙ୍କ ନିକଟରୁ ଫେରିଗଲେ।
這樣,以東王不肯容以色列人從他的境界過去。於是他們轉去,離開他。
22 ଏଥିଉତ୍ତାରେ ସେମାନେ କାଦେଶରୁ ଯାତ୍ରା କଲେ ତହୁଁ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍‍, ସମସ୍ତ ମଣ୍ଡଳୀ ହୋର ପର୍ବତରେ ଉପସ୍ଥିତ ହେଲେ।
以色列全會眾從加低斯起行,到了何珥山。
23 ସେତେବେଳେ ଇଦୋମ ଦେଶର ସୀମା ନିକଟସ୍ଥ ହୋର ପର୍ବତରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
耶和華在附近以東邊界的何珥山上曉諭摩西、亞倫說:
24 “ଏହା ହାରୋଣର ମୃତ୍ୟୁର ସମୟ ଅଟେ; କାରଣ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ସେ ପ୍ରବେଶ କରିବ ନାହିଁ, ଯେହେତୁ ମିରୀବାଃ ଜଳ ନିକଟରେ ତୁମ୍ଭେମାନେ ଆମ୍ଭ ଆଜ୍ଞାର ବିରୁଦ୍ଧ କର୍ମ କରିଥିଲ।
「亞倫要歸到他列祖那裏。他必不得入我所賜給以色列人的地;因為在米利巴水,你們違背了我的命。
25 ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ର ଇଲୀୟାସରକୁ ହୋର ପର୍ବତ ଉପରକୁ ନେଇଯାଅ।
你帶亞倫和他的兒子以利亞撒上何珥山,
26 ପୁଣି, ହାରୋଣଠାରୁ ତାହାର ବସ୍ତ୍ର କାଢ଼ି ତାହାର ପୁତ୍ର ଇଲୀୟାସରକୁ ପିନ୍ଧାଅ; ଯେଣୁ ହାରୋଣ (ଆପଣା ଲୋକମାନଙ୍କ ନିକଟରେ) ସଂଗୃହୀତ ହେବ ଓ ସେ ସେହି ସ୍ଥାନରେ ମରିବ।”
把亞倫的聖衣脫下來,給他的兒子以利亞撒穿上;亞倫必死在那裏,歸他列祖。」
27 ତହୁଁ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ଆଉ ସେମାନେ ସମସ୍ତେ ମଣ୍ଡଳୀର ସାକ୍ଷାତରେ ହୋର ପର୍ବତକୁ ଉଠିଗଲେ।
摩西就照耶和華所吩咐的行。三人當着會眾的眼前上了何珥山。
28 ତେବେ ମୋଶା ହାରୋଣଙ୍କର ବସ୍ତ୍ର କାଢ଼ି ତାଙ୍କର ପୁତ୍ର ଇଲୀୟାସରକୁ ପିନ୍ଧାଇଲେ, ପୁଣି, ହାରୋଣ ସେହି ସ୍ଥାନରେ ପର୍ବତ ଶୃଙ୍ଗରେ ମଲେ; ତହୁଁ ମୋଶା ଓ ଇଲୀୟାସର ପର୍ବତରୁ ଓହ୍ଲାଇ ଆସିଲେ।
摩西把亞倫的聖衣脫下來,給他的兒子以利亞撒穿上,亞倫就死在山頂那裏。於是摩西和以利亞撒下了山。
29 ଏଉତ୍ତାରେ ହାରୋଣ ମରିଅଛନ୍ତି, ଏହା ସମସ୍ତ ମଣ୍ଡଳୀ ଦେଖନ୍ତେ, ସେମାନେ, ଅର୍ଥାତ୍‍, ଇସ୍ରାଏଲର ସମସ୍ତ ବଂଶ ହାରୋଣଙ୍କ ନିମନ୍ତେ ତିରିଶ ଦିନ ପର୍ଯ୍ୟନ୍ତ ରୋଦନ କଲେ।
全會眾,就是以色列全家,見亞倫已經死了,便都為亞倫哀哭了三十天。

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20 >