< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21 >
1 ଏଥିଉତ୍ତାରେ ଇସ୍ରାଏଲ ଅଥାରୀମର ପଥ ଦେଇ ଆସୁଅଛନ୍ତି, ଏହି କଥା ଶୁଣି ଦକ୍ଷିଣ ପ୍ରଦେଶ ନିବାସୀ କିଣାନ ବଂଶୀୟ ଅରାଦର ରାଜା ଇସ୍ରାଏଲର ପ୍ରତିକୂଳରେ ଯୁଦ୍ଧ କଲେ ଓ ସେମାନଙ୍କର କେତେକ ଲୋକଙ୍କୁ ଧରି ବନ୍ଦୀ କଲେ।
Le roi d’Arad, Cananéen, qui habitait le midi, apprit qu’Israël venait par le chemin d’Atharim. Il combattit Israël, et emmena des prisonniers.
2 ତହିଁରେ ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରି କହିଲେ, “ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କରିବ, ଯଦି ଆମ୍ଭେ ସେମାନଙ୍କ ନଗରସବୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା।”
Alors Israël fit un vœu à l’Éternel, et dit: Si tu livres ce peuple entre mes mains, je dévouerai ses villes par interdit.
3 ଏଥିରେ ସଦାପ୍ରଭୁ ଇସ୍ରାଏଲର ରବରେ କର୍ଣ୍ଣପାତ କରି ସେହି କିଣାନୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ସେମାନଙ୍କୁ ଓ ସେମାନଙ୍କ ସମସ୍ତ ନଗର ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, ପୁଣି, ସେହି ସ୍ଥାନର ନାମ ହର୍ମା ହେଲା।
L’Éternel entendit la voix d’Israël, et livra les Cananéens. On les dévoua par interdit, eux et leurs villes; et l’on nomma ce lieu Horma.
4 ଏଥିଉତ୍ତାରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି, ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା।
Ils partirent de la montagne de Hor par le chemin de la mer Rouge, pour contourner le pays d’Édom. Le peuple s’impatienta en route,
5 ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।
et parla contre Dieu et contre Moïse: Pourquoi nous avez-vous fait monter hors d’Égypte, pour que nous mourions dans le désert? Car il n’y a point de pain, et il n’y a point d’eau, et notre âme est dégoûtée de cette misérable nourriture.
6 ସେତେବେଳେ ସଦାପ୍ରଭୁ ଲୋକମାନଙ୍କ ମଧ୍ୟକୁ ବିଷାକ୍ତ ସର୍ପଗୁଡ଼ିକୁ ପ୍ରେରଣ କରନ୍ତେ, ସେମାନେ ଲୋକମାନଙ୍କୁ ଦଂଶନ କଲେ; ତହିଁରେ ଇସ୍ରାଏଲର ଅନେକ ଲୋକ ମଲେ।
Alors l’Éternel envoya contre le peuple des serpents brûlants; ils mordirent le peuple, et il mourut beaucoup de gens en Israël.
7 ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ପାପ କରିଅଛୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ।” ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।
Le peuple vint à Moïse, et dit: Nous avons péché, car nous avons parlé contre l’Éternel et contre toi. Prie l’Éternel, afin qu’il éloigne de nous ces serpents. Moïse pria pour le peuple.
8 ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଗୋଟିଏ ବିଷାକ୍ତ ସର୍ପର ନମୁନା ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖ; ତହିଁରେ ସର୍ପଦ୍ରଂଷ୍ଟ ପ୍ରତ୍ୟେକ ଲୋକ ତାହା ପ୍ରତି ଅନାଇଲେ ବଞ୍ଚିବ।”
L’Éternel dit à Moïse: Fais-toi un serpent brûlant, et place-le sur une perche; quiconque aura été mordu, et le regardera, conservera la vie.
9 ତହୁଁ ମୋଶା ପିତ୍ତଳର ଏକ ସର୍ପ ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖିଲେ; ତହିଁରେ ସର୍ପ କୌଣସି ମନୁଷ୍ୟକୁ ଦଂଶନ କଲେ, ସେ ସେହି ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରନ୍ତେ, ବଞ୍ଚିଲା।
Moïse fit un serpent d’airain, et le plaça sur une perche; et quiconque avait été mordu par un serpent, et regardait le serpent d’airain, conservait la vie.
10 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ।
Les enfants d’Israël partirent, et ils campèrent à Oboth.
11 ତହିଁ ଉତ୍ତାରେ ଓବୋତରୁ ଯାତ୍ରା କରି ସୂର୍ଯ୍ୟୋଦୟ ଦିଗରେ ମୋୟାବର ସମ୍ମୁଖସ୍ଥିତ ପ୍ରାନ୍ତରରେ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ।
Ils partirent d’Oboth et ils campèrent à Ijjé-Abarim, dans le désert qui est vis-à-vis de Moab, vers le soleil levant.
12 ସେମାନେ ସେଠାରୁ ଯାତ୍ରା କରି ସେରଦ୍ ଉପତ୍ୟକାରେ ଛାଉଣି ସ୍ଥାପନ କଲେ।
De là ils partirent, et ils campèrent dans la vallée de Zéred.
13 ସେଠାରୁ ସେମାନେ ଯାତ୍ରା କରି ଇମୋରୀୟମାନଙ୍କର ସୀମାରୁ ନିର୍ଗତ ଅର୍ଣ୍ଣୋନର ଅନ୍ୟ ପାରିସ୍ଥିତ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; କାରଣ ମୋୟାବର ଓ ଇମୋରୀୟମାନଙ୍କର ମଧ୍ୟବର୍ତ୍ତୀ ଅର୍ଣ୍ଣୋନ ମୋୟାବର ସୀମା ଥିଲା।
De là ils partirent, et ils campèrent de l’autre côté de l’Arnon, qui coule dans le désert en sortant du territoire des Amoréens; car l’Arnon est la frontière de Moab, entre Moab et les Amoréens.
14 ଏନିମନ୍ତେ ସଦାପ୍ରଭୁଙ୍କ ଯୁଦ୍ଧର ନଳାକାର ପୁସ୍ତକରେ କଥିତ ଅଛି, ଯଥା “ସୁଫଃରେ ବାହେବକୁ ଓ ଅର୍ଣ୍ଣୋନର ସକଳ ଉପତ୍ୟକା,
C’est pourquoi il est dit dans le livre des Guerres de l’Éternel: …Vaheb en Supha, et les torrents de l’Arnon,
15 ପୁଣି, ଆରର ବାସସ୍ଥାନଗାମୀ ଓ ମୋୟାବ-ସୀମାର ପାର୍ଶ୍ଵସ୍ଥିତ ଗଡ଼ନ୍ତି ଉପତ୍ୟକାସକଳକୁ (ସେ ଜୟ କଲେ।”)
et le cours des torrents, qui s’étend du côté d’Ar et touche à la frontière de Moab.
16 ସେଠାରୁ ସେମାନେ (ଯାତ୍ରା କରି) ବେର (କୂପ) ନାମକ ସ୍ଥାନକୁ ଆସିଲେ। ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର, ଆମ୍ଭେ ସେମାନଙ୍କୁ ଜଳ ଦେବା।”
De là ils allèrent à Beer. C’est ce Beer, où l’Éternel dit à Moïse: Rassemble le peuple, et je leur donnerai de l’eau.
17 ସେହି ସମୟରେ ଇସ୍ରାଏଲ ଏହି ଗୀତ ଗାନ କଲେ, “ହେ କୂପ, ଉଚ୍ଛୁଳି ଉଠ ତୁମ୍ଭେମାନେ ତହିଁ ଉଦ୍ଦେଶ୍ୟରେ ଗାନ କର;
Alors Israël chanta ce cantique: Monte, puits! Chantez en son honneur!
18 ଅଧିପତିମାନେ ସେହି କୂପ ଖୋଳିଛନ୍ତି, ଲୋକମାନଙ୍କର କୁଳୀନମାନେ ରାଜଦଣ୍ଡ ଓ ଆପଣା ଆପଣା ଯଷ୍ଟି ଘେନି ତାହା ଖୋଳିଛନ୍ତି।”
Puits, que des princes ont creusé, Que les grands du peuple ont creusé, Avec le sceptre, avec leurs bâtons!
19 ଏଉତ୍ତାରେ ସେମାନେ ପ୍ରାନ୍ତରରୁ ମତ୍ତାନକୁ ଓ ମତ୍ତାନଠାରୁ ନହଲୀୟେଲକୁ ଓ ନହଲୀୟେଲଠାରୁ ବାମୋତକୁ
Du désert ils allèrent à Matthana; de Matthana, à Nahaliel; de Nahaliel, à Bamoth;
20 ଓ ବାମୋତଠାରୁ ମୋୟାବ କ୍ଷେତ୍ରସ୍ଥିତ ଉପତ୍ୟକା ଦେଇ ପିସ୍ଗା ପର୍ବତର ଶୃଙ୍ଗକୁ ଯାତ୍ରା କଲେ, ତାହା ମରୁଭୂମି ଆଡ଼କୁ ଥିଲା।
de Bamoth, à la vallée qui est dans le territoire de Moab, au sommet du Pisga, en regard du désert.
21 ଏଥିଉତ୍ତାରେ ଇସ୍ରାଏଲ ଇମୋରୀୟମାନଙ୍କ ରାଜା ସୀହୋନ ନିକଟକୁ ଏହା କହି ଦୂତ ପଠାଇଲେ;
Israël envoya des messagers à Sihon, roi des Amoréens, pour lui dire:
22 “ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଆଡ଼େ ଫେରିବୁ ନାହିଁ; ଆମ୍ଭେମାନେ କୂପରୁ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ରାଜପଥ ଦେଇ ଗମନ କରିବୁ।”
Laisse-moi passer par ton pays; nous n’entrerons ni dans les champs, ni dans les vignes, et nous ne boirons pas l’eau des puits; nous suivrons la route royale, jusqu’à ce que nous ayons franchi ton territoire.
23 ଏଥିରେ ସୀହୋନ ଆପଣା ସୀମା ଦେଇ ଇସ୍ରାଏଲକୁ ଯିବା ପାଇଁ ଦେଲେ ନାହିଁ; ମାତ୍ର ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଇସ୍ରାଏଲର ପ୍ରତିକୂଳରେ ପ୍ରାନ୍ତରକୁ ବାହାର ହେଲେ, ପୁଣି, ଯହସରେ ଉପସ୍ଥିତ ହୋଇ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ।
Sihon n’accorda point à Israël le passage sur son territoire; il rassembla tout son peuple, et sortit à la rencontre d’Israël, dans le désert; il vint à Jahats, et combattit Israël.
24 ତହିଁରେ ଇସ୍ରାଏଲ ଖଡ୍ଗଧାରରେ ତାଙ୍କୁ ଆଘାତ କରି ଅର୍ଣ୍ଣୋନଠାରୁ ଯବ୍ବୋକ୍ ପର୍ଯ୍ୟନ୍ତ, ଅର୍ଥାତ୍, ଅମ୍ମୋନ-ସନ୍ତାନଗଣଙ୍କର ସୀମା ପର୍ଯ୍ୟନ୍ତ, ତାହାର ଦେଶ ଅଧିକାର କଲେ; କାରଣ ଅମ୍ମୋନ-ସନ୍ତାନଗଣଙ୍କର ସୀମା ଦୃଢ଼ ଥିଲା।
Israël le frappa du tranchant de l’épée et s’empara de son pays depuis l’Arnon jusqu’au Jabbok, jusqu’à la frontière des enfants d’Ammon; car la frontière des enfants d’Ammon était fortifiée.
25 ଏହିରୂପେ ଇସ୍ରାଏଲ ସେହି ସମସ୍ତ ନଗର ହସ୍ତଗତ କଲେ ଓ ଇସ୍ରାଏଲ ଇମୋରୀୟମାନଙ୍କର ସମସ୍ତ ନଗରରେ, ଅର୍ଥାତ୍ ହିଷ୍ବୋନରେ ଓ ତହିଁର ସମସ୍ତ ନଗରରେ ବାସ କଲେ।
Israël prit toutes les villes, et s’établit dans toutes les villes des Amoréens, à Hesbon et dans toutes les villes de son ressort.
26 କାରଣ ହିଷ୍ବୋନ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ନଗର ଥିଲା, ସେ ମୋୟାବର ପୂର୍ବ ରାଜାର ପ୍ରତିକୂଳରେ ଯୁଦ୍ଧ କରି ତାହା ହସ୍ତରୁ ଅର୍ଣ୍ଣୋନ ପର୍ଯ୍ୟନ୍ତ ତାହାର ସମସ୍ତ ଦେଶ ନେଇଥିଲେ।
Car Hesbon était la ville de Sihon, roi des Amoréens; il avait fait la guerre au précédent roi de Moab, et lui avait enlevé tout son pays jusqu’à l’Arnon.
27 ଏନିମନ୍ତେ କବିମାନେ କହନ୍ତି, “ତୁମ୍ଭେମାନେ ହିଷ୍ବୋନକୁ ଆସ, ସୀହୋନର ନଗର ନିର୍ମିତ ଓ ଦୃଢ଼ୀକୃତ ହେଉ;
C’est pourquoi les poètes disent: Venez à Hesbon! Que la ville de Sihon soit rebâtie et fortifiée!
28 କାରଣ ହିଷ୍ବୋନଠାରୁ ଅଗ୍ନି, ସୀହୋନ ନଗରଠାରୁ ଅଗ୍ନିଶିଖା ନିର୍ଗତ ହୋଇଅଛି; ତାହା ମୋୟାବର ଆର ନଗରକୁ, ଅର୍ଣ୍ଣୋନସ୍ଥ ଉଚ୍ଚସ୍ଥଳୀର ଦେବଗଣକୁ ଗ୍ରାସ କରିଅଛି।
Car il est sorti un feu de Hesbon, Une flamme de la ville de Sihon; Elle a dévoré Ar-Moab, les habitants des hauteurs de l’Arnon.
29 ହେ ମୋୟାବ, ତୁମ୍ଭର ସନ୍ତାପ ହେଲା! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି;
Malheur à toi, Moab! Tu es perdu, peuple de Kemosch! Il a fait de ses fils des fuyards, Et il a livré ses filles captives à Sihon, roi des Amoréens.
30 ଆମ୍ଭେମାନେ ସେମାନଙ୍କୁ ବାଣ ମାରିଅଛୁ; ହିଷ୍ବୋନ ଦୀବୋନ୍ ପର୍ଯ୍ୟନ୍ତ ବିନଷ୍ଟ ହେଲା, ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ୱଂସ କଲୁ, ତାହା ମେଦବା ପର୍ଯ୍ୟନ୍ତ ବ୍ୟାପଇ।”
Nous avons lancé sur eux nos traits: De Hesbon à Dibon tout est détruit; Nous avons étendu nos ravages jusqu’à Nophach, Jusqu’à Médeba.
31 ଏହିରୂପେ ଇସ୍ରାଏଲ ଇମୋରୀୟମାନଙ୍କ ଦେଶରେ ବାସ କଲେ।
Israël s’établit dans le pays des Amoréens.
32 ଏଥିଉତ୍ତାରେ ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ଲୋକ ପଠାନ୍ତେ, ସେମାନେ ତହିଁର ସକଳ ନଗର ହସ୍ତଗତ କଲେ ଓ ସେଠାସ୍ଥିତ ଇମୋରୀୟମାନଙ୍କୁ ତଡ଼ିଦେଲେ।
Moïse envoya reconnaître Jaezer; et ils prirent les villes de son ressort, et chassèrent les Amoréens qui y étaient.
33 ତହୁଁ ସେମାନେ ଫେରି ବାଶନର ପଥ ଦେଇ ଉଠିଗଲେ; ତହିଁରେ ବାଶନର ରାଜା ଓଗ୍, ସେ ଓ ତାହାର ସମସ୍ତ ଲୋକ ସେମାନଙ୍କ ପ୍ରତିକୂଳରେ ବାହାର ହୋଇ ଇଦ୍ରିୟୀରେ ଯୁଦ୍ଧ କଲେ।
Ils changèrent ensuite de direction, et montèrent par le chemin de Basan. Og, roi de Basan, sortit à leur rencontre, avec tout son peuple, pour les combattre à Édréï.
34 ସେହି ସମୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ଲୋକଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ହିଷ୍ବୋନବାସୀ ଇମୋରୀୟ ରାଜା ସୀହୋନ ପ୍ରତି ଯେରୂପ କଲ, ତାହା ପ୍ରତି ସେରୂପ କରିବ।”
L’Éternel dit à Moïse: Ne le crains point; car je le livre entre tes mains, lui et tout son peuple, et son pays; tu le traiteras comme tu as traité Sihon, roi des Amoréens, qui habitait à Hesbon.
35 ଏଣୁ ତାହାର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ଲୋକଙ୍କୁ ଆଘାତ କଲେ, ପୁଣି, ସେମାନେ ତାହାର ଦେଶ ଅଧିକାର କଲେ।
Et ils le battirent, lui et ses fils, et tout son peuple, sans en laisser échapper un seul, et ils s’emparèrent de son pays.