< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22 >
1 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଯିରୀହୋ ନିକଟସ୍ଥ ଯର୍ଦ୍ଦନ ଆଗରେ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ।
profectique castrametati sunt in campestribus Moab ubi trans Iordanem Hierichus sita est
2 ପୁଣି, ଇସ୍ରାଏଲ ଇମୋରୀୟମାନଙ୍କ ପ୍ରତି ଯାହା ଯାହା କରିଥିଲେ, ତାହା ସିପ୍ପୋରର ପୁତ୍ର ବାଲାକ ଦେଖିଲେ।
videns autem Balac filius Sepphor omnia quae fecerat Israhel Amorreo
3 ଏଣୁ ମୋୟାବ ଲୋକମାନଙ୍କ ସକାଶୁ ଅତିଶୟ ଭୀତ ହେଲେ, କାରଣ ସେମାନେ ବହୁତ ଥିଲେ; ଆଉ ମୋୟାବ ଇସ୍ରାଏଲ-ସନ୍ତାନଗଣଙ୍କ ସକାଶୁ ଉଦ୍ବିଗ୍ନ ହେଲେ।
et quod pertimuissent eum Moabitae et impetum eius ferre non possent
4 ଏଥିରେ ମୋୟାବ ମିଦୀୟନୀୟ ପ୍ରାଚୀନଗଣକୁ କହିଲେ, “ଗୋରୁ ଯେପରି ପଦାରୁ ଘାସ ଚାଟି ଖାଏ, ସେପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଚାଟି ପକାଇବେ। ଏହି ସମୟରେ ସିପ୍ପୋରର ପୁତ୍ର ବାଲାକ ମୋୟାବର ରାଜା ଥିଲେ।”
dixit ad maiores natu Madian ita delebit hic populus omnes qui in nostris finibus commorantur quomodo solet bos herbas usque ad radices carpere ipse erat eo tempore rex in Moab
5 ଏନିମନ୍ତେ ସେ ବିୟୋରର ପୁତ୍ର ବିଲୀୟମ୍କୁ ଡାକିବା ପାଇଁ ଆପଣା ଲୋକମାନଙ୍କ ସନ୍ତାନଗଣର ଦେଶ-ନିକଟସ୍ଥ ନଦୀର ନିକଟବର୍ତ୍ତୀ ପଥୋର ନଗରକୁ ବାର୍ତ୍ତାବହ ପଠାଇ ଏହା କହିଲେ, “ଦେଖ, ମିସରରୁ ବାହାର ହୋଇ ଏକ ଜନତା ଆସିଅଛନ୍ତି; ଦେଖ, ସେମାନେ ପୃଥିବୀର ମୁଖ ଆଚ୍ଛନ୍ନ କରନ୍ତି; ପୁଣି, ଆମ୍ଭ ସମ୍ମୁଖରେ ବାସ କରନ୍ତି।
misit ergo nuntios ad Balaam filium Beor ariolum qui habitabat super flumen terrae filiorum Ammon ut vocarent eum et dicerent ecce egressus est populus ex Aegypto qui operuit superficiem terrae sedens contra me
6 ଏହେତୁ ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଆସି ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ; କାରଣ ସେମାନେ ଆମ୍ଭ ପ୍ରତି ଅତି ବଳବାନ; ହୋଇପାରେ, ଆମ୍ଭେ ସେମାନଙ୍କୁ ପରାଜୟ କରି ଦେଶରୁ ଦୂର କରି ପାରିବା; ଯେହେତୁ ଆମ୍ଭେ ଜାଣୁ, ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସେ ଆଶୀର୍ବାଦ ପାଏ, ପୁଣି, ତୁମ୍ଭେ ଯାହାକୁ ଅଭିଶାପ ଦିଅ, ସେ ଅଭିଶପ୍ତ ହୁଏ।”
veni igitur et maledic populo huic quia fortior me est si quo modo possim percutere et eicere eum de terra mea novi enim quod benedictus sit cui benedixeris et maledictus in quem maledicta congesseris
7 ତହିଁରେ ମୋୟାବର ପ୍ରାଚୀନବର୍ଗ ଓ ମିଦୀୟନର ପ୍ରାଚୀନବର୍ଗ ମନ୍ତ୍ରର ପୁରସ୍କାର ହସ୍ତରେ ଘେନି ପ୍ରସ୍ଥାନ କଲେ; ପୁଣି, ସେମାନେ ବିଲୀୟମ୍ ନିକଟରେ ଉପସ୍ଥିତ ହୋଇ ବାଲାକଙ୍କ କଥା ତାହାକୁ କହିଲେ।
perrexerunt seniores Moab et maiores natu Madian habentes divinationis pretium in manibus cumque venissent ad Balaam et narrassent ei omnia verba Balac
8 ତହୁଁ ସେ ସେମାନଙ୍କୁ କହିଲା, “ତୁମ୍ଭେମାନେ ଆଜି ରାତ୍ରି ଏଠାରେ ରୁହ, ଆଉ ସଦାପ୍ରଭୁ ମୋତେ ଯାହା କହିବେ, ତାହା ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଜଣାଇବି,” ତହିଁରେ ମୋୟାବର ଅଧିପତିମାନେ ବିଲୀୟମ୍ ସଙ୍ଗରେ ରହିଲେ।
ille respondit manete hic nocte et respondebo quicquid mihi dixerit Dominus manentibus illis apud Balaam venit Deus et ait ad eum
9 ଏଉତ୍ତାରେ ପରମେଶ୍ୱର ବିଲୀୟମ୍ ନିକଟକୁ ଆସି ତାହାକୁ କହିଲେ, “ତୁମ୍ଭ ସଙ୍ଗରେ ଏହି ଲୋକମାନେ କିଏ?”
quid sibi volunt homines isti apud te
10 ତହୁଁ ବିଲୀୟମ୍ ପରମେଶ୍ୱରଙ୍କୁ କହିଲା, “ମୋୟାବର ରାଜା ସିପ୍ପୋରର ପୁତ୍ର ବାଲାକ ମୋʼ ନିକଟକୁ ଏହା କହି ପଠାଇଅଛନ୍ତି;
respondit Balac filius Sepphor rex Moabitarum misit ad me
11 ‘ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ସମଗ୍ର ଦେଶକୁ ଆଚ୍ଛନ୍ନ କରିଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ିଦେଇ ପାରିବା।’”
dicens ecce populus qui egressus est de Aegypto operuit superficiem terrae veni et maledic ei si quo modo possim pugnans abicere eum
12 ତହିଁରେ ପରମେଶ୍ୱର ବିଲୀୟମ୍କୁ କହିଲେ, “ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦ ପ୍ରାପ୍ତ ଅଟନ୍ତି।”
dixitque Deus ad Balaam noli ire cum eis neque maledicas populo quia benedictus est
13 ଏଥିରେ ବିଲୀୟମ୍ ପ୍ରାତଃକାଳରେ ଉଠି ବାଲାକଙ୍କ ଅଧିପତିମାନଙ୍କୁ କହିଲା, “ତୁମ୍ଭେମାନେ ଆପଣା ଦେଶକୁ ଯାଅ, କାରଣ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ସହିତ ଯିବା ପାଇଁ ଅନୁମତି ଦେବାକୁ ମନା କରିଅଛନ୍ତି।”
qui mane consurgens dixit ad principes ite in terram vestram quia prohibuit me Deus venire vobiscum
14 ଏଣୁ ମୋୟାବର ଅଧିପତିମାନେ ଉଠି ବାଲାକଙ୍କ ନିକଟକୁ ଯାଇ କହିଲେ, “ବିଲୀୟମ୍ ଆମ୍ଭମାନଙ୍କ ସଙ୍ଗେ ଆସିବାକୁ ମନା କରୁଅଛି।”
reversi principes dixerunt ad Balac noluit Balaam venire nobiscum
15 ଏଉତ୍ତାରେ ବାଲାକ ସେମାନଙ୍କଠାରୁ ଅଧିକ ସଂଖ୍ୟକ ଓ ଅଧିକ ସମ୍ଭ୍ରାନ୍ତ ଅଧିପତିମାନଙ୍କୁ ପୁନର୍ବାର ପଠାଇଲେ।
rursum ille multo plures et nobiliores quam ante miserat misit
16 ତହୁଁ ସେମାନେ ବିଲୀୟମ୍ ନିକଟକୁ ଆସି ତାହାକୁ କହିଲେ, “ସିପ୍ପୋରର ପୁତ୍ର ବାଲାକ ଏହି କଥା କହନ୍ତି, ‘ଆମ୍ଭେ ବିନୟ କରୁଅଛୁ, ଆମ୍ଭ କତିକି ଆସିବାକୁ ତୁମ୍ଭେ ନିବାରିତ ହୁଅ ନାହିଁ।
qui cum venissent ad Balaam dixerunt sic dicit Balac filius Sepphor ne cuncteris venire ad me
17 କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି, ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ।’”
paratum honorare te et quicquid volueris dare veni et maledic populo isti
18 ଏଥିରେ ବିଲୀୟମ୍ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, “ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇପାରେ ନାହିଁ।
respondit Balaam si dederit mihi Balac plenam domum suam argenti et auri non potero inmutare verbum Domini Dei mei ut vel plus vel minus loquar
19 ଏନିମନ୍ତେ ବିନୟ କରୁଅଛି, ତୁମ୍ଭେମାନେ ହେଁ ଆଜି ରାତ୍ରି ଏଠାରେ ରୁହ, ସଦାପ୍ରଭୁ ମୋତେ ଆଉ ଯାହା କହିବେ, ତାହା ମୁଁ ଜାଣିବି।”
obsecro ut hic maneatis etiam hac nocte et scire queam quid mihi rursum respondeat Dominus
20 ଏଥିରେ ପରମେଶ୍ୱର ରାତ୍ରିରେ ବିଲୀୟମ୍ ନିକଟକୁ ଆସି କହିଲେ, “ଯଦି ଏହି ଲୋକମାନେ ତୁମ୍ଭକୁ ଡାକିବାକୁ ଆସନ୍ତି, ତେବେ ଉଠ, ସେମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା; କେବଳ ତାହା ହିଁ ତୁମ୍ଭେ କହିବ।”
venit ergo Deus ad Balaam nocte et ait ei si vocare te venerunt homines isti surge et vade cum eis ita dumtaxat ut quod tibi praecepero facias
21 ତହିଁରେ ବିଲୀୟମ୍ ପ୍ରାତଃକାଳରେ ଉଠି ଆପଣା ଗର୍ଦ୍ଦଭୀ ସଜାଇ ମୋୟାବର ଅଧିପତିମାନଙ୍କ ସହିତ ଗମନ କଲା।
surrexit Balaam mane et strata asina profectus est cum eis
22 ଏଥିରେ ସେ ଯିବା ସକାଶୁ ପରମେଶ୍ୱରଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୂତ ତାହାର ଶତ୍ରୁ ରୂପେ ପଥ ମଧ୍ୟରେ ଠିଆ ହୋଇ ରହିଲେ; ସେତେବେଳେ ସେ ଆପଣା ଗର୍ଦ୍ଦଭୀ ଉପରେ ଚଢ଼ି ଯାଉଥିଲା ଓ ତାହାର ଦୁଇ ଦାସ ତାହା ସଙ୍ଗରେ ଥିଲେ।
et iratus est Deus stetitque angelus Domini in via contra Balaam qui sedebat asinae et duos pueros habebat secum
23 ଏଥିରେ ସେହି ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହୁଁ ଗର୍ଦ୍ଦଭୀ ବାଟ ଛାଡ଼ି ବିଲ ଆଡ଼କୁ ଗଲା ତହିଁରେ ବିଲୀୟମ୍ ଗର୍ଦ୍ଦଭୀକୁ ବାଟକୁ ଫେରାଇ ଆଣିବା ପାଇଁ ପ୍ରହାର କଲା;
cernens asina angelum stantem in via evaginato gladio avertit se de itinere et ibat per agrum quam cum verberaret Balaam et vellet ad semitam reducere
24 ତେବେ ସଦାପ୍ରଭୁଙ୍କ ଦୂତ ଦୁଇ ଦ୍ରାକ୍ଷାକ୍ଷେତ୍ରର ଏପାଖେ ପ୍ରାଚୀର ଓ ସେପାଖେ ପ୍ରାଚୀର ଥିବା ଗଳିପଥରେ ଠିଆ ହେଲେ।
stetit angelus in angustiis duarum maceriarum quibus vineae cingebantur
25 ସେହି ସମୟରେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇ ଯିବାରୁ ବିଲୀୟମ୍ର ଗୋଡ଼ କାନ୍ଥରେ ଘଷି ହେଲା; ତହିଁରେ ସେ ପୁନର୍ବାର ତାହାକୁ ପ୍ରହାର କଲା।
quem videns asina iunxit se parieti et adtrivit sedentis pedem at ille iterum verberabat
26 ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ଆହୁରି ଆଗକୁ ଯାଇ ଏକ ସଂକୀର୍ଣ୍ଣ ସ୍ଥାନରେ ଠିଆ ହେଲେ, ସେଠାରେ ଡାହାଣରେ କିମ୍ବା ବାମରେ ଫେରିବାର ସ୍ଥାନ ନ ଥିଲା।
et nihilominus angelus ad locum angustum transiens ubi nec ad dextram nec ad sinistram poterat deviari obvius stetit
27 ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି ବିଲୀୟମ୍ର ତଳେ ଶୋଇ ପଡ଼ିଲା; ତହିଁରେ ବିଲୀୟମ୍ର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଗର୍ଦ୍ଦଭୀକୁ ଆପଣା ଯଷ୍ଟିରେ ପ୍ରହାର କଲା।
cumque vidisset asina stantem angelum concidit sub pedibus sedentis qui iratus vehementius caedebat fuste latera
28 ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମ୍କୁ କହିଲା, “ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନି ଥର ପ୍ରହାର କଲ।”
aperuitque Dominus os asinae et locuta est quid feci tibi cur percutis me ecce iam tertio
29 ତେବେ ବିଲୀୟମ୍ ଗର୍ଦ୍ଦଭୀକୁ କହିଲା, “କାରଣ ତୁ ମୋତେ ପରିହାସ କରୁଅଛୁ; ମୋʼ ହାତରେ ଖଣ୍ଡା ଥିଲେ ମୁଁ ଏବେ ତୋତେ ବଧ କରନ୍ତି।”
respondit Balaam quia commeruisti et inlusisti mihi utinam haberem gladium ut te percuterem
30 ପୁଣି, ଗର୍ଦ୍ଦଭୀ ବିଲୀୟମ୍କୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି?” ତହୁଁ ସେ କହିଲା, “ନା।”
dixit asina nonne animal tuum sum cui semper sedere consuesti usque in praesentem diem dic quid simile umquam fecerim tibi at ille ait numquam
31 ଏଥିରେ ସଦାପ୍ରଭୁ ବିଲୀୟମ୍ର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା।
protinus aperuit Dominus oculos Balaam et vidit angelum stantem in via evaginato gladio adoravitque eum pronus in terram
32 ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଏହି ତିନି ଥର ଆପଣା ଗର୍ଦ୍ଦଭୀକୁ କାହିଁକି ପ୍ରହାର କଲ? ଦେଖ, ଆମ୍ଭେ ତୁମ୍ଭର ଶତ୍ରୁ ରୂପେ ବାହାର ହୋଇଅଛୁ, ଯେହେତୁ ଆମ୍ଭ ସାକ୍ଷାତରେ ତୁମ୍ଭର ଗତି ବିପଥଗାମୀ ହୋଇଅଛି;
cui angelus cur inquit tertio verberas asinam tuam ego veni ut adversarer tibi quia perversa est via tua mihique contraria
33 ପୁଣି, ଗର୍ଦ୍ଦଭୀ ଆମ୍ଭକୁ ଦେଖି ଏହି ତିନି ଥର ଆମ୍ଭ ସମ୍ମୁଖରୁ ଫେରିଲା; ସେ ଯଦି ଆମ୍ଭ ସମ୍ମୁଖରୁ ଫେରି ନ ଥାʼନ୍ତା, ତେବେ ନିଶ୍ଚୟ ଆମ୍ଭେ ତୁମ୍ଭକୁ ବଧ କରିଥାʼନ୍ତୁ, ଆଉ ତାହାକୁ ଜୀଅନ୍ତା ରଖିଥାʼନ୍ତୁ।”
et nisi asina declinasset de via dans locum resistenti te occidissem et illa viveret
34 ତହିଁରେ ବିଲୀୟମ୍ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ମୁଁ ପାପ କରିଅଛି; କାରଣ ତୁମ୍ଭେ ଯେ ମୋʼ ବିପକ୍ଷରେ ପଥରେ ଠିଆ ହୋଇଅଛ; ତାହା ମୁଁ ଜାଣିଲି ନାହିଁ; ଏଣୁ ଏବେ, ଯଦି ତାହା ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଫେରିଯିବି।”
dixit Balaam peccavi nesciens quod tu stares contra me et nunc si displicet tibi ut vadam revertar
35 ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମ୍କୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ।” ତହିଁରେ ବିଲୀୟମ୍ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।
ait angelus vade cum istis et cave ne aliud quam praecepero tibi loquaris ivit igitur cum principibus
36 ଏଥିଉତ୍ତାରେ ବିଲୀୟମ୍ର ଆଗମନ ସମ୍ବାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ।
quod cum audisset Balac egressus est in occursum eius in oppido Moabitarum quod situm est in extremis finibus Arnon
37 ପୁଣି, ବାଲାକ ବିଲୀୟମ୍କୁ କହିଲେ, “ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯତ୍ନରେ ଲୋକ ପଠାଇଲୁ ନାହିଁ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତାନ୍ତ ଅସମର୍ଥ?”
dixitque ad Balaam misi nuntios ut vocarent te cur non statim venisti ad me an quia mercedem adventui tuo reddere nequeo
38 ତହୁଁ ବିଲୀୟମ୍ ବାଲାକଙ୍କୁ କହିଲା, “ଏହି ଦେଖ, ମୁଁ ତୁମ୍ଭ ନିକଟକୁ ଆସିଅଛି; ମାତ୍ର ଏବେ କୌଣସି କଥା କହିବାକୁ କି ମୋହର କିଛି ସାମର୍ଥ୍ୟ ଅଛି? ପରମେଶ୍ୱର ମୋʼ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି।”
cui ille respondit ecce adsum numquid loqui potero aliud nisi quod Deus posuerit in ore meo
39 ଏଉତ୍ତାରେ ବିଲୀୟମ୍ ବାଲାକ ସହିତ ଗମନ କରି କିରୀୟଥ୍-ହୁଷୋତରେ ଉପସ୍ଥିତ ହେଲା।
perrexerunt ergo simul et venerunt in urbem quae in extremis regni eius finibus erat
40 ତହୁଁ ବାଲାକ ଗୋରୁ ଓ ମେଷ ବଳିଦାନ କରି ବିଲୀୟମ୍ ଓ ତାହାର ସଙ୍ଗୀ ଅଧିପତିମାନଙ୍କ ନିକଟକୁ ପଠାଇଲେ।
cumque occidisset Balac boves et oves misit ad Balaam et principes qui cum eo erant munera
41 ପୁଣି, ପ୍ରଭାତରେ ବାଲାକ ବିଲୀୟମ୍କୁ ସଙ୍ଗେ ନେଇ ବାଲ୍ର ଉଚ୍ଚସ୍ଥଳୀରେ ଆରୋହଣ କରାଇଲେ; ଆଉ ସେହିଠାରୁ ସେ ଲୋକମାନଙ୍କର ଶେଷ ସୀମା ପର୍ଯ୍ୟନ୍ତ ଦେଖିଲେ।
mane autem facto duxit eum ad excelsa Baal et intuitus est extremam partem populi