< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22 >

1 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଯିରୀହୋ ନିକଟସ୍ଥ ଯର୍ଦ୍ଦନ ଆଗରେ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ।
Salieron los hijos de Israel y acamparon en las llanuras de Moab, junto al Jordán, frente a Jericó.
2 ପୁଣି, ଇସ୍ରାଏଲ ଇମୋରୀୟମାନଙ୍କ ପ୍ରତି ଯାହା ଯାହା କରିଥିଲେ, ତାହା ସିପ୍ପୋରର ପୁତ୍ର ବାଲାକ ଦେଖିଲେ।
Balac, hijo de Zippor, vio todo lo que Israel hizo a los amorreos.
3 ଏଣୁ ମୋୟାବ ଲୋକମାନଙ୍କ ସକାଶୁ ଅତିଶୟ ଭୀତ ହେଲେ, କାରଣ ସେମାନେ ବହୁତ ଥିଲେ; ଆଉ ମୋୟାବ ଇସ୍ରାଏଲ-ସନ୍ତାନଗଣଙ୍କ ସକାଶୁ ଉଦ୍‍ବିଗ୍ନ ହେଲେ।
Moab tuvo gran temor delante del pueblo porque era muy numeroso, y Moab tuvo temor a causa de los hijos de Israel.
4 ଏଥିରେ ମୋୟାବ ମିଦୀୟନୀୟ ପ୍ରାଚୀନଗଣକୁ କହିଲେ, “ଗୋରୁ ଯେପରି ପଦାରୁ ଘାସ ଚାଟି ଖାଏ, ସେପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଚାଟି ପକାଇବେ। ଏହି ସମୟରେ ସିପ୍ପୋରର ପୁତ୍ର ବାଲାକ ମୋୟାବର ରାଜା ଥିଲେ।”
Entonces Moab dijo a los ancianos de Madián: Ahora, como el buey lame la hierba del campo, esta multitud lamerá todos nuestros contornos. En aquel tiempo Balac, hijo de Zippor, era rey de Moab.
5 ଏନିମନ୍ତେ ସେ ବିୟୋରର ପୁତ୍ର ବିଲୀୟମ୍‍କୁ ଡାକିବା ପାଇଁ ଆପଣା ଲୋକମାନଙ୍କ ସନ୍ତାନଗଣର ଦେଶ-ନିକଟସ୍ଥ ନଦୀର ନିକଟବର୍ତ୍ତୀ ପଥୋର ନଗରକୁ ବାର୍ତ୍ତାବହ ପଠାଇ ଏହା କହିଲେ, “ଦେଖ, ମିସରରୁ ବାହାର ହୋଇ ଏକ ଜନତା ଆସିଅଛନ୍ତି; ଦେଖ, ସେମାନେ ପୃଥିବୀର ମୁଖ ଆଚ୍ଛନ୍ନ କରନ୍ତି; ପୁଣି, ଆମ୍ଭ ସମ୍ମୁଖରେ ବାସ କରନ୍ତି।
Envió mensajeros a Balaam, hijo de Beor, en Petor, que está junto al Río, en la tierra de los hijos de su pueblo, para que lo llamaran, y dijo: Un pueblo que salió de Egipto cubre la superficie de la tierra y ya está frente a mí.
6 ଏହେତୁ ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଆସି ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ; କାରଣ ସେମାନେ ଆମ୍ଭ ପ୍ରତି ଅତି ବଳବାନ; ହୋଇପାରେ, ଆମ୍ଭେ ସେମାନଙ୍କୁ ପରାଜୟ କରି ଦେଶରୁ ଦୂର କରି ପାରିବା; ଯେହେତୁ ଆମ୍ଭେ ଜାଣୁ, ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସେ ଆଶୀର୍ବାଦ ପାଏ, ପୁଣି, ତୁମ୍ଭେ ଯାହାକୁ ଅଭିଶାପ ଦିଅ, ସେ ଅଭିଶପ୍ତ ହୁଏ।”
Ven ahora, te ruego, y maldíceme a este pueblo porque es demasiado poderoso para mí. Quizás yo pueda herirlo, y lo echaremos de la tierra, porque yo sé que al que tú bendigas será bendito y al que tú maldigas será maldito.
7 ତହିଁରେ ମୋୟାବର ପ୍ରାଚୀନବର୍ଗ ଓ ମିଦୀୟନର ପ୍ରାଚୀନବର୍ଗ ମନ୍ତ୍ରର ପୁରସ୍କାର ହସ୍ତରେ ଘେନି ପ୍ରସ୍ଥାନ କଲେ; ପୁଣି, ସେମାନେ ବିଲୀୟମ୍‍ ନିକଟରେ ଉପସ୍ଥିତ ହୋଇ ବାଲାକଙ୍କ କଥା ତାହାକୁ କହିଲେ।
Fueron, pues, los ancianos de Moab y los ancianos de Madián con la paga para el adivino en sus manos. Llegaron a Balaam, y le hablaron las palabras de Balac.
8 ତହୁଁ ସେ ସେମାନଙ୍କୁ କହିଲା, “ତୁମ୍ଭେମାନେ ଆଜି ରାତ୍ରି ଏଠାରେ ରୁହ, ଆଉ ସଦାପ୍ରଭୁ ମୋତେ ଯାହା କହିବେ, ତାହା ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଜଣାଇବି,” ତହିଁରେ ମୋୟାବର ଅଧିପତିମାନେ ବିଲୀୟମ୍‍ ସଙ୍ଗରେ ରହିଲେ।
Y él les dijo: Alójense aquí esta noche, y yo les comunicaré la Palabra según lo que Yavé me hable. Así que los jefes de Moab se quedaron con Balaam.
9 ଏଉତ୍ତାରେ ପରମେଶ୍ୱର ବିଲୀୟମ୍‍ ନିକଟକୁ ଆସି ତାହାକୁ କହିଲେ, “ତୁମ୍ଭ ସଙ୍ଗରେ ଏହି ଲୋକମାନେ କିଏ?”
ʼElohim vino a Balaam y le dijo: ¿Quiénes son estos varones que están contigo?
10 ତହୁଁ ବିଲୀୟମ୍‍ ପରମେଶ୍ୱରଙ୍କୁ କହିଲା, “ମୋୟାବର ରାଜା ସିପ୍ପୋରର ପୁତ୍ର ବାଲାକ ମୋʼ ନିକଟକୁ ଏହା କହି ପଠାଇଅଛନ୍ତି;
Balaam dijo a ʼElohim: Balac, hijo de Zippor, rey de Moab, envió por mí y dijo:
11 ‘ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ସମଗ୍ର ଦେଶକୁ ଆଚ୍ଛନ୍ନ କରିଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ିଦେଇ ପାରିବା।’”
Mira, un pueblo que salió de Egipto cubre la superficie de la tierra. Ven ahora, y maldícemelo. Quizás pueda yo luchar contra él y echarlo.
12 ତହିଁରେ ପରମେଶ୍ୱର ବିଲୀୟମ୍‍କୁ କହିଲେ, “ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦ ପ୍ରାପ୍ତ ଅଟନ୍ତି।”
Entonces ʼElohim dijo a Balaam: No vayas con ellos ni maldecirás al pueblo, porque es bendito.
13 ଏଥିରେ ବିଲୀୟମ୍‍ ପ୍ରାତଃକାଳରେ ଉଠି ବାଲାକଙ୍କ ଅଧିପତିମାନଙ୍କୁ କହିଲା, “ତୁମ୍ଭେମାନେ ଆପଣା ଦେଶକୁ ଯାଅ, କାରଣ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ସହିତ ଯିବା ପାଇଁ ଅନୁମତି ଦେବାକୁ ମନା କରିଅଛନ୍ତି।”
Balaam se levantó de mañana, y dijo a los jefes de Balac: Regresen a su tierra, porque Yavé se niega a dejarme ir con ustedes.
14 ଏଣୁ ମୋୟାବର ଅଧିପତିମାନେ ଉଠି ବାଲାକଙ୍କ ନିକଟକୁ ଯାଇ କହିଲେ, “ବିଲୀୟମ୍‍ ଆମ୍ଭମାନଙ୍କ ସଙ୍ଗେ ଆସିବାକୁ ମନା କରୁଅଛି।”
Los jefes de Moab se levantaron y fueron a Balac y le dijeron: Balaam se negó a venir con nosotros.
15 ଏଉତ୍ତାରେ ବାଲାକ ସେମାନଙ୍କଠାରୁ ଅଧିକ ସଂଖ୍ୟକ ଓ ଅଧିକ ସମ୍ଭ୍ରାନ୍ତ ଅଧିପତିମାନଙ୍କୁ ପୁନର୍ବାର ପଠାଇଲେ।
Luego Balac volvió a enviar jefes más numerosos y honorables que los otros,
16 ତହୁଁ ସେମାନେ ବିଲୀୟମ୍‍ ନିକଟକୁ ଆସି ତାହାକୁ କହିଲେ, “ସିପ୍ପୋରର ପୁତ୍ର ବାଲାକ ଏହି କଥା କହନ୍ତି, ‘ଆମ୍ଭେ ବିନୟ କରୁଅଛୁ, ଆମ୍ଭ କତିକି ଆସିବାକୁ ତୁମ୍ଭେ ନିବାରିତ ହୁଅ ନାହିଁ।
los cuales fueron a Balaam, y le dijeron: Así dice Balac, hijo de Zippor: Te ruego que no te niegues a venir a mí,
17 କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି, ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ।’”
porque ciertamente te honraré inmensamente y haré todo lo que me digas. Te ruego, ven ahora, maldíceme a este pueblo.
18 ଏଥିରେ ବିଲୀୟମ୍‍ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, “ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇପାରେ ନାହିଁ।
Balaam respondió a los esclavos de Balac: Aunque Balac me diera su casa llena de plata y oro, no puedo traspasar la Palabra de Yavé mi ʼElohim para hacer cosa pequeña ni grande.
19 ଏନିମନ୍ତେ ବିନୟ କରୁଅଛି, ତୁମ୍ଭେମାନେ ହେଁ ଆଜି ରାତ୍ରି ଏଠାରେ ରୁହ, ସଦାପ୍ରଭୁ ମୋତେ ଆଉ ଯାହା କହିବେ, ତାହା ମୁଁ ଜାଣିବି।”
Les ruego ahora que se queden aquí esta noche, y yo averiguaré qué más me dice Yavé.
20 ଏଥିରେ ପରମେଶ୍ୱର ରାତ୍ରିରେ ବିଲୀୟମ୍‍ ନିକଟକୁ ଆସି କହିଲେ, “ଯଦି ଏହି ଲୋକମାନେ ତୁମ୍ଭକୁ ଡାକିବାକୁ ଆସନ୍ତି, ତେବେ ଉଠ, ସେମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା; କେବଳ ତାହା ହିଁ ତୁମ୍ଭେ କହିବ।”
ʼElohim vino a Balaam de noche y le dijo: Si los hombres vinieron para llamarte, levántate y vé con ellos, pero le dirás solo la Palabra que Yo hable contigo.
21 ତହିଁରେ ବିଲୀୟମ୍‍ ପ୍ରାତଃକାଳରେ ଉଠି ଆପଣା ଗର୍ଦ୍ଦଭୀ ସଜାଇ ମୋୟାବର ଅଧିପତିମାନଙ୍କ ସହିତ ଗମନ କଲା।
Así que Balaam se levantó por la mañana, enalbardó su asna y fue con los jefes de Moab.
22 ଏଥିରେ ସେ ଯିବା ସକାଶୁ ପରମେଶ୍ୱରଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୂତ ତାହାର ଶତ୍ରୁ ରୂପେ ପଥ ମଧ୍ୟରେ ଠିଆ ହୋଇ ରହିଲେ; ସେତେବେଳେ ସେ ଆପଣା ଗର୍ଦ୍ଦଭୀ ଉପରେ ଚଢ଼ି ଯାଉଥିଲା ଓ ତାହାର ଦୁଇ ଦାସ ତାହା ସଙ୍ଗରେ ଥିଲେ।
Pero mientras él iba, la ira de ʼElohim se encendió, y el Ángel de Yavé se puso en el camino para oponerse a él. Él iba montado en su asna, y sus dos esclavos con él.
23 ଏଥିରେ ସେହି ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହୁଁ ଗର୍ଦ୍ଦଭୀ ବାଟ ଛାଡ଼ି ବିଲ ଆଡ଼କୁ ଗଲା ତହିଁରେ ବିଲୀୟମ୍‍ ଗର୍ଦ୍ଦଭୀକୁ ବାଟକୁ ଫେରାଇ ଆଣିବା ପାଇଁ ପ୍ରହାର କଲା;
Cuando el asna vio al Ángel de Yavé en el camino con su espada desenvainada en su mano, el asna se desvió del camino y se fue por el campo. Entonces Balaam azotó al asna para hacerla volver al camino.
24 ତେବେ ସଦାପ୍ରଭୁଙ୍କ ଦୂତ ଦୁଇ ଦ୍ରାକ୍ଷାକ୍ଷେତ୍ରର ଏପାଖେ ପ୍ରାଚୀର ଓ ସେପାଖେ ପ୍ରାଚୀର ଥିବା ଗଳିପଥରେ ଠିଆ ହେଲେ।
Pero el Ángel de Yavé estaba en pie en un sendero entre las viñas, el cual tenía una cerca a un lado y una cerca al otro lado.
25 ସେହି ସମୟରେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇ ଯିବାରୁ ବିଲୀୟମ୍‍ର ଗୋଡ଼ କାନ୍ଥରେ ଘଷି ହେଲା; ତହିଁରେ ସେ ପୁନର୍ବାର ତାହାକୁ ପ୍ରହାର କଲା।
Al ver al Ángel de Yavé, el asna se pegó contra la cerca y apretó el pie de Balaam contra la cerca. Y él volvió a azotarla.
26 ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ଆହୁରି ଆଗକୁ ଯାଇ ଏକ ସଂକୀର୍ଣ୍ଣ ସ୍ଥାନରେ ଠିଆ ହେଲେ, ସେଠାରେ ଡାହାଣରେ କିମ୍ବା ବାମରେ ଫେରିବାର ସ୍ଥାନ ନ ଥିଲା।
Entonces el Ángel de Yavé pasó más allá y se puso en pie en una angostura donde no había camino para desviarse ni a derecha ni a izquierda.
27 ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି ବିଲୀୟମ୍‍ର ତଳେ ଶୋଇ ପଡ଼ିଲା; ତହିଁରେ ବିଲୀୟମ୍‍ର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଗର୍ଦ୍ଦଭୀକୁ ଆପଣା ଯଷ୍ଟିରେ ପ୍ରହାର କଲା।
Al ver al Ángel de Yavé, el asna se echó debajo de Balaam, y Balaam se enojó y azotó al asna con la vara.
28 ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମ୍‍କୁ କହିଲା, “ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନି ଥର ପ୍ରହାର କଲ।”
Entonces Yavé le abrió la boca al asna, la cual dijo a Balaam: ¿Qué te hice, que me has azotado ya tres veces?
29 ତେବେ ବିଲୀୟମ୍‍ ଗର୍ଦ୍ଦଭୀକୁ କହିଲା, “କାରଣ ତୁ ମୋତେ ପରିହାସ କରୁଅଛୁ; ମୋʼ ହାତରେ ଖଣ୍ଡା ଥିଲେ ମୁଁ ଏବେ ତୋତେ ବଧ କରନ୍ତି।”
Balaam respondió al asna: Porque me has maltratado. ¡Si tuviera una espada en mi mano, ahora mismo te mataría!
30 ପୁଣି, ଗର୍ଦ୍ଦଭୀ ବିଲୀୟମ୍‍କୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି?” ତହୁଁ ସେ କହିଲା, “ନା।”
Y el asna contestó a Balaam: ¿No soy yo tu asna, en la que has montado toda tu vida hasta hoy? ¿Acostumbro hacerte esto? Y él respondió: No.
31 ଏଥିରେ ସଦାପ୍ରଭୁ ବିଲୀୟମ୍‍ର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା।
Entonces Yavé abrió los ojos a Balaam y vio al Ángel de Yavé en pie en el camino con su espada desenvainada en la mano. Y Balaam hizo reverencia y se postró sobre su rostro.
32 ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଏହି ତିନି ଥର ଆପଣା ଗର୍ଦ୍ଦଭୀକୁ କାହିଁକି ପ୍ରହାର କଲ? ଦେଖ, ଆମ୍ଭେ ତୁମ୍ଭର ଶତ୍ରୁ ରୂପେ ବାହାର ହୋଇଅଛୁ, ଯେହେତୁ ଆମ୍ଭ ସାକ୍ଷାତରେ ତୁମ୍ଭର ଗତି ବିପଥଗାମୀ ହୋଇଅଛି;
El Ángel de Yavé le preguntó: ¿Por qué has azotado a tu asna estas tres veces? Mira, Yo salí para oponerme a ti, porque tu camino es perverso delante de Mí.
33 ପୁଣି, ଗର୍ଦ୍ଦଭୀ ଆମ୍ଭକୁ ଦେଖି ଏହି ତିନି ଥର ଆମ୍ଭ ସମ୍ମୁଖରୁ ଫେରିଲା; ସେ ଯଦି ଆମ୍ଭ ସମ୍ମୁଖରୁ ଫେରି ନ ଥାʼନ୍ତା, ତେବେ ନିଶ୍ଚୟ ଆମ୍ଭେ ତୁମ୍ଭକୁ ବଧ କରିଥାʼନ୍ତୁ, ଆଉ ତାହାକୁ ଜୀଅନ୍ତା ରଖିଥାʼନ୍ତୁ।”
El asna me vio y se apartó de delante de Mí estas tres veces. Si no se hubiera apartado de Mí, Yo te habría matado a ti, y a ella la habría dejado viva.
34 ତହିଁରେ ବିଲୀୟମ୍‍ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ମୁଁ ପାପ କରିଅଛି; କାରଣ ତୁମ୍ଭେ ଯେ ମୋʼ ବିପକ୍ଷରେ ପଥରେ ଠିଆ ହୋଇଅଛ; ତାହା ମୁଁ ଜାଣିଲି ନାହିଁ; ଏଣୁ ଏବେ, ଯଦି ତାହା ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଫେରିଯିବି।”
Entonces Balaam dijo al Ángel de Yavé: Pequé, porque no sabía que Tú te pusiste delante de mí en el camino. Pero ahora, si te desagrada, regresaré.
35 ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମ୍‍କୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ।” ତହିଁରେ ବିଲୀୟମ୍‍ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।
El Ángel de Yavé dijo a Balaam: Vé con los varones, pero solo hablarás la Palabra que Yo te diga. Y Balaam fue con los jefes de Balac.
36 ଏଥିଉତ୍ତାରେ ବିଲୀୟମ୍‍ର ଆଗମନ ସମ୍ବାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ।
Al oír [el rey] Balac que Balaam iba, salió a recibirlo en la ciudad de Moab que está junto al límite de Arnón, al extremo de su territorio.
37 ପୁଣି, ବାଲାକ ବିଲୀୟମ୍‍କୁ କହିଲେ, “ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯତ୍ନରେ ଲୋକ ପଠାଇଲୁ ନାହିଁ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତାନ୍ତ ଅସମର୍ଥ?”
Balac dijo a Balaam: ¿No envié a llamarte? ¿Por qué no venías a mí? ¿No puedo yo honrarte?
38 ତହୁଁ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ଦେଖ, ମୁଁ ତୁମ୍ଭ ନିକଟକୁ ଆସିଅଛି; ମାତ୍ର ଏବେ କୌଣସି କଥା କହିବାକୁ କି ମୋହର କିଛି ସାମର୍ଥ୍ୟ ଅଛି? ପରମେଶ୍ୱର ମୋʼ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି।”
Y Balaam respondió a Balac: ¡Mira, yo vine a ti! ¿Pero podré hablar algo? La Palabra que ʼElohim ponga en mi boca, esa tengo que hablar.
39 ଏଉତ୍ତାରେ ବିଲୀୟମ୍‍ ବାଲାକ ସହିତ ଗମନ କରି କିରୀୟଥ୍‍-ହୁଷୋତରେ ଉପସ୍ଥିତ ହେଲା।
Y Balaam fue con Balac, y llegaron a Quiriat-husot.
40 ତହୁଁ ବାଲାକ ଗୋରୁ ଓ ମେଷ ବଳିଦାନ କରି ବିଲୀୟମ୍‍ ଓ ତାହାର ସଙ୍ଗୀ ଅଧିପତିମାନଙ୍କ ନିକଟକୁ ପଠାଇଲେ।
Balac sacrificó becerros y ovejas, y envió [algo] a Balaam y a los jefes que estaban con él.
41 ପୁଣି, ପ୍ରଭାତରେ ବାଲାକ ବିଲୀୟମ୍‍କୁ ସଙ୍ଗେ ନେଇ ବାଲ୍‍ର ଉଚ୍ଚସ୍ଥଳୀରେ ଆରୋହଣ କରାଇଲେ; ଆଉ ସେହିଠାରୁ ସେ ଲୋକମାନଙ୍କର ଶେଷ ସୀମା ପର୍ଯ୍ୟନ୍ତ ଦେଖିଲେ।
El día siguiente Balac tomó a Balaam y le ordenó subir a Bamot-baal, y desde allí contempló una parte del pueblo.

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22 >