< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23 >
1 ଏଥିଉତ୍ତାରେ ବିଲୀୟମ୍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ପାଇଁ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”
巴郎對巴拉克說:「請伓在這裏給我建造七座祭壇,給我準備七頭公牛犢和七隻公綿羊」。
2 ତହିଁରେ ବାଲାକ ବିଲୀୟମ୍ର କଥାନୁସାରେ କଲେ; ପୁଣି, ବାଲାକ ଓ ବିଲୀୟମ୍ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
巴拉克就照巴郎說的做了;巴拉克和巴郎在每座祭壇上奉獻了一頭公牛犢和一隻公綿羊。
3 ତହୁଁ ବିଲୀୟମ୍ ବାଲାକଙ୍କୁ କହିଲା, “ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି।” ପୁଣି, ସେ ଏକ ଉଚ୍ଚସ୍ଥାନକୁ ଗଲା।
然後巴郎對巴拉克說:「你留在你的全燔祭旁,我要前去,或許上主會使我遇見衪;衪指示我什麼,我都告訴你」。
4 ସେତେବେଳେ ପରମେଶ୍ୱର ବିଲୀୟମ୍କୁ ସାକ୍ଷାତ କଲେ; ତହିଁରେ ସେ ତାହାଙ୍କୁ କହିଲା, “ମୁଁ ସାତ ଯଜ୍ଞବେଦି ପ୍ରସ୍ତୁତ କରିଅଛି ଓ ମୁଁ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଗୋବତ୍ସ ଓ ଏକ ମେଷ ଉତ୍ସର୍ଗ କରିଅଛି।”
他就上了一座荒邱。天主遇到了巴郎,巴郎遂對天主說:「我建造了七座祭壇,在每座祭壇上,奉獻了頭公牛犢和一隻公綿羊」。
5 ସେତେବେଳେ ସଦାପ୍ରଭୁ ବିଲୀୟମ୍ର ମୁଖରେ ଏକ ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରିଯାଅ, ପୁଣି, ତାହାକୁ ଏହିପରି କୁହ।”
上主遂把巴郎要說的話放在他口中,然後對他說:「你回到巴拉克那裏就這樣說」。
6 ତହିଁରେ ସେ ତାଙ୍କ ନିକଟକୁ ଫେରିଗଲା, ସେହି ସମୟରେ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ସେ ଓ ମୋୟାବର ଅଧିପତି ସମସ୍ତେ (ଠିଆ ହୋଇଥିଲେ)।
他回到巴拉克那裏,看見他和所有的縉紳,仍站在全燔祭旁;
7 ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବଦିଗସ୍ଥିତ ପର୍ବତଶ୍ରେଣୀରୁ ମୋତେ ଆଣିଅଛି; ‘ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ;’ ପୁଣି, ‘ଆସ, ଇସ୍ରାଏଲକୁ ଅଭିଶପ୍ତ କର।’
於是吟詩說:「巴拉克將我由阿蘭召來,摩阿布王叫我由東方的山嶺前來:你來替我咒罵雅各伯,你來詛咒以色列!
8 ପରମେଶ୍ୱର ଯାହାକୁ ଅଭିଶାପ ଦେଇ ନାହାନ୍ତି, ମୁଁ କିପରି ତାହାକୁ ଅଭିଶାପ ଦେବି? ସଦାପ୍ରଭୁ ଯାହାକୁ ଅଭିଶପ୍ତ କରି ନାହାନ୍ତି, ମୁଁ କିପରି ତାହାକୁ ଅଭିଶପ୍ତ କରିବି?
我豈能咒罵天主所不咒罵的﹖我豈能詛咒上主所不詛咒的﹖
9 କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ।
我由嚴峰向他們觀看,我由高丘向他們眺望:這是一個獨居,而不應與眾民眾同列的民族。
10 ଯାକୁବର ଧୂଳି କିଏ ଗଣିପାରେ ଅବା ଇସ୍ରାଏଲର ଚତୁର୍ଥାଂଶର ସଂଖ୍ୟା କିଏ କହିପାରେ; ଧାର୍ମିକର ମରଣ ମୁଁ ମରେ, ମୋହର ଶେଷାବସ୍ଥା ତାହାର ତୁଲ୍ୟ ହେଉ।”
誰能盡數雅各伯的塵埃,誰能算清以色列的塵灰沙﹖惟願我的死有如義人的死,我的結局相似他的結局」。
11 ଏଥିରେ ବାଲାକ ବିଲୀୟମ୍କୁ କହିଲେ, “ତୁମ୍ଭେ ଆମ୍ଭ ପ୍ରତି ଏ କି କଲ? ଆମ୍ଭର ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ଆମ୍ଭେ ତୁମ୍ଭକୁ ନେଇଗଲୁ, ଆଉ ଦେଖ, ତୁମ୍ଭେ ସେମାନଙ୍କୁ ସର୍ବୋତୋଭାବେ ଆଶୀର୍ବାଦ କଲ।”
巴拉克對巴郎說:「你對我做的是什麼事﹖我叫你來是為咒罵我的仇敵,你反而祝福! 」
12 ତହିଁରେ ସେ ଉତ୍ତର ଦେଇ କହିଲା, “ସଦାପ୍ରଭୁ ମୋʼ ମୁଖରେ ଯେଉଁ କଥା ଦିଅନ୍ତି, ସାବଧାନ ହୋଇ ତାହା ହିଁ କହିବା କି ମୋହର ଉଚିତ ନୁହେଁ?”
他回答說:「我豈不該謹慎說出上主叫我說的話嗎﹖」
13 ଏଉତ୍ତାରେ ବାଲାକ କହିଲେ, “ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଯେଉଁ ସ୍ଥାନରୁ ସେମାନଙ୍କୁ ଦେଖି ପାରିବ, ଏପରି ଅନ୍ୟ ଏକ ସ୍ଥାନକୁ ଆମ୍ଭ ସଙ୍ଗେ ଆସ; ତୁମ୍ଭେ କେବଳ ସେମାନଙ୍କର ଶେଷସୀମାସ୍ଥିତ ଲୋକମାନଙ୍କୁ ଦେଖିବ, ମାତ୍ର ସମସ୍ତଙ୍କୁ ଦେଖି ପାରିବ ନାହିଁ; ସେହିଠାରୁ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ।”
巴拉克對他說:「諘你同我到另一地方去,從那裏可看到他們;這裏只看到一部分,不能看到全部;從那裏替我咒罵他們」。
14 ସେତେବେଳେ ବାଲାକ ତାହାକୁ ପିସ୍ଗାର ପୃଷ୍ଠସ୍ଥିତ ସୋଫୀମ୍ କ୍ଷେତ୍ରକୁ ନେଇଯାଇ ସେହି ସ୍ଥାନରେ ସାତ ବେଦି ନିର୍ମାଣ କଲେ, ପୁଣି, ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
於是領他到了丕斯加山頂的瞭望台。在那裏建造了七座,在每座祭壇上,奉獻了一頭公牛犢和頭公綿羊。
15 ତହୁଁ ସେ ବାଲାକଙ୍କୁ କହିଲା, “ମୁଁ ଯେପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବି, ସେପର୍ଯ୍ୟନ୍ତ ତୁମ୍ଭେ ଏହି ସ୍ଥାନରେ ଆପଣା ହୋମବଳି ନିକଟରେ ଠିଆ ହୋଇଥାଅ।”
巴郎對巴拉克說:「你在這裏,站在你的全燔祭旁,我到那裏去會見上主。
16 ଏଥିରେ ସଦାପ୍ରଭୁ ବିଲୀୟମ୍ ସହିତ ସାକ୍ଷାତ କଲେ, ପୁଣି, ତାହାର ମୁଖରେ ଗୋଟିଏ, ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରିଯାଇ ତାହାକୁ ଏହି କଥା କହିବ।”
上主就顯現給巴郎,把衪要說的話放在他口內,然後說:「你回巴拉克那裏,就這樣說」。
17 ତହୁଁ ସେ ତାଙ୍କ ନିକଟକୁ ଆସିଲା, ଆଉ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ଆଉ ମୋୟାବର ଅଧିପତିମାନେ ତାଙ୍କ ସଙ୍ଗରେ ଥିଲେ। ତେବେ ବାଲାକ ତାକୁ ପଚାରିଲେ, “ସଦାପ୍ରଭୁ କଅଣ କହିଅଛନ୍ତି?”
他來到巴拉克那裏,看見他還站在全燔祭旁,摩阿布的縉紳仍同他在一起;巴拉克便問他說:「上主說了什麼﹖」
18 ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋʼ କଥାରେ କର୍ଣ୍ଣପାତ କର।
他於是吟詩說:「巴拉克起來靜聽! 漆頗爾的兒子,傾耳聽我!
19 ପରମେଶ୍ୱର ମନୁଷ୍ୟ ନୁହନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ?
天主不像人能食言,不像人子能返悔。衪說了豈能不行﹖
20 ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି, ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ।
我受命是為祝福,我不能變更。
21 ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ୱର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ରାଜାର ଜୟଧ୍ୱନି ସେମାନଙ୍କ ମଧ୍ୟରେ ଅଛି।
在雅各伯中不見罪惡,在以色列中不睹災禍;上主他們的天主與他們同在,歡呼之聲,常在他們中間。
22 ପରମେଶ୍ୱର ସେମାନଙ୍କୁ ମିସରରୁ ବାହାର କରି ଆଣୁଅଛନ୍ତି; ଅରଣା ଷଣ୍ଢ ତୁଲ୍ୟ ସେମାନଙ୍କର ବଳ।
領他們由埃及出來的天主,為他們有如野牛的角。
23 ନିତାନ୍ତ ଯାକୁବ ପାଇଁ କୌଣସି ଗଣକତା ନାହିଁ, କିଅବା ଇସ୍ରାଏଲ ପାଇଁ କୌଣସି ମନ୍ତ୍ର ନାହିଁ; ଏହିକ୍ଷଣି ଯାକୁବ ଓ ଇସ୍ରାଏଲ ବିଷୟରେ କୁହାଯିବ, ‘ପରମେଶ୍ୱର କି କର୍ମ କରିଅଛନ୍ତି!’
其實雅各伯不需要巫術,以色列不需要占卜;時候一到,自會啟示與雅各伯和以色列::天主要做什麼。
24 ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି, ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ।”
這民族起來有如母獅,挺身像雄獅,不吞下獵物;不喝疲殺的血,決不臥下」。
25 ଏଥିଉତ୍ତାରେ ବାଲାକ ବିଲୀୟମ୍କୁ କହିଲେ, “ତୁମ୍ଭେ ସେମାନଙ୍କୁ କିଛି ଅଭିଶାପ ଦିଅ ନାହିଁ, କିଅବା ସେମାନଙ୍କୁ କିଛି ଆଶୀର୍ବାଦ କର ନାହିଁ।”
巴拉克對巴郎說:「你不咒罵他們,但也不該祝福啊! 」
26 ତହିଁରେ ବିଲୀୟମ୍ ଉତ୍ତର ଦେଇ ବାଲାକଙ୍କୁ କହିଲା, “ସଦାପ୍ରଭୁ ମୋତେ ଯାହା କିଛି କହିବେ, ତାହା ହିଁ ମୁଁ କରିବି; ଏହା କି ମୁଁ ତୁମ୍ଭକୁ କହି ନାହିଁ?”
巴郎回答巴拉克說:「我不是對你說過:我應做上主所吩咐的一切嗎﹖」
27 ତହୁଁ ବାଲାକ ବିଲୀୟମ୍କୁ କହିଲେ, “ବିନୟ କରୁଅଛୁ, ଆସ, ଆମ୍ଭେ ତୁମ୍ଭକୁ ଅନ୍ୟ ଏକ ସ୍ଥାନକୁ ନେଇଯିବା; ହୋଇପାରେ, ସେହି ସ୍ଥାନରେ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦେବାର ପରମେଶ୍ୱରଙ୍କ ଦୃଷ୍ଟିରେ ଉପଯୁକ୍ତ ହେବ।”
巴拉克對巴郎說:「來,我領你到另一個地方去,或者天主喜歡你在那裏替我咒罵他們」。
28 ଏଣୁ ବାଲାକ ବିଲୀୟମ୍କୁ ମରୁଭୂମି ଅଭିମୁଖରେ ପିୟୋର ଶିଖରକୁ ନେଇଗଲେ।
巴拉克於是領巴郎到俯視曠野的培敖爾山頂。
29 ତହିଁରେ ବିଲୀୟମ୍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ନିମନ୍ତେ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”
巴郎對巴拉克說:「你在這裏給我建造七座祭壇,給我預備七頭公牛犢和七隻公綿羊」。
30 ତହୁଁ ବାଲାକ ବିଲୀୟମ୍ର କଥାନୁସାରେ କଲେ ଓ ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
巴拉克就照巴郎說的做了,在每座祭壇上奉獻了頭公牛和一隻公綿羊。