< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23 >

1 ଏଥିଉତ୍ତାରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ପାଇଁ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”
ויאמר בלעם אל בלק בנה לי בזה שבעה מזבחת והכן לי בזה שבעה פרים ושבעה אילים׃
2 ତହିଁରେ ବାଲାକ ବିଲୀୟମ୍‍ର କଥାନୁସାରେ କଲେ; ପୁଣି, ବାଲାକ ଓ ବିଲୀୟମ୍‍ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
ויעש בלק כאשר דבר בלעם ויעל בלק ובלעם פר ואיל במזבח׃
3 ତହୁଁ ବିଲୀୟମ୍‍ ବାଲାକଙ୍କୁ କହିଲା, “ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି।” ପୁଣି, ସେ ଏକ ଉଚ୍ଚସ୍ଥାନକୁ ଗଲା।
ויאמר בלעם לבלק התיצב על עלתך ואלכה אולי יקרה יהוה לקראתי ודבר מה יראני והגדתי לך וילך שפי׃
4 ସେତେବେଳେ ପରମେଶ୍ୱର ବିଲୀୟମ୍‍କୁ ସାକ୍ଷାତ କଲେ; ତହିଁରେ ସେ ତାହାଙ୍କୁ କହିଲା, “ମୁଁ ସାତ ଯଜ୍ଞବେଦି ପ୍ରସ୍ତୁତ କରିଅଛି ଓ ମୁଁ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଗୋବତ୍ସ ଓ ଏକ ମେଷ ଉତ୍ସର୍ଗ କରିଅଛି।”
ויקר אלהים אל בלעם ויאמר אליו את שבעת המזבחת ערכתי ואעל פר ואיל במזבח׃
5 ସେତେବେଳେ ସଦାପ୍ରଭୁ ବିଲୀୟମ୍‍ର ମୁଖରେ ଏକ ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରିଯାଅ, ପୁଣି, ତାହାକୁ ଏହିପରି କୁହ।”
וישם יהוה דבר בפי בלעם ויאמר שוב אל בלק וכה תדבר׃
6 ତହିଁରେ ସେ ତାଙ୍କ ନିକଟକୁ ଫେରିଗଲା, ସେହି ସମୟରେ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ସେ ଓ ମୋୟାବର ଅଧିପତି ସମସ୍ତେ (ଠିଆ ହୋଇଥିଲେ)।
וישב אליו והנה נצב על עלתו הוא וכל שרי מואב׃
7 ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବଦିଗସ୍ଥିତ ପର୍ବତଶ୍ରେଣୀରୁ ମୋତେ ଆଣିଅଛି; ‘ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ;’ ପୁଣି, ‘ଆସ, ଇସ୍ରାଏଲକୁ ଅଭିଶପ୍ତ କର।’
וישא משלו ויאמר מן ארם ינחני בלק מלך מואב מהררי קדם לכה ארה לי יעקב ולכה זעמה ישראל׃
8 ପରମେଶ୍ୱର ଯାହାକୁ ଅଭିଶାପ ଦେଇ ନାହାନ୍ତି, ମୁଁ କିପରି ତାହାକୁ ଅଭିଶାପ ଦେବି? ସଦାପ୍ରଭୁ ଯାହାକୁ ଅଭିଶପ୍ତ କରି ନାହାନ୍ତି, ମୁଁ କିପରି ତାହାକୁ ଅଭିଶପ୍ତ କରିବି?
מה אקב לא קבה אל ומה אזעם לא זעם יהוה׃
9 କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ।
כי מראש צרים אראנו ומגבעות אשורנו הן עם לבדד ישכן ובגוים לא יתחשב׃
10 ଯାକୁବର ଧୂଳି କିଏ ଗଣିପାରେ ଅବା ଇସ୍ରାଏଲର ଚତୁର୍ଥାଂଶର ସଂଖ୍ୟା କିଏ କହିପାରେ; ଧାର୍ମିକର ମରଣ ମୁଁ ମରେ, ମୋହର ଶେଷାବସ୍ଥା ତାହାର ତୁଲ୍ୟ ହେଉ।”
מי מנה עפר יעקב ומספר את רבע ישראל תמת נפשי מות ישרים ותהי אחריתי כמהו׃
11 ଏଥିରେ ବାଲାକ ବିଲୀୟମ୍‍କୁ କହିଲେ, “ତୁମ୍ଭେ ଆମ୍ଭ ପ୍ରତି ଏ କି କଲ? ଆମ୍ଭର ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ଆମ୍ଭେ ତୁମ୍ଭକୁ ନେଇଗଲୁ, ଆଉ ଦେଖ, ତୁମ୍ଭେ ସେମାନଙ୍କୁ ସର୍ବୋତୋଭାବେ ଆଶୀର୍ବାଦ କଲ।”
ויאמר בלק אל בלעם מה עשית לי לקב איבי לקחתיך והנה ברכת ברך׃
12 ତହିଁରେ ସେ ଉତ୍ତର ଦେଇ କହିଲା, “ସଦାପ୍ରଭୁ ମୋʼ ମୁଖରେ ଯେଉଁ କଥା ଦିଅନ୍ତି, ସାବଧାନ ହୋଇ ତାହା ହିଁ କହିବା କି ମୋହର ଉଚିତ ନୁହେଁ?”
ויען ויאמר הלא את אשר ישים יהוה בפי אתו אשמר לדבר׃
13 ଏଉତ୍ତାରେ ବାଲାକ କହିଲେ, “ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଯେଉଁ ସ୍ଥାନରୁ ସେମାନଙ୍କୁ ଦେଖି ପାରିବ, ଏପରି ଅନ୍ୟ ଏକ ସ୍ଥାନକୁ ଆମ୍ଭ ସଙ୍ଗେ ଆସ; ତୁମ୍ଭେ କେବଳ ସେମାନଙ୍କର ଶେଷସୀମାସ୍ଥିତ ଲୋକମାନଙ୍କୁ ଦେଖିବ, ମାତ୍ର ସମସ୍ତଙ୍କୁ ଦେଖି ପାରିବ ନାହିଁ; ସେହିଠାରୁ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ।”
ויאמר אליו בלק לך נא אתי אל מקום אחר אשר תראנו משם אפס קצהו תראה וכלו לא תראה וקבנו לי משם׃
14 ସେତେବେଳେ ବାଲାକ ତାହାକୁ ପିସ୍ଗାର ପୃଷ୍ଠସ୍ଥିତ ସୋଫୀମ୍‍ କ୍ଷେତ୍ରକୁ ନେଇଯାଇ ସେହି ସ୍ଥାନରେ ସାତ ବେଦି ନିର୍ମାଣ କଲେ, ପୁଣି, ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
ויקחהו שדה צפים אל ראש הפסגה ויבן שבעה מזבחת ויעל פר ואיל במזבח׃
15 ତହୁଁ ସେ ବାଲାକଙ୍କୁ କହିଲା, “ମୁଁ ଯେପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବି, ସେପର୍ଯ୍ୟନ୍ତ ତୁମ୍ଭେ ଏହି ସ୍ଥାନରେ ଆପଣା ହୋମବଳି ନିକଟରେ ଠିଆ ହୋଇଥାଅ।”
ויאמר אל בלק התיצב כה על עלתך ואנכי אקרה כה׃
16 ଏଥିରେ ସଦାପ୍ରଭୁ ବିଲୀୟମ୍‍ ସହିତ ସାକ୍ଷାତ କଲେ, ପୁଣି, ତାହାର ମୁଖରେ ଗୋଟିଏ, ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରିଯାଇ ତାହାକୁ ଏହି କଥା କହିବ।”
ויקר יהוה אל בלעם וישם דבר בפיו ויאמר שוב אל בלק וכה תדבר׃
17 ତହୁଁ ସେ ତାଙ୍କ ନିକଟକୁ ଆସିଲା, ଆଉ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ଆଉ ମୋୟାବର ଅଧିପତିମାନେ ତାଙ୍କ ସଙ୍ଗରେ ଥିଲେ। ତେବେ ବାଲାକ ତାକୁ ପଚାରିଲେ, “ସଦାପ୍ରଭୁ କଅଣ କହିଅଛନ୍ତି?”
ויבא אליו והנו נצב על עלתו ושרי מואב אתו ויאמר לו בלק מה דבר יהוה׃
18 ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋʼ କଥାରେ କର୍ଣ୍ଣପାତ କର।
וישא משלו ויאמר קום בלק ושמע האזינה עדי בנו צפר׃
19 ପରମେଶ୍ୱର ମନୁଷ୍ୟ ନୁହନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ?
לא איש אל ויכזב ובן אדם ויתנחם ההוא אמר ולא יעשה ודבר ולא יקימנה׃
20 ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି, ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ।
הנה ברך לקחתי וברך ולא אשיבנה׃
21 ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ୱର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ରାଜାର ଜୟଧ୍ୱନି ସେମାନଙ୍କ ମଧ୍ୟରେ ଅଛି।
לא הביט און ביעקב ולא ראה עמל בישראל יהוה אלהיו עמו ותרועת מלך בו׃
22 ପରମେଶ୍ୱର ସେମାନଙ୍କୁ ମିସରରୁ ବାହାର କରି ଆଣୁଅଛନ୍ତି; ଅରଣା ଷଣ୍ଢ ତୁଲ୍ୟ ସେମାନଙ୍କର ବଳ।
אל מוציאם ממצרים כתועפת ראם לו׃
23 ନିତାନ୍ତ ଯାକୁବ ପାଇଁ କୌଣସି ଗଣକତା ନାହିଁ, କିଅବା ଇସ୍ରାଏଲ ପାଇଁ କୌଣସି ମନ୍ତ୍ର ନାହିଁ; ଏହିକ୍ଷଣି ଯାକୁବ ଓ ଇସ୍ରାଏଲ ବିଷୟରେ କୁହାଯିବ, ‘ପରମେଶ୍ୱର କି କର୍ମ କରିଅଛନ୍ତି!’
כי לא נחש ביעקב ולא קסם בישראל כעת יאמר ליעקב ולישראל מה פעל אל׃
24 ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି, ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ।”
הן עם כלביא יקום וכארי יתנשא לא ישכב עד יאכל טרף ודם חללים ישתה׃
25 ଏଥିଉତ୍ତାରେ ବାଲାକ ବିଲୀୟମ୍‍କୁ କହିଲେ, “ତୁମ୍ଭେ ସେମାନଙ୍କୁ କିଛି ଅଭିଶାପ ଦିଅ ନାହିଁ, କିଅବା ସେମାନଙ୍କୁ କିଛି ଆଶୀର୍ବାଦ କର ନାହିଁ।”
ויאמר בלק אל בלעם גם קב לא תקבנו גם ברך לא תברכנו׃
26 ତହିଁରେ ବିଲୀୟମ୍‍ ଉତ୍ତର ଦେଇ ବାଲାକଙ୍କୁ କହିଲା, “ସଦାପ୍ରଭୁ ମୋତେ ଯାହା କିଛି କହିବେ, ତାହା ହିଁ ମୁଁ କରିବି; ଏହା କି ମୁଁ ତୁମ୍ଭକୁ କହି ନାହିଁ?”
ויען בלעם ויאמר אל בלק הלא דברתי אליך לאמר כל אשר ידבר יהוה אתו אעשה׃
27 ତହୁଁ ବାଲାକ ବିଲୀୟମ୍‍କୁ କହିଲେ, “ବିନୟ କରୁଅଛୁ, ଆସ, ଆମ୍ଭେ ତୁମ୍ଭକୁ ଅନ୍ୟ ଏକ ସ୍ଥାନକୁ ନେଇଯିବା; ହୋଇପାରେ, ସେହି ସ୍ଥାନରେ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦେବାର ପରମେଶ୍ୱରଙ୍କ ଦୃଷ୍ଟିରେ ଉପଯୁକ୍ତ ହେବ।”
ויאמר בלק אל בלעם לכה נא אקחך אל מקום אחר אולי יישר בעיני האלהים וקבתו לי משם׃
28 ଏଣୁ ବାଲାକ ବିଲୀୟମ୍‍କୁ ମରୁଭୂମି ଅଭିମୁଖରେ ପିୟୋର ଶିଖରକୁ ନେଇଗଲେ।
ויקח בלק את בלעם ראש הפעור הנשקף על פני הישימן׃
29 ତହିଁରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ନିମନ୍ତେ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”
ויאמר בלעם אל בלק בנה לי בזה שבעה מזבחת והכן לי בזה שבעה פרים ושבעה אילים׃
30 ତହୁଁ ବାଲାକ ବିଲୀୟମ୍‍ର କଥାନୁସାରେ କଲେ ଓ ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
ויעש בלק כאשר אמר בלעם ויעל פר ואיל במזבח׃

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23 >