< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 24 >

1 ଏଥିଉତ୍ତାରେ ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀୟମ୍‍ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା।
Lorsque Balaam vit qu'il plaisait à Yahvé de bénir Israël, il n'alla pas, comme les autres fois, recourir à la divination, mais il tourna son visage vers le désert.
2 ତହିଁରେ ବିଲୀୟମ୍‍ ଅନାଇ ଇସ୍ରାଏଲକୁ ଆପଣା ବଂଶାନୁସାରେ ବାସ କରିବାର ଦେଖିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ତାହା ଉପରେ ଅଧିଷ୍ଠାନ କଲେ।
Balaam leva les yeux, et il vit Israël habitant selon ses tribus; et l'Esprit de Dieu vint sur lui.
3 ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍‍ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି,
Il reprit sa parabole, et dit, « Balaam, fils de Beor, dit, l'homme dont les yeux sont ouverts dit;
4 ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି।
dit-il, qui entend les paroles de Dieu, qui voit la vision du Tout-Puissant, en tombant, et en ayant les yeux ouverts:
5 ହେ ଯାକୁବ, ତୁମ୍ଭର ତମ୍ବୁସବୁ, ହେ ଇସ୍ରାଏଲ, ତୁମ୍ଭର ଆବାସ ସବୁ କିପରି ମନୋହର!
Que tes tentes sont belles, Jacob! et tes habitations, Israël!
6 ତାହାସବୁ ଉପତ୍ୟକା ତୁଲ୍ୟ ବିସ୍ତାରିତ, ନଦୀତୀରସ୍ଥ ଉଦ୍ୟାନ ତୁଲ୍ୟ, ସଦାପ୍ରଭୁଙ୍କ ରୋପିତ ଅଗୁରୁ ବୃକ୍ଷ ସଦୃଶ, ଜଳ ନିକଟସ୍ଥ ଏରସ ବୃକ୍ଷ ସଦୃଶ ଅଟେ।
Ils s'étendent comme des vallées, comme des jardins au bord de la rivière, comme des aloès que Yahvé a plantés, comme des cèdres au bord de l'eau.
7 ତାହାର କଳସରୁ ଜଳ ଉଚ୍ଛୁଳିବ, ତାହାର ବୀଜ ଅନେକ ଜଳରେ ପଡ଼ିବ, ପୁଣି, ତାହାର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବେ ଓ ତାହାର ରାଜ୍ୟ ଉନ୍ନତ ହେବ।
L'eau coulera de ses seaux. Sa semence sera dans de nombreuses eaux. Son roi sera plus haut qu'Agag. Son royaume sera exalté.
8 ପରମେଶ୍ୱର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି; ତାହାର ବଳ ଅରଣାର ଷଣ୍ଢ ତୁଲ୍ୟ; ସେ ଆପଣା ବିପକ୍ଷ ଦେଶୀୟମାନଙ୍କୁ ଗ୍ରାସ କରିବ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କରିବ ଓ ଆପଣା ବାଣ ଦ୍ୱାରା ସେମାନଙ୍କୁ ଭେଦ କରିବ।
Dieu le fait sortir d'Égypte. Il a pour ainsi dire la force du bœuf sauvage. Il consumera les nations, ses adversaires, brisera leurs os en morceaux, et les transpercer de ses flèches.
9 ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦ ପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶପ୍ତ ହେଉନ୍ତୁ।”
Il s'est couché, il s'est couché comme un lion, comme une lionne; qui le réveillera? Tous ceux qui vous bénissent sont bénis. Tous ceux qui te maudissent sont maudits. »
10 ଏଥିରେ ବିଲୀୟମ୍‍ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି, ବାଲାକ ବିଲୀୟମ୍‍କୁ କହିଲେ, “ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନି ଥର ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ।
La colère de Balak s'enflamma contre Balaam, et il frappa ses mains l'une contre l'autre. Balak dit à Balaam: « Je t'ai appelé pour que tu maudisses mes ennemis, et voici que tu les as tous bénis ces trois fois.
11 ଏନିମନ୍ତେ ତୁମ୍ଭେ ଏବେ ଆପଣା ସ୍ଥାନକୁ ପଳାଅ; ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଚାର ଥିଲା; ମାତ୍ର ଦେଖ, ସଦାପ୍ରଭୁ ତୁମ୍ଭକୁ ସମ୍ଭ୍ରମ ପାଇବାରୁ ବାରଣ କରିଅଛନ୍ତି।”
C'est pourquoi, fuis à ta place, maintenant! Je pensais te promouvoir à de grands honneurs, mais voici que Yahvé t'en a empêché. »
12 ତହିଁରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ମୋʼ ନିକଟକୁ ତୁମ୍ଭେ ଯେଉଁ ଦୂତମାନଙ୍କୁ ପଠାଇଥିଲ, ସେମାନଙ୍କୁ ମୁଁ କʼଣ କହି ନାହିଁ?
Balaam dit à Balak: « N'ai-je pas dit à tes messagers que tu m'as envoyés:
13 ‘ଯଦିଓ ବାଲାକ ସୁନା ରୂପାରେ ପୂର୍ଣ୍ଣ ଆପଣା ଗୃହ ମୋତେ ଦେବ, ତେବେ ମୁଁ ଆପଣା ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ନ ପାରେ; ଯାହା ସଦାପ୍ରଭୁ କହନ୍ତି, ତାହା ହିଁ ମୁଁ କହିବି।’
« Si Balak me donne sa maison pleine d'argent et d'or, je ne peux pas aller au-delà de la parole de Yahvé, pour faire du bien ou du mal de mon propre chef. Je dirai ce que dit l'Éternel »?
14 ଏବେ ଦେଖ, ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛି; ଆସ, ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା କରିବେ, ତାହା ମୁଁ ତୁମ୍ଭକୁ ଜ୍ଞାତ କରାଇବି।”
Maintenant, voici que je vais vers mon peuple. Viens, je vais t'informer de ce que ce peuple fera à ton peuple dans la suite des temps. »
15 ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍‍ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି;
Il reprit sa parabole, et dit, « Balaam, fils de Beor, dit, l'homme dont les yeux sont ouverts dit;
16 ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବୋପରିସ୍ଥଙ୍କର ତତ୍ତ୍ୱ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି;
il dit, qui entend les paroles de Dieu, connaît la connaissance du Très-Haut, et qui voit la vision du Tout-Puissant, en tombant, et en ayant les yeux ouverts:
17 ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ ଶେଥର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ।
Je le vois, mais pas maintenant. Je le vois, mais pas près. Une étoile sortira de Jacob. Un sceptre s'élèvera d'Israël, et il frappera les coins de Moab, et écraser tous les fils de Sheth.
18 ପୁଣି, ଇଦୋମ ଏକ ଅଧିକାର ହେବ, ଯେଉଁମାନେ ତାହାର ଶତ୍ରୁ ଥିଲେ, ଏପରି ସେୟୀର ମଧ୍ୟ ଏକ ଅଧିକାର ହେବ, ମାତ୍ର ଇସ୍ରାଏଲ ବୀରର କର୍ମ କରିବ।
Edom sera une possession. Séir, son ennemi, sera aussi une possession, alors qu'Israël le fait vaillamment.
19 ପୁଣି, ଯାକୁବଠାରୁ ଉତ୍ପନ୍ନ ଏକ ଜଣ କର୍ତ୍ତୃତ୍ୱ କରିବେ ଓ ଅବଶିଷ୍ଟ ଲୋକମାନଙ୍କୁ ନଗରରୁ ବିନଷ୍ଟ କରିବେ।”
De Jacob, un seul dominera, et détruira le reste de la ville. »
20 ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ।”
Il regarda Amalek, et reprit sa parabole, et dit, « Amalek était la première des nations, mais sa finalité sera la destruction. »
21 ତହୁଁ ସେ କେନୀୟମାନଙ୍କ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ତୁମ୍ଭର ନିବାସ ସ୍ଥାନ ଅତି ଦୃଢ଼ ଓ ତୁମ୍ଭର ବସା ଶୈଳ ଉପରେ ସ୍ଥାପିତ।
Il regarda le Kenite, et reprit sa parabole, et dit, « Ta demeure est forte. Votre nid est fixé dans la roche.
22 ତଥାପି କେନୀୟ କ୍ଷୟପ୍ରାପ୍ତ ହେବ, ଶେଷରେ ଅଶୂର ତୁମ୍ଭକୁ ବନ୍ଦୀ କରି ନେଇଯିବ।”
Cependant, Kain sera perdue, jusqu'à ce qu'Asshur vous emmène en captivité. »
23 ଏଉତ୍ତାରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହାୟ ହାୟ, ଯେତେବେଳେ ପରମେଶ୍ୱର ଏହା କରିବେ, ସେତେବେଳେ କିଏ ବଞ୍ଚିବ?
Il reprit sa parabole, et dit, « Hélas, qui vivra quand Dieu fera cela?
24 ମାତ୍ର କିତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଦୁଃଖ ଦେବେ, ଆଉ ଏବରକୁ ଦୁଃଖ ଦେବେ, ପୁଣି, ସେ ମଧ୍ୟ ବିନାଶରେ ଉପସ୍ଥିତ ହେବ।”
Mais des navires viendront de la côte de Kittim. Ils feront souffrir Asshur, et ils feront souffrir Eber. Lui aussi viendra à la destruction. »
25 ଏଉତ୍ତାରେ ବିଲୀୟମ୍‍ ଉଠି ସ୍ୱ ସ୍ଥାନକୁ ପ୍ରସ୍ଥାନ କଲା ଓ ବାଲାକ ମଧ୍ୟ ଆପଣା ପଥରେ ଚାଲିଗଲେ।
Balaam se leva, et s'en alla et retourna à sa place; et Balak aussi s'en alla.

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 24 >