< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 25 >

1 ଏଥିଉତ୍ତାରେ ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି, ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ।
וַיֵּשֶׁב יִשְׂרָאֵל בַּשִּׁטִּים וַיָּחֶל הָעָם לִזְנוֹת אֶל־בְּנוֹת מוֹאָֽב׃
2 ପୁଣି, ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷ୍ୟରେ ନିମନ୍ତ୍ରଣ କଲେ; ପୁଣି, ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ।
וַתִּקְרֶאןָ לָעָם לְזִבְחֵי אֱלֹהֵיהֶן וַיֹּאכַל הָעָם וַיִּֽשְׁתַּחֲווּ לֵאלֹֽהֵיהֶֽן׃
3 ଆଉ ଇସ୍ରାଏଲ ଆପେ ବାଲ୍‍-ପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ୱଳିତ ହେଲା।
וַיִּצָּמֶד יִשְׂרָאֵל לְבַעַל פְּעוֹר וַיִּֽחַר־אַף יְהֹוָה בְּיִשְׂרָאֵֽל׃
4 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଲୋକମାନଙ୍କର ସମସ୍ତ ପ୍ରଧାନବର୍ଗଙ୍କୁ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୂର୍ଯ୍ୟ ସମ୍ମୁଖରେ ସେମାନଙ୍କୁ ଟଙ୍ଗାଅ, ତହିଁରେ ଇସ୍ରାଏଲଠାରୁ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଫେରିବ।”
וַיֹּאמֶר יְהֹוָה אֶל־מֹשֶׁה קַח אֶת־כׇּל־רָאשֵׁי הָעָם וְהוֹקַע אוֹתָם לַיהֹוָה נֶגֶד הַשָּׁמֶשׁ וְיָשֹׁב חֲרוֹן אַף־יְהֹוָה מִיִּשְׂרָאֵֽל׃
5 ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ବାଲ୍‍-ପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର।”
וַיֹּאמֶר מֹשֶׁה אֶל־שֹׁפְטֵי יִשְׂרָאֵל הִרְגוּ אִישׁ אֲנָשָׁיו הַנִּצְמָדִים לְבַעַל פְּעֽוֹר׃
6 ଏଥିରେ ଦେଖ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଜଣେ ମୋଶାଙ୍କର ସାକ୍ଷାତରେ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ସାକ୍ଷାତରେ ଆପଣା ଜ୍ଞାତିମାନଙ୍କ ନିକଟକୁ ଏକ ମିଦୀୟନୀୟା ସ୍ତ୍ରୀକୁ ଆଣିଲା, ସେତେବେଳେ ଲୋକମାନେ ସମାଗମ-ତମ୍ବୁ ନିକଟରେ ରୋଦନ କରୁଥିଲେ।
וְהִנֵּה אִישׁ מִבְּנֵי יִשְׂרָאֵל בָּא וַיַּקְרֵב אֶל־אֶחָיו אֶת־הַמִּדְיָנִית לְעֵינֵי מֹשֶׁה וּלְעֵינֵי כׇּל־עֲדַת בְּנֵי־יִשְׂרָאֵל וְהֵמָּה בֹכִים פֶּתַח אֹהֶל מוֹעֵֽד׃
7 ତେବେ ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ତାହା ଦେଖି ମଣ୍ଡଳୀ ମଧ୍ୟରୁ ଉଠି ହାତରେ ଏକ ବର୍ଚ୍ଛା ନେଲା;
וַיַּרְא פִּֽינְחָס בֶּן־אֶלְעָזָר בֶּֽן־אַהֲרֹן הַכֹּהֵן וַיָּקׇם מִתּוֹךְ הָֽעֵדָה וַיִּקַּח רֹמַח בְּיָדֽוֹ׃
8 ପୁଣି, ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ବୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍‍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା। ତହିଁରେ ଇସ୍ରାଏଲ-ସନ୍ତାନଗଣଠାରୁ ମାରୀ ନିବୃତ୍ତ ହେଲା।
וַיָּבֹא אַחַר אִֽישׁ־יִשְׂרָאֵל אֶל־הַקֻּבָּה וַיִּדְקֹר אֶת־שְׁנֵיהֶם אֵת אִישׁ יִשְׂרָאֵל וְאֶת־הָאִשָּׁה אֶל־קֳבָתָהּ וַתֵּֽעָצַר הַמַּגֵּפָה מֵעַל בְּנֵי יִשְׂרָאֵֽל׃
9 ତଥାପି ଚବିଶ ହଜାର ଲୋକ ଏହି ମାରୀରେ ମଲେ।
וַיִּהְיוּ הַמֵּתִים בַּמַּגֵּפָה אַרְבָּעָה וְעֶשְׂרִים אָֽלֶף׃
10 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
וַיְדַבֵּר יְהֹוָה אֶל־מֹשֶׁה לֵּאמֹֽר׃
11 “ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ଲୋକମାନଙ୍କ ପ୍ରତି ଆମ୍ଭ ଅନ୍ତର୍ଜ୍ୱାଳାରେ ଅନ୍ତର୍ଜ୍ୱାଳା ପ୍ରକାଶ କରି ଇସ୍ରାଏଲ-ସନ୍ତାନଗଣଠାରୁ ଆମ୍ଭର କ୍ରୋଧ ଫେରାଇଅଛି, ତହିଁରେ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଇସ୍ରାଏଲ-ସନ୍ତାନଗଣଙ୍କୁ ନିଃଶେଷ ରୂପେ ସଂହାର କଲୁ ନାହିଁ।”
פִּֽינְחָס בֶּן־אֶלְעָזָר בֶּן־אַהֲרֹן הַכֹּהֵן הֵשִׁיב אֶת־חֲמָתִי מֵעַל בְּנֵֽי־יִשְׂרָאֵל בְּקַנְאוֹ אֶת־קִנְאָתִי בְּתוֹכָם וְלֹא־כִלִּיתִי אֶת־בְּנֵֽי־יִשְׂרָאֵל בְּקִנְאָתִֽי׃
12 ଏହେତୁ ତୁମ୍ଭେ କୁହ, “ଦେଖ, ଆମ୍ଭେ ତାହାକୁ ଆପଣା ଶାନ୍ତିକର ନିୟମ ଦେଲୁ;
לָכֵן אֱמֹר הִנְנִי נֹתֵן לוֹ אֶת־בְּרִיתִי שָׁלֽוֹם׃
13 ତହିଁରେ ତାହା ପ୍ରତି ଓ ତାହା ଉତ୍ତାରେ ତାହାର ସନ୍ତାନଗଣଙ୍କ ପ୍ରତି ଅନନ୍ତକାଳୀନ ଯାଜକତ୍ୱର ନିୟମ ହେବ; କାରଣ ସେ ଆପଣା ପରମେଶ୍ୱରଙ୍କ ପକ୍ଷରେ ଅନ୍ତର୍ଜ୍ୱାଳା ପ୍ରକାଶ କଲା ଓ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲା।”
וְהָיְתָה לּוֹ וּלְזַרְעוֹ אַחֲרָיו בְּרִית כְּהֻנַּת עוֹלָם תַּחַת אֲשֶׁר קִנֵּא לֵֽאלֹהָיו וַיְכַפֵּר עַל־בְּנֵי יִשְׂרָאֵֽל׃
14 ଇସ୍ରାଏଲୀୟ ଯେଉଁ ହତ ପୁରୁଷ, ଯେ ସେହି ମିଦୀୟନୀୟା ସ୍ତ୍ରୀ ସହିତ ହତ ହୋଇଥିଲା, ତାହାର ନାମ ସିମ୍ରି, ସେ ଶିମୀୟୋନୀୟ ପିତୃଗୃହର ଅଧିପତି ସାଲୂର ପୁତ୍ର।
וְשֵׁם אִישׁ יִשְׂרָאֵל הַמֻּכֶּה אֲשֶׁר הֻכָּה אֶת־הַמִּדְיָנִית זִמְרִי בֶּן־סָלוּא נְשִׂיא בֵֽית־אָב לַשִּׁמְעֹנִֽי׃
15 ପୁଣି, ସେହି ହତ ମିଦୀୟନୀୟା ସ୍ତ୍ରୀର ନାମ କସ୍ୱୀ, ସେ ସୂରର କନ୍ୟା; ସେହି ସୂର୍‍ ମିଦୀୟନୀୟ ଏକ ପିତୃଗୃହର ଲୋକମାନଙ୍କ ମଧ୍ୟରେ ପ୍ରଧାନ ଥିଲା।
וְשֵׁם הָֽאִשָּׁה הַמֻּכָּה הַמִּדְיָנִית כׇּזְבִּי בַת־צוּר רֹאשׁ אֻמּוֹת בֵּֽית־אָב בְּמִדְיָן הֽוּא׃
16 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
וַיְדַבֵּר יְהֹוָה אֶל־מֹשֶׁה לֵּאמֹֽר׃
17 “ମିଦୀୟନୀୟ ଲୋକମାନଙ୍କୁ କ୍ଳେଶ ଦିଅ ଓ ସେମାନଙ୍କୁ ବଧ କର;
צָרוֹר אֶת־הַמִּדְיָנִים וְהִכִּיתֶם אוֹתָֽם׃
18 କାରଣ ପିୟୋର (ଦେବତା) ବିଷୟକ ଛଳରେ ଓ ସେହି ପିୟୋର ଲାଗି ମାରୀ ଦିନରେ ହତ ହେଲା ଯେ ସେମାନଙ୍କ ଆତ୍ମୀୟା କସ୍ୱୀ ନାମ୍ନୀ ମିଦୀୟନୀୟ ରାଜକୁମାରୀ, ତାହାରି ବିଷୟକ ଛଳରେ ସେମାନେ ତୁମ୍ଭମାନଙ୍କୁ ଛଳ କରି କ୍ଳେଶ ଦେଲେ।”
כִּי צֹרְרִים הֵם לָכֶם בְּנִכְלֵיהֶם אֲשֶׁר־נִכְּלוּ לָכֶם עַל־דְּבַר־פְּעוֹר וְעַל־דְּבַר כׇּזְבִּי בַת־נְשִׂיא מִדְיָן אֲחֹתָם הַמֻּכָּה בְיוֹם־הַמַּגֵּפָה עַל־דְּבַר־פְּעֽוֹר׃

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 25 >