< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 25 >
1 ଏଥିଉତ୍ତାରେ ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି, ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ।
イスラエルはシッテムに止まり居けるがその民モアブの婦女等と婬をおこなふことを始めたり
2 ପୁଣି, ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷ୍ୟରେ ନିମନ୍ତ୍ରଣ କଲେ; ପୁଣି, ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ।
その婦女等其神々に犠牲を献る時に民を招けば民は往て食ふことを爲しかつその神々を拝めり
3 ଆଉ ଇସ୍ରାଏଲ ଆପେ ବାଲ୍-ପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ୱଳିତ ହେଲା।
イスラエルかくバアルベオルに附ければイスラエルにむかひてヱホバ怒を發したまへり
4 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଲୋକମାନଙ୍କର ସମସ୍ତ ପ୍ରଧାନବର୍ଗଙ୍କୁ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୂର୍ଯ୍ୟ ସମ୍ମୁଖରେ ସେମାନଙ୍କୁ ଟଙ୍ଗାଅ, ତହିଁରେ ଇସ୍ରାଏଲଠାରୁ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଫେରିବ।”
ヱホバすなはちモーセに告て言たまはく民の首をことごとく携きたりヱホバのためにかの者等を日に曝せ然せばヱホバの烈しき怒イスラエルを離るるあらんと
5 ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ବାଲ୍-ପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର।”
是においてモーセ、イスラエルの士師等にむかひ汝らおのおのその配下の人々のバアルベオルに附る者を殺せと言り
6 ଏଥିରେ ଦେଖ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଜଣେ ମୋଶାଙ୍କର ସାକ୍ଷାତରେ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ସାକ୍ଷାତରେ ଆପଣା ଜ୍ଞାତିମାନଙ୍କ ନିକଟକୁ ଏକ ମିଦୀୟନୀୟା ସ୍ତ୍ରୀକୁ ଆଣିଲା, ସେତେବେଳେ ଲୋକମାନେ ସମାଗମ-ତମ୍ବୁ ନିକଟରେ ରୋଦନ କରୁଥିଲେ।
モーセとイスラエルの子孫の全會衆集合の幕屋の門にて哭をる時一箇のイスラエル人ミデアンの婦人一箇を携きたり彼らの目の前にてその兄弟等の中に至れり
7 ତେବେ ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍ ତାହା ଦେଖି ମଣ୍ଡଳୀ ମଧ୍ୟରୁ ଉଠି ହାତରେ ଏକ ବର୍ଚ୍ଛା ନେଲା;
祭司アロンの子なるエレアザルの子ピネハスこれを見會衆の中より起あがりて槍を手に執り
8 ପୁଣି, ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ବୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା। ତହିଁରେ ଇସ୍ରାଏଲ-ସନ୍ତାନଗଣଠାରୁ ମାରୀ ନିବୃତ୍ତ ହେଲା।
そのイスラエルの人の後を追て之が寝室に入りイスラエルの人を衝きまたその婦女の腹を衝とほして二人を殺せり是において疫病のイスラエルの子孫におよぶこと止れり
9 ତଥାପି ଚବିଶ ହଜାର ଲୋକ ଏହି ମାରୀରେ ମଲେ।
その疫病にて死たる者は二萬四千人なりき
10 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ヱホバ、モーセに告て言たまはく
11 “ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍ ଲୋକମାନଙ୍କ ପ୍ରତି ଆମ୍ଭ ଅନ୍ତର୍ଜ୍ୱାଳାରେ ଅନ୍ତର୍ଜ୍ୱାଳା ପ୍ରକାଶ କରି ଇସ୍ରାଏଲ-ସନ୍ତାନଗଣଠାରୁ ଆମ୍ଭର କ୍ରୋଧ ଫେରାଇଅଛି, ତହିଁରେ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଇସ୍ରାଏଲ-ସନ୍ତାନଗଣଙ୍କୁ ନିଃଶେଷ ରୂପେ ସଂହାର କଲୁ ନାହିଁ।”
祭司アロンの子なるエレアザルの子ピネハスはわが熱心をイスラエルの子孫の中にあらはして吾怒をその中より取去り我として熱心をもてイスラエルの子孫を滅し盡すにいたらざらしめたり
12 ଏହେତୁ ତୁମ୍ଭେ କୁହ, “ଦେଖ, ଆମ୍ଭେ ତାହାକୁ ଆପଣା ଶାନ୍ତିକର ନିୟମ ଦେଲୁ;
故に汝言へ我これに平和のわが契約をさづく
13 ତହିଁରେ ତାହା ପ୍ରତି ଓ ତାହା ଉତ୍ତାରେ ତାହାର ସନ୍ତାନଗଣଙ୍କ ପ୍ରତି ଅନନ୍ତକାଳୀନ ଯାଜକତ୍ୱର ନିୟମ ହେବ; କାରଣ ସେ ଆପଣା ପରମେଶ୍ୱରଙ୍କ ପକ୍ଷରେ ଅନ୍ତର୍ଜ୍ୱାଳା ପ୍ରକାଶ କଲା ଓ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲା।”
即ち彼とその後の子孫永く祭司の職を得べし是は彼その神のために熱心にしてイスラエルの子孫のために贖をなしたればなり
14 ଇସ୍ରାଏଲୀୟ ଯେଉଁ ହତ ପୁରୁଷ, ଯେ ସେହି ମିଦୀୟନୀୟା ସ୍ତ୍ରୀ ସହିତ ହତ ହୋଇଥିଲା, ତାହାର ନାମ ସିମ୍ରି, ସେ ଶିମୀୟୋନୀୟ ପିତୃଗୃହର ଅଧିପତି ସାଲୂର ପୁତ୍ର।
その殺されしイスラエル人すなはちミデアンの婦人とともに殺されし者はその名をジムリと言てサルの子にしてシメオン人の宗族の牧伯の一人なり
15 ପୁଣି, ସେହି ହତ ମିଦୀୟନୀୟା ସ୍ତ୍ରୀର ନାମ କସ୍ୱୀ, ସେ ସୂରର କନ୍ୟା; ସେହି ସୂର୍ ମିଦୀୟନୀୟ ଏକ ପିତୃଗୃହର ଲୋକମାନଙ୍କ ମଧ୍ୟରେ ପ୍ରଧାନ ଥିଲା।
またその殺されしミデアンの婦人は名をコズビと曰てツルの女子なりツルはミデアンの民の宗族の首なり
16 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ヱホバ、モーセに告て言たまはく
17 “ମିଦୀୟନୀୟ ଲୋକମାନଙ୍କୁ କ୍ଳେଶ ଦିଅ ଓ ସେମାନଙ୍କୁ ବଧ କର;
ミデアン人に逼りてこれを撃て
18 କାରଣ ପିୟୋର (ଦେବତା) ବିଷୟକ ଛଳରେ ଓ ସେହି ପିୟୋର ଲାଗି ମାରୀ ଦିନରେ ହତ ହେଲା ଯେ ସେମାନଙ୍କ ଆତ୍ମୀୟା କସ୍ୱୀ ନାମ୍ନୀ ମିଦୀୟନୀୟ ରାଜକୁମାରୀ, ତାହାରି ବିଷୟକ ଛଳରେ ସେମାନେ ତୁମ୍ଭମାନଙ୍କୁ ଛଳ କରି କ୍ଳେଶ ଦେଲେ।”
其は彼ら謀計をもて汝に逼りペオルの事とその姉妹なるミデアンの牧伯の女すなはちペオルのために疫病の起れる日に殺されしコズビの事において汝らを惑したればなり