< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 27 >

1 ଏଥିଉତ୍ତାରେ ଯୋଷେଫଙ୍କ ପୁତ୍ର ମନଃଶି ବଂଶୀୟମାନଙ୍କ ମଧ୍ୟରୁ ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ଯେ ସଲଫାଦ; ତାହାର କନ୍ୟାଗଣ ନିକଟକୁ ଆସିଲେ; ତାହାର କନ୍ୟାମାନଙ୍କ ନାମ ଏହି, ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା।
Then drew near the daughters of Zelophehad, the son of Hepher, the son of Gilead, the son of Makir, the son of Manasseh, of the families of Manasseh the son of Joseph; and these are the names of his daughters: Mahlah, Noah, and Hoglah, and Milcah, and Tirzah.
2 ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି, ଅଧିପତିଗଣ ଓ ସମସ୍ତ ମଣ୍ଡଳୀର ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ,
They stood before Moses, and before Eleazar the priest, and before the princes and all the congregation, at the door of the Tent of Meeting, saying,
3 “ଆମ୍ଭମାନଙ୍କ ପିତା ପ୍ରାନ୍ତରରେ ମଲେ, ପୁଣି, ଯେଉଁ କୋରହର ଦଳ ସଦାପ୍ରଭୁଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ଏକତ୍ର କରିଥିଲେ, ସେହି ଦଳ ମଧ୍ୟରେ ସେ ନ ଥିଲେ; ମାତ୍ର ସେ ଆପଣା ପାପରେ ମଲେ; ଆଉ ତାଙ୍କର ପୁତ୍ର ନ ଥିଲା।
"Our father died in the wilderness, and he was not among the company of those who gathered themselves together against YHWH in the company of Korah: but he died in his own sin; and he had no sons.
4 ଆମ୍ଭମାନଙ୍କ ପିତାଙ୍କର ପୁତ୍ର ନ ଥିବା ସକାଶୁ କାହିଁକି ତାଙ୍କର ନାମ ତାଙ୍କ ବଂଶରୁ ଲୋପ ପାଇବ? ଆମ୍ଭମାନଙ୍କ ପିତୃବଂଶୀୟ ଭାଇମାନଙ୍କ ମଧ୍ୟରେ ଆମ୍ଭମାନଙ୍କୁ ଅଧିକାର ଦିଅ।”
Why should the name of our father be taken away from among his family, because he had no son? Give to us a possession among the brothers of our father."
5 ଏଥିରେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କର ବିଚାର ଉପସ୍ଥିତ କରାଇଲେ।
Moses brought their cause before YHWH.
6 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
YHWH spoke to Moses, saying,
7 “ସଲଫାଦର କନ୍ୟାଗଣ ଯଥାର୍ଥ କହୁଅଛନ୍ତି; ତୁମ୍ଭେ ସେମାନଙ୍କ ପିତୃବଂଶୀୟ ଭ୍ରାତୃଗଣ ମଧ୍ୟରେ ଅବଶ୍ୟ ସେମାନଙ୍କୁ ପୈତୃକ ଅଧିକାର ଦେବ; ପୁଣି, ତୁମ୍ଭେ ସେମାନଙ୍କୁ ସେମାନଙ୍କ ପୈତୃକ ଅଧିକାର ସମର୍ପଣ କରିବ।
"The daughters of Zelophehad speak right: you shall surely give them a possession of an inheritance among their father's brothers; and you shall cause the inheritance of their father to pass to them.
8 ଆଉ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ‘କୌଣସି ମନୁଷ୍ୟ ମଲେ ଯଦି ତାହାର ପୁତ୍ର ନ ଥାଏ, ତେବେ ତୁମ୍ଭେମାନେ ତାହାର ଅଧିକାର ତାହାର କନ୍ୟାକୁ ସମର୍ପଣ କରିବ।
You shall speak to the children of Israel, saying, 'If a man dies, and has no son, then you shall cause his inheritance to pass to his daughter.
9 ଯଦି ତାହାର କନ୍ୟା ନ ଥାଏ, ଯଦି ତାହାର ଅଧିକାର ତାହାର ଭାଇମାନଙ୍କୁ ଦେବ।
If he has no daughter, then you shall give his inheritance to his brothers.
10 ପୁଣି, ଯଦି ତାହାର ଭାଇ ନ ଥାଏ, ଯଦି ତାହାର ପିତୃବ୍ୟମାନଙ୍କୁ ତାହାର ଅଧିକାର ଦେବ।
If he has no brothers, then you shall give his inheritance to his father's brothers.
11 ଆଉ ଯଦି ତାହାର ପିତୃବ୍ୟ ନ ଥାଏ, ତେବେ ତାହାର ବଂଶ ମଧ୍ୟରୁ ନିକଟସ୍ଥ ଜ୍ଞାତିକୁ ତାହା ଅଧିକାର ଦେବ ଓ ସେ ତାହା ଅଧିକାର କରିବ; ମୋଶା ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା ଇସ୍ରାଏଲ-ସନ୍ତାନଗଣଙ୍କର ବିଚାର-ବିଧି ହେବ।’”
If his father has no brothers, then you shall give his inheritance to his kinsman who is next to him of his family, and he shall possess it: and it shall be to the children of Israel a statute and ordinance, as YHWH commanded Moses.'"
12 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ଅବାରୀମ୍ ପର୍ବତ ଆରୋହଣ କର, ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ ଦେଶ ଦେଇଅଛୁ, ତାହା ନିରୀକ୍ଷଣ କର।
YHWH said to Moses, "Go up into this mountain of Abarim, and see the land which I have given to the children of Israel.
13 ତାହା ନିରୀକ୍ଷଣ କଲା ଉତ୍ତାରେ ତୁମ୍ଭ ଭ୍ରାତା ହାରୋଣ ତୁଲ୍ୟ ତୁମ୍ଭେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେବ।
When you have seen it, you also shall be gathered to your people, as Aaron your brother was gathered;
14 ଯେହେତୁ ତୁମ୍ଭେମାନେ ସୀନ୍‍ ପ୍ରାନ୍ତରରେ ମଣ୍ଡଳୀର ବିବାଦରେ ଲୋକମାନଙ୍କ ଦୃଷ୍ଟିଗୋଚରରେ ଜଳ ନିକଟରେ ଆମ୍ଭକୁ ପବିତ୍ର ରୂପେ ମାନ୍ୟ କରିବା ବିଷୟକ ଆମ୍ଭ ଆଜ୍ଞାର ବିରୁଦ୍ଧାଚରଣ କଲ।” (ସେହି ଜଳ ସୀନ୍‍ ପ୍ରାନ୍ତରର କାଦେଶସ୍ଥ ମିରୀବାଃ ଜଳ।)
because you rebelled against my word in the wilderness of Zin, in the strife of the congregation, to sanctify me at the waters before their eyes." (These are the waters of Meribah of Kadesh in the wilderness of Zin.)
15 ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ,
Moses spoke to YHWH, saying,
16 “ସଦାପ୍ରଭୁ ସର୍ବଶରୀରସ୍ଥ ଆତ୍ମାଗଣର ପରମେଶ୍ୱର ମଣ୍ଡଳୀ ଉପରେ ଏକ ଜଣ ନିଯୁକ୍ତ କରନ୍ତୁ,
"Let YHWH, the God of the spirits of all flesh, appoint a man over the congregation,
17 ଯେ ସେମାନଙ୍କ ଅଗ୍ରଗାମୀ ହୋଇ ବାହାରକୁ ଯାଇ ପାରିବ ଓ ସେମାନଙ୍କ ଅଗ୍ରଗାମୀ ହୋଇ ଭିତରକୁ ଆସିପାରିବ, ପୁଣି, ଯେ ସେମାନଙ୍କର ପଥପ୍ରଦର୍ଶକ ହୋଇ ସେମାନଙ୍କୁ ବାହାରକୁ ନେଇ ପାରିବ ଓ ଭିତରକୁ ଆଣି ପାରିବ; ତାହା କଲେ ସଦାପ୍ରଭୁଙ୍କର ମଣ୍ଡଳୀ ପାଳକବିହୀନ ମେଷପଲ ତୁଲ୍ୟ ହେବ ନାହିଁ।”
who may go out before them, and who may come in before them, and who may lead them out, and who may bring them in; that the congregation of YHWH not be as sheep which have no shepherd."
18 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ନୂନର ପୁତ୍ର ଯିହୋଶୂୟକୁ ନିଅ, ସେହି ଲୋକଠାରେ ଆତ୍ମା ଅଛନ୍ତି, ପୁଣି, ତୁମ୍ଭେ ତାହା ଉପରେ ହସ୍ତାର୍ପଣ କର;
YHWH said to Moses, "Take Joshua the son of Nun, a man in whom is the Spirit, and lay your hand on him;
19 ଆଉ ଇଲୀୟାସର ଯାଜକ ସମ୍ମୁଖରେ ଓ ସମସ୍ତ ମଣ୍ଡଳୀ ସମ୍ମୁଖରେ ତାହାକୁ ଉପସ୍ଥିତ କରାଇ ସେମାନଙ୍କ ସାକ୍ଷାତରେ ଆଜ୍ଞା ଦିଅ।
and set him before Eleazar the priest, and before all the congregation; and commission him in their sight.
20 ଆହୁରି ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ଯେପରି ତାହାର ଆଜ୍ଞାବହ ହେବେ, ଏଥିପାଇଁ ତୁମ୍ଭେ ଆପଣା ସମ୍ଭ୍ରମ ତାହା ଉପରେ ଅର୍ପଣ କର।
You shall put of your honor on him, that all the congregation of the children of Israel may obey.
21 ପୁଣି, ସେ ଇଲୀୟାସର ଯାଜକ ସମ୍ମୁଖରେ ଠିଆ ହେବ ଓ ଇଲୀୟାସର ତାହା ପାଇଁ ଊରୀମ୍‍‍ର ବିଚାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ପଚାରିବ; ସେମାନେ, ଅର୍ଥାତ୍‍, ସେ ଓ ତାହା ସହିତ ଇସ୍ରାଏଲ-ସନ୍ତାନଗଣର ସମୁଦାୟ ମଣ୍ଡଳୀ, ଉଭୟ ତାହାର ଆଜ୍ଞାରେ ବାହାରକୁ ଯିବେ ଓ ତାହାର ଆଜ୍ଞାରେ ଭିତରକୁ ଆସିବେ।”
He shall stand before Eleazar the priest, who shall inquire for him by the judgment of the Urim before YHWH: at his word shall they go out, and at his word they shall come in, both he, and all the children of Israel with him, even all the congregation."
22 ଏଥିରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ଯିହୋଶୂୟଙ୍କୁ ଇଲୀୟାସର ଯାଜକ ସମ୍ମୁଖରେ ଓ ସମୁଦାୟ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ କରାଇଲେ।
Moses did as YHWH commanded him; and he took Joshua, and set him before Eleazar the priest, and before all the congregation:
23 ପୁଣି, ସେ ତାଙ୍କ ଉପରେ ହସ୍ତାର୍ପଣ କଲେ, ପୁଣି, ସଦାପ୍ରଭୁ ମୋଶାଙ୍କ ହାତରେ ଯେରୂପ କହିଥିଲେ, ସେରୂପ ସେ ତାଙ୍କୁ ଆଜ୍ଞା ଦେଲେ।
and he laid his hands on him, and commissioned him, as YHWH spoke by Moses.

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 27 >