< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 28 >
1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Sai Ubangiji ya ce wa Musa,
2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ‘ତୁମ୍ଭେମାନେ ଆମ୍ଭର ତୁଷ୍ଟିଜନକ ଆଘ୍ରାଣାର୍ଥେ ଆମ୍ଭର ଉପହାର, ଅର୍ଥାତ୍, ଆମ୍ଭ ଉଦ୍ଦେଶ୍ୟରେ ଅଗ୍ନିକୃତ ନାନା ନୈବେଦ୍ୟାର୍ଥକ ଆମ୍ଭର ଯେଉଁ ଭକ୍ଷ୍ୟ, ତାହା ତହିଁର ନିରୂପିତ ସମୟରେ ଉତ୍ସର୍ଗ କରିବାକୁ ମନୋଯୋଗ କରିବ।’
“Ka umarci Isra’ilawa cewa, ‘Ku tabbatar kun miƙa mini hadaya ta abinci ta wuta mai daɗin ƙanshi a gare ni, a daidai lokaci.’
3 ପୁଣି, ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତିଦିନ ନିତ୍ୟ ହୋମ ନିମନ୍ତେ ଏକ ବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ।
Ka gaya musu, ‘Ga hadaya ta ƙonawa ta kowace rana, da za ku miƙa wa Ubangiji, raguna biyu, bana ɗaya-ɗaya, marasa lahani.
4 ପ୍ରାତଃକାଳରେ ଏକ ମେଷବତ୍ସ ଉତ୍ସର୍ଗ କରିବ ଓ ସନ୍ଧ୍ୟାକାଳରେ ଏକ ମେଷବତ୍ସ ଉତ୍ସର୍ଗ କରିବ।
A miƙa rago ɗaya da safe, ɗaya kuma da yamma,
5 ପୁଣି, ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେଷା ତୈଳ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦା ଦେବ।
tare da hadaya ta lallausan gari kashi ɗaya bisa goma na efan, kwaɓaɓɓe da kwalaba ɗaya na man zaitun mafi kyau.
6 ଏହା ନିତ୍ୟ ହୋମବଳି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଏହା ସୀନୟ ପର୍ବତରେ ନିରୂପିତ ହୋଇଥିଲା।
Wannan ita ce hadaya ta ƙonawa ta kullum wadda aka kafa a Dutsen Sinai, don daɗin ƙanshi, wato, hadaya ce da aka ƙone da wuta ga Ubangiji.
7 ପୁଣି, ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେୟ-ନୈବେଦ୍ୟ ହେବ। ତୁମ୍ଭେ ପବିତ୍ର ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ରୂପେ ମଦ୍ୟ ଢାଳିବ।
Hadaya ta sha, za tă zama kwalaba ɗaya na ruwan inabi, da ɗan rago guda. Za a kwarara hadaya ta sha ga Ubangiji a wuri mai tsarki.
8 ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବ; ଯେପରି ପ୍ରାତଃକାଳର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ, ସେପରି ତୁମ୍ଭେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପେ ଉତ୍ସର୍ଗ କରିବ।
Ɗayan ɗan ragon kuma za a miƙa shi da yamma, tare irin hadaya ta lallausan gari, da hadaya ta sha da ka yi da safe. Wannan hadaya ce ta ƙonawa mai daɗin ƙanshi ga Ubangiji.
9 ଆଉ ବିଶ୍ରାମବାରରେ ଏକ ବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ ଓ ତୈଳ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।
“‘A ranar Asabbaci, za a miƙa’yan raguna biyu, bana ɗaya-ɗaya marasa lahani, tare da hadaya ta sha, da hadaya ta lallausan gari kashi biyu bisa goma na efa, kwaɓaɓɓe da mai.
10 ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ପ୍ରତି ବିଶ୍ରାମବାରର ଏହି ହୋମବଳି ହେବ।
Wannan ita ce hadaya ta ƙonawa ta kowace Asabbaci, ban da hadaya ta ƙonawa ta kullum, tare da ta hadaya ta sha.
11 ଆଉ ପ୍ରତି ମାସର ଆରମ୍ଭରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ନିଖୁନ୍ତ ମେଷବତ୍ସ ଉତ୍ସର୍ଗ କରିବ।
“‘A rana ta fari ga kowane wata, za a miƙa wa Ubangiji hadayun’yan bijimai biyu, rago ɗaya, da’yan tumaki bakwai, bana ɗaya-ɗaya, dukansu kuma marasa lahani.
12 ପୁଣି, ଏକ ଗୋବତ୍ସ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ;
Da kowane bijimi, a kasance da hadaya ta lallausan garin da aka kwaɓa da mai na kashi uku bisa goma na efa; da ɗan rago kuwa, a kasance da hadaya ta lallausan garin da aka kwaɓa da mai na kashi biyu bisa goma na efa;
13 ପୁଣି, ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ହେବ; ତହିଁରେ ସେହି ହୋମବଳି ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
da kowane tunkiya kuma, a kasance da hadaya ta lallausan garin da aka kwaɓa da mai, na kashi ɗaya bisa goma na efa. Wannan hadaya ce da aka ƙone da wuta ga Ubangiji.
14 ଆଉ ଏକ ଗୋବତ୍ସ ନିମନ୍ତେ ଏକ ହିନର ଅର୍ଦ୍ଧେକ, ଏକ ମେଷ ନିମନ୍ତେ ଏକ ହିନର ତୃତୀୟାଂଶ ଓ ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ପେୟ-ନୈବେଦ୍ୟ ହେବ; ଏହିସବୁ ନୈବେଦ୍ୟ ବର୍ଷର ପ୍ରତି ମାସର ପ୍ରଥମ ଦିନରେ ଅଣାଯିବ ପୁଣି, ତାହସବୁ ସମ୍ପୂର୍ଣ୍ଣ ହୋମ ହେବ।
Da kowane bijimi, za a kasance da hadaya ta sha, na rabin kwalabar ruwan inabi; da rago kuwa, a kasance da kashi ɗaya bisa uku; da kowace tunkiya kuma, a kasance da kashi ɗaya bisa huɗu. Wannan ita ce hadaya ta ƙonawa don tsayawar kowane sabon wata na shekara.
15 ପୁଣି, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରାଯିବ ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ହେବ।
Ban da hadaya ta ƙonawa ta kullum tare da hadaya ta sha, za a miƙa bunsuru ɗaya ga Ubangiji, hadaya ce don zunubi.
16 ଆହୁରି ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହେବ।
“‘Za a yi Bikin Ƙetarewa ga Ubangiji a rana ta goma sha huɗu ga wata na fari.
17 ପୁଣି, ସେହି ମାସର ପଞ୍ଚଦଶ ଦିନରେ ଉତ୍ସବ ହେବ; ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ।
A rana ta goma sha biyar ga wannan wata, za a yi biki; kwana bakwai za a ci burodi marar yisti.
18 ପ୍ରଥମ ଦିନରେ ପବିତ୍ର ସଭା ହେବ; ସେହି ଦିନରେ ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
A rana ta farko, za ku yi tsattsarkan taro, ba kuwa za a yi aikin da aka saba yi na kullum ba.
19 ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ଏହିସବୁ ନିଖୁନ୍ତ ପଶୁ;
Za a miƙa hadaya ta ƙonawa da bijimai biyu, rago ɗaya, da’yan raguna bakwai, bana ɗaya-ɗaya; dukansu kuma marasa lahani ga Ubangiji.
20 ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ,
Da kowane bijimi, a shirya kashi ɗaya bisa uku na efan lallausan gari, kwaɓaɓɓe da mai; da rago guda kuwa, a shirya kashi biyu bisa goma na efan lallausan gari, kwaɓaɓɓe da mai;
21 ଆଉ ସାତ ମେଷବତ୍ସ ମଧ୍ୟରେ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ,
da kowane’yan raguna bakwai, kashi ɗaya bisa goma.
22 ପୁଣି, ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ,
A haɗa da bunsuru guda, a matsayin hadaya don zunubi, don yin muku kafara.
23 ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମର ପ୍ରାତଃକାଳୀନ ହୋମ ବ୍ୟତୀତ ଉତ୍ସର୍ଗ କରିବ।
Ku shirya wannan tare da hadaya ta ƙonawa ta kowace safiya.
24 ତୁମ୍ଭେମାନେ ଏହି ବିଧି ଅନୁସାରେ ସାତ ଦିନ ପର୍ଯ୍ୟନ୍ତ ପ୍ରତିଦିନ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଭକ୍ଷ୍ୟରୂପ ଉପହାର ଉତ୍ସର୍ଗ କରିବ; ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ଉତ୍ସର୍ଗିତ ହେବ।
Ta haka za a shirya abinci don hadayar da aka yi da wuta, kowace rana, har kwana bakwai don daɗin ƙanshi ga Ubangiji; a shirya shi haɗe da hadaya ta ƙonawa ta kullum, da kuma hadaya ta sha.
25 ପୁଣି, ସପ୍ତମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
A rana ta bakwai, za ku yi tsattsarkan taro, amma ba za a yi aikin da aka saba yi kullum ba.
26 ଆହୁରି ପ୍ରଥମ ପକ୍ୱ ଫଳର ଦିନରେ, ଅର୍ଥାତ୍, ଯେଉଁ ସମୟରେ ତୁମ୍ଭେମାନେ ଆପଣାମାନଙ୍କ ଉତ୍ସବ-ସପ୍ତାହମାନଙ୍କରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ୟ ନୈବେଦ୍ୟ ଆଣିବ, ସେତେବେଳେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
“‘A ranar nunan fari, sa’ad da za ku miƙa wa Ubangiji hadayar sabon hatsi, a lokacin Bikin Makoni, za a yi tsattsarkan taro, ba kuwa za a yi aikin da aka saba yi ba.
27 ମାତ୍ର ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ଦୁଇ ପୁଂଗୋବତ୍ସ, ଏକ ମେଷ, ଏକ ବର୍ଷୀୟ ସାତ ମେଷବତ୍ସ;
A miƙa hadaya ta ƙonawa da’yan bijimai biyu, rago ɗaya da’yan raguna bakwai, bana ɗaya-ɗaya don daɗin ƙanshi ga Ubangiji.
28 ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ
Da kowane bijimi a kasance da hadaya ta lallausan gari kashi uku bisa goma na efa, kwaɓaɓɓe da mai; da rago kuwa, a kasance da hadaya ta lallausan gari kashi biyu bisa goma na efa, kwaɓaɓɓe da mai;
29 ଓ ସାତ ମେଷବତ୍ସ ମଧ୍ୟରୁ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ;
da kowane’yan raguna bakwai, kashi ɗaya bisa goma.
30 ଆଉ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରଣାର୍ଥ ଏକ ଛାଗ ଉତ୍ସର୍ଗ କରିବ।
A haɗa da bunsuru guda don yin muku kafara.
31 ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ବ୍ୟତୀତ ଏହି ସମସ୍ତ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ, ଏହିସବୁ ନିଖୁନ୍ତ ହେବ।’”
A miƙa waɗannan tare da hadayarsu ta sha, haɗe da hadaya ta ƙonawa ta kullum, da kuma hadayarta ta sha. A tabbata dabbobin nan marasa lahani ne.